Bible Explorer ଆପ୍ ପାଆନ୍ତୁ

ବାଇବେଲ › ଏଷ୍ଟର › 10

IRV · ଅଧ୍ୟାୟ 10 / 10

ଏଷ୍ଟର 10

1ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ।

2ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ?

3କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org