Bible Explorer ଆପ୍ ପାଆନ୍ତୁ

ବିଶ୍ୱକୋଷ › ବାଇବେଲର ପଶୁପକ୍ଷୀ

ବାଇବେଲର ପଶୁପକ୍ଷୀ

ସିଂହ

ଏବ୍ରୀ ari, kefir (ଯୁବା ସିଂହ) · ଗ୍ରୀକ୍ leōn · ଏସୀୟ ସିଂହ

ବାଇବେଲର ସିଂହମାନେ ଏସୀୟ ସିଂହ ଥିଲେ — ଆଫ୍ରିକୀୟ ସିଂହଠାରୁ ଟିକିଏ ଛୋଟ, ଏବଂ ସେମାନଙ୍କ କେଶର ଛୋଟ, ଯେଉଁଥିପାଇଁ କାନ ଦେଖାଯାଏ। ସେମାନେ ଯର୍ଦ୍ଦନ କୂଳର ଘଞ୍ଚ ବୁଦାରେ (ଯିରିମୀୟ 49:19) ଓ ପାହାଡ଼ରେ ରହୁଥିଲେ, ଏବଂ ରାତିରେ ପଲ ଉପରେ ଆକ୍ରମଣ କରୁଥିଲେ — ଦାଉଦଙ୍କ ପରି ମେଷପାଳକଙ୍କୁ ସେମାନଙ୍କ ସହିତ ଲଢ଼ି ସେମାନଙ୍କୁ ଘଉଡ଼ାଇବାକୁ ପଡ଼ୁଥିଲା। ବାଇବେଲର ଏବ୍ରୀ ଭାଷାରେ ଭିନ୍ନ ଭିନ୍ନ ବୟସର ସିଂହ ପାଇଁ ଅନେକ ଶବ୍ଦ ଅଛି, ଛୁଆଠାରୁ ବଢ଼ିଲା ପୁରୁଷ ସିଂହ ପର୍ଯ୍ୟନ୍ତ।

ଅଶୂରୀୟ ରାଜାମାନେ ଖେଳ ପାଇଁ ସିଂହ ଶିକାର କରୁଥିଲେ, ଏବଂ ରାଜା ଅଶୁରବାନିପାଲଙ୍କ ସିଂହ-ଶିକାରର ଖୋଦିତ ଶିଳାଫଳକ ଆଜି ବ୍ରିଟିଶ୍ ମ୍ୟୁଜିୟମରେ ଅଛି। ବାବିଲରେ ଶୋଭାଯାତ୍ରା ପଥର ଦୁଇ ପାଖରେ ଚକଚକିଆ ଇଟାର ସିଂହ ଥିଲେ। ଇସ୍ରାଏଲ ଦେଶରୁ ସିଂହ ବହୁ ପୂର୍ବରୁ ଲୋପ ପାଇଲେ, ଏବଂ ସିରିଆ ଓ ମେସୋପୋଟାମିଆରୁ 19ଶ ଶତାବ୍ଦୀରେ। ଆଜି ଏସୀୟ ସିଂହ କେବଳ ପଶ୍ଚିମ ଭାରତର ଗିର୍ ଜଙ୍ଗଲରେ ଓ ତାହାର ଆଖପାଖରେ ବଣରେ ରହନ୍ତି — 2025ର ଗଣନା ଅନୁସାରେ ନଅ ଶହରୁ କମ୍। ଶକ୍ତିର ପ୍ରତୀକ ରୂପେ ସିଂହ ଯାକୁବଙ୍କ ଆଶୀର୍ବାଦରେ ଦେଖାଯାଏ, ଯେଉଁଠାରେ ଯିହୁଦାଙ୍କୁ “ସିଂହଶାବକ” କୁହାଯାଇଛି (ଆଦି ପୁସ୍ତକ 49:9)।

ପ୍ରକୃତିରେ

ପଶ୍ଚିମ ଭାରତର ଗିରରେ ଏକ ଏସୀୟ ସିଂହ — ବାଇବଲ ଦେଶର ସିଂହମାନେ ଏବେ ବି ବନ୍ୟ ଅବସ୍ଥାରେ ବଞ୍ଚିଥିବା ଶେଷ ସ୍ଥାନ।
ପଶ୍ଚିମ ଭାରତର ଗିରରେ ଏକ ଏସୀୟ ସିଂହ — ବାଇବଲ ଦେଶର ସିଂହମାନେ ଏବେ ବି ବନ୍ୟ ଅବସ୍ଥାରେ ବଞ୍ଚିଥିବା ଶେଷ ସ୍ଥାନ। Panthera leo · Jay Pruett · CC BY 4.0 · iNaturalist

କଳାରେ

ମୁଖ୍ୟ ପଦ

ଯିହୁଦା ସିଂହଶାବକଆଦି 49:9ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
ଶାମ୍‌ଶୋନ୍ ଓ ଯୁବା ସିଂହବିଚାର 14:5–6ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। ତହୁଁ ସଦାପ୍ରଭୁଙ୍କ ଆତ୍ମା ଶାମ୍‍ଶୋନ୍‍ ଉପରେ ଆସିବା କ୍ଷଣି, ସେ ଛେଳିଛୁଆକୁ ବିଦୀର୍ଣ୍ଣ କଲା ପରି ତାହାକୁ ବିଦୀର୍ଣ୍ଣ କରି ପକାଇଲା, ମାତ୍ର ଶାମ୍‍ଶୋନ୍‍ ହାତରେ କିଛି ନ ଥିଲା। ତଥାପି ସେ ଆପଣାର ଏହି କର୍ମର କଥା ଆପଣା ପିତାମାତାଙ୍କୁ କହିଲା ନାହିଁ।
ଦାଉଦ ପଲକୁ ରକ୍ଷା କରନ୍ତିପ୍ର.ଶା 17:34–35ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ, ମୁଁ ତାହା ପଛେ ଗୋଡ଼ାଇ ତାକୁ ମାରି ତାʼ ମୁଖରୁ ଛୁଆକୁ ରକ୍ଷା କରେ; ପୁଣି, ସେ ମୋʼ ଉପରକୁ ଉଠିଲେ, ମୁଁ ତାହାର ଦାଢ଼ି ଧରି ତାହାକୁ ମାରି ବଧ କରେ।
ପଶୁମାନଙ୍କ ମଧ୍ୟରେ ବିକ୍ରମୀହିତୋ 30:30ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
ସିଂହଙ୍କ ଗାତରେ ଦାନିୟେଲଦାନି 6:22ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
“ସିଂହ ଗର୍ଜ୍ଜନ କରିଅଛି”ଆମୋ 3:8ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”

ଏହି ପ୍ରାଣୀ ଥିବା ସମସ୍ତ ପଦ (120)

ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।

ଆଦି ପୁସ୍ତକ1
ଆଦି 49:9ଯିହୁଦା ସିଂହଶାବକ; ହେ ପୁତ୍ର, ତୁମ୍ଭେ ମୃଗ ବିଦାରଣରୁ ଉଠି ଆସିଲ; ସେ ନଇଁ ପଡ଼ିଲା, ସେ ସିଂହ ଓ ସିଂହୀର ନ୍ୟାୟ ଶୟନ କଲା, କିଏ ତାହାକୁ ଉଠାଇବ?
ଗଣନା ପୁସ୍ତକ2
ଗଣ 23:24ଦେଖ, ସେହି ଲୋକସମୂହ ସିଂହୀ ପରି ଉଠୁଅଛନ୍ତି; ପୁଣି, ସେ ସିଂହ ପରି ଆପଣାକୁ ଉଠାଉଅଛି; ଯେପର୍ଯ୍ୟନ୍ତ ସେ ଶିକାର ଭୋଜନ ନ କରେ ଓ ହତ ଲୋକମାନଙ୍କର ରକ୍ତ ପାନ ନ କରେ, ସେପର୍ଯ୍ୟନ୍ତ ଶୟନ କରିବ ନାହିଁ।”
ଗଣ 24:9ସେ ନଇଁ ପଡ଼ିଲା, ସେ ସିଂହ ତୁଲ୍ୟ ଓ ସିଂହୀ ତୁଲ୍ୟ ଶୟନ କଲା; କିଏ ତାହାକୁ ଉଠାଇବ? ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ସେମାନେ ପ୍ରତ୍ୟେକେ ଆଶୀର୍ବାଦ ପ୍ରାପ୍ତ ହେଉନ୍ତୁ, ଯେଉଁମାନେ ତୁମ୍ଭକୁ ଅଭିଶାପ ଦିଅନ୍ତି, ସେମାନେ ପ୍ରତ୍ୟେକେ ଅଭିଶପ୍ତ ହେଉନ୍ତୁ।”
ଦ୍ୱିତୀୟ ବିବରଣ2
ଦ୍ବି.ବି 33:20ପୁଣି, ଗାଦ୍‍ ବିଷୟରେ ସେ କହିଲେ, “ଯେ ଗାଦ୍‍କୁ ବିସ୍ତାର କରନ୍ତି, ସେ ଧନ୍ୟ; ସେ ସିଂହ ପରି ବାସ କରେ, ପୁଣି, ସେ ବାହୁ, ମସ୍ତକର ତାଳୁ ସୁଦ୍ଧା ବିଦୀର୍ଣ୍ଣ କରେ।
ଦ୍ବି.ବି 33:22ପୁଣି, ସେ ଦାନ୍ ବିଷୟରେ କହିଲେ, “ଦାନ୍ ସିଂହଛୁଆ ସେ ବାଶନରୁ କୁଦା ମାରେ।”
ବିଚାରକର୍ତ୍ତା4
ବିଚାର 14:5ଏଥିଉତ୍ତାରେ ଶାମ୍‍ଶୋନ୍‍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।
ବିଚାର 14:8ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି।
ବିଚାର 14:9ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।
ବିଚାର 14:18ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, “ମଧୁଠାରୁ ଆଉ ମିଷ୍ଟ କଅଣ? ଓ ସିଂହଠାରୁ ବଳବାନ କିଏ?” ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, “ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।”
ପ୍ରଥମ ଶାମୁୟେଲ3
ପ୍ର.ଶା 17:34ତହୁଁ ଦାଉଦ ଶାଉଲଙ୍କୁ କହିଲେ, “ଆପଣଙ୍କ ଦାସ ଆପଣା ପିତାର ମେଷ ଚରାଉଥାଏ; ପୁଣି, କୌଣସି ସମୟରେ ଗୋଟିଏ ସିଂହ କି ଗୋଟିଏ ଭାଲୁ ଆସି ପଲ ମଧ୍ୟରୁ ଛୁଆ ଘେନିଗଲେ,
ପ୍ର.ଶା 17:36ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”
ପ୍ର.ଶା 17:37ଆହୁରି ଦାଉଦ କହିଲେ, “ଯେଉଁ ସଦାପ୍ରଭୁ ସିଂହ ହାତରୁ ଓ ଭାଲୁ ହାତରୁ ମୋତେ ରକ୍ଷା କରିଅଛନ୍ତି; ସେ ଏହି ପଲେଷ୍ଟୀୟ ହାତରୁ ମୋତେ ରକ୍ଷା କରିବେ।” ଏଥିରେ ଶାଉଲ ଦାଉଦଙ୍କୁ କହିଲେ, “ଯାଅ, ସଦାପ୍ରଭୁ ତୁମ୍ଭର ସଙ୍ଗୀ ହେବେ।”
ଦ୍ୱିତୀୟ ଶାମୁୟେଲ3
ଦ୍ଵି.ଶା 1:23ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
ଦ୍ଵି.ଶା 17:10ତାହାହେଲେ, ଯେଉଁ ବିକ୍ରମଶାଳୀର ହୃଦୟ ସିଂହର ହୃଦୟ ତୁଲ୍ୟ, ସେ ମଧ୍ୟ ନିତାନ୍ତ ତରଳି ଯିବ; କାରଣ ଆପଣଙ୍କ ପିତା ଯେ ବୀର ଓ ତାଙ୍କ ସଙ୍ଗୀମାନେ ଯେ ବିକ୍ରମଶାଳୀ ଲୋକ, ଏହା ସମୁଦାୟ ଇସ୍ରାଏଲ ଜାଣନ୍ତି।
ଦ୍ଵି.ଶା 23:20ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
ପ୍ରଥମ ରାଜାବଳୀ9
ପ୍ର.ରା 7:29ପୁଣି, ବିଟର ମଧ୍ୟବର୍ତ୍ତା ସେହି ସବୁ ମଧ୍ୟଦେଶରେ ସିଂହ, ଗୋରୁ ଓ କିରୂବମାନେ ଥିଲେ; ଆଉ ବିଟ ଉପରେ ଏକ ବଇଠି ଥିଲା; ପୁଣି, ସିଂହ ଓ ଗୋରୁମାନଙ୍କ ତଳେ ସୂକ୍ଷ୍ମ କାର୍ଯ୍ୟର ମାଳା ଥିଲା।
ପ୍ର.ରା 7:36ପୁଣି, ସେ ତହିଁର ଅବଲମ୍ବନ ପ୍ରଦେଶରେ ଓ ତହିଁର ମଧ୍ୟଦେଶରେ ପ୍ରତ୍ୟେକର ପରିମାଣାନୁଯାୟୀ କିରୂବ, ସିଂହ ଓ ଖର୍ଜ୍ଜୁର ବୃକ୍ଷ ଖୋଦନ କରି ଚତୁର୍ଦ୍ଦିଗରେ ମାଳା ଦେଲା।
ପ୍ର.ରା 10:19ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
ପ୍ର.ରା 10:20ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
ପ୍ର.ରା 13:24ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
ପ୍ର.ରା 13:25ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
ପ୍ର.ରା 13:26ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
ପ୍ର.ରା 13:28ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
ପ୍ର.ରା 20:36ତହୁଁ ସେ ତାହାକୁ କହିଲା, “ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ମାନିଲ ନାହିଁ, ଏହେତୁ ଦେଖ, ତୁମ୍ଭେ ମୋʼ ନିକଟରୁ ପ୍ରସ୍ଥାନ କଲାକ୍ଷଣେ ସିଂହ ତୁମ୍ଭକୁ ବଧ କରିବ।” ଏଥିଉତ୍ତାରେ ସେ ପ୍ରସ୍ଥାନ କଲାକ୍ଷଣେ ସିଂହ ତାହାକୁ ଭେଟି ବଧ କଲା।
ଦ୍ୱିତୀୟ ରାଜାବଳୀ2
ଦ୍ଵି.ରା 17:25ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
ଦ୍ଵି.ରା 17:26ଏଥିସକାଶୁ ସେମାନେ ଅଶୂରର ରାଜାକୁ କହିଲେ, ଆପଣ ଯେଉଁ ଗୋଷ୍ଠୀୟମାନଙ୍କୁ ନେଇ ଶମରୀୟାର ନଗରମାନରେ ସ୍ଥାପନ କରିଅଛନ୍ତି; ସେମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ। ଏଥିପାଇଁ ସେ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଅଛନ୍ତି, ଆଉ ଦେଖନ୍ତୁ, ସେମାନେ ଲୋକମାନଙ୍କୁ ବଧ କରୁଅଛନ୍ତି, କାରଣ ଲୋକମାନେ ଏ ଦେଶୀୟ ଦେବତାର ରୀତି ଜାଣନ୍ତି ନାହିଁ।
ପ୍ରଥମ ବଂଶାବଳୀ2
ପ୍ର.ବଂ 11:22ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟେଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।
ପ୍ର.ବଂ 12:8ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।
ଦ୍ୱିତୀୟ ବଂଶାବଳୀ2
ଦ୍ଵି.ବଂ 9:18ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
ଦ୍ଵି.ବଂ 9:19ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
ଆୟୁବ5
ଆୟୁବ 4:10ସିଂହର ଗର୍ଜ୍ଜନ ଓ ଭୟାନକ ସିଂହର ହୁଙ୍କାର ଓ ଯୁବା ସିଂହର ଦନ୍ତ ଭଗ୍ନ ହୁଏ।
ଆୟୁବ 4:11ବୃଦ୍ଧ ସିଂହ ଶିକାର ଅଭାବରେ ବିନଷ୍ଟ ହୁଏ ଏବଂ ସିଂହୀର ଶାବକଗଣ ଛିନ୍ନଭିନ୍ନ ହୋଇଯାʼନ୍ତି।
ଆୟୁବ 10:16ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋʼ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।
ଆୟୁବ 28:8ଦର୍ପୀ ପଶୁଗଣ ତହିଁରେ ଗତାୟାତ କରି ନାହାନ୍ତି, ଅବା ଭୟାନକ ସିଂହ ତହିଁ ନିକଟ ଦେଇ ଯାଇ ନାହିଁ।
ଆୟୁବ 38:39ତୁମ୍ଭେ କି ସିଂହୀ ପାଇଁ ଶିକାର ଖୋଜିବ? ଅବା ଯୁବା ସିଂହମାନେ ଆପଣା ଆପଣା ଗୁହାରେ ଶୟନ କଲା ବେଳେ ଓ ଛକି ବସିବା ପାଇଁ ଗୁପ୍ତ ସ୍ଥାନରେ ଥିବା ବେଳେ
ଗୀତସଂହିତା12
ଗୀତ 7:2ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ।
ଗୀତ 10:9ଯେପରି ସିଂହ ଆପଣା ଗହ୍ୱରରେ, ସେପରି ସେ ଆବୃତ ସ୍ଥାନରେ ଛକି ବସେ, ସେ ଦରିଦ୍ରକୁ ଧରିବା ପାଇଁ ଛକି ବସେ; ସେ ଶିକାରୀ ସଦୃଶ୍ୟ ଦରିଦ୍ରକୁ ଧରି ଆପଣା ଜାଲରେ ଟାଣେ।
ଗୀତ 17:12ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
ଗୀତ 22:13ସେମାନେ ଗ୍ରାସ କରିବାକୁ ଇଚ୍ଛା ଓ ଗର୍ଜ୍ଜନକାରୀ ସିଂହ ତୁଲ୍ୟ ମୋʼ ପ୍ରତି ମୁଖ ମେଲାଇ ଅଛନ୍ତି।
ଗୀତ 22:16କାରଣ କୁକ୍କୁରମାନେ ମୋତେ ବେଷ୍ଟନ କରିଅଛନ୍ତି; ଦୁରାଚାରୀମାନଙ୍କ ମଣ୍ଡଳୀ ମୋତେ ବେଢ଼ିଅଛନ୍ତି; ସେମାନେ ମୋହର ହସ୍ତ ପାଦ ବିଦ୍ଧ କରିଅଛନ୍ତି।
ଗୀତ 22:21ସିଂହର ମୁଖରୁ ମୋତେ ନିସ୍ତାର କର; ହଁ, ଅରଣା ଷଣ୍ଢର ଶୃଙ୍ଗରୁ ରକ୍ଷା କରି ତୁମ୍ଭେ ମୋତେ ଉତ୍ତର ଦେଇଅଛ।
ଗୀତ 34:10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
ଗୀତ 35:17ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
ଗୀତ 57:4ମୁଁ ସିଂହମାନଙ୍କ ମଧ୍ୟରେ ଅଛି; ମୁଁ ପ୍ରଜ୍ୱଳିତ ଲୋକମାନଙ୍କ ମଧ୍ୟରେ, ଯେଉଁ ମନୁଷ୍ୟ-ସନ୍ତାନଗଣର ଦନ୍ତ ବର୍ଚ୍ଛା ଓ ତୀର ତୁଲ୍ୟ, ପୁଣି, ଜିହ୍ୱା ତୀକ୍ଷ୍ଣ ଖଡ୍ଗ ତୁଲ୍ୟ, ସେମାନଙ୍କ ମଧ୍ୟରେ ଶୟନ କରେ।
ଗୀତ 58:6ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୋ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
ଗୀତ 91:13ତୁମ୍ଭେ ସିଂହ ଓ କାଳସର୍ପ ଉପରେ ଚାଲିବ; ତୁମ୍ଭେ ଯୁବା ସିଂହ ଓ ସର୍ପକୁ ପାଦ ତଳେ ଦଳିବ।
ଗୀତ 104:21ଯୁବା ସିଂହଗଣ ମୃଗୟା ଚେଷ୍ଟାରେ ଗର୍ଜ୍ଜନ କରନ୍ତି ଓ ପରମେଶ୍ୱରଙ୍କଠାରୁ ଆହାର ଚାହାନ୍ତି।
ହିତୋପଦେଶ7
ହିତୋ 19:12ରାଜାର କୋପ ସିଂହ ଗର୍ଜ୍ଜନ ପରି; ମାତ୍ର ତାହାର ଅନୁଗ୍ରହ ତୃଣ ଉପରେ ଥିବା କାକର ତୁଲ୍ୟ।
ହିତୋ 20:2ରାଜାର ଭୟଙ୍କରତା ସିଂହ ଗର୍ଜ୍ଜନ ପରି; ଯେ ତାଙ୍କର କ୍ରୋଧ ଜନ୍ମାଏ, ସେ ଆପଣା ପ୍ରାଣ ବିରୁଦ୍ଧରେ ପାପ କରେ।
ହିତୋ 22:13ଅଳସ ଲୋକ କହେ, ବାହାରେ ସିଂହ ଅଛି; ମୁଁ ସଡ଼କରେ ହତ ହେବି।
ହିତୋ 26:13ଅଳସୁଆ କହେ, “ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।”
ହିତୋ 28:1କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।
ହିତୋ 28:15ଯେପରି ଗର୍ଜ୍ଜନକାରୀ ସିଂହ ଓ ଭ୍ରମଣକାରୀ ଭାଲୁ; ସେପରି ଦୀନହୀନ ପ୍ରଜାଙ୍କ ଉପରେ ଦୁଷ୍ଟ କର୍ତ୍ତା।
ହିତୋ 30:30ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।
ଉପଦେଶକ1
ଉପ 9:4କାରଣ ଯେଉଁ ଲୋକ ଜୀବିତ ଲୋକସମୂହ ମଧ୍ୟରେ ମିଶ୍ରିତ, ତାହାର ଭରସା ଥାଏ; ଯେହେତୁ ମୃତ ସିଂହ ଅପେକ୍ଷା ଜୀବିତ କୁକ୍କୁର ଭଲ।
ପରମ ଗୀତ1
ପ.ଗୀ 4:8ହେ ମୋହର କନ୍ୟେ, ମୋʼ ସଙ୍ଗେ ଲିବାନୋନରୁ, ମୋʼ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍‍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ।
ଯିଶାଇୟ10
ଯିଶା 5:29ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।
ଯିଶା 11:6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
ଯିଶା 11:7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
ଯିଶା 15:9କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
ଯିଶା 21:8ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
ଯିଶା 30:6ଦକ୍ଷିଣର ପଶୁଗଣ ବିଷୟକ ଭବିଷ୍ୟତବାଣୀ। ଯେଉଁ ସ୍ଥାନରୁ ଯୁବା ଓ ବୃଦ୍ଧ ସିଂହ, କାଳସର୍ପ ଓ ଉଡ୍ଡୀୟମାନ ଅଗ୍ନିମୟ ସର୍ପ ଆସନ୍ତି, ଏପରି ସଙ୍କଟ ଓ ଯନ୍ତ୍ରଣାମୟ ଦେଶ ଦେଇ ଯେଉଁମାନଙ୍କ ଦ୍ୱାରା ସେମାନଙ୍କର ଉପକାର ହେବ ନାହିଁ, ଏପରି ଏକ ଗୋଷ୍ଠୀ ନିକଟକୁ, ସେମାନେ ଯୁବା ଗର୍ଦ୍ଦଭଗଣର ସ୍କନ୍ଧରେ ଆପଣାମାନଙ୍କର ଧନ ଓ ଉଷ୍ଟ୍ରଗଣର କୁବ୍‍ଜା ଉପରେ ଆପଣାମାନଙ୍କର ସମ୍ପତ୍ତି ବହି ନିଅନ୍ତି।
ଯିଶା 31:4କାରଣ ସଦାପ୍ରଭୁ ଆମ୍ଭକୁ ଏହି କଥା କହନ୍ତି, “ଯେପରି ସିଂହ ଓ ଯୁବା ସିଂହ ଆପଣା ଶିକାର ଉପରେ ଗର୍ଜ୍ଜନ କରେ, ଅନେକ ଅନେକ ମେଷପାଳକ ତାହା ବିରୁଦ୍ଧରେ ଡକାଗଲେ ହେଁ ସେ ସେମାନଙ୍କ ରବରେ ଉଦ୍‍ବିଗ୍ନ ହୁଏ ନାହିଁ, କିଅବା ସେମାନଙ୍କ କୋଳାହଳରେ ଆପଣାକୁ ଅବନତ କରେ ନାହିଁ, ସେହିପରି ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ ଓ ତହିଁର ଉପପର୍ବତରେ ଯୁଦ୍ଧ କରିବା ପାଇଁ ଓହ୍ଲାଇ ଆସିବେ।
ଯିଶା 35:9ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
ଯିଶା 38:13ମୁଁ ପ୍ରଭାତ ପର୍ଯ୍ୟନ୍ତ ଆପଣାକୁ ସୁସ୍ଥିର କଲି; ଯେପରି ସିଂହ, ସେହିପରି ସେ ମୋହର ଅସ୍ଥିସବୁ ଚୂର୍ଣ୍ଣ କରୁଅଛନ୍ତି; ଏକ ଦିବାରାତ୍ର ମଧ୍ୟରେ ତୁମ୍ଭେ ମୋତେ ଶେଷ କରିବ।
ଯିଶା 65:25କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”
ଯିରିମୀୟ10
ଯିରି 2:15ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସବିହୀନ ହୋଇଅଛି।
ଯିରି 2:30ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାଗଣଙ୍କୁ ଗ୍ରାସ କରିଅଛି।
ଯିରି 4:7ସିଂହ ଆପଣା ଗହ୍ୱରରୁ ବାହାରିଅଛି, ନାନା ଦେଶୀୟମାନଙ୍କର ବିନାଶକ ଆସୁଅଛି; ତୁମ୍ଭ ନଗରସମୂହ ଯେପରି ଉଚ୍ଛିନ୍ନ, ନିବାସୀବିହୀନ ହେବ, ଏଥିପାଇଁ ତୁମ୍ଭ ଦେଶକୁ ଉଜାଡ଼ କରିବାକୁ ସେ ବାଟରେ ଅଛି, ସେ ଆପଣା ସ୍ଥାନରୁ ବାହାରିଅଛି।
ଯିରି 5:6ଏନିମନ୍ତେ ବନରୁ ଏକ ସିଂହ ବାହାରି ସେମାନଙ୍କୁ ବଧ କରିବ ଓ ସନ୍ଧ୍ୟାକାଳର କେନ୍ଦୁଆ ବାଘ ସେମାନଙ୍କୁ ବିନାଶ କରିବ, ଚିତାବାଘ ସେମାନଙ୍କ ନଗରସମୂହ ନିକଟରେ ଛକି ରହିବ, ଯେ ପ୍ରତ୍ୟେକ ଲୋକ ନଗରରୁ ବାହାରିବ, ସେ ବିଦୀର୍ଣ୍ଣ ହେବ; କାରଣ ସେମାନଙ୍କର ଅପରାଧ ଅନେକ ଓ ସେମାନଙ୍କର ବିପଥଗମନ ବୃଦ୍ଧି ପାଇଅଛି।
ଯିରି 12:8ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
ଯିରି 25:38ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”
ଯିରି 49:19ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି?
ଯିରି 50:17ଇସ୍ରାଏଲ ଛିନ୍ନଭିନ୍ନ ମେଷ ସ୍ୱରୂପ; ସିଂହମାନେ ତାହାକୁ ତଡ଼ି ଦେଇଅଛନ୍ତି; ପ୍ରଥମରେ ଅଶୂରର ରାଜା ତାହାକୁ ଗ୍ରାସ କଲା; ଆଉ, ଶେଷରେ ବାବିଲର ରାଜା ଏହି ନବୂଖଦ୍‍ନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଅଛି।
ଯିରି 50:44ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍‍ ତାହା ନିକଟରୁ ସେମାନଙ୍କୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି?”
ଯିରି 51:38ସେମାନେ ଏକତ୍ର ଯୁବା ସିଂହ ପରି ଗର୍ଜ୍ଜନ କରିବେ; ସେମାନେ ସିଂହଛୁଆ ପରି ଘୋରନାଦ କରିବେ।
ବିଳାପ1
ବିଳା 3:10ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି।
ଯିହିଜିକଲ10
ଯିହି 1:10ସେମାନଙ୍କ ମୁଖର ଆକୃତି ଏହିରୂପ, ଯଥା ସେମାନଙ୍କର ଗୋଟିଏ ମନୁଷ୍ୟର ମୁଖ ଥିଲା; ଆଉ, ଡାହାଣ ପାର୍ଶ୍ୱରେ ଚାରି ପ୍ରାଣୀର ସିଂହ-ମୁଖ ଓ ବାମ ପାର୍ଶ୍ୱରେ ଚାରି ପ୍ରାଣୀର ଗୋରୁର ମୁଖ ଥିଲା; ସେହି ଚାରି ପ୍ରାଣୀର ମଧ୍ୟ ଉତ୍କ୍ରୋଶ ପକ୍ଷୀର ମୁଖ ଥିଲା।
ଯିହି 10:14ପୁଣି, ପ୍ରତ୍ୟେକର ଚାରି ମୁଖ ଥିଲା; ପ୍ରଥମ ମୁଖ କିରୂବର ମୁଖ, ଦ୍ୱିତୀୟର ମୁଖ ମନୁଷ୍ୟର ମୁଖ, ତୃତୀୟ ସିଂହର ମୁଖ ଓ ଚତୁର୍ଥ ଉତ୍କ୍ରୋଶ ପକ୍ଷୀର ମୁଖ।
ଯିହି 19:2ତୁମ୍ଭର ମାତା କଅଣ ଥିଲା? ସେ ତ ସିଂହୀ; ସେ ସିଂହଗଣ ମଧ୍ୟରେ ଶୟନ କଲା, ଯୁବା ସିଂହଗଣ ମଧ୍ୟରେ ଆପଣା ଛୁଆମାନଙ୍କୁ ପ୍ରତିପାଳନ କଲା।
ଯିହି 19:3ତାହାର ପ୍ରତିପାଳିତ ଛୁଆମାନଙ୍କ ମଧ୍ୟରୁ ଗୋଟିଏ ଛୁଆ ଯୁବା ସିଂହ ହେଲା; ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
ଯିହି 19:5ଅପେକ୍ଷା କରି ଆପଣା ଆପଣା ଆଶା ବିଫଳ ହେବାର ଦେଖି ସେ ଆପଣା ଛୁଆମାନଙ୍କ ମଧ୍ୟରୁ ଆଉ ଗୋଟିଏ ନେଇ ତାକୁ ଯୁବା ସିଂହ କଲା।
ଯିହି 19:6ପୁଣି, ସେ ସିଂହମାନଙ୍କ ମଧ୍ୟରେ ଗତାୟାତ କରି ଯୁବା ସିଂହ ହୋଇ ଉଠିଲା; ଆହୁରି ସେ ମୃଗୟା କରିବାକୁ ଶିଖିଲା, ସେ ମନୁଷ୍ୟମାନଙ୍କୁ ଗ୍ରାସ କଲା।
ଯିହି 22:25ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
ଯିହି 32:2“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
ଯିହି 38:13ଶିବା, ଦଦାନ ଓ ତର୍ଶୀଶର ବଣିକଗଣ, ଆଉ ସେଠାସ୍ଥିତ ସକଳ ଗ୍ରାମ ତୁମ୍ଭକୁ କହିବେ, ‘ତୁମ୍ଭେ କି ଲୁଟିବାକୁ ଆସିଅଛ? ତୁମ୍ଭେ କି ଦ୍ରବ୍ୟ ଅପହରଣ କରିବା ପାଇଁ ଆପଣାର ଜନସମାଜ ଏକତ୍ର କରିଅଛ? ରୂପା, ସୁନା ବୋହି ନେବାର, ପଶୁ ଓ ଦ୍ରବ୍ୟାଦି ପ୍ରଚୁର ଲୁଟି ନେଇଯିବାର କି ତୁମ୍ଭର ଅଭିପ୍ରାୟ?’
ଯିହି 41:19ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।
ଦାନିୟେଲ9
ଦାନି 6:7ରାଜ୍ୟର ଅଧ୍ୟକ୍ଷଗଣ, ରାଜପ୍ରତିନିଧିଗଣ ଓ କ୍ଷିତିପାଳଗଣ, ମନ୍ତ୍ରୀ ଓ ଦେଶାଧ୍ୟକ୍ଷଗଣ ସମସ୍ତେ ଏକତ୍ର ମନ୍ତ୍ରଣା କରି ଏପରି ଏକ ରାଜାଜ୍ଞା ଓ ଦୃଢ଼ ନିଷେଧ-ବିଧି ସ୍ଥାପନ କରିବାକୁ ବିଚାର କରିଅଛନ୍ତି ଯେ, ଯଦି କେହି ତିରିଶ ଦିନ ପର୍ଯ୍ୟନ୍ତ ମହାରାଜାଙ୍କ ବିନା କୌଣସି ଦେବତା କିଅବା ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ।
ଦାନି 6:12ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”
ଦାନି 6:16ତହୁଁ ରାଜା ଆଜ୍ଞା କରନ୍ତେ, ସେମାନେ ଦାନିୟେଲଙ୍କୁ ଆଣି ସିଂହମାନଙ୍କ ଗର୍ତ୍ତରେ ନିକ୍ଷେପ କଲେ। ପୁଣି, ରାଜା ଦାନିୟେଲଙ୍କୁ କହିଲା, “ତୁମ୍ଭେ ନିତ୍ୟ ନିତ୍ୟ ଯେଉଁ ପରମେଶ୍ୱରଙ୍କର ସେବା କରୁଅଛ, ସେ ତୁମ୍ଭଙ୍କୁ ଉଦ୍ଧାର କରିବେ।”
ଦାନି 6:19ଏଥିଉତ୍ତାରେ ରାଜା ଅତି ପ୍ରଭାତରୁ ଉଠି ଶୀଘ୍ର ସିଂହମାନଙ୍କ ଗର୍ତ୍ତ ନିକଟକୁ ଗଲା।
ଦାନି 6:20ପୁଣି, ସେ ଗର୍ତ୍ତ ନିକଟରେ ଦାନିୟେଲଙ୍କ ପାଖରେ ଉପସ୍ଥିତ ହୋଇ ବିଳାପ ସ୍ୱରରେ ଡାକିଲା; ରାଜା ଦାନିୟେଲଙ୍କୁ କହିଲା, “ହେ ଜୀବିତ ପରମେଶ୍ୱରଙ୍କ ସେବକ ଦାନିୟେଲ, ତୁମ୍ଭେ ନିତ୍ୟ ନିତ୍ୟ ଯାହାଙ୍କର ସେବା କରୁଅଛ, ତୁମ୍ଭର ସେହି ପରମେଶ୍ୱର ସିଂହମାନଙ୍କଠାରୁ ତୁମ୍ଭଙ୍କୁ ଉଦ୍ଧାର କରିବାକୁ କି ସମର୍ଥ ଅଟନ୍ତି?”
ଦାନି 6:22ମୋର ପରମେଶ୍ୱର ଆପଣା ଦୂତ ପଠାଇ ସିଂହମାନଙ୍କ ମୁଖ ବନ୍ଦ କରିଅଛନ୍ତି ଓ ସେମାନେ ମୋର କ୍ଷତି କରି ନାହାନ୍ତି; କାରଣ ତାହାଙ୍କ ଛାମୁରେ ମୋର ନିର୍ଦ୍ଦୋଷତା ଦେଖାଗଲା; ପୁଣି, ହେ ମହାରାଜ, ମୁଁ ଆପଣଙ୍କ ସାକ୍ଷାତରେ ହିଁ କୌଣସି କ୍ଷତି କରି ନାହିଁ।
ଦାନି 6:24ଏଥିଉତ୍ତାରେ ରାଜା ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କର ଅପବାଦକାରୀମାନଙ୍କୁ ଆଣି, ସେମାନଙ୍କୁ, ସେମାନଙ୍କର ବାଳକ ଓ ସେମାନଙ୍କର ସ୍ତ୍ରୀମାନଙ୍କୁ ସିଂହମାନଙ୍କ ଗର୍ତ୍ତରେ ପକାଇଲେ; ପୁଣି, ସେମାନେ ଗର୍ତ୍ତର ତଳଭାଗରେ ନ ପଡ଼ୁଣୁ ସିଂହମାନେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ଅସ୍ଥିସବୁ ଚୂର୍ଣ୍ଣ କଲେ।
ଦାନି 6:27ସେ ଉଦ୍ଧାର କରନ୍ତି ଓ ରକ୍ଷା କରନ୍ତି, ପୁଣି ସେ ସ୍ୱର୍ଗରେ ଓ ପୃଥିବୀରେ ଚିହ୍ନ ଓ ଅଦ୍ଭୁତ କ୍ରିୟା ସାଧନ କରନ୍ତି; ସେ ଦାନିୟେଲଙ୍କୁ ସିଂହମାନଙ୍କ ବଳରୁ ଉଦ୍ଧାର କରିଅଛନ୍ତି।”
ଦାନି 7:4ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
ହୋଶେୟ4
ହୋଶେ 5:14କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।
ହୋଶେ 11:10ଆମ୍ଭେ ସିଂହ ତୁଲ୍ୟ ଗର୍ଜ୍ଜନ କଲେ, ସେମାନେ ସଦାପ୍ରଭୁଙ୍କର ପଶ୍ଚାଦ୍‍ଗମନ କରିବେ, ଆଉ ଆମ୍ଭେ ଗର୍ଜ୍ଜନ କଲେ ପଶ୍ଚିମ ଦିଗରୁ ସନ୍ତାନମାନେ ଥରଥର ହୋଇ ଆସିବେ।
ହୋଶେ 13:7ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା;
ହୋଶେ 13:8ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।
ଯୋୟେଲ1
ଯୋୟେ 1:6ଯେହେତୁ ଆମ୍ଭ ଦେଶ ବିରୁଦ୍ଧରେ ଏକ ଗୋଷ୍ଠୀ ଉଠି ଆସିଅଛି, ସେ ବଳବାନ ଓ ଅସଂଖ୍ୟ; ତାହାର ଦନ୍ତ ସିଂହଦନ୍ତ ତୁଲ୍ୟ ଓ ତାହାର କଳଦନ୍ତ ଏକ ବୃହତ ସିଂହର କଳଦନ୍ତ ତୁଲ୍ୟ।
ଆମୋଷ4
ଆମୋ 3:4ଶିକାର ନ ପାଇଲେ କି ସିଂହ ବନ ମଧ୍ୟରେ ଗର୍ଜ୍ଜନ କରିବ? କୌଣସି ପଶୁ ନ ଧରିଲେ କି ଯୁବା ସିଂହ ଆପଣା ଗର୍ତ୍ତରେ ହୁଙ୍କାର କରିବ?
ଆମୋ 3:8ସିଂହ ଗର୍ଜ୍ଜନ କରିଅଛି, କିଏ ଭୟ ନ କରିବ? ପ୍ରଭୁ ସଦାପ୍ରଭୁ କଥା କହିଅଛନ୍ତି, କିଏ ଭବିଷ୍ୟଦ୍‍ବାକ୍ୟ ପ୍ରଚାର ନ କରିବ?”
ଆମୋ 3:12ସଦାପ୍ରଭୁ ଏହି କଥା କହନ୍ତି, “ମେଷପାଳକ ଯେପରି ସିଂହ ମୁଖରୁ ଦୁଇ ଗୋଡ଼ ଅବା କାନରୁ ଖଣ୍ଡେ ରକ୍ଷା କରେ, ସେପରି ଇସ୍ରାଏଲର ଯେଉଁ ସନ୍ତାନଗଣ ଶମରୀୟାରେ ଖଟର କୋଣରେ ଓ ଶଯ୍ୟାର ପାଟଗଦି ଉପରେ ବସନ୍ତି, ସେମାନେ ରକ୍ଷା କରାଯିବେ।”
ଆମୋ 5:19କୌଣସି ମନୁଷ୍ୟ ସିଂହଠାରୁ ପଳାଇ ଯେପରି ଭଲ୍ଲୁକର ହାବୁଡ଼ରେ ପଡ଼ିଲା, ଅଥବା ଗୃହ ମଧ୍ୟରେ ପ୍ରବେଶ କରି କାନ୍ଥ ଉପରେ ହସ୍ତ ଦିଅନ୍ତେ, ସର୍ପ ତାହାକୁ ଦଂଶନ କଲା, (ସେହି ଦିନ ସଦୃଶ୍ୟ)
ମୀଖା1
ମୀଖା 5:8ପୁଣି, ବନ ପଶୁଗଣ ମଧ୍ୟରେ ଯେପରି ସିଂହ, ମେଷପଲ ମଧ୍ୟରେ ଯେପରି ଯୁବା ସିଂହ ଯାଇ ଦଳି ପକାଏ ଓ ବିଦୀର୍ଣ୍ଣ କରେ, ଆଉ ଉଦ୍ଧାରକାରୀ କେହି ନ ଥାଏ, ସେପରି ଗୋଷ୍ଠୀଗଣ ମଧ୍ୟରେ, ଅନେକ ଗୋଷ୍ଠୀ ମଧ୍ୟରେ ଯାକୁବର ଅବଶିଷ୍ଟାଂଶ ହେବେ।
ନାହୂମ3
ନାହୂ 2:11ସିଂହମାନଙ୍କର ଗର୍ତ୍ତ, ଯେଉଁ ସ୍ଥାନରେ ସିଂହ ଓ ସିଂହୀ ଓ ସିଂହଶାବକ ଭ୍ରମଣ କଲେ ଓ କେହି ସେମାନଙ୍କୁ ଭୟ ଦେଖାଇଲା ନାହିଁ, ଏପରି ଯୁବା ସିଂହଗଣର ଖାଇବା ସ୍ଥାନ କାହିଁ?
ନାହୂ 2:12ସିଂହ ଆପଣା ଶାବକଗଣ ନିମନ୍ତେ ଯଥେଷ୍ଟ ପଶୁ ବିଦୀର୍ଣ୍ଣ କରିଅଛି ଓ ଆପଣା ସିଂହୀଗଣ ନିମନ୍ତେ ଅନେକଙ୍କ ଗଳା ଚିପି ମାରିଅଛି, ଆଉ ଆପଣା ଗହ୍ୱର ମୃଗୟାରେ ଓ ଗର୍ତ୍ତ ବିଦୀର୍ଣ୍ଣ ପଶୁରେ ପୂର୍ଣ୍ଣ କରିଅଛି।
ନାହୂ 2:13ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଆମ୍ଭେ ତାହାର ରଥସବୁ ଦଗ୍ଧ କରି ଧୂଆଁରେ ଲୀନ କରିବା ଓ ଖଡ୍ଗ ତୁମ୍ଭର ଯୁବା ସିଂହଗଣକୁ ଗ୍ରାସ କରିବ; ପୁଣି, ଆମ୍ଭେ ପୃଥିବୀରୁ ତୁମ୍ଭର ମୃଗୟା ଉଚ୍ଛିନ୍ନ କରିବା ଓ ତୁମ୍ଭ ଦୂତଗଣର ରବ ଆଉ ଶୁଣାଯିବ ନାହିଁ।
ସିଫନୀୟ1
ସିଫ 3:3ତାହାର ମଧ୍ୟସ୍ଥିତ ଅଧିପତିଗଣ ଗର୍ଜ୍ଜନକାରୀ ସିଂହ ସଦୃଶ୍ୟ; ତାହାର ବିଚାରକର୍ତ୍ତାଗଣ ସନ୍ଧ୍ୟାକାଳୀନ କେନ୍ଦୁଆ ତୁଲ୍ୟ; ସେମାନେ ସକାଳ ବେଳାକୁ କିଛି ରଖନ୍ତି ନାହିଁ।
ଯିଖରୀୟ1
ଯିଖ 11:3ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା।
୨ ତୀମଥି1
ଦ୍ଵି.ତୀମ 4:17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି;
ଏବ୍ରୀ1
ଏବ୍ରୀ 11:33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ,
୧ ପିତର1
ପ୍ର. ପିତ 5:8ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜ୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
ପ୍ରକାଶିତ6
ପ୍ରକା 4:7ପ୍ରଥମ ପ୍ରାଣୀ ସିଂହ ସଦୃଶ, ଦ୍ୱିତୀୟ ପ୍ରାଣୀ ଗୋରୁ ସଦୃଶ, ତୃତୀୟ ପ୍ରାଣୀର ମୁଖ ମନୁଷ୍ୟ-ମୁଖ ସଦୃଶ, ପୁଣି, ଚତୁର୍ଥ ପ୍ରାଣୀ ଉଡ଼ନ୍ତା ଉତ୍କ୍ରୋଷପକ୍ଷୀ ସଦୃଶ।
ପ୍ରକା 5:5ସେଥିରେ ପ୍ରାଚୀନମାନଙ୍କ ମଧ୍ୟରୁ ଜଣେ ମୋତେ କହିଲେ, ରୋଦନ କର ନାହିଁ, ଦେଖ, ଯେ ଯିହୂଦା ବଂଶଜାତ ସିଂହ ଓ ଦାଉଦଙ୍କ ମୂଳ, ସେ ପୁସ୍ତକର ସପ୍ତ ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ ବିଜୟୀ ହୋଇଅଛନ୍ତି।
ପ୍ରକା 9:8ସ୍ତ୍ରୀଲୋକମାନଙ୍କ କେଶ ସଦୃଶ ସେମାନଙ୍କ କେଶ, ସିଂହଦନ୍ତ ତୁଲ୍ୟ ସେମାନଙ୍କ ଦନ୍ତ;
ପ୍ରକା 9:17ଆଉ ମୁଁ ଦର୍ଶନରେ ଅଶ୍ୱ ଓ ସେମାନଙ୍କ ଆରୋହୀମାନଙ୍କୁ ଏହି ପ୍ରକାର ଦେଖିଲି, ସେମାନଙ୍କ ଊରସ୍ତ୍ରାଣ ଅଗ୍ନିବର୍ଣ୍ଣ, ନୀଳବର୍ଣ୍ଣ ଓ ଗନ୍ଧକବର୍ଣ୍ଣ; ଅଶ୍ୱମାନଙ୍କ ମସ୍ତକ ସିଂହମାନଙ୍କ ମସ୍ତକ ସଦୃଶ, ଆଉ ସେମାନଙ୍କ ମୁଖରୁ ଅଗ୍ନି, ଧୂମ ଓ ଗନ୍ଧକ ନିର୍ଗତ ହେଉଥିଲା।
ପ୍ରକା 10:3ସିଂହଗର୍ଜ୍ଜନ ତୁଲ୍ୟ ହୁଙ୍କାର ଶବ୍ଦରେ ଡାକ ପକାଇଲେ; ସେ ଡାକ ପକାନ୍ତେ ସପ୍ତ ମେଘଗର୍ଜ୍ଜନ ଆପଣା ଆପଣା ବାଣୀ ବ୍ୟକ୍ତ କଲେ।
ପ୍ରକା 13:2ଏହି ଯେଉଁ ପଶୁକୁ ମୁଁ ଦେଖିଲି, ତାହା ଚିତାବାଘ ପରି, ତାହାର ପାଦ ଭାଲୁର ପାଦ ପରି ଓ ପାଟି ସିଂହର ପାଟି ପରି। ସେହି ସର୍ପ ତାହାକୁ ଆପଣା ପରାକ୍ରମ, ସିଂହାସନ ଓ ମହାକ୍ଷମତା ସମର୍ପଣ କଲା।

ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Animals in the Bible © United Bible Societies 2025, adapted from E. R. Hope, All Creatures Great and Small © 2005 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର

ବାଇବେଲର ପଶୁପକ୍ଷୀ

ଏହି ବିଷୟରେ ଆହୁରି

ବାଇବେଲର ପଶୁପକ୍ଷୀ