Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 125

IRV · ଅଧ୍ୟାୟ 125 / 150

ଗୀତସଂହିତା 125

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।

2ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।

3କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।

4ହେ ସଦାପ୍ରଭୋ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।

5ମାତ୍ର ଯେଉଁମାନେ ଆପଣା ଆପଣା ବକ୍ର ପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org