ମୁଖ୍ୟ ପୃଷ୍ଠା › ମଣ୍ଡଳୀ ବର୍ଷର ପର୍ବ › ପବିତ୍ର ସପ୍ତାହ ଓ ଇଷ୍ଟର
ମଣ୍ଡଳୀ ବର୍ଷର ପର୍ବ
ପବିତ୍ର ସପ୍ତାହ ଓ ଇଷ୍ଟର
ଖଜୁରୀ ରବିବାରଠାରୁ ଇଷ୍ଟର ପର୍ଯ୍ୟନ୍ତ ପବିତ୍ର ସପ୍ତାହ: ଯିରୂଶାଲମରେ ପ୍ରବେଶ, ଶେଷ ଭୋଜ, ଦୁଃଖଭୋଗ ଓ ପୁନରୁତ୍ଥାନ ସୁସମାଚାରର ନିଜ ବାକ୍ୟରେ, ସପ୍ତାହର ଘଟଣା ଘଣ୍ଟା ପରେ ଘଣ୍ଟା, ଏବଂ ଆଗାମୀ ବର୍ଷଗୁଡ଼ିକରେ ପାଶ୍ଚାତ୍ୟ ଇଷ୍ଟର ଓ ଅର୍ଥୋଡକ୍ସ ପାସ୍କାର ତାରିଖ।
ତାରିଖ
| ବର୍ଷ | ପାଶ୍ଚାତ୍ୟ ମଣ୍ଡଳୀଇଷ୍ଟର ରବିବାର | ଅର୍ଥୋଡକ୍ସ ମଣ୍ଡଳୀପାସ୍କା |
|---|---|---|
| 2027 | 28 ମାର୍ଚ୍ଚ 2027ରବିବାରଖଜୁରୀ ରବିବାର: 21 ମାର୍ଚ୍ଚ 2027ପୁଣ୍ୟ ଶୁକ୍ରବାର: 26 ମାର୍ଚ୍ଚ 2027 | 2 ମଇ 2027ରବିବାରଖଜୁରୀ ରବିବାର: 25 ଅପ୍ରେଲ 2027ପବିତ୍ର ଶୁକ୍ରବାର: 30 ଅପ୍ରେଲ 2027 |
| 2028 | 16 ଅପ୍ରେଲ 2028ରବିବାରଖଜୁରୀ ରବିବାର: 9 ଅପ୍ରେଲ 2028ପୁଣ୍ୟ ଶୁକ୍ରବାର: 14 ଅପ୍ରେଲ 2028 | 16 ଅପ୍ରେଲ 2028ରବିବାରଖଜୁରୀ ରବିବାର: 9 ଅପ୍ରେଲ 2028ପବିତ୍ର ଶୁକ୍ରବାର: 14 ଅପ୍ରେଲ 2028 |
| 2029 | 1 ଅପ୍ରେଲ 2029ରବିବାରଖଜୁରୀ ରବିବାର: 25 ମାର୍ଚ୍ଚ 2029ପୁଣ୍ୟ ଶୁକ୍ରବାର: 30 ମାର୍ଚ୍ଚ 2029 | 8 ଅପ୍ରେଲ 2029ରବିବାରଖଜୁରୀ ରବିବାର: 1 ଅପ୍ରେଲ 2029ପବିତ୍ର ଶୁକ୍ରବାର: 6 ଅପ୍ରେଲ 2029 |
| 2030 | 21 ଅପ୍ରେଲ 2030ରବିବାରଖଜୁରୀ ରବିବାର: 14 ଅପ୍ରେଲ 2030ପୁଣ୍ୟ ଶୁକ୍ରବାର: 19 ଅପ୍ରେଲ 2030 | 28 ଅପ୍ରେଲ 2030ରବିବାରଖଜୁରୀ ରବିବାର: 21 ଅପ୍ରେଲ 2030ପବିତ୍ର ଶୁକ୍ରବାର: 26 ଅପ୍ରେଲ 2030 |
| 2031 | 13 ଅପ୍ରେଲ 2031ରବିବାରଖଜୁରୀ ରବିବାର: 6 ଅପ୍ରେଲ 2031ପୁଣ୍ୟ ଶୁକ୍ରବାର: 11 ଅପ୍ରେଲ 2031 | 13 ଅପ୍ରେଲ 2031ରବିବାରଖଜୁରୀ ରବିବାର: 6 ଅପ୍ରେଲ 2031ପବିତ୍ର ଶୁକ୍ରବାର: 11 ଅପ୍ରେଲ 2031 |
ଏକ ତାରିଖ ଅର୍ଥୋଡକ୍ସ କିମ୍ବା କାଥଲିକ୍ ପଞ୍ଜିକାରେ ସେହି ଦିନର ପାଠ ଖୋଲେ।
ଅର୍ଥୋଡକ୍ସ ତାରିଖ ଜୁଲିଆନ୍ ପଞ୍ଜିକା ଅନୁସାରେ, ଯାହାକୁ ରୁଷ, ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ମାନନ୍ତି: ସେମାନଙ୍କ ସ୍ଥିର ତାରିଖର ପର୍ବ ନାଗରିକ ପଞ୍ଜିକାରେ 13 ଦିନ ପରେ ପଡ଼େ। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ ଓ ଅନ୍ୟ) 25 ଡିସେମ୍ବରରେ ବଡ଼ଦିନ ପାଳନ୍ତି; ପାସ୍କା ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ପ୍ରାୟ ସମସ୍ତ ଅର୍ଥୋଡକ୍ସ ମଣ୍ଡଳୀରେ ସମାନ ଭାବେ ଗଣାଯାଏ।
ବାଇବେଲ ଅଂଶ
ମାଥିଉ
1ଯେତେବେଳେ ସେମାନେ ଯିରୂଶାଲମ ସହରର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ। 2“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ। 3ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ, ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି। ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ।” 4ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ, ସେଥିନିମନ୍ତେ ଏହା ଘଟିଲା, 5ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ। 6ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ, 7ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ। 8ପୁଣି, ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇ ଦେବାକୁ ଲାଗିଲେ। 9ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ହୋଶାନ୍ନା ଦାଉଦଙ୍କ ସନ୍ତାନ! ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ! ଊର୍ଦ୍ଧ୍ୱଲୋକରେ ହୋଶାନ୍ନା। 10ଆଉ ସେ ଯିରୂଶାଲମ ସହରରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା। 11ସେଥିରେ ଲୋକସମୂହ କହିଲେ, ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ।
ଯୋହନ
1ନିସ୍ତାର ପର୍ବ ହେବା ପୂର୍ବରୁ ଯୀଶୁ ଏହି ଜଗତରୁ ପିତାଙ୍କ ନିକଟକୁ ଆପଣାର ପ୍ରୟାଣ କରିବାର ସମୟ ଉପସ୍ଥିତ ଜାଣି, ଜଗତରେ ଥିବା ନିଜର ଯେଉଁ ଲୋକମାନଙ୍କୁ ସେ ପ୍ରେମ କରି ଆସୁଥିଲେ, ସେମାନଙ୍କ ପ୍ରତି ଚୂଡ଼ାନ୍ତ ପ୍ରେମ ପ୍ରକାଶ କଲେ। 2ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା, 3ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ବରଙ୍କ ନିକଟକୁ ଯାଉଅଛନ୍ତି, 4ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। 5ତତ୍ପରେ ସେ ପାତ୍ରରେ ଜଳ ଢାଳିଲେ, ପୁଣି, ଶିଷ୍ୟମାନଙ୍କ ପାଦ ଧୋଇଦେଇ ଆପଣା କଟିରେ ବନ୍ଧା ହୋଇଥିବା ଗାମୁଛାରେ ପୋଛିବାକୁ ଲାଗିଲେ। 6କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି? 7ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଯାହା କରୁଅଛି, ତାହା ତୁମ୍ଭେ ଏବେ ଜାଣୁ ନାହଁ, କିନ୍ତୁ ପରେ ବୁଝିବ।” 8ପିତର ତାହାଙ୍କୁ କହିଲେ, ଆପଣ କଦାପି ମୋହର ପାଦ ଧୋଇଦେବେ ନାହିଁ। ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି ମୁଁ ତୁମ୍ଭକୁ ଧୌତ ନ କରେ, ତାହାହେଲେ ମୋʼ ସହିତ ତୁମ୍ଭର କୌଣସି ଅଂଶ ନାହିଁ।” 9ଶିମୋନ ପିତର ତାହାଙ୍କୁ କହିଲେ, ପ୍ରଭୁ, କେବଳ ମୋହର ପାଦ ନୁହେଁ, ମାତ୍ର ମୋହର ହସ୍ତ ଓ ମସ୍ତକ ମଧ୍ୟ। 10ଯୀଶୁ ତାହାଙ୍କୁ କହିଲେ, “ଯେ ସ୍ନାନ କରିଅଛି, ତାହାର ପାଦ ଧୋଇବା ବିନା ଆଉ କିଛି ପ୍ରୟୋଜନ ନାହିଁ, ସେ ପ୍ରକୃତରେ ଶୁଚି; ତୁମ୍ଭେମାନେ ଶୁଚି ଅଟ, କିନ୍ତୁ ସମସ୍ତେ ନୁହଁ।” 11କାରଣ ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବ, ସେ ତାହାକୁ ଜାଣିଥିଲେ; ଅତଏବ ସେ କହିଲେ, ତୁମ୍ଭେମାନେ ସମସ୍ତେ ଶୁଚି ନୁହଁ। 12ତତ୍ପରେ ସେ ସେମାନଙ୍କର ପାଦ ଧୋଇଦେଇ ଆପଣା ବସ୍ତ୍ର ପିନ୍ଧି ପୁନର୍ବାର ବସିଲା ଉତ୍ତାରେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପ୍ରତି କଅଣ କରିଅଛି, ତାହା କି ତୁମ୍ଭେମାନେ ବୁଝୁଅଛ? 13ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି। 14ଅତଏବ, ପ୍ରଭୁ ଓ ଗୁରୁ ଯେ ମୁଁ, ମୁଁ ଯଦି ତୁମ୍ଭମାନଙ୍କର ପାଦ ଧୋଇ ଦେଇଅଛି, ତେବେ ତୁମ୍ଭମାନଙ୍କର ମଧ୍ୟ ପରସ୍ପରର ପାଦ ଧୋଇବା କର୍ତ୍ତବ୍ୟ। 15କାରଣ ତୁମ୍ଭମାନଙ୍କ ପ୍ରତି ମୁଁ ଯେପରି କରିଅଛି, ତୁମ୍ଭେମାନେ ମଧ୍ୟ ଯେ ସେପରି କର, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଆଦର୍ଶ ଦେଖାଇଅଛି।
ମାଥିଉ
17ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି? 18ଯୀଶୁ କହିଲେ, “ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ, ଗୁରୁ କହୁଅଛନ୍ତି, ମୋହର କାଳ ସନ୍ନିକଟ, ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି।” 19ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ। 20ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ। 21ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।” 22ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ? 23ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। 24ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।” 25ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।” 26ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।” 27ପୁଣି, ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ, 28“ଏଥିରୁ ସମସ୍ତେ ପାନ କର, କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ। 29କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।” 30ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
ଯୋହନ
1ଯୀଶୁ ଏହିସବୁ କଥା କହି ଆପଣା ଶିଷ୍ୟମାନଙ୍କ ସହିତ କିଦ୍ରୋଣ ଜୋଡ଼ର ଆରପାଖକୁ ବାହାରିଗଲେ। ସେଠାରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେ ଓ ତାହାଙ୍କ ଶିଷ୍ୟମାନେ ସେଥିରେ ପ୍ରବେଶ କଲେ। 2ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେହି ସ୍ଥାନ ଜାଣିଥିଲା, କାରଣ ଯୀଶୁ ଅନେକ ଥର ଆପଣା ଶିଷ୍ୟମାନଙ୍କ ସହିତ ସେ ସ୍ଥାନକୁ ଯାଉଥିଲେ। 3ଅତଏବ, ଯିହୂଦା ସୈନ୍ୟଦଳ ପୁଣି, ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କଠାରୁ ପ୍ରାପ୍ତ ପଦାତିକମାନଙ୍କୁ ଘେନି ବତୀ, ମଶାଲ ଓ ଅସ୍ତ୍ରଶସ୍ତ୍ର ଧରି ସେଠାକୁ ଆସିଲା। 4ସେଥିରେ ଯୀଶୁ, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ଜାଣି ଆଗକୁ ଯାଇ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” 5ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାଜରିତୀୟ ଯୀଶୁକୁ। ସେ ସେମାନଙ୍କୁ କହିଲେ, “ମୁଁ ସେହି।” ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇଥିଲା। 6ଯୀଶୁ ଯେତେବେଳେ ସେମାନଙ୍କୁ କହିଲେ, ମୁଁ ସେହି, ସେତେବେଳେ ସେମାନେ ପଛକୁ ହଟିଯାଇ ଭୂମିରେ ପଡ଼ିଗଲେ। 7ସେଥିରେ ସେ ସେମାନଙ୍କୁ ଆଉ ଥରେ ପଚାରିଲେ, “ତୁମ୍ଭେମାନେ କାହାକୁ ଖୋଜୁଅଛ?” ସେମାନେ କହିଲେ, ନାଜରିତୀୟ ଯୀଶୁଙ୍କୁ। 8ଯୀଶୁ ଉତ୍ତର ଦେଲେ, “ମୁଁ ଯେ ସେହି, ଏହା ତ ମୁଁ ତୁମ୍ଭମାନଙ୍କୁ କହିଲି। ଏଣୁ ଯଦି ତୁମ୍ଭେମାନେ ମୋତେ ଖୋଜୁଅଛ, ତାହାହେଲେ ଏମାନଙ୍କୁ ଯିବା ପାଇଁ ଛାଡ଼ିଦିଅ।” 9ସେ ଏହା କହିଲେ, ଯେପରି ତାହାଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ, “ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ମଧ୍ୟରୁ ମୁଁ ଜଣକୁ ସୁଦ୍ଧା ହରାଇ ନାହିଁ।” 10ଶିମୋନ ପିତରଙ୍କ ପାଖରେ ଖଣ୍ଡା ଥିବାରୁ ସେ ତାହା ବାହାର କରି ମହାଯାଜକଙ୍କ ଦାସକୁ ଆଘାତ କଲେ ଓ ତାହାର ଡାହାଣ କାନ କାଟିପକାଇଲେ; ସେହି ଦାସର ନାମ ମାଲ୍ଖ। 11ସେଥିରେ ଯୀଶୁ ପିତରଙ୍କୁ କହିଲେ, “ଖଣ୍ଡା ଖାପରେ ରଖ; ପିତା ମୋତେ ଯେଉଁ ପାତ୍ର ଦେଇଅଛନ୍ତି, ମୁଁ କଅଣ ସେଥିରୁ ପାନ କରିବି ନାହିଁ?” 12ଏହାପରେ ସୈନ୍ୟଦଳ, ପ୍ରଧାନ ସେନାପତି, ପୁଣି, ଯିହୁଦୀମାନଙ୍କର ପଦାତିକମାନେ ଯୀଶୁଙ୍କୁ ଧରିଲେ 13ଓ ତାହାଙ୍କୁ ବାନ୍ଧି ପ୍ରଥମେ ହାନାନଙ୍କ ନିକଟକୁ ଘେନିଗଲେ, କାରଣ ସେ ସେହି ବର୍ଷର ମହାଯାଜକ କୟାଫାଙ୍କର ଶ୍ୱଶୁର ଥିଲେ। 14ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୁଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା। 15ଶିମୋନ ପିତର ଓ ଆଉ ଜଣେ ଶିଷ୍ୟ ଯୀଶୁଙ୍କ ପଛେ ପଛେ ଯାଉଥିଲେ। ସେହି ଶିଷ୍ୟ ମହାଯାଜକଙ୍କର ପରିଚିତ ଥିଲେ ଓ ଯୀଶୁଙ୍କ ସହିତ ମହାଯାଜକଙ୍କ ପ୍ରାଙ୍ଗଣରେ ପ୍ରବେଶ କଲେ; 16କିନ୍ତୁ ପିତର ବାହାରେ ଦ୍ୱାର ନିକଟରେ ଠିଆ ହୋଇ ରହିଲେ। ଅତଏବ, ସେହି ଯେଉଁ ଅନ୍ୟ ଶିଷ୍ୟ ମହାଯାଜକଙ୍କ ପରିଚିତ ଥିଲେ, ସେ ବାହାରକୁ ଯାଇ ଦ୍ୱାରରକ୍ଷିକାକୁ କହି ପିତରଙ୍କୁ ଭିତରକୁ ଆଣିଲେ। 17ସେଥିରେ ସେହି ଦ୍ୱାରରକ୍ଷିକା ଦାସୀ ପିତରଙ୍କୁ କହିଲା, ତୁମ୍ଭେ ମଧ୍ୟ କଅଣ ଏହି ଲୋକର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ କହିଲେ, ମୁଁ ନୁହେଁ। 18ଶୀତ ହେତୁ ଦାସ ଓ ପଦାତିକମାନେ ଅଙ୍ଗାର ଜାଳି ସେଠାରେ ଠିଆ ହୋଇ ନିଆଁ ପୋଉଁଥିଲେ; ପିତର ମଧ୍ୟ ସେମାନଙ୍କ ସାଙ୍ଗରେ ଠିଆ ହୋଇ ନିଆଁ ପୋଉଁଥିଲେ। 19ଇତିମଧ୍ୟରେ ମହାଯାଜକ ଯୀଶୁଙ୍କୁ ତାହାଙ୍କ ଶିଷ୍ୟମାନଙ୍କ ବିଷୟରେ ଓ ତାହାଙ୍କ ଶିକ୍ଷା ସମ୍ବନ୍ଧରେ ପଚାରିଲେ। 20ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୁଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ। 21ମୋତେ କାହିଁକି ପଚାରୁଅଛନ୍ତି? ମୁଁ ସେମାନଙ୍କୁ କଅଣ କହିଅଛି, ଯେଉଁମାନେ ଶୁଣିଅଛନ୍ତି, ସେମାନଙ୍କୁ ପଚାରନ୍ତୁ; ଦେଖନ୍ତୁ, ମୁଁ ଯାହା ଯାହା କହିଅଛି, ସେମାନେ ସେହିସବୁ ଜାଣନ୍ତି।” 22ସେ ଏହା କହିବାରୁ ପଦାତିକମାନଙ୍କ ମଧ୍ୟରୁ ପାଖରେ ଠିଆ ହୋଇଥିବା ଜଣେ ଯୀଶୁଙ୍କୁ ଚାପୁଡ଼ା ମାରି କହିଲା, ତୁ ମହାଯାଜକଙ୍କୁ ଏପରି ଉତ୍ତର ଦେଉଅଛୁ? 