Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 124

IRV · ଅଧ୍ୟାୟ 124 / 150

ଗୀତସଂହିତା 124

1ଆରୋହଣ ଗୀତ; ଦାଉଦଙ୍କ ରଚିତ। ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ, ଇସ୍ରାଏଲ ଏବେ କହୁନ୍ତୁ;

2ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ;

3ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥାʼନ୍ତେ;

4ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥାʼନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥାʼନ୍ତା

5ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥାʼନ୍ତା।

6ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି।

7ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।

8ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org