ବାଇବେଲର ପଶୁପକ୍ଷୀ
ଗଧ
ଏବ୍ରୀ chamor, aton (ଗର୍ଦ୍ଦଭୀ) · ଗ୍ରୀକ୍ onos · ପ୍ରତିଦିନର ଭାରବାହୀ ପଶୁ
ଗଧ ଥିଲା ବାଇବେଲ ଦେଶଗୁଡ଼ିକର ପ୍ରତିଦିନର ପଶୁ: ଏହା ଭାର ବୋହୁଥିଲା, ଜାନ୍ତ ବୁଲାଉଥିଲା, ହଳ କରୁଥିଲା ଓ ଲୋକଙ୍କୁ ବୋହୁଥିଲା। ପାଞ୍ଚ ହଜାର ବର୍ଷରୁ ଅଧିକ ପୂର୍ବେ ଉତ୍ତର-ପୂର୍ବ ଆଫ୍ରିକାରେ ଆଫ୍ରିକୀୟ ବଣୁଆ ଗଧକୁ ପୋଷ ମନାଇ ଏହା ତିଆରି ହୋଇଥିଲା। ଅବ୍ରହାମ ମିସରରେ ଗଧ ପାଇଥିଲେ (ଆଦି ପୁସ୍ତକ 12:16), ଶାଉଲ ପ୍ରଥମେ ନିଜ ପିତାଙ୍କ ହଜିଲା ଗଧ ଖୋଜୁଥିବା ଅବସ୍ଥାରେ ଦେଖାଯାଆନ୍ତି, ଏବଂ ଇସ୍ରାଏଲର ନେତାମାନେ ଧଳା ଗଧ ଉପରେ ଚଢ଼ୁଥିଲେ (ବିଚାରକର୍ତ୍ତା 5:10)। ବ୍ୟବସ୍ଥା ବଳଦ ଓ ଗଧକୁ ଏକତ୍ର ଯୋଚି ଚାଷ କରିବାକୁ ନିଷେଧ କରିଥିଲା (ଦ୍ୱିତୀୟ ବିବରଣ 22:10)।
ଘୋଡ଼ା ମୁଖ୍ୟତଃ ଯୁଦ୍ଧ ଓ ରାଜାମାନଙ୍କ ପାଇଁ ଥିଲା; ଶାନ୍ତିରେ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଗଧ ଉପଯୁକ୍ତ ଥିଲା। ତେଣୁ ଯିଖରୀୟ ଗଧ ଉପରେ ଚଢ଼ି ଆସୁଥିବା ଜଣେ ନମ୍ର ରାଜାଙ୍କୁ ବର୍ଣ୍ଣନା କରନ୍ତି, ଏବଂ ସୁସମାଚାରଗୁଡ଼ିକ ଯୀଶୁଙ୍କ ଯିରୂଶାଲମ ପ୍ରବେଶ ସମୟରେ ଏହି ପଦକୁ ସ୍ମରଣ କରନ୍ତି। ସବୁଠାରୁ ପ୍ରସିଦ୍ଧ ଗଧ ହେଉଛି ଗଣନା ପୁସ୍ତକ 22ରେ ବିଲୀୟମର ଗର୍ଦ୍ଦଭୀ: ସେ ବାଟ ଅଟକାଇଥିବା ଦୂତଙ୍କୁ ଦେଖେ, ତିନି ଥର ବାଟରୁ ଅନ୍ତର ହୁଏ — ଏବଂ ତା’ପରେ କଥା କହେ। ଦର୍ଶନ ଓ ନୀତିକଥା ଛଡ଼ା ବାଇବେଲରେ କେବଳ ଦୁଇଟି ପଶୁ କଥା କହନ୍ତି: ଏଦନର ସର୍ପ ଓ ବିଲୀୟମର ଗର୍ଦ୍ଦଭୀ।
ପ୍ରକୃତିରେ

କଳାରେ
ବିଲୀୟମ୍ ଓ ଦୂତଡିର୍କ କୋର୍ନହର୍ଟ
ସ୍ୱର୍ଗଦୂତ ବିଲୀୟମ୍ଙ୍କ ବାଟ ଅଟକାନ୍ତିଗୁସ୍ତାଭ୍ ଡୋରେ
ବିଲୀୟମ୍ଙ୍କ ଗର୍ଦ୍ଦଭୀ (Ms. 33, fol. 105v, ୱେଲ୍ଟକ୍ରୋନିକ୍ରୁ)ଅଜ୍ଞାତ ଚିତ୍ରକର, ରେଗେନ୍ସବର୍ଗ
ବୈଥ୍ଫାଗୀର ଗଧଛୁଆ (L'ânon de Bethphagé)ଜେମ୍ସ ଟିସୋ
ଯିରୂଶାଲମରେ ଖ୍ରୀଷ୍ଟଙ୍କ ପ୍ରବେଶଡ୍ୟୁରର୍
ମିସରକୁ ପଳାୟନକାର୍ପାଚ୍ଚୋ
ମୁଖ୍ୟ ପଦ
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।” ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।” ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।ଏହି ପ୍ରାଣୀ ଥିବା ସମସ୍ତ ପଦ (137)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ19
ଫାରୋ ତାଙ୍କ ଲାଗି ଅବ୍ରାମଙ୍କୁ ସମାଦର କରି ତାଙ୍କୁ ମେଷ, ଗୋରୁ, ଗର୍ଦ୍ଦଭ ଓ ଦାସଦାସୀ ଓ ଗର୍ଦ୍ଦଭୀ ଓ ଓଟ ଦେଲେ।ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇ ଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”ସଦାପ୍ରଭୁ ମୋʼ କର୍ତ୍ତାଙ୍କୁ ଅତିଶୟ ଆଶୀର୍ବାଦ କରିଅଛନ୍ତି, ତେଣୁ ସେ ଅତି ଧନବାନ ହୋଇଅଛନ୍ତି; ଆଉ ସଦାପ୍ରଭୁ ତାଙ୍କୁ ପଲ ପଲ ଗୋମେଷାଦି ଓ ରୂପା ସୁନା ଓ ଦାସଦାସୀ, ପୁଣି, ଓଟ ଗଧ ଦେଇଅଛନ୍ତି।ଏହେତୁ ଯାକୁବ ଅତିଶୟ ବର୍ଦ୍ଧିଷ୍ଣୁ ହେଲା, ପୁଣି, ତାହାର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।