IRV · ଅଧ୍ୟାୟ 3 / 150
ଗୀତସଂହିତା 3
1ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। ହେ ସଦାପ୍ରଭୋ, ମୋହର ବିପକ୍ଷମାନେ କିପରି ବଢ଼ିଅଛନ୍ତି। ମୋʼ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ।
2ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା]
3ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ମୋʼ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋʼ ମସ୍ତକ ଉଠାଇବା କର୍ତ୍ତା ଅଟ।
4ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। [ସେଲା]
5ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
6ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
7ହେ ସଦାପ୍ରଭୋ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
8ପରିତ୍ରାଣ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। [ସେଲା]
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org