Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 100

IRV · ଅଧ୍ୟାୟ 100 / 150

ଗୀତସଂହିତା 100

1ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।

2ଆନନ୍ଦରେ ସଦାପ୍ରଭୁଙ୍କର ସେବା କର; ଗାନ କରି ତାହାଙ୍କ ଛାମୁକୁ ଆସ।

3ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ; ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ; ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।

4ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର; ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।

5କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org