ମୋହର ଗୋରୁ, ଗଧ, ମେଷପଲ ଓ ଦାସଦାସୀ ଅଛନ୍ତି, ପୁଣି, ମୁଁ ଆପଣା ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ ଆପଣଙ୍କ ନିକଟକୁ ସମ୍ବାଦ ପଠାଇଲି।’”ପୁଣି, ସବତ୍ସା ଦୁଗ୍ଧବତୀ ତିରିଶ ଉଷ୍ଟ୍ରୀ ଓ ଚାଳିଶ ଗାଭୀ ଓ ଦଶ ବୃଷ, ପୁଣି, କୋଡ଼ିଏ ଗର୍ଦ୍ଦଭୀ ଓ ଦଶଟି ବାଛୁରି ପ୍ରସ୍ତୁତ କଲା।ପୁଣି, ସେମାନଙ୍କ ମେଷ ଓ ଗୋରୁ ଓ ଗଧସବୁ, ଆଉ ନଗରସ୍ଥ ଓ କ୍ଷେତ୍ରସ୍ଥ ସମସ୍ତ ଦ୍ରବ୍ୟ ହରଣ କଲେ।ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।ତହୁଁ ସେମାନେ ଆପଣା ଆପଣା ଗଧ ଉପରେ ଶସ୍ୟ ଲଦି ସେଠାରୁ ପ୍ରସ୍ଥାନ କଲେ।ମାତ୍ର ଉତ୍ତରିବା ସ୍ଥାନରେ ଜଣେ ଗଧକୁ ଆହାର ଦେବା ନିମନ୍ତେ ପଟ ଫିଟାନ୍ତେ, ଆପଣା ଟଙ୍କା ଦେଖିଲା; କାରଣ ପଟ ମୁହଁରେ ଟଙ୍କା ଥିଲା।ପୁଣି, ଯୋଷେଫଙ୍କ ଗୃହକୁ ନୀତ ହେବାରୁ ସେମାନେ ଭୀତ ହୋଇ ପରସ୍ପର କହିଲେ, “ପୂର୍ବେ ଆମ୍ଭମାନଙ୍କ ପଟରେ ଯେଉଁ ଟଙ୍କା ଫେରି ଯାଇଥିଲା, ତହିଁ ନିମନ୍ତେ ଆମ୍ଭମାନଙ୍କୁ ଏଠାକୁ ଆଣିଅଛନ୍ତି; ଏବେ ସେ ଆମ୍ଭମାନଙ୍କ ଉପରେ ପଡ଼ି ଆକ୍ରମଣ କରି ଆମ୍ଭମାନଙ୍କ ଗର୍ଦ୍ଦଭ ସବୁ ନେଇ ଆମ୍ଭମାନଙ୍କୁ ଦାସ ପରି ରଖିବ।”ଏଥିଉତ୍ତାରେ ସେ ସେମାନଙ୍କୁ ଯୋଷେଫଙ୍କ ଗୃହ ଭିତରକୁ ନେଇ ଜଳ ଦିଅନ୍ତେ, ସେମାନେ ପାଦ ପ୍ରକ୍ଷାଳନ କଲେ; ପୁଣି, ସେ ସେମାନଙ୍କ ଗର୍ଦ୍ଦଭମାନଙ୍କୁ ଆହାର ଦେଲା।ଆଉ ପ୍ରଭାତ ହେବା ମାତ୍ରେ, ସେମାନେ ଗର୍ଦ୍ଦଭ ସହିତ ବିଦାୟ ପାଇଲେ।ସେତେବେଳେ ସେମାନେ ଆପଣା ଆପଣା ବସ୍ତ୍ର ଚିରିଲେ, ଆଉ ପ୍ରତ୍ୟେକେ ଗଧ ବୋଝାଇ କରି ନଗରକୁ ଫେରିଗଲେ।ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।ଇଷାଖର ବଳବାନ ଗର୍ଦ୍ଦଭ ସଦୃଶ, ସେ ମେଷ ଖୁଆଡ଼ ମଧ୍ୟରେ ଶୟନ କରେ;ଯାତ୍ରା ପୁସ୍ତକ12
ତହୁଁ ମୋଶା ଆପଣା ଭାର୍ଯ୍ୟା ଓ ପୁତ୍ରଗଣକୁ ଗଧ ଉପରେ ଚଢ଼ାଇ ମିସର ଦେଶକୁ ଫେରିଗଲେ; ପୁଣି, ସେ ଆପଣା ହସ୍ତରେ ପରମେଶ୍ୱରଙ୍କର ସେହି ଯଷ୍ଟି ନେଲେ।ତେବେ ଦେଖ, ତୁମ୍ଭ କ୍ଷେତ୍ରସ୍ଥିତ ଘୋଡା, ଗର୍ଦ୍ଦଭ, ଓଟ, ଗୋରୁ ଓ ମେଷାଦି ପଶୁଗଣ ଉପରେ ସଦାପ୍ରଭୁଙ୍କ ହସ୍ତ ଅଛି; ଏଣୁ ଅତିଶୟ ମହାମାରୀ ହେବ।ପୁଣି, ତୁମ୍ଭେ ମେଷଶାବକ ଦେଇ ପ୍ରତ୍ୟେକ ପ୍ରଥମଜାତ ଗର୍ଦ୍ଦଭକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ; ମାତ୍ର ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ମନୁଷ୍ୟର ପ୍ରଥମଜାତ ସମସ୍ତଙ୍କୁ ମୁକ୍ତ କରିବାକୁ ହେବ।ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।ଆଉ କେହି ଯଦି କୌଣସି କୂପ ଅନାବୃତ କରେ, କିଅବା କୂପ ଖୋଳି ତାହା ଆବୃତ ନ କରେ, ତେବେ ତହିଁ ଭିତରେ କୌଣସି ଗୋରୁ କି ଗଧ ପଡ଼ିଲେ,ଗୋରୁ ଅବା ଗର୍ଦ୍ଦଭ କି ମେଷାଦି ଚୋରା ଦ୍ରବ୍ୟ ଯଦି ଚୋର ହସ୍ତରେ ଜୀବିତ ମିଳେ, ତେବେ ସେ ତହିଁର ଦୁଇଗୁଣ ଦେବ।