Bible Explorer ଆପ୍ ପାଆନ୍ତୁ

ବାଇବେଲ › ଗୀତସଂହିତା › 93

IRV · ଅଧ୍ୟାୟ 93 / 150

ଗୀତସଂହିତା 93

1ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ; ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି; ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।

2ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ; ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।

3ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି, ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି; ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।

4ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।

5ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ; ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ (IRV, 2019) · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. (ପାଠ ଅପରିବର୍ତ୍ତିତ; ପାଦଟୀକା ଓ ଶୀର୍ଷକ ବାଦ ଦିଆଯାଇଛି) · eBible.org