Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 43

IRV · ଅଧ୍ୟାୟ 43 / 150

ଗୀତସଂହିତା 43

1ହେ ପରମେଶ୍ୱର, ମୋହର ବିଚାର କର ଓ ଅଧାର୍ମିକ ଗୋଷ୍ଠୀ ବିରୁଦ୍ଧରେ ମୋହର ଗୁହାରି ନିଷ୍ପତ୍ତି କର; ପ୍ରବଞ୍ଚକ ଓ ଅନ୍ୟାୟକାରୀ ମନୁଷ୍ୟଠାରୁ ମୋତେ ଉଦ୍ଧାର କର।

2କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି?

3ତୁମ୍ଭର ଦୀପ୍ତି ଓ ତୁମ୍ଭର ସତ୍ୟତା ପଠାଅ; ତାହା ମୋହର ପଥଦର୍ଶକ ହେଉ; ତାହା ତୁମ୍ଭ ପବିତ୍ର ପର୍ବତରେ ଓ ତୁମ୍ଭ ଆବାସରେ ମୋତେ ପ୍ରବେଶ କରାଉ।

4ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।

5ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ? ଓ ତୁମ୍ଭେ କାହିଁକି ମୋʼ ଅନ୍ତରରେ ଅସ୍ଥିର ହେଉଅଛ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋʼ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org