ବାଇବେଲର ପଶୁପକ୍ଷୀ
ମେଷ
ଏବ୍ରୀ tson (ପଲ), keves (ମେଷଶାବକ) · ଗ୍ରୀକ୍ probaton · କେଇ ଶହ ଥର ଉଲ୍ଲେଖ
ହେବଲଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ବାଇବେଲର ପଶୁପାଳକମାନଙ୍କ ସମ୍ପତ୍ତି ଥିଲା ମେଷ। ସେ ଅଞ୍ଚଳର ସାଧାରଣ ଜାତି ଥିଲା ମୋଟା-ଲାଞ୍ଜ ମେଷ, ଯାହାର ଚଉଡ଼ା ଲାଞ୍ଜରେ ଚର୍ବି ଜମା ହୁଏ — ଲେବୀୟ ପୁସ୍ତକ “ସମସ୍ତ ମେଦମୟ ଲାଙ୍ଗୁଳ” ବିଷୟରେ କହେ (3:9)। ମେଷରୁ ଦୁଧ, ମାଂସ, ବସ୍ତ୍ର ପାଇଁ ଲୋମ ଓ ଚମଡ଼ା ମିଳୁଥିଲା, ଏବଂ ମେଣ୍ଢାର ଶିଙ୍ଗରୁ ଶୋଫାର ନାମକ ତୂରୀ ତିଆରି ହେଉଥିଲା। ଲୋମ କାଟିବା ସମୟ ଭୋଜି ସହିତ ଏକ ଉତ୍ସବ ଥିଲା (1 ଶାମୁୟେଲ 25)।
ମେଷପାଳକ ପଲକୁ ପଛରୁ ଘଉଡ଼ାଇବା ବଦଳରେ ଆଗରେ ଚାଲି ବାଟ କଢ଼ାଉଥିଲେ, ଏବଂ ମେଷମାନେ ତାଙ୍କ ସ୍ୱର ଚିହ୍ନୁଥିଲେ — ଏହି ଦୃଶ୍ୟ ଆଜି ମଧ୍ୟ ମଧ୍ୟପ୍ରାଚ୍ୟରେ ଦେଖାଯାଏ। ରାତିରେ ଅନେକ ପଲ ପଥର କାନ୍ଥ ଘେରା ଗୋଟିଏ ଖୁଆଡ଼ରେ ରହିପାରୁଥିଲେ; ସକାଳେ ପ୍ରତ୍ୟେକ ମେଷପାଳକ ନିଜ ମେଷମାନଙ୍କୁ ଡାକି ବାହାର କରୁଥିଲେ (ଯୋହନ 10:3–4)। ଶହେ ମେଷରୁ ଗୋଟିଏ ହଜିଗଲେ ତାହା ପରିବାର ପାଇଁ ପ୍ରକୃତ କ୍ଷତି ଥିଲା। ମନ୍ଦିରରେ ପ୍ରତିଦିନ ସକାଳ ଓ ସନ୍ଧ୍ୟାରେ ମେଷଶାବକ ଉତ୍ସର୍ଗ କରାଯାଉଥିଲା (ଯାତ୍ରା ପୁସ୍ତକ 29:38–39), ଏବଂ ନିସ୍ତାର ପର୍ବରେ ପ୍ରତ୍ୟେକ ପରିବାର ଗୋଟିଏ ମେଷଶାବକ ଖାଉଥିଲେ (ଯାତ୍ରା ପୁସ୍ତକ 12)।
ପ୍ରକୃତିରେ

କଳାରେ
ଉତ୍ତମ ମେଷପାଳକ (Le bon pasteur)ଜେମ୍ସ ଟିସୋ
ଉତ୍ତମ ମେଷପାଳକ (ଆଟଲାସ୍ ପର୍ବତମାଳା, ମରକ୍କୋ)ହେନ୍ରି ଓସାୱା ଟାନର୍
ମୋହର ମେଷଶାବକମାନଙ୍କୁ ଚରାଅ (Pais mes brebis)ଜେମ୍ସ ଟିସୋ
ଯାକୁବ ଲାବନଙ୍କ ପଲ ଚରାନ୍ତିଗୁସ୍ତାଭ୍ ଡୋରେ
ଯାକୁବ ଓ ରାହେଲଙ୍କ ସାକ୍ଷାତକ୍ଲାସ୍ ମୁୟାର୍ଟ
ମେଷପାଳକମାନଙ୍କୁ ଦୂତଙ୍କ ଦର୍ଶନରେମ୍ବ୍ରାଣ୍ଟ
ମୁଖ୍ୟ ପଦ
ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।ଏଉତ୍ତାରେ ଶାମୁୟେଲ ଯିଶୀକୁ କହିଲେ, “ତୁମ୍ଭର ସବୁ ସନ୍ତାନ କି ଏଠାରେ ଅଛନ୍ତି?” ସେ କହିଲା, “କେବଳ କନିଷ୍ଠଟି ବାକି ଅଛି, ଆଉ ଦେଖ, ସେ ମେଷପଲ ଚରାଉଛି।” ତହିଁରେ ଶାମୁୟେଲ ଯିଶୀକୁ କହିଲେ, “ଲୋକ ପଠାଇ ତାକୁ ଅଣାଅ; ସେ ଏଠାକୁ ନ ଆସିବା ପର୍ଯ୍ୟନ୍ତ ଆମ୍ଭେମାନେ (ଭୋଜନରେ) ବସିବୁ ନାହିଁ।”ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ? ପୁଣି, ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ, ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ। ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;ଏହି ପ୍ରାଣୀ ଥିବା ସମସ୍ତ ପଦ (288)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ11
ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।”ଆଉ ଅବ୍ରହାମ ପଲରୁ ସାତଗୋଟି ମେଷବତ୍ସା ପୃଥକ କରି ରଖିଲେ।ତହିଁରେ ଅବିମେଲକ ଅବ୍ରହାମଙ୍କୁ ପଚାରିଲେ, “ତୁମ୍ଭେ କି ଅଭିପ୍ରାୟରେ ଏହି ସାତଗୋଟି ମେଷବତ୍ସା ପୃଥକ କରି ରଖିଲ?”ଅବ୍ରହାମ କହିଲେ, “ମୁଁ ଯେ ଏହି କୂପ ଖୋଳିଅଛି, ତହିଁର ପ୍ରମାଣ ନିମନ୍ତେ ମୋʼ ଠାରୁ ଏହି ସାତଗୋଟି ମେଷବତ୍ସା ନେବାକୁ ହେବ।”ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କଳାବର୍ଣ୍ଣର ମେଷମାନଙ୍କୁ, ପୁଣି, ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି; ସେହି ସବୁ ମୋହର ବେତନ ସ୍ୱରୂପ ହେବ।ଏଥିଉତ୍ତାରେ ଯେତେବେଳେ ତୁମ୍ଭ ସାକ୍ଷାତରେ ମୋହର ବେତନ ବିଷୟ ଉପସ୍ଥିତ ହେବ, ସେତେବେଳେ ମୋହର ଧାର୍ମିକତା ମୋʼ ବିଷୟରେ ସାକ୍ଷ୍ୟ ଦେବ, ଅର୍ଥାତ୍, ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଭିନ୍ନ ଓ ମେଷଗଣ ମଧ୍ୟରେ କଳାବର୍ଣ୍ଣର ମେଷ ଭିନ୍ନ ଯେତେ ଥିବେ, ତାହା ମୋହର ଚୋରି ରୂପେ ଗଣ୍ୟ ହେବ।”ଏଥିଉତ୍ତାରେ ସେ ସେହି ଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;ତହିଁରେ ଯାକୁବ ସେହି ଛୁଆମାନଙ୍କୁ ଭିନ୍ନ ଭିନ୍ନ କଲା, ପୁଣି, ଲାବନର ରେଖାଙ୍କିତ ଓ କଳାବର୍ଣ୍ଣର ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲା; ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ନ ରଖି ପୃଥକ କଲା।ଏହି କୋଡ଼ିଏ ବର୍ଷ ହେଲା ତୁମ୍ଭ ସଙ୍ଗରେ ରହିଲି। ତୁମ୍ଭର ମେଷୀ ଓ ଛାଗୀମାନଙ୍କର ଗର୍ଭପାତ ହୋଇ ନାହିଁ, କିଅବା ମୁଁ ତୁମ୍ଭ ପଲର ମେଣ୍ଢାମାନଙ୍କୁ ଖାଇ ନାହିଁ।ଅର୍ଥାତ୍, ଦୁଇ ଶହ ଛାଗୀ ଓ କୋଡ଼ିଏ ଛାଗ, ଦୁଇ ଶହ ମେଷୀ ଓ କୋଡ଼ିଏ ମେଷ,ଯାତ୍ରା ପୁସ୍ତକ24
ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ,ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ସେମାନଙ୍କୁ ପ୍ରତିଷ୍ଠା କରିବା ପାଇଁ ତୁମ୍ଭେ ସେମାନଙ୍କ ପ୍ରତି ଏହି ସମସ୍ତ କର୍ମ କରିବ; ନିଖୁନ୍ତ ଏକ ଗୋବତ୍ସ ଓ ଦୁଇ ମେଷ ନେବ,ପୁଣି, ଗୋଟିଏ ଡାଲାରେ ତାହା ରଖିବ, ସେହି ଗୋବତ୍ସ ଓ ଦୁଇ ମେଷ ସଙ୍ଗରେ ଘେନି ସେହି ଡାଲା ଆଣିବ।ଏଥିଉତ୍ତାରେ ତୁମ୍ଭେ ପ୍ରଥମ ମେଷ ନେବ; ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।ତହିଁ ଉତ୍ତାରେ ମେଷକୁ ଖଣ୍ଡ ଖଣ୍ଡ କରି ତାହାର ଅନ୍ତ୍ର ଓ ଗୋଡ଼ ଧୌତ କରି ତାହାସବୁ ସେହି ଖଣ୍ଡସକଳ ଓ ମସ୍ତକ ସହ ରଖିବ।ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।ଏଥିଉତ୍ତାରେ ତୁମ୍ଭେ ଦ୍ୱିତୀୟ ମେଷକୁ ନେବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ମେଷର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।ଆହୁରି, ତୁମ୍ଭେ ସେହି ମେଷର ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ୍ର ଉପରିସ୍ଥ ମେଦ, ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁର୍ଦା, ତହିଁ ଉପରିସ୍ଥ ମେଦ ଓ ଡାହାଣ ଚଟୁଆ ନେବ, ଯେହେତୁ ତାହା ଉତ୍ସର୍ଗୀକୃତ ମେଷ ଅଟେ।ଏଥିଉତ୍ତାରେ ତୁମ୍ଭେ ହାରୋଣର ଉତ୍ସର୍ଗୀକୃତ ମେଷର ବକ୍ଷ ଘେନି ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ଛାମୁରେ ଦୋଳାଇବ; ସେହି ଖଣ୍ଡ ତୁମ୍ଭର ଅଂଶ ହେବ।ଆଉ ହାରୋଣର ଓ ତାହାର ପୁତ୍ରଗଣର ପଦନିଯୋଗାର୍ଥକ ମେଷର ଯେଉଁ ବୁକୁ ରୂପ ଦୋଳନୀୟ ନୈବେଦ୍ୟ ଦୋଳାୟିତ ଓ ଯେଉଁ ଚଟୁଆ ରୂପ ଉତ୍ତୋଳନୀୟ ଉପହାର ଉତ୍ତୋଳିତ ହେଲା, ତାହା ତୁମ୍ଭେ ପବିତ୍ର କରିବ।ଏଥିଉତ୍ତାରେ ତୁମ୍ଭେ ସେହି ଉତ୍ସର୍ଗୀକୃତ ମେଷର ମାଂସ ଘେନି ଗୋଟିଏ ପବିତ୍ର ସ୍ଥାନରେ ପାକ କରିବ,ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;ଲେବୀୟ ପୁସ୍ତକ39
ଆଉ ଯଦି ସେ ମେଷ କି ଛାଗପଲରୁ ହୋମବଳି ଉତ୍ସର୍ଗ କରେ,ଯଦି ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;ମାତ୍ର ଯଦି ସେ ପାପାର୍ଥକ ବଳିଦାନ ନିମନ୍ତେ ମେଷବତ୍ସା ଆଣେ, ତେବେ ନିଖୁନ୍ତ ମେଷବତ୍ସା ଆଣିବ।ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ତହୁଁ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ପାପାର୍ଥକ ବଳିଦାନ ରୂପେ ପଲରୁ ମେଷବତ୍ସା କି ଛାଗବତ୍ସା ନେଇ ସଦାପ୍ରଭୁଙ୍କ ସମ୍ମୁଖକୁ ଦୋଷାର୍ଥକ ବଳି ଆଣିବ; ପୁଣି ଯାଜକ ତାହାର ପାପ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ପୁଣି ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାର ଦୋଷାର୍ଥକ ବଳି ଉତ୍ସର୍ଗ କରିବ; ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ନିମନ୍ତେ ଯାଜକ ନିକଟକୁ ଆଣିବ।“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ‘ତୁମ୍ଭେମାନେ ଗୋରୁର, କି ମେଷର କି ଛେଳିର ମେଦ ଭୋଜନ କରିବ ନାହିଁ।“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।ପୁଣି ସେ ହାରୋଣଙ୍କୁ କହିଲେ, “ତୁମ୍ଭେ ପାପାର୍ଥକ ବଳି ନିମନ୍ତେ ନିଖୁନ୍ତ ଏକ ବୃଷର ବତ୍ସ ଓ ହୋମବଳି ନିମନ୍ତେ ନିଖୁନ୍ତ ଏକ ମେଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉତ୍ସର୍ଗ କର।ପୁଣି, ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକ ବର୍ଷୀୟ ଓ ନିଖୁନ୍ତ ଥିବେ,ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;ପୁଣି ଗୋରୁର ମେଦ, ମେଷର ମେଦମୟ ଲାଙ୍ଗୁଳ, ଆଉ ଅନ୍ତ, ଗୁର୍ଦାର ଉପରିସ୍ଥ ମେଦ ଓ ଯକୃତର ଉପରିସ୍ଥ ଅନ୍ତପ୍ଲାବକ,ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;ହାରୋଣ ପାପାର୍ଥେ ଏକ ଗୋବତ୍ସ ଓ ହୋମାର୍ଥେ ଏକ ମେଷ ସଙ୍ଗେ ନେଇ ଏହିରୂପେ ପବିତ୍ର ସ୍ଥାନରେ ପ୍ରବେଶ କରିବ।ପୁଣି, ସେ ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀରୁ ପାପାର୍ଥେ ଦୁଇ ଛାଗ ଓ ହୋମାର୍ଥେ ଏକ ମେଷ ନେବ।ଇସ୍ରାଏଲ ବଂଶରୁ ଜାତ ଯେକେହି ଗୋରୁ, କି ମେଷ, କି ଛାଗ ଛାଉଣି ମଧ୍ୟରେ କିମ୍ବା ଛାଉଣି ବାହାରେ ବଧ କରେ,ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍, ଦୋଷାର୍ଥକ ମେଷ ଆଣିବ।ଆଉ, ଯାଜକ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଦୋଷାର୍ଥକ ମେଷ ଦ୍ୱାରା, ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ କ୍ଷମା ହେବ।ସେମାନେ ଗ୍ରାହ୍ୟ ହେବା ନିମନ୍ତେ ଗୋରୁ କି ମେଷ କି ଛାଗ ମଧ୍ୟରୁ ନିଖୁନ୍ତ ପୁଂପଶୁ ଉତ୍ସର୍ଗ କରିବେ।“ଗୋରୁ କି ମେଷ କି ଛାଗ ଜନ୍ମିଲା ଉତ୍ତାରେ ସାତ ଦିନ ପର୍ଯ୍ୟନ୍ତ ମାତା ସହିତ ରହିବ; ପୁଣି, ଅଷ୍ଟମ ଦିନଠାରୁ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ଗ୍ରାହ୍ୟ ହେବ।ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ।ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।ଗଣନା ପୁସ୍ତକ79
ମାତ୍ର ଯାହାକୁ ଦୋଷ ନିମନ୍ତେ କ୍ଷତିପୂରଣ ଦିଆଯାଇ ପାରେ, ଏପରି ମୁକ୍ତିକର୍ତ୍ତା ଜ୍ଞାତି ଯଦି ସେହି ଲୋକର ନ ଥାଏ, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଦୋଷାର୍ଥକ କ୍ଷତିପୂରଣ ଦିଆଯାଏ, ତାହା ଯାଜକର ହେବ; ତାହା ବ୍ୟତୀତ ଯଦ୍ଦ୍ୱାରା ତାହା ପାଇଁ ପ୍ରାୟଶ୍ଚିତ୍ତ କରାଯିବ, ସେହି ପ୍ରାୟଶ୍ଚିତ୍ତାର୍ଥକ ମେଷବଳି ହିଁ ଦେବାକୁ ହେବ।ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି, ଦୋଷାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା।ପୁଣି, ସେ ହୋମାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଓ ପାପାର୍ଥେ ଏକ ବର୍ଷୀୟ ନିଖୁନ୍ତ ଏକ ମେଷବତ୍ସା ଓ ମଙ୍ଗଳାର୍ଥେ ନିଖୁନ୍ତ ଏକ ମେଷତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ଓ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀନାଦବର ପୁତ୍ର ନହଶୋନର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ସୂୟାରର ପୁତ୍ର ନଥନେଲର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ହେଲୋନର ପୁତ୍ର ଇଲୀୟାବ୍ର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଶଦେୟରର ପୁତ୍ର ଇଲୀଷୂରର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଅମ୍ମୀହୂଦର ପୁତ୍ର ଇଲୀଶାମାର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ପଦାହସୂରର ପୁତ୍ର ଗମଲୀୟେଲର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ; ଏହା ଗିଦିୟୋନିର ପୁତ୍ର ଅବୀଦାନ୍ର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷରର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଅକ୍ରଣର ପୁତ୍ର ପଗୀୟେଲର ଉପହାର।ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ,ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଦୁଇ ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକ ବର୍ଷୀୟ ପାଞ୍ଚ ମେଷବତ୍ସ ଏହା ଐନନର ପୁତ୍ର ଅହୀରର ଉପହାର।ହୋମ ନିମନ୍ତେ ସମୁଦାୟ ଦ୍ୱାଦଶ ଗୋରୁ, ଦ୍ୱାଦଶ ମେଷ, ଏକ ବର୍ଷୀୟ ଦ୍ୱାଦଶ ମେଷବତ୍ସ ଓ ସେସବୁର ଭକ୍ଷ୍ୟ ନୈବେଦ୍ୟ; ଆଉ ପାପାର୍ଥକ ବଳିଦାନ ନିମନ୍ତେ ଦ୍ୱାଦଶ ଛାଗ;ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,ଏହିରୂପେ ପ୍ରତ୍ୟେକ ଗୋରୁ, ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ।ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ପୁଣି, ତୁମ୍ଭେ ସେମାନଙ୍କୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତିଦିନ ନିତ୍ୟ ହୋମ ନିମନ୍ତେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ।ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ।ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ନିଖୁନ୍ତ ମେଷବତ୍ସ ଉତ୍ସର୍ଗ କରିବ।ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁନ୍ତ ପଶୁ;ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ,ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକ ବର୍ଷୀୟ ସାତ ମେଷବତ୍ସ;ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;ପୁଣି, ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ନିଖୁନ୍ତ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ;ଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶଓ ସାତ ମେଷବତ୍ସର ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଉତ୍ସର୍ଗ କରିବ;ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ହୋମବଳି ରୂପେ ଏକ ପୁଂଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ, ତୁମ୍ଭ ପ୍ରତି ଏମାନେ ନିଖୁନ୍ତ ହେବେ;ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶଓ ସାତ ମେଷବତ୍ସର ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ତେର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ ଉତ୍ସର୍ଗ କରିବ; ଏମାନେ ନିଖୁନ୍ତ ହେବେ।ପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶଓ ଚଉଦ ମେଷବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା;ଆଉ ଦ୍ୱିତୀୟ ଦିନରେ ନିଖୁନ୍ତ ବାର ପୁଂଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ତୃତୀୟ ଦିନରେ ନିଖୁନ୍ତ ଏଗାର ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ଚତୁର୍ଥ ଦିନରେ ନିