Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 67

IRV · ଅଧ୍ୟାୟ 67 / 150

ଗୀତସଂହିତା 67

1ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଗାନାର୍ଥକ ଗୀତ। ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରନ୍ତୁ ଓ ଆମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ ଓ ଆମ୍ଭମାନଙ୍କ ପ୍ରତି ଆପଣା ମୁଖ ପ୍ରସନ୍ନ କରନ୍ତୁ। [ସେଲା]

2ତହିଁରେ ପୃଥିବୀରେ ତୁମ୍ଭର ପଥ ଓ ସମୁଦାୟ ଗୋଷ୍ଠୀ ମଧ୍ୟରେ ତୁମ୍ଭର ପରିତ୍ରାଣ ଜଣାଯିବ।

3ହେ ପରମେଶ୍ୱର, ଗୋଷ୍ଠୀୟଗଣ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

4ଦେଶୀୟମାନେ ଆହ୍ଲାଦିତ ହେଉନ୍ତୁ ଓ ଆନନ୍ଦ ସକାଶୁ ଗାନ କରନ୍ତୁ; କାରଣ ତୁମ୍ଭେ ନ୍ୟାୟରେ ଗୋଷ୍ଠୀୟବର୍ଗର ବିଚାର କରିବ ଓ ପୃଥିବୀରେ ଦେଶୀୟମାନଙ୍କୁ ଶାସନ କରିବ। [ସେଲା]

5ହେ ପରମେଶ୍ୱର, ଗୋଷ୍ଠୀୟମାନେ ତୁମ୍ଭର ପ୍ରଶଂସା କରନ୍ତୁ; ଯାବତୀୟ ଗୋଷ୍ଠୀ ତୁମ୍ଭର ପ୍ରଶଂସା କରନ୍ତୁ।

6ପୃଥିବୀ ନିଜ ଫଳ ଉତ୍ପନ୍ନ କରିଅଛି; ପରମେଶ୍ୱର, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ।

7ପରମେଶ୍ୱର ଆମ୍ଭମାନଙ୍କୁ ଆଶୀର୍ବାଦ କରିବେ; ପୁଣି, ପୃଥିବୀର ସମସ୍ତ ପ୍ରାନ୍ତ ତାହାଙ୍କୁ ଭୟ କରିବେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org