Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 131

IRV · ଅଧ୍ୟାୟ 131 / 150

ଗୀତସଂହିତା 131

1ଆରୋହଣ ଗୀତ; ଦାଉଦଙ୍କ ରଚିତ। ହେ ସଦାପ୍ରଭୋ, ମୋʼ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋʼ ଦୃଷ୍ଟି ଗର୍ବୀ ନୁହେଁ; କିଅବା ମୁଁ ମହତ୍ ମହତ୍ ବ୍ୟାପାରରେ, ଅଥବା ମୋʼ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।

2ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋʼ ପ୍ରାଣ ମୋʼ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।

3ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କଠାରେ ଭରସା ରଖ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org