IRV · ଅଧ୍ୟାୟ 1 / 150
ଗୀତସଂହିତା 1
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ,
2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ।
3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ।
4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି।
5ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।
6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org