IRV · ଅଧ୍ୟାୟ 25 / 42
ଆୟୁବ 25
1ଏଥିରେ ଶୂହୀୟ ବିଲ୍ଦଦ୍ ଉତ୍ତର କରି କହିଲା,
2“ପ୍ରଭୁତ୍ୱ ଓ ଭୟ ତାହାଙ୍କଠାରେ ଥାଏ; ସେ ଆପଣା ଉଚ୍ଚସ୍ଥାନରେ ଶାନ୍ତି ସମ୍ପାଦନ କରନ୍ତି।
3ତାହାଙ୍କ ସୈନ୍ୟଦଳର କି କୌଣସି ସଂଖ୍ୟା ଅଛି? କାହା ଉପରେ ତାହାଙ୍କ ଦୀପ୍ତି ଉଦିତ ନ ହୁଏ?
4ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ?
5ଦେଖ, ତାହାଙ୍କ ଦୃଷ୍ଟିରେ ଚନ୍ଦ୍ର ହିଁ ନିସ୍ତେଜ ଅଟେ ଓ ତାରାଗଣ ନିର୍ମଳ ନୁହନ୍ତି;
6ତେବେ କୀଟମାତ୍ର ମନୁଷ୍ୟ କʼଣ! ଓ କୃମିମାତ୍ର ମନୁଷ୍ୟ-ସନ୍ତାନ କʼଣ?”
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org