IRV · ଅଧ୍ୟାୟ 47 / 150
ଗୀତସଂହିତା 47
1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦ-ସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
2କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
3ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
4ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟପାତ୍ର ଯାକୁବର ଗୌରବ ସ୍ୱରୂପ। [ସେଲା]
5ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
6ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପ୍ରଶଂସା ଗାନ କର।
7କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସା ଗାନ କର।
8ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
9ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org