Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 76

IRV · ଅଧ୍ୟାୟ 76 / 150

ଗୀତସଂହିତା 76

1ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ।

2ମଧ୍ୟ ଶାଲେମ୍‍ରେ ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।

3ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। [ସେଲା]

4ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।

5ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।

6ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।

7ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ?

8ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ

9ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। [ସେଲା]

10ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।

11ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।

12ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org