Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 29

IRV · ଅଧ୍ୟାୟ 29 / 150

ଗୀତସଂହିତା 29

1ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

2ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।

3ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।

4ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।

5ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

6ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

7ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।

8ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।

9ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।

10ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।

11ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org