Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 70

IRV · ଅଧ୍ୟାୟ 70 / 150

ଗୀତସଂହିତା 70

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।

2ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।

3ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

4ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,

5ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org