ପୁଣି, ସର୍ବପ୍ରକାର ଅଧର୍ମ ବିଷୟରେ, ଅର୍ଥାତ୍, ଗୋରୁ, ଗର୍ଦ୍ଦଭ, ମେଷ କିଅବା ବସ୍ତ୍ରାଦି, ଯେକୌଣସି ହଜିଲା ଦ୍ରବ୍ୟ ବିଷୟରେ ଯଦି କେହି କହେ, “ଏହା ସେହି ଦ୍ରବ୍ୟ,” ତେବେ ଉଭୟ ପକ୍ଷର କଥା ପରମେଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ହେବ; ତହିଁରେ ପରମେଶ୍ୱର ଯାହାକୁ ଦୋଷୀ କରିବେ, ସେ ଆପଣା ପ୍ରତିବାସୀକୁ ଦୁଇଗୁଣ ଦେବ।ଆଉ ଯଦି କେହି ପ୍ରତିବାସୀ ନିକଟରେ ଆପଣା ଗଧ, ଗୋରୁ, ମେଷ, କିଅବା କୌଣସି ପଶୁ ପ୍ରତିପାଳନାର୍ଥେ ରଖନ୍ତି ପୁଣି, ଯଦି କାହାରି ନ ଦେଖିବାରେ ସେହି ପଶୁ ମରେ, ଅବା ଭଗ୍ନାଙ୍ଗ ହୁଏ କିଅବା ଅଡ଼ାଇ ନିଆଯାଏ,ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।ଗଣନା ପୁସ୍ତକ16
ତହିଁରେ ମୋଶା ଅତିଶୟ କ୍ରୋଧାନ୍ୱିତ ହୋଇ ଉଠିଲେ, ପୁଣି, ସେ ସଦାପ୍ରଭୁଙ୍କୁ କହିଲେ, “ତୁମ୍ଭେ ସେମାନଙ୍କର ନୈବେଦ୍ୟ ଗ୍ରହଣ କର ନାହିଁ; ଆମ୍ଭେ ସେମାନଙ୍କଠାରୁ ଗୋଟିଏ ଗଧ ନେଇ ନାହୁଁ, ଅବା ସେମାନଙ୍କ ମଧ୍ୟରୁ କାହାକୁ ହିଁ ହିଂସା କରି ନାହୁଁ।”ତହିଁରେ ବିଲୀୟମ୍ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା।ଏଥିରେ ସେ ଯିବା ସକାଶୁ ପରମେଶ୍ୱରଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ।ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା ତହିଁରେ ବିଲୀୟମ୍ ଗର୍ଦ୍ଦଭୀକୁ ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;ସେହି ସମୟରେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମ୍ର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା।ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି ବିଲୀୟମ୍ର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମ୍ର କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକୁ ଆପଣା ଯଷ୍ଟିରେ ପ୍ରହାର କଲା।ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମ୍କୁ କହିଲା, “ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନି ଥର ପ୍ରହାର କଲ।”ତେବେ ବିଲୀୟମ୍ ଗର୍ଦ୍ଦଭୀକୁ କହିଲା, “କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ଡା ଥିଲେ ମୁଁ ଏବେ ତୋତେ ବଧ କରନ୍ତି।”ପୁଣି, ଗର୍ଦ୍ଦଭୀ ବିଲୀୟମ୍କୁ କହିଲା, “ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି?” ତହୁଁ ସେ କହିଲା, “ନା।”ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଏହି ତିନି ଥର ଆପଣା ଗର୍ଦ୍ଦଭୀକୁ କାହିଁକି ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;ପୁଣି, ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନି ଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯଦି ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ।”ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।ତିରିଶ ହଜାର ପାଞ୍ଚ ଶହ ଗର୍ଦ୍ଦଭଦ୍ୱିତୀୟ ବିବରଣ6
ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ; ତହିଁରେ ତୁମ୍ଭେ, ତୁମ୍ଭର ପୁତ୍ର, କି ତୁମ୍ଭର କନ୍ୟା, ତୁମ୍ଭର ଦାସ, କି ତୁମ୍ଭର ଦାସୀ, ତୁମ୍ଭର ଗୋରୁ, କି ତୁମ୍ଭର ଗର୍ଦ୍ଦଭ, ତୁମ୍ଭର କୌଣସି ପଶୁ, କି ତୁମ୍ଭର ନଗରଦ୍ୱାରବର୍ତ୍ତୀ ବିଦେଶୀ, କେହି କୌଣସି କାର୍ଯ୍ୟ କରିବ ନାହିଁ; ତହିଁରେ ତୁମ୍ଭର ଦାସ ଓ ଦାସୀ ତୁମ୍ଭ ପରି ବିଶ୍ରାମ କରିବେ।କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।ତୁମ୍ଭେ ତାହାର ଗଧ ପ୍ରତି ସେରୂପ କରିବ ଓ ତୁମ୍ଭେ ତାହାର ବସ୍ତ୍ର ପ୍ରତି ସେରୂପ କରିବ; ପୁଣି ତୁମ୍ଭ ଭାଇ ଯେକୌଣସି ବସ୍ତୁ ହଜାଇଥାଏ, ତାହାର ସେହି ହଜିଲା ବସ୍ତୁ ତୁମ୍ଭେ ପାଇଲେ, ତହିଁ ବିଷୟରେ ସେରୂପ କରିବ; ତହିଁରେ ଅମନୋଯୋଗ କରିବା ତୁମ୍ଭର ଅକର୍ତ୍ତବ୍ୟ।ତୁମ୍ଭେ ଆପଣା ଭାଇର ଗଧ କି ବଳଦ ବାଟରେ ପଡ଼ିଯିବାର ଦେଖିଲେ, ତହିଁ ପ୍ରତି ଅମନୋଯୋଗୀ ହେବ ନାହିଁ; ତୁମ୍ଭେ ସେମାନଙ୍କୁ ପୁନର୍ବାର ଉଠାଇବା ପାଇଁ ଅବଶ୍ୟ ତାହାର ଉପକାର କରିବ।ତୁମ୍ଭେ ବଳଦ ଓ ଗଧ ଏକତ୍ର ଯୋଚି ଚାଷ କରିବ ନାହିଁ।ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।ଯିହୋଶୂୟ4
ପୁଣି ସେମାନେ ପୁରୁଷ ଓ ସ୍ତ୍ରୀ, ଯୁବା ଓ ବୃଦ୍ଧ, ପୁଣି ଗୋରୁ ଓ ମେଷ ଓ ଗର୍ଦ୍ଦଭ ଆଦି ଯାହା ଯାହା ନଗରରେ ଥିଲା, ସେସବୁକୁ ଖଡ୍ଗମୁଖରେ ବର୍ଜିତ ରୂପେ ବିନାଶ କଲେ।ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍ ଉପତ୍ୟକାକୁ ଆଣିଲେ।ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”ବିଚାରକର୍ତ୍ତା12
ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?”ହେ ଶ୍ୱେତ ଗର୍ଦ୍ଦଭୀ-ଆରୋହୀମାନେ, ହେ ଗାଲିଚାରେ ବସିବା ଲୋକମାନେ ଓ ପଥରେ ଗମନକାରୀମାନେ, ତୁମ୍ଭେମାନେ ଗାନ କର।ସେମାନଙ୍କ ସମ୍ମୁଖରେ ଛାଉଣି କରି ଘସା ପର୍ଯ୍ୟନ୍ତ ଭୂମିଜାତ ଶସ୍ୟାଦି ବିନାଶ କରନ୍ତି, ପୁଣି ଇସ୍ରାଏଲଙ୍କ ମଧ୍ୟରେ ପ୍ରାଣ ବଞ୍ଚିବାର କୌଣସି ଉପାୟ, କି ମେଷ, କି ଗୋରୁ, କି ଗଧ, କିଛି ରଖନ୍ତି ନାହିଁ।ପୁଣି ତାଙ୍କର ତିରିଶ ପୁତ୍ର ଥିଲେ, ସେମାନେ ତିରିଶ ଗର୍ଦ୍ଦଭରେ ଚଢ଼ିଲେ ଓ ସେମାନଙ୍କର ତିରିଶ ନଗର ଥିଲା, ସେହି ସବୁକୁ ଆଜି ପର୍ଯ୍ୟନ୍ତ ହବୋତ୍-ଯାୟୀର (ଯାୟୀର ଗ୍ରାମ) ବୋଲାଯାଏ; ତାହାସବୁ ଗିଲୀୟଦ ଦେଶରେ ଅଛି।ଆଉ ତାହାର ଚାଳିଶ ପୁତ୍ର ଓ ତିରିଶ ପୌତ୍ର ଥିଲେ, ସେମାନେ ସତୁରି ଗର୍ଦ୍ଦଭ ଚଢ଼ିଲେ; ପୁଣି ସେ ଆଠ ବର୍ଷ ଇସ୍ରାଏଲର ବିଚାର କଲେ।ସେତେବେଳେ ସେ ଗର୍ଦ୍ଦଭର ଗୋଟିଏ କଞ୍ଚା ଥୋମଣି ପାଇ ହାତ ବଢ଼ାଇ ତାହା ନେଲା ଓ ତଦ୍ଦ୍ୱାରା ଏକ ହଜାର ଲୋକଙ୍କୁ ବଧ କଲା।ତହୁଁ ଶାମ୍ଶୋନ୍ କହିଲା:- “ଗଧ ଥୋମଣିରେ ହେଲେ ଗଦା ଗଦା, ଗଧ ଥୋମଣିରେ କଲି ହଜାର ଲୋକ ପଦା।”ଏଥିଉତ୍ତାରେ ତାହାର ଉପପତି ତାହାକୁ ପ୍ରୀତିବଚନ କହି ଫେରାଇ ଆଣିବାକୁ ଆପଣା ସଙ୍ଗେ ଏକ ଦାସ ଓ ଦୁଇ ଗର୍ଦ୍ଦଭ ନେଇ ତାହା ନିକଟକୁ ଗଲା; ତହିଁରେ ସେହି ସ୍ତ୍ରୀ ତାହାକୁ ଆପଣା ପିତୃଗୃହକୁ ଆଣିଲା; ତହିଁରେ ସେହି ଯୁବତୀର ପିତା ସେହି ବ୍ୟକ୍ତିକୁ ଦେଖି ତାହା ସହିତ ସାକ୍ଷାତ କରି ଆନନ୍ଦିତ ହେଲା।ମାତ୍ର ସେ ଲୋକ ସେହି ରାତ୍ରି ରହିବାକୁ ଅସମ୍ମତ ହୋଇ ଉଠି ପ୍ରସ୍ଥାନ କଲା ଓ ଯିବୂଷ, ଅର୍ଥାତ୍, ଯିରୂଶାଲମ ନିକଟରେ ଉପସ୍ଥିତ ହେଲା; ପୁଣି ତାହା ସଙ୍ଗେ ସସଜ୍ଜ ଯୋଡ଼ିଏ ଗଧ ଓ ମଧ୍ୟ ତାହାର ଉପପତ୍ନୀ ଥିଲେ।ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”ତହିଁରେ ସେ ସେମାନଙ୍କୁ ଆପଣା ଘରକୁ ଆଣି ଗଧମାନଙ୍କୁ ଖାଦ୍ୟ ଦେଲା, ପୁଣି ସେମାନେ ପାଦ ଧୋଇ ଭୋଜନପାନ କଲେ।ତହୁଁ ସେ ତାହାକୁ କହିଲା, “ଉଠ, ଚାଲ ଆମ୍ଭେମାନେ ଯିବା;” ମାତ୍ର ସେ ଉତ୍ତର ଦେଲା ନାହିଁ; ତେବେ ସେ ତାହାକୁ ଗଧ ଉପରକୁ ନେଲା; ଆଉ ସେହି ଲେବୀୟ ପୁରୁଷ ଉଠି ଆପଣା ସ୍ଥାନକୁ ପ୍ରସ୍ଥାନ କଲା।ପ୍ରଥମ ଶାମୁୟେଲ16
ଆଉ ସେ ତୁମ୍ଭମାନଙ୍କ ଦାସମାନଙ୍କୁ ଓ ତୁମ୍ଭମାନଙ୍କ ଦାସୀମାନଙ୍କୁ ଓ ତୁମ୍ଭମାନଙ୍କ ସର୍ବୋତ୍ତମ ଯୁବା ପୁରୁଷମାନଙ୍କୁ ଓ ତୁମ୍ଭମାନଙ୍କ ଗର୍ଦ୍ଦଭ ସକଳ ନେଇ ଆପଣା କାର୍ଯ୍ୟରେ ଲଗାଇବ।ଏକ ସମୟରେ ଶାଉଲଙ୍କ ପିତା କୀଶ୍ର ଗଧସବୁ ହଜିଲେ। ତହିଁରେ କୀଶ୍ ଆପଣା ପୁତ୍ର ଶାଉଲଙ୍କୁ କହିଲା, “ତୁମ୍ଭେ ଯୁବାମାନଙ୍କ ମଧ୍ୟରୁ ଜଣକୁ ସଙ୍ଗେ ନେଇ ଗଧ ଖୋଜିବାକୁ ଉଠିଯାଅ।”ଯେତେବେଳେ ସେମାନେ ସୂଫ ପ୍ରଦେଶରେ ଉପସ୍ଥିତ ହେଲେ, ସେତେବେଳେ ଶାଉଲ ଆପଣା ସଙ୍ଗୀ ଯୁବାକୁ କହିଲେ, “ଆସ ଆମ୍ଭେମାନେ ଫେରିଯାଉ; ନୋହିଲେ ମୋହର ପିତା ଗଧମାନଙ୍କ ବିଷୟରେ ଚିନ୍ତା କରିବା ଛାଡ଼ି ଆମ୍ଭମାନଙ୍କ ବିଷୟରେ ଚିନ୍ତା କରିବେ।”ପୁଣି, ତିନି ଦିନ ହେଲା ତୁମ୍ଭର ଯେଉଁସବୁ ଗଧ ହଜିଛନ୍ତି; ସେମାନଙ୍କଠାରେ ମନ ଦିଅ ନାହିଁ; କାରଣ ସେମାନେ ମିଳିଲେଣି। ପୁଣି, ଇସ୍ରାଏଲ ମଧ୍ୟରେ ସମସ୍ତ ବାଞ୍ଛନୀୟ ବିଷୟ କାହା ପାଇଁ? ତାହା କି ତୁମ୍ଭ ନିମନ୍ତେ ଓ ତୁମ୍ଭର ସମସ୍ତ ପିତୃଗୃହ ନିମନ୍ତେ ନୁହେଁ?”ଆଜି ତୁମ୍ଭେ ଯେତେବେଳେ ମୋହର ନିକଟରୁ ପ୍ରସ୍ଥାନ କରିବ, ସେତେବେଳେ ବିନ୍ୟାମୀନ୍ର ସୀମାସ୍ଥିତ ସେଲ୍ସହରେ ରାହେଲ-କବର ନିକଟରେ ଦୁଇ ପୁରୁଷଙ୍କର ସାକ୍ଷାତ ପାଇବ; ପୁଣି, ସେମାନେ ତୁମ୍ଭକୁ କହିବେ, ‘ତୁମ୍ଭେ ଯେଉଁ ଗଧମାନଙ୍କୁ ଖୋଜିବାକୁ ଯାଇଥିଲ, ସେମାନେ ମିଳିଲେ; ଆଉ ଦେଖ, ତୁମ୍ଭ ପିତା ଗଧମାନଙ୍କ ଚିନ୍ତା ଛାଡ଼ି ତୁମ୍ଭମାନଙ୍କ ବିଷୟରେ ଚିନ୍ତା କରି କହୁଛନ୍ତି, ମୁଁ ଆପଣା ପୁତ୍ର ପାଇଁ କଅଣ କରିବି?’ଏଥିଉତ୍ତାରେ ଶାଉଲଙ୍କର ପିତୃବ୍ୟ ତାଙ୍କୁ ଓ ତାଙ୍କର ଯୁବାକୁ ପଚାରିଲେ, “ତୁମ୍ଭେମାନେ କେଉଁଠାକୁ ଯାଇଥିଲ?” ସେ କହିଲେ, “ଗଧ ଖୋଜିବା ପାଇଁ; ମାତ୍ର ସେମାନେ ମିଳିଲେ ନାହିଁ ବୋଲି ଦେଖି, ଆମ୍ଭେମାନେ ଶାମୁୟେଲଙ୍କ ନିକଟକୁ ଆସିଲୁ।”ତହିଁରେ ଶାଉଲ ଆପଣା ପିତୃବ୍ୟଙ୍କୁ କହିଲେ, “ଗଧସବୁ ମିଳିଲେ ବୋଲି ସେ ଆମ୍ଭମାନଙ୍କୁ ସ୍ପଷ୍ଟରୂପେ କହିଲେ।” ମାତ୍ର ରାଜତ୍ଵର ଯେଉଁ କଥା ଶାମୁୟେଲ କହିଥିଲେ, ତାହା ସେ ତାଙ୍କୁ ଜଣାଇଲେ ନାହିଁ।ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି? ଅବା ମୁଁ କାହାର ଗଧ ନେଇଅଛି? ଅବା ମୁଁ କାହାର ଅନ୍ୟାୟ କରିଅଛି? ମୁଁ କାହା ପ୍ରତି ଉପଦ୍ରବ କରିଅଛି? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।”ଏବେ ତୁମ୍ଭେ ଯାଇ ଅମାଲେକକୁ ଆଘାତ କର ଓ ସେମାନଙ୍କର ସର୍ବସ୍ୱ ସମ୍ପୂର୍ଣ୍ଣ ରୂପେ ବିନାଶ କର ଓ ସେମାନଙ୍କୁ ଦୟା କର ନାହିଁ; ମାତ୍ର ପୁରୁଷଠାରୁ ସ୍ତ୍ରୀ ପର୍ଯ୍ୟନ୍ତ, ବାଳକଠାରୁ ସ୍ତନ୍ୟପାୟୀ ଶିଶୁ ପର୍ଯ୍ୟନ୍ତ, ଗୋରୁଠାରୁ ମେଷ ପର୍ଯ୍ୟନ୍ତ, ଓଟଠାରୁ ଗଧ ପର୍ଯ୍ୟନ୍ତ ସମସ୍ତଙ୍କୁ ବଧ କର।’”ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ଏରୂପେ ସେ ଗର୍ଦ୍ଦଭ ଉପରେ ଚଢ଼ି ପର୍ବତ ଉହାଡ଼ ନିକଟକୁ ଆସନ୍ତେ, ଦେଖ, ଦାଉଦ ଓ ତାଙ୍କର ଲୋକମାନେ ଅବୀଗଲ ସମ୍ମୁଖରେ ଉପସ୍ଥିତ ହେଲେ ଓ ସେ ସେମାନଙ୍କୁ ଭେଟିଲା।ଏଣୁ ଅବୀଗଲ ଦାଉଦଙ୍କୁ ଦେଖନ୍ତେ, ଶୀଘ୍ର ଗର୍ଦ୍ଦଭରୁ ଓହ୍ଲାଇ ଦାଉଦଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ଭୂମିଷ୍ଠ ପ୍ରଣାମ କଲା।ତହୁଁ ଅବୀଗଲ ନିଜର ପାଞ୍ଚ ଅନୁଚରୀ ଯୁବତୀଙ୍କି ସଙ୍ଗେ ଘେନି ଶୀଘ୍ର ଉଠି ଗର୍ଦ୍ଦଭ ଉପରେ ଆରୋହଣ କଲା; ପୁଣି, ସେ ଦାଉଦଙ୍କର ଦୂତମାନଙ୍କ ପଶ୍ଚାଦ୍ଗମନ କରି ତାଙ୍କର ଭାର୍ଯ୍ୟା ହେଲା।ପୁଣି, ଦାଉଦ ସେହି ଦେଶ ନିବାସୀମାନଙ୍କୁ ଆଘାତ କରି ପୁରୁଷ ଓ ସ୍ତ୍ରୀ କାହାକୁ ହିଁ ଜୀବିତ ରଖନ୍ତି ନାହିଁ ଓ ମେଷ, ଗୋରୁ, ଗର୍ଦ୍ଦଭ, ଉଷ୍ଟ୍ର ଓ ବସ୍ତ୍ରାଦି ଲୁଟ କରି ଆଖୀଶ୍ ନିକଟକୁ ଫେରି ଆସନ୍ତି।ଦ୍ୱିତୀୟ ଶାମୁୟେଲ4
ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”ଏଉତ୍ତାରେ ଅହୀଥୋଫଲ ଆପଣା ମନ୍ତ୍ରଣାନୁସାରେ କର୍ମ କରା ନ ଯିବାର ଦେଖି ଆପଣା ଗର୍ଦ୍ଦଭ ସଜାଇ ଉଠି ନିଜ ଗୃହ ଓ ନିଜ ନଗରକୁ ଗଲା ଓ ଆପଣା ଗୃହ ସମସ୍ତ ବିଷୟ ସଜାଡ଼ି ଆପଣାକୁ ଫାଶୀ ଦେଲା; ଏରୂପେ ସେ ମଲା, ପୁଣି ଆପଣା ପିତାର କବରରେ କବର ପାଇଲା।ତହିଁରେ ସେ ଉତ୍ତର କଲା, “ହେ ମୋହର ପ୍ରଭୋ, ମହାରାଜ, ଆପଣଙ୍କ ଦାସ ତ ଛୋଟା, ‘ଗର୍ଦ୍ଦଭ ସଜାଇ ତାହା ଉପରେ ଚଢ଼ି ମହାରାଜଙ୍କ ନିକଟକୁ ଯିବା ପାଇଁ ମୋହର ମନସ୍ଥ ଥିଲା,’ ମାତ୍ର ମୋହର ଦାସ ମୋତେ ପ୍ରବଞ୍ଚନା କଲା।ପ୍ରଥମ ରାଜାବଳୀ7
ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା।ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା।ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।ଦ୍ୱିତୀୟ ରାଜାବଳୀ5
ପୁଣି ସେ ଆପଣା ସ୍ୱାମୀକୁ ଡାକି କହିଲା, “ମୁଁ ବିନୟ କରୁଅଛି, ଦାସମାନଙ୍କ ମଧ୍ୟରୁ ଜଣକୁ ଓ ଗର୍ଦ୍ଦଭୀରୁ ଗୋଟିଏ ମୋʼ ନିକଟକୁ ପଠାଇଦିଅ, ମୁଁ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଦୌଡ଼ିଯାଇ ଫେରି ଆସିବି।”ତହୁଁ ସେ ଗର୍ଦ୍ଦଭୀ ସଜାଇ ଆପଣା ଦାସକୁ କହିଲା, “ଅଡ଼ାଇ ଚାଲ; ମୋʼ ଆଜ୍ଞା ବିନା ଚଲାଇବାରେ ଢିଲା କର ନାହିଁ।”ତହିଁରେ ଶମରୀୟାରେ ମହାଦୁର୍ଭିକ୍ଷ ହେଲା; ଆଉ ଦେଖ, ଏକ ଗର୍ଦ୍ଦଭର ମୁଣ୍ଡ ଅଶୀ ରୌପ୍ୟ ମୁଦ୍ରାରେ ଓ କପୋତ ମଳର ଏକ କାବ୍ର ଚତୁର୍ଥାଂଶ ପାଞ୍ଚ ରୌପ୍ୟ ମୁଦ୍ରାରେ ବିକ୍ରୟ ହେବା ପର୍ଯ୍ୟନ୍ତ ସେମାନେ ତାହା ଅବରୋଧ କଲେ।ଏହେତୁ ଅରାମୀୟମାନଙ୍କ ସୈନ୍ୟଗଣ ଉଠି ଗୋଧୂଳି ସମୟରେ ପଳାଇଲେ, ଆଉ ସେମାନେ ଆପଣାମାନଙ୍କ ତମ୍ବୁ ଓ ଅଶ୍ୱ ଓ ଗର୍ଦ୍ଦଭ ଓ ଛାଉଣି ଯେପରି ଥିଲା, ସେପରି ଛାଡ଼ି ଆପଣାମାନଙ୍କ ପ୍ରାଣରକ୍ଷାର୍ଥେ ପଳାଇଲେ।ତହୁଁ ସେମାନେ ଆସି ନଗରର ଦ୍ୱାରୀକୁ ଡାକିଲେ; ଆଉ ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟମାନଙ୍କ ଛାଉଣିକୁ ଯାଇଥିଲୁ, ଆଉ ଦେଖ, ସେଠାରେ କୌଣସି ମନୁଷ୍ୟ ନାହିଁ; କି ମନୁଷ୍ୟର ଶବ୍ଦ ନାହିଁ, ମାତ୍ର ଅଶ୍ୱ ଓ ଗର୍ଦ୍ଦଭଗଣ ବନ୍ଧା ହୋଇଅଛନ୍ତି, ଆଉ ତମ୍ବୁସବୁ ଯେପରି ଥିଲା, ସେପରି ଅଛି।”ପ୍ରଥମ ବଂଶାବଳୀ3
ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ଇଶ୍ମାୟେଲୀୟ ଓବୀଲ୍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।ଦ୍ୱିତୀୟ ବଂଶାବଳୀ1
ତହିଁରେ ପୂର୍ବୋକ୍ତ ଲୋକମାନେ ଉଠି ବନ୍ଦୀମାନଙ୍କୁ ନେଲେ ଓ ଲୁଟିତ ଦ୍ରବ୍ୟ ନେଇ ସେମାନଙ୍କ ମଧ୍ୟରେ ସମସ୍ତ ବସ୍ତ୍ରହୀନ ଲୋକଙ୍କୁ ବସ୍ତ୍ର ଓ ପାଦୁକା ପିନ୍ଧାଇଲେ ଓ ସେମାନଙ୍କୁ ଭୋଜନପାନ କରିବାକୁ ଦେଇ ତୈଳ ମର୍ଦ୍ଦନ କଲେ ଓ ସେମାନଙ୍କ ମଧ୍ୟରୁ ଦୁର୍ବଳ ସମସ୍ତଙ୍କୁ ଗର୍ଦ୍ଦଭରେ ଚଢ଼ାଇ ଖର୍ଜ୍ଜୁରପୁର ଯିରୀହୋକୁ ସେମାନଙ୍କ ଭ୍ରାତୃଗଣ ନିକଟକୁ ନେଇଗଲେ; ଏଥିଉତ୍ତାରେ ସେମାନେ ଶମରୀୟାକୁ ଫେରି ଆସିଲେ।ଏଜ୍ରା1
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ।ନିହିମୀୟା2
ଚାରି ଶହ ପଞ୍ଚତିରିଶ ଓଟ; ଛଅ ହଜାର ସାତ ଶହ କୋଡ଼ିଏ ଗଧ ଥିଲେ।ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।ଆୟୁବ5
ମଧ୍ୟ ତାହାର ସମ୍ପତ୍ତି ସାତ ହଜାର ମେଷ, ତିନି ହଜାର ଉଷ୍ଟ୍ର, ପାଞ୍ଚ ଶହ ହଳ ବଳଦ, ପାଞ୍ଚ ଶହ ଗର୍ଦ୍ଦଭୀ ଓ ଅନେକ ଦାସଦାସୀ ଥିଲେ। ତେଣୁ ସେ ପୂର୍ବଦେଶୀୟ ସମସ୍ତ ଲୋକଙ୍କ ଅପେକ୍ଷା ମହାନ ହୋଇଥିଲା।ଏପରି ସମୟରେ ଆୟୁବ ନିକଟକୁ ଏକ ଦୂତ ଆସି କହିଲା, “ବଳଦମାନେ ହଳ ବୁଲାଉଥିଲେ ଓ ସେମାନଙ୍କ ନିକଟରେ ଗର୍ଦ୍ଦଭୀମାନେ ଚରୁଥିଲେ;ଜଣେ ଅସାର ମନୁଷ୍ୟ ବୁଦ୍ଧିବାନ ହୋଇ ପାରିବ, କିନ୍ତୁ ଯେବେ ବନ୍ୟ ଗର୍ଦ୍ଦଭଶାବକ ମନୁଷ୍ୟକୁ ଜାତ କରିବ।ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି, ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।ଏହିରୂପେ ସଦାପ୍ରଭୁ ଆୟୁବର ଆଦ୍ୟ ଅବସ୍ଥା ଅପେକ୍ଷା ଶେଷ ଅବସ୍ଥାକୁ ଅଧିକ ଆଶୀର୍ବାଦଯୁକ୍ତ କଲେ; ତହିଁରେ ତାହାର ଚଉଦ ହଜାର ମେଷ ଓ ଛଅ ହଜାର ଉଷ୍ଟ୍ର ଓ ଏକ ହଜାର ହଳ ବଳଦ ଓ ଏକ ହଜାର ଗର୍ଦ୍ଦଭୀ ହେଲେ।ହିତୋପଦେଶ1
ଅଶ୍ୱ ପାଇଁ କୋରଡ଼ା ଗର୍ଦ୍ଦଭ ପାଇଁ ଲଗାମ, ପୁଣି, ମୂର୍ଖର ପିଠି ପାଇଁ ବାଡ଼ି।ଯିଶାଇୟ5
ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।”ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।ମଧ୍ୟ ଭୂମି ଚାଷକାରୀ ବଳଦ, ଯୁବା ଗର୍ଦ୍ଦଭମାନେ ଚାଲୁଣୀ ଓ କୁଲାରେ ଝଡ଼ା ସୁମିଶ୍ରିତ ଶସ୍ୟାଦି ଖାଇବେ।ସଜଳ ସ୍ଥାନସବୁରେ ବୀଜ ବୁଣୁଅଛ ଓ ଗୋରୁ ଗର୍ଦ୍ଦଭକୁ ବାହାରେ ପଠାଉଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ।ଯିରିମୀୟ1
ତାହାର କବର ଗଧର କବର ତୁଲ୍ୟ ହେବ, ସେ ଘୋଷଡ଼ା ଯାଇ ଯିରୂଶାଲମର ଦ୍ୱାର ବାହାରେ ପକାଯିବ।”ଯିହିଜିକଲ1
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।ଯିଖରୀୟ2
ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।ପୁଣି, ସେହି ସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ।ମାଥିଉ3
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ, ଆଉ ଯିବା ମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ; ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ।ସିୟୋନର କନ୍ୟାକୁ କୁହ, ଦେଖ୍, ତୋର ରାଜା ତୋʼ ନିକଟକୁ ଆସୁଅଛନ୍ତି; ସେ ନମ୍ର ଓ ଗର୍ଦ୍ଦଭାରୋହୀ, ଶାବକ, ଗର୍ଦ୍ଦଭଶାବକାରୋହୀ।ପୁଣି, ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ, ଆଉ ସେ ତାହା ଉପରେ ବସିଲେ।ମାର୍କ4
“ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା କ୍ଷଣି, ଯାହା ଉପରେ କେହି କେବେ ଚଢ଼ି ନାହିଁ, ଏପରି ଗୋଟିଏ ଗଧଛୁଆ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ।ସେମାନେ ଯାଇ ଦ୍ୱାର ନିକଟରେ ବାହାର ଦାଣ୍ଡରେ ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖି ତାହାକୁ ଫିଟାଇଲେ।ସେଥିରେ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି ସେମାନଙ୍କୁ ପଚାରିଲେ, ଗଧଛୁଆକୁ ଫିଟାଇ କଅଣ କରୁଅଛ?ଯୀଶୁଙ୍କ ନିକଟକୁ ଗଧଛୁଆଟିକୁ ଆଣି ସେମାନେ ତାହା ଉପରେ ଆପଣା ଆପଣା ଲୁଗା ପକାଇଦେଲେ, ଆଉ ଯୀଶୁ ତାହା ଉପରେ ବସିଲେ।ଲୂକ4
କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ?“ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ।ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ମାଲିକମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ।ଯୋହନ2
ଆଉ, ଯୀଶୁ ଗୋଟିଏ ଗର୍ଦ୍ଦଭଶାବକ ପାଇ ତାହା ଉପରେ ଆରୋହଣ କଲେ, ଯେପରି ଲେଖାଅଛି,ଆଗୋ ସିୟୋନର କନ୍ୟେ, ଭୟ କର ନାହିଁ; ଦେଖ, ତୋର ରାଜା ଆସୁଅଛନ୍ତି, ସେ ଗର୍ଦ୍ଦଭଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।୨ ପିତର1
କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା।ଏହା ମଧ୍ୟ ଦେଖନ୍ତୁ
ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Animals in the Bible © United Bible Societies 2025, adapted from E. R. Hope, All Creatures Great and Small © 2005 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର