Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 92

IRV · ଅଧ୍ୟାୟ 92 / 150

ଗୀତସଂହିତା 92

1ଗୀତ: ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,

2ପୁଣି, ଦଶତାର-ଯନ୍ତ୍ର ଓ ନେବଲରେ, ବୀଣାର ଗମ୍ଭୀର ଧ୍ୱନିରେ,

3ପ୍ରାତଃକାଳରେ ତୁମ୍ଭ ସ୍ନେହପୂର୍ଣ୍ଣ କରୁଣା ଓ ପ୍ରତି ରାତ୍ରି ତୁମ୍ଭ ବିଶ୍ୱସ୍ତତା ପ୍ରଚାର କରିବାର ଉତ୍ତମ।

4ଯେହେତୁ ହେ ସଦାପ୍ରଭୋ, ତୁମ୍ଭେ ନିଜ କର୍ମରେ ମୋତେ ଆନନ୍ଦିତ କରିଅଛ; ମୁଁ ତୁମ୍ଭର ହସ୍ତକୃତ କର୍ମରେ ଜୟଧ୍ୱନି କରିବି।

5ହେ ସଦାପ୍ରଭୋ, ତୁମ୍ଭର କର୍ମସବୁ କିପରି ମହତ! ତୁମ୍ଭର ସଂକଳ୍ପସବୁ ଅତି ଗଭୀର।

6ଜ୍ଞାନହୀନ ଲୋକ ଜାଣେ ନାହିଁ; କିଅବା ନିର୍ବୋଧ ଲୋକ ଏହା ବୁଝେ ନାହିଁ;

7ଯେତେବେଳେ ଦୁଷ୍ଟଗଣ ତୃଣ ପରି ଅଙ୍କୁରିତ ଓ ଅଧର୍ମାଚାରୀମାନେ ପ୍ରଫୁଲ୍ଲ ହୁଅନ୍ତି, ସେତେବେଳେ ସେମାନଙ୍କ ନିତ୍ୟସ୍ଥାୟୀ ବିନାଶ ନିମନ୍ତେ ସେପରି ହୁଏ।

8ମାତ୍ର ହେ ସଦାପ୍ରଭୋ, ତୁମ୍ଭେ ଅନନ୍ତକାଳ ଊର୍ଦ୍ଧ୍ୱବାସୀ।

9କାରଣ ହେ ସଦାପ୍ରଭୋ, ଦେଖ, ତୁମ୍ଭ ଶତ୍ରୁଗଣ, ଦେଖ, ତୁମ୍ଭର ଶତ୍ରୁଗଣ ବିନଷ୍ଟ ହେବେ; ଅଧର୍ମାଚାରୀ ସମସ୍ତେ ଚ୍ଛିନ୍ନଭିନ୍ନ ହେବେ।

10ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।

11ମୋʼ ଶତ୍ରୁଗଣ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର ଚକ୍ଷୁ ଦେଖିଅଛି, ମୋʼ ବିରୁଦ୍ଧରେ ଉଠିବା କୁକର୍ମକାରୀମାନଙ୍କ ଉପରେ ମୋହର ବାଞ୍ଛା ସଫଳ ହେବାର ମୋହର କର୍ଣ୍ଣ ଶୁଣିଅଛି।

12ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।

13ଯେଉଁମାନେ ସଦାପ୍ରଭୁଙ୍କ ଗୃହରେ ରୋପିତ ହୁଅନ୍ତି, ସେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରାଙ୍ଗଣରେ ବର୍ଦ୍ଧିଷ୍ଣୁ ହେବେ।

14ସେମାନେ ବୃଦ୍ଧ ବୟସରେ ହେଁ ଫଳ ଉତ୍ପନ୍ନ କରିବେ; ସେମାନେ ରସ ଓ ତେଜରେ ପୂର୍ଣ୍ଣ ହେବେ;

15ତଦ୍ଦ୍ୱାରା ସଦାପ୍ରଭୁ ଯେ ଯଥାର୍ଥିକ, ଏହା ପ୍ରକାଶିତ ହେବ; ସେ ମୋହର ଶୈଳ ଓ ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org