Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 113

IRV · ଅଧ୍ୟାୟ 113 / 150

ଗୀତସଂହିତା 113

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର।

2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।

3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।

4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,

5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?

7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

8ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

9ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org