23ଯୀଶୁ ତାହାକୁ ଉତ୍ତର ଦେଲେ, “ଯଦି ମୁଁ ମନ୍ଦ କହିଲି, ତାହାହେଲେ ମନ୍ଦର ପ୍ରମାଣ ଦିଅ; କିନ୍ତୁ ଯଦି ଭଲ କହିଲି, ତାହାହେଲେ କାହିଁକି ମୋତେ ମାରୁଅଛ?” 24ସେଥିରେ ହାନାନ ତାହାଙ୍କୁ ବନ୍ଧା ହୋଇଥିବା ଅବସ୍ଥାରେ ମହାଯାଜକ କୟାଫାଙ୍କ ନିକଟକୁ ପଠାଇଦେଲେ। 25ଇତିମଧ୍ୟରେ ଶିମୋନ ପିତର ଠିଆ ହୋଇ ନିଆଁ ପୋଉଁଥିଲେ। ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ ମଧ୍ୟ କଅଣ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ନୁହଁ? ସେ ଅସ୍ୱୀକାର କରି କହିଲେ, ମୁଁ ନୁହେଁ। 26ମହାଯାଜକଙ୍କ ଦାସମାନଙ୍କ ମଧ୍ୟରୁ ଜଣେ, ଅର୍ଥାତ୍ ପିତର ଯାହାର କାନ କାଟିପକାଇଥିଲେ, ତାହାର ଜଣେ ଆତ୍ମୀୟ କହିଲା, ମୁଁ କଅଣ ତୋତେ ତାହାଙ୍କ ସାଙ୍ଗରେ ବଗିଚାରେ ଦେଖି ନ ଥିଲି? 27ସେଥିରେ ପିତର ପୁନର୍ବାର ଅସ୍ୱୀକାର କଲେ; ଆଉ, ସେହିକ୍ଷଣି କୁକୁଡ଼ା ଡାକିଲା। 28ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରିପାରନ୍ତି, ଏଥିନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ। 29ଅତଏବ, ପୀଲାତ ସେମାନଙ୍କ ନିକଟକୁ ବାହାରି ଆସି ପଚାରିଲେ, ଏ ଲୋକ ବିରୁଦ୍ଧରେ ତୁମ୍ଭେମାନେ କେଉଁ ଅଭିଯୋଗ ଆଣୁଅଛ? 30ସେମାନେ ତାହାଙ୍କୁ ଉତ୍ତର ଦେଲେ, ଏ ଲୋକଟା ଯଦି ଦୁଷ୍କର୍ମକାରୀ ହୋଇ ନ ଥାଆନ୍ତା, ତାହାହେଲେ ଆମ୍ଭେମାନେ ତାହାକୁ ଆପଣଙ୍କ ହସ୍ତରେ ସମର୍ପଣ କରି ନ ଥାଆନ୍ତୁ। 31ସେଥିରେ ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ଏହାକୁ ଘେନିଯାଇ ତୁମ୍ଭମାନଙ୍କ ବ୍ୟବସ୍ଥାନୁସାରେ ଏହାର ବିଚାର କର। କେତେକ ଯିହୁଦୀ ନେତାମାନେ ତାହାଙ୍କୁ କହିଲେ, କାହାକୁ ପ୍ରାଣଦଣ୍ଡ ଦେବା ଆମ୍ଭମାନଙ୍କର ଅଧିକାର ନାହିଁ। 32ଯୀଶୁ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ସେ ଯେଉଁ ବାକ୍ୟ କହିଥିଲେ, ତାହା ଯେପରି ସଫଳ ହୁଏ, ଏଥିନିମନ୍ତେ ସେମାନେ ଏହା କହିଲେ। 33ଅତଏବ, ପୀଲାତ ପୁନର୍ବାର ପ୍ରାସାଦ ମଧ୍ୟରେ ପ୍ରବେଶ କରି ଯୀଶୁଙ୍କୁ ଡାକି ତାହାଙ୍କୁ ପଚାରିଲେ, ତୁମ୍ଭେ କଅଣ ଯିହୁଦୀମାନଙ୍କର ରାଜା? 34ଯୀଶୁ ଉତ୍ତର ଦେଲେ, “ଆପଣ କଅଣ ନିଜରୁ ଏହା କହୁଅଛନ୍ତି, ନା ଅନ୍ୟମାନେ ମୋʼ ସମ୍ବନ୍ଧରେ ଆପଣଙ୍କୁ ଏହା କହିଅଛନ୍ତି?” 35ପୀଲାତ ଉତ୍ତର ଦେଲେ, ଆମ୍ଭେ କଅଣ ଜଣେ ଯିହୁଦୀ? ତୁମ୍ଭର ସ୍ୱଜାତି ଓ ପ୍ରଧାନ ଯାଜକମାନେ ତୁମ୍ଭକୁ ଆମ୍ଭ ହସ୍ତରେ ସମର୍ପଣ କରିଅଛନ୍ତି; ତୁମ୍ଭେ କଅଣ କରିଅଛ? 36ଯୀଶୁ ଉତ୍ତର ଦେଲେ, “ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ନୁହେଁ; ଯଦି ମୋହର ରାଜ୍ୟ ଏହି ଜଗତ ସମ୍ବନ୍ଧୀୟ ହୋଇଥାଆନ୍ତା, ତାହାହେଲେ ମୁଁ ଯେପରି ଯିହୁଦୀମାନଙ୍କ ହସ୍ତରେ ସମର୍ପିତ ନ ହୁଅନ୍ତି, ସେଥିପାଇଁ ମୋହର ପରିଚାରକମାନେ ଯୁଦ୍ଧ କରନ୍ତେ; କିନ୍ତୁ ମୋହର ରାଜ୍ୟ ପ୍ରକୃତରେ ତତ୍ସମ୍ବନ୍ଧୀୟ ନୁହେଁ।” 37ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କଅଣ ଜଣେ ରାଜା ନୁହଁ? ଯୀଶୁ ଉତ୍ତର ଦେଲେ, “ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା। ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥିନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି। ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ।” 38ପୀଲାତ ତାହାଙ୍କୁ କହିଲେ, ସତ୍ୟ କଅଣ? ଏହା କହି ସେ ପୁଣି, ଯିହୁଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ। 39କିନ୍ତୁ ଆମେ ଯେ ନିସ୍ତାର ପର୍ବ ସମୟରେ ତୁମ୍ଭମାନଙ୍କ ନିମନ୍ତେ ଜଣକୁ ମୁକ୍ତ କରିଦେଉ, ଏହା ତୁମ୍ଭମାନଙ୍କ ରୀତି ଅଛି; ଅତଏବ, ଯିହୁଦୀମାନଙ୍କ ରାଜାଙ୍କୁ ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ମୁକ୍ତ କରିଦେବୁ ବୋଲି କଅଣ ତୁମ୍ଭମାନଙ୍କର ଇଚ୍ଛା? 40ସେଥିରେ ସେମାନେ ପୁନର୍ବାର ଚିତ୍କାର କରି କହିଲେ, ଏ ଲୋକଟାକୁ ନୁହେଁ, କିନ୍ତୁ ବାରବ୍ବାକୁ। ଏହି ବାରବ୍ବା ଜଣେ ଡକାଇତ ଥିଲା। 19:1ଅତଏବ, ପୀଲାତ ଯୀଶୁଙ୍କୁ ଘେନିଯାଇ କୋରଡ଼ା ପ୍ରହାର କରାଇଲେ। 2ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ; 3ସେମାନେ ତାହାଙ୍କ ନିକଟକୁ ଆସି କହିଲେ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର; ପୁଣି, ସେମାନେ ତାହାଙ୍କୁ ଚାପୁଡ଼ା ମାରିବାକୁ ଲାଗିଲେ। 4ପୀଲାତ ପୁନର୍ବାର ବାହାରକୁ ଯାଇ ସେମାନଙ୍କୁ କହିଲେ, ଦେଖ, ଆମ୍ଭେ ଯେ ତାହାଠାରେ କୌଣସି ଦୋଷ ପାଉ ନାହୁଁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିନିମନ୍ତେ ଆମ୍ଭେ ତାହାକୁ ତୁମ୍ଭମାନଙ୍କ ନିକଟକୁ ବାହାର କରି ଆଣୁଅଛୁ। 5ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ! 6ସେଥିରେ ପ୍ରଧାନ ଯାଜକ ଓ ପଦାତିକମାନେ ତାହାଙ୍କୁ ଦେଖି ଚିତ୍କାର କରି କହିଲେ, କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ତୁମ୍ଭେମାନେ ତାହାକୁ ଘେନିଯାଇ କ୍ରୁଶରେ ଚଢ଼ାଅ, କାରଣ ଆମ୍ଭେ ତାହାଠାରେ କୌଣସି ଦୋଷ ପାଉ ନାହୁଁ। 7ଯିହୁଦୀ ଲୋକମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭମାନଙ୍କର ଗୋଟିଏ ବ୍ୟବସ୍ଥା ଅଛି ଓ ସେହି ବ୍ୟବସ୍ଥା ଅନୁସାରେ ସେ ପ୍ରାଣଦଣ୍ଡର ଯୋଗ୍ୟ, କାରଣ ସେ ନିଜକୁ ଈଶ୍ବରଙ୍କ ପୁତ୍ର ବୋଲି କହିଅଛି 8ସେଥିରେ ପୀଲାତ ଏହି କଥା ଶୁଣି ଅଧିକ ଭୀତ ହେଲେ; 9ପୁଣି, ସେ ପୁନର୍ବାର ପ୍ରାସାଦରେ ପ୍ରବେଶ କରି ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କେଉଁଠାରୁ ଆସିଅଛ? କିନ୍ତୁ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ନାହିଁ। 10ସେଥିରେ ପୀଲାତ ତାହାଙ୍କୁ କହିଲେ, ଆମ୍ଭକୁ କଥା କହୁ ନାହଁ? ତୁମ୍ଭକୁ ମୁକ୍ତ କରିବାକୁ ଆମ୍ଭର ଅଧିକାର ଅଛି ଓ ତୁମ୍ଭକୁ କ୍ରୁଶରେ ଚଢ଼ାଇବାକୁ ଆମ୍ଭର ଅଧିକାର ଅଛି, ଏହା କି ତୁମ୍ଭେ ଜାଣୁ ନାହଁ? 11ଯୀଶୁ ଉତ୍ତର ଦେଲେ, “ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋʼ ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।” 12ସେଥିରେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ଚେଷ୍ଟା କଲେ, କିନ୍ତୁ ଯିହୁଦୀମାନେ ଚିତ୍କାର କରି କହିଲେ, ଯଦି ତୁମ୍ଭେ ଏହି ଲୋକକୁ ମୁକ୍ତ କର, ତାହାହେଲେ ତୁମ୍ଭେ କାଇସରଙ୍କର ମିତ୍ର ନୁହଁ; ଯେ କେହି ଆପଣାକୁ ରାଜା ବୋଲି କହେ, ସେ କାଇସରଙ୍କ ବିପକ୍ଷରେ କଥା କହେ। 13ଅତଏବ, ପୀଲାତ ଏହି ସମସ୍ତ କଥା ଶୁଣି ଯୀଶୁଙ୍କୁ ବାହାର କରି ଆଣି “ପ୍ରସ୍ତରମଣ୍ଡପ” ଯାହାକୁ ଏବ୍ରୀ ଭାଷାରେ “ଗବ୍ବଥା” ବୋଲି କହନ୍ତି, ସେହି ସ୍ଥାନରେ ବିଚାରାସନରେ ଉପବିଷ୍ଟ ହେଲେ। 14ସେ ଦିନ ନିସ୍ତାର ପର୍ବର ଆୟୋଜନ ଦିନ, ଆଉ ସେତେବେଳେ ଅପରାହ୍ନ ପ୍ରାୟ ବାର ଘଣ୍ଟା ହୋଇଥିଲା। ପୁଣି, ସେ ଯିହୁଦୀମାନଙ୍କୁ କହିଲେ, ଦେଖ, ତୁମ୍ଭମାନଙ୍କ ରାଜା! 15ସେଥିରେ ସେମାନେ ଚିତ୍କାର କଲେ, ତାହାକୁ ବଧ କର, ବଧ କର, କ୍ରୁଶରେ ଚଢ଼ାଅ। ପୀଲାତ ସେମାନଙ୍କୁ କହିଲେ, ଆମ୍ଭେ କଅଣ ତୁମ୍ଭମାନଙ୍କ ରାଜାଙ୍କୁ କ୍ରୁଶରେ ଚଢ଼ାଇବା? ପ୍ରଧାନ ଯାଜକମାନେ ଉତ୍ତର ଦେଲେ, କାଇସରଙ୍କ ବିନା ଆମ୍ଭମାନଙ୍କ ଆଉ ରାଜା ନାହିଁ। 16ସେଥିରେ ସେ ଯେପରି କ୍ରୁଶରେ ଚଢ଼ାଯାଆନ୍ତି, ଏଥିନିମନ୍ତେ, ସେ ତାହାଙ୍କୁ ସେମାନଙ୍କ ଇଚ୍ଛାନୁସାରେ ସମର୍ପଣ କଲେ। 17ତହିଁରେ ସେମାନେ ଯୀଶୁଙ୍କୁ ଘେନିଗଲେ; ଆଉ, ଯୀଶୁ ଆପେ କ୍ରୁଶ ବହି କପାଳସ୍ଥଳ ନାମକ ସ୍ଥାନ, ଯାହାକୁ ଏବ୍ରୀ ଭାଷାରେ ଗଲ୍ଗଥା ବୋଲି କହନ୍ତି, ସେଠାକୁ ବାହାରିଗଲେ। 18ସେଠାରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ଓ ତାହାଙ୍କ ସହିତ ଆଉ ଦୁଇ ଜଣଙ୍କୁ ଅନ୍ୟ ଦୁଇ କ୍ରୁଶରେ ଚଢ଼ାଇଲେ, ଦୁଇ ପାର୍ଶ୍ୱରେ ଦୁଇ ଜଣଙ୍କୁ ଓ ମଝିରେ ଯୀଶୁଙ୍କୁ। 19ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ। ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୁଦୀମାନଙ୍କ ରାଜା। 20ଯିହୁଦୀମାନଙ୍କ ମଧ୍ୟରୁ ଅନେକେ ଏହି ଅଭିଯୋଗପତ୍ର ପାଠ କଲେ, କାରଣ ଯେଉଁ ସ୍ଥାନରେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଯାଇଥିଲା, ତାହା ନଗରର ନିକଟରେ ଥିଲା; ପୁଣି, ସେହି ପତ୍ର ଏବ୍ରୀ, ଲାଟୀନ୍ ଓ ଗ୍ରୀକ୍ ଭାଷାରେ ଲେଖା ହୋଇଥିଲା। 21ତେଣୁ ଯିହୁଦୀମାନଙ୍କର ପ୍ରଧାନ ଯାଜକମାନେ ପୀଲାତଙ୍କୁ କହିଲେ, ଯିହୁଦୀମାନଙ୍କ ରାଜା ବୋଲି ନ ଲେଖି ବରଂ ମୁଁ ଯିହୁଦୀମାନଙ୍କର ରାଜା ବୋଲି ସେ କହିଲା, ଏହା ଲେଖନ୍ତୁ। 22ପୀଲାତ ଉତ୍ତର ଦେଲେ, ଆମ୍ଭେ ଯାହା ଲେଖିଛୁ, ଲେଖିଛୁ। 23ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା। 24ତେଣୁ ସେମାନେ ପରସ୍ପର କହିଲେ, ଏହାକୁ ଚିରିବା ନାହିଁ, କିନ୍ତୁ ଏହା କାହାର ହେବ, ସେଥିପାଇଁ ଗୁଲିବାଣ୍ଟ କରିବା, ଯେପରି ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହୁଏ, “ସେମାନେ ଆପଣା ଆପଣା ମଧ୍ୟରେ ମୋହର ବସ୍ତ୍ର ଭାଗ କଲେ, ପୁଣି, ମୋହର ଅଙ୍ଗରଖା ନିମନ୍ତେ ଗୁଲିବାଣ୍ଟ କଲେ।” ତେଣୁ ସୈନ୍ୟମାନେ ଏହାସବୁ କଲେ। 25କିନ୍ତୁ ଯୀଶୁଙ୍କ କ୍ରୁଶ ନିକଟରେ ତାହାଙ୍କ ମାତା, ତାହାଙ୍କ ମାତାଙ୍କ ଭଉଣୀ, କ୍ଳୋପାଙ୍କ ସ୍ତ୍ରୀ ମରୀୟମ ଓ ମଗ୍ଦଲୀନୀ ମରୀୟମ ଠିଆ ହୋଇଥିଲେ। 26ଯୀଶୁ ଆପଣା ମାତା ଓ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ତାହାଙ୍କୁ ପାଖରେ ଠିଆ ହୋଇଥିବା ଦେଖି ମାତାଙ୍କୁ କହିଲେ, “ଗୋ ନାରୀ, ଦେଖ, ତୁମ୍ଭର ପୁତ୍ର!” 27ତତ୍ପରେ ସେ ସେହି ଶିଷ୍ୟଙ୍କୁ କହିଲେ, “ଦେଖ, ତୁମ୍ଭର ମାତା!” ଆଉ, ସେହି ଦଣ୍ଡରୁ ସେହି ଶିଷ୍ୟ ତାହାଙ୍କୁ ଆପଣା ଗୃହକୁ ଘେନିଗଲେ। 28ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥିନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, “ମୋତେ ତୃଷା ଲାଗୁଅଛି।” 29ସେଠାରେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ପାତ୍ର ଥିଲା; ତେଣୁ ସେମାନେ ଅମ୍ଳରସ ପରିପୂର୍ଣ୍ଣ ଗୋଟିଏ ଏଜୋବ ଖଣ୍ଡିଏ ଏଜୋପନଳରେ ଲଗାଇ ତାହାଙ୍କ ମୁଖ ପାଖକୁ ଦେଲେ। 30ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ। 31ସେହି ଦିନ ଆୟୋଜନ ଦିନ ଥିବାରୁ, ଶରୀରଗୁଡ଼ିକ ଯେପରି ବିଶ୍ରାମବାର ଦିନରେ କ୍ରୁଶ ଉପରେ ନ ରହେ (କାରଣ ସେହି ବିଶ୍ରାମବାର ମହାଦିନ ଥିଲା), ସେଥିପାଇଁ ସେମାନଙ୍କ ଗୋଡ଼ ଭଙ୍ଗାଯାଉ ଓ ସେମାନେ ଅନ୍ୟ ସ୍ଥାନକୁ ନିଆଯାଆନ୍ତୁ ବୋଲି ଯିହୁଦୀମାନେ ପୀଲାତଙ୍କୁ ଅନୁରୋଧ କଲେ। 32ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ। 33ମାତ୍ର ସେମାନେ ଯୀଶୁଙ୍କ ନିକଟକୁ ଆସି ସେ ମରିଗଲେଣି ବୋଲି ଦେଖି ତାହାଙ୍କ ଗୋଡ଼ ଭାଙ୍ଗିଲେ ନାହିଁ, 34କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା। 35ଯେ ଦେଖିଅଛି, ସେ ସାକ୍ଷ୍ୟ ଦେଇଅଛି, ଯେପରି ତୁମ୍ଭେମାନେ ମଧ୍ୟ ବିଶ୍ୱାସ କର; ପୁଣି, ତାହାର ସାକ୍ଷ୍ୟ ସତ୍ୟ, ଆଉ ସେ ଯେ ସତ୍ୟ କହୁଅଛି, ଏହା ସେ ଜାଣନ୍ତି। 36କାରଣ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେବା ନିମନ୍ତେ ଏସମସ୍ତ ବିଷୟ ଘଟିଲା, ତାହାଙ୍କର ଖଣ୍ଡେ ଅସ୍ଥି ଭଗ୍ନ ହେବ ନାହିଁ। 37ପୁନର୍ବାର ଧର୍ମଶାସ୍ତ୍ରର ଆଉ ଗୋଟିଏ ବାକ୍ୟ ଏହି, ସେମାନେ ଯାହାଙ୍କୁ ବିଦ୍ଧ କଲେ, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ। 38ଏହି ସମସ୍ତ ଘଟଣା ପରେ, ଯେଉଁ ହାରାମାଥୀୟାର ଯୋଷେଫ ଯୀଶୁଙ୍କର ଜଣେ ଶିଷ୍ୟ ଥିଲେ, କିନ୍ତୁ ଯିହୁଦୀମାନଙ୍କ ଭୟରେ ଗୁପ୍ତ ଭାବରେ ଥିଲେ, ସେ ଯୀଶୁଙ୍କ ଶରୀର ଘେନିଯିବା ନିମନ୍ତେ ପୀଲାତଙ୍କୁ ଅନୁରୋଧ କଲେ। ସେଥିରେ ପୀଲାତ ଅନୁମତି ଦେଲେ। ତେଣୁ ସେ ଆସି ତାହାଙ୍କ ଶରୀର ଘେନିଗଲେ। 39ଯେଉଁ ନୀକଦୀମ ପ୍ରଥମେ ରାତ୍ରିକାଳରେ ତାହାଙ୍କ ନିକଟକୁ ଆସିଥିଲେ, ସେ ମଧ୍ୟ ପ୍ରାୟ ପଚାଶ ସେର ଗନ୍ଧରସ ମିଶ୍ରିତ ଅଗୁରୁ ଘେନି ଆସିଲେ। 40ସେମାନେ ଯୀଶୁଙ୍କର ଶରୀର ଘେନି ଯିହୁଦୀମାନଙ୍କର ସମାଧି ଦେବା ରୀତି ଅନୁସାରେ ତାହା ସୁଗନ୍ଧିଦ୍ରବ୍ୟ ସହିତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇଦେଲେ। 41ସେ ଯେଉଁ ସ୍ଥାନରେ କ୍ରୁଶରେ ଚଢ଼ାଯାଇଥିଲେ, ସେ ସ୍ଥାନରେ ଗୋଟିଏ ଉଦ୍ୟାନ ଥିଲା, ଆଉ ସେହି ଉଦ୍ୟାନରେ ଗୋଟିଏ ନୂତନ ସମାଧି ଥିଲା, ସେଥିରେ କେହି କେବେ ରଖାଯାଇ ନ ଥିଲା। 42ଅତଏବ, ଯିହୁଦୀମାନଙ୍କର ଆୟୋଜନ ଦିନ ହେତୁ ସେହି ସ୍ଥାନରେ ସେମାନେ ଯୀଶୁଙ୍କୁ ରଖିଦେଲେ, କାରଣ ସେହି ସମାଧି ନିକଟରେ ଥିଲା।
ମାଥିଉ
1ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ। 2ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ। 3ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ହିମ ପରି ଧଳା ରଙ୍ଗ ଥିଲା, 4ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ। 5କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ। 6ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ। 7ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି। 8ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ। 9ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, “ତୁମ୍ଭମାନଙ୍କର ମଙ୍ଗଳ ହେଉ।” ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ। 10ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।”
ମାର୍କ
1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।
ଲୂକ
1ଆଉ ବିଶ୍ରାମବାର ଦିନରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି-ସ୍ଥାନ ନିକଟକୁ ଗଲେ। 2ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ। 4ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଛ? 6ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି। “ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,” 7ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର। 8ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଶିଷ୍ୟମାନଙ୍କୁ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ବାଦ ଦେଲେ। 10ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ। 11ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ। 12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।]
ଯୋହନ
1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ। 11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।
ମାଥିଉ, ମାର୍କ ଓ ଲୂକରେ ଯୀଶୁଙ୍କ ଦୁଃଖଭୋଗ
ପବିତ୍ର ସପ୍ତାହ
ସୁସମାଚାରମାନେ ଯେପରି କହନ୍ତି, ସେହିପରି ଘଣ୍ଟା ଘଣ୍ଟା ଘଟଣାଗୁଡ଼ିକୁ ଅନୁସରଣ କରନ୍ତୁ।
ଖଜୁରୀ ରବିବାର
- ଦିନ ମଧ୍ୟରେପରମ୍ପରା ଦ୍ୱାରା ସ୍ଥିର ଦିନଯିରୂଶାଲମରେ ପ୍ରବେଶ
ଯୀଶୁ ଗଧ ଉପରେ ବସି ନଗରକୁ ଆସନ୍ତି; ଲୋକମାନେ ଖଜୁରୀ ଡାଳ ଧରି ତାହାଙ୍କୁ ସ୍ୱାଗତ କରନ୍ତି।
ପବିତ୍ର ସୋମବାର
- ଦିନ ମଧ୍ୟରେପାଠରେ ଦିଆଯାଇଥିବା ସମୟମନ୍ଦିର ଶୁଦ୍ଧୀକରଣ
ଯୀଶୁ ବେପାରୀମାନଙ୍କୁ ମନ୍ଦିରରୁ ବାହାର କରିଦିଅନ୍ତି। ମାର୍କଙ୍କ ସୁସମାଚାରରେ ଏହା ପ୍ରବେଶର ପରଦିନ ଘଟେ।
ପବିତ୍ର ମଙ୍ଗଳବାର
- ଦିନ ମଧ୍ୟରେପାଠରେ ଦିଆଯାଇଥିବା ସମୟମନ୍ଦିରରେ ଶିକ୍ଷା
ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ସହିତ ତର୍କବିତର୍କ, ଦୃଷ୍ଟାନ୍ତ, ଆଉ ଜୀତପର୍ବତ ଉପରେ ଯୁଗାନ୍ତ ବିଷୟରେ କଥାବାର୍ତ୍ତା।
ପବିତ୍ର ବୁଧବାର
- ଦିନ ମଧ୍ୟରେପାଠରେ ଦିଆଯାଇଥିବା ସମୟବେଥନୀୟାରେ ଅଭିଷେକ
ଜଣେ ସ୍ତ୍ରୀ ଯୀଶୁଙ୍କ ମସ୍ତକରେ ସୁଗନ୍ଧି ତୈଳ ଢାଳନ୍ତି; ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ରାଜି ହୁଏ। ମାର୍କ ଏହାକୁ ନିସ୍ତାର ପର୍ବର ଦୁଇ ଦିନ ପୂର୍ବରେ ରଖନ୍ତି।
ପୁଣ୍ୟ ଗୁରୁବାର · ପବିତ୍ର ଗୁରୁବାର
- 19:00–21:30ପାଠରେ ଦିଆଯାଇଥିବା ସମୟଶେଷ ଭୋଜ
ସନ୍ଧ୍ୟାରେ ଯୀଶୁ ଦ୍ୱାଦଶଙ୍କ ସହିତ ନିସ୍ତାର ପର୍ବର ଭୋଜ ପାଳନ କରନ୍ତି, ସେମାନଙ୍କ ପାଦ ଧୋଇଦିଅନ୍ତି ଓ ରୁଟି ଭାଙ୍ଗନ୍ତି।
- 21:30–23:00ପାଠରେ ଦିଆଯାଇଥିବା ସମୟବିଦାୟ ଉପଦେଶ
ଶିଷ୍ୟମାନଙ୍କ ପ୍ରତି ଯୀଶୁଙ୍କ ଶେଷ କଥା ଓ ସେମାନଙ୍କ ପାଇଁ ତାହାଙ୍କ ପ୍ରାର୍ଥନା।
- 23:00–00:30ପାଠରେ ଦିଆଯାଇଥିବା ସମୟଗେଥ୍ଶିମାନୀ
ରାତିରେ ଯୀଶୁ ଉଦ୍ୟାନରେ ପ୍ରାର୍ଥନା କରନ୍ତି, ସେତେବେଳେ ଶିଷ୍ୟମାନେ ଶୋଇଥାନ୍ତି।
ପୁଣ୍ୟ ଶୁକ୍ରବାର · ପବିତ୍ର ଶୁକ୍ରବାର
- 00:30–01:30ପାଠରେ ଦିଆଯାଇଥିବା ସମୟଗିରଫ
ଯିହୂଦା ପ୍ରହରୀମାନଙ୍କ ସହିତ ଆସେ, ଆଉ ଯୀଶୁଙ୍କୁ ଧରି ନେଇଯାଆନ୍ତି।
- 01:30–05:30ପାଠରେ ଦିଆଯାଇଥିବା ସମୟମହାଯାଜକଙ୍କ ସମ୍ମୁଖରେ
ରାତିରେ ବିଚାର। ପିତର ତାହାଙ୍କୁ ତିନି ଥର ଅସ୍ୱୀକାର କରନ୍ତି, ଆଉ କୁକୁଡ଼ା ରାବେ।
- 05:30–06:30ପାଠରେ ଦିଆଯାଇଥିବା ସମୟସକାଳର ସଭା
ପାହାନ୍ତି ବେଳେ ପ୍ରାଚୀନମାନେ ଯୀଶୁଙ୍କୁ ପୀଲାତଙ୍କ ହାତରେ ସମର୍ପଣ କରିବାକୁ ସ୍ଥିର କରନ୍ତି।
- 06:30–09:00ପାଠରେ ଦିଆଯାଇଥିବା ସମୟପୀଲାତଙ୍କ ସମ୍ମୁଖରେ
ପୀଲାତ ଓ ହେରୋଦ ଯୀଶୁଙ୍କୁ ପଚରାଉଚରା କରନ୍ତି। ଲୋକମାନେ ବାରବ୍ବାକୁ ବାଛନ୍ତି, ଆଉ ଯୀଶୁଙ୍କୁ କୋରଡ଼ା ମରାଯାଏ।
- 09:00–12:00 · ତୃତୀୟ ଘଣ୍ଟାପାଠରେ ଦିଆଯାଇଥିବା ସମୟକ୍ରୁଶାରୋପଣ
ସକାଳ ପ୍ରାୟ 9ଟାରେ (ମାର୍କ 15:25)। ଯୋହନଙ୍କ ସୁସମାଚାରରେ ଷଷ୍ଠ ଘଣ୍ଟା ପାଖାପାଖି ମଧ୍ୟ ବିଚାର ଚାଲିଥାଏ (ଯୋହନ 19:14); ବ୍ୟାଖ୍ୟାକାରମାନେ ଏହାକୁ ଭିନ୍ନ ଭିନ୍ନ ଭାବରେ ବୁଝାନ୍ତି।
- 12:00–15:00 · ଷଷ୍ଠ ଘଣ୍ଟାପାଠରେ ଦିଆଯାଇଥିବା ସମୟଦେଶ ଉପରେ ଅନ୍ଧକାର
ଷଷ୍ଠ ଘଣ୍ଟାରୁ ନବମ ଘଣ୍ଟା ପର୍ଯ୍ୟନ୍ତ, ପ୍ରାୟ ମଧ୍ୟାହ୍ନ 12ଟାରୁ ଅପରାହ୍ନ 3ଟା ପର୍ଯ୍ୟନ୍ତ, ସମଗ୍ର ଦେଶ ଅନ୍ଧକାରରେ ଘୋଡ଼ା ହୋଇଯାଏ।
- 15:00–17:00 · ନବମ ଘଣ୍ଟାପାଠରେ ଦିଆଯାଇଥିବା ସମୟକ୍ରୁଶ ଉପରେ ମୃତ୍ୟୁ
ଅପରାହ୍ନ ପ୍ରାୟ ତିନିଟାରେ ଯୀଶୁ ଉଚ୍ଚସ୍ୱରରେ ଡାକନ୍ତି ଓ ପ୍ରାଣ ତ୍ୟାଗ କରନ୍ତି।
- 17:00–19:00ପାଠରେ ଦିଆଯାଇଥିବା ସମୟସମାଧି
ସନ୍ଧ୍ୟାରେ, ବିଶ୍ରାମବାର ଆରମ୍ଭ ହେବା ପୂର୍ବରୁ, ହାରାମାଥୀୟାର ଯୋଷେଫ ଶରୀରକୁ ସମାଧିରେ ରଖନ୍ତି।
ପବିତ୍ର ଶନିବାର
- ଦିନ ମଧ୍ୟରେପାଠରେ ଦିଆଯାଇଥିବା ସମୟବିଶ୍ରାମବାର
ଯେଉଁ ସ୍ତ୍ରୀମାନେ ଯୀଶୁଙ୍କ ସହିତ ଗାଲିଲୀରୁ ଆସିଥିଲେ, ସେମାନେ ଆଜ୍ଞା ଅନୁସାରେ ବିଶ୍ରାମ କରନ୍ତି; ସମାଧି ପାଖରେ ପ୍ରହରୀ ରଖାଯାଏ।
ଇଷ୍ଟର ରବିବାର · ପାସ୍କା
- 05:00–08:00ପାଠରେ ଦିଆଯାଇଥିବା ସମୟପୁନରୁତ୍ଥାନ
ଅତି ପ୍ରତ୍ୟୁଷରେ, ପାହାନ୍ତି ବେଳେ, ସ୍ତ୍ରୀମାନେ ସମାଧି ପାଖକୁ ଆସନ୍ତି ଓ ତାହା ଖାଲି ପାଆନ୍ତି।
ମାଥି 28:1 · ମାର୍କ 16:1 · ଲୂକ 24:1 · ଯୋହ 20:1
- 15:00–18:00ପାଠରେ ଦିଆଯାଇଥିବା ସମୟଇମ୍ମାୟୁର ପଥ
ଦୁଇ ଜଣ ଶିଷ୍ୟ ଇମ୍ମାୟୁକୁ ଚାଲି ଯାଉଥାନ୍ତି। ପୁନରୁତ୍ଥିତ ପ୍ରଭୁ ସେମାନଙ୍କ ସହିତ ଚାଲନ୍ତି, ଆଉ ସନ୍ଧ୍ୟା ହେବା ବେଳକୁ ସେମାନେ ତାହାଙ୍କୁ ଚିହ୍ନିପାରନ୍ତି।
- 18:00–21:00ପାଠରେ ଦିଆଯାଇଥିବା ସମୟଯୀଶୁ ଶିଷ୍ୟମାନଙ୍କୁ ଦର୍ଶନ ଦିଅନ୍ତି
ସେହି ଦିନ ସନ୍ଧ୍ୟାରେ, ଦ୍ୱାରଗୁଡ଼ିକ ବନ୍ଦ ଥିଲେ ମଧ୍ୟ, ଯୀଶୁ ଶିଷ୍ୟମାନଙ୍କ ମଧ୍ୟକୁ ଆସନ୍ତି।
କଳାରେ
ଶେଷ ଭୋଜଉଗୋଲିନୋ ଦା ସିଏନା · c. 1325
କୁମାରୀ ମରୀୟମ, ସାଧୁ ଯୋହନ, ସାଧୁ ଜେରୋମ୍ ଓ ସାଧ୍ୱୀ ମଗ୍ଦଲୀନୀ ମରୀୟମଙ୍କ ସହ କ୍ରୁଶାରୋପଣପେରୁଜିନୋ · c. 1482/1485
ଲୋକମାନଙ୍କ ସାମ୍ନାରେ ଖ୍ରୀଷ୍ଟ (Ecce Homo)ସୋଦୋମା · c. 1540–49
ସମାଧିସ୍ଥ କରିବାରୁବେନ୍ସ · c. 1612
ମାଳୀ ରୂପେ ମଗ୍ଦଲୀନୀ ମରୀୟମଙ୍କୁ ଦର୍ଶନ ଦେଉଥିବା ଖ୍ରୀଷ୍ଟ (Noli me Tangere)ରୁବେନ୍ସଙ୍କ କର୍ମଶାଳା · c. 1615–1618
ଖ୍ରୀଷ୍ଟଙ୍କୁ ଶତ୍ରୁ ହସ୍ତରେ ସମର୍ପଣୟାକୋବ୍ ୟୋର୍ଡାନ୍ସ · 1655–1659
ଯିରୂଶାଲମରେ ଖ୍ରୀଷ୍ଟଙ୍କ ପ୍ରବେଶଡ୍ୟୁରର୍ · c. 1509/1510?
ଶିଷ୍ୟମାନଙ୍କ ପାଦ ଧୋଉଥିବା ଖ୍ରୀଷ୍ଟଗାରୋଫାଲୋ · c. 1520/1525
କ୍ରୁଶ ବହୁଥିବା ଖ୍ରୀଷ୍ଟଏଲ୍ ଗ୍ରେକୋ · c. 1577–87
ପୁନରୁତ୍ଥାନବେନଭେନୁତୋ ଦି ଜୋଭାନ୍ନି · 1491?
ଯିରୂଶାଲମରେ ପ୍ରବେଶଗୁସ୍ତାଭ୍ ଡୋରେ · 1866
ଶେଷ ଭୋଜଗୁସ୍ତାଭ୍ ଡୋରେ · 1866
ଆହୁରି ପର୍ବ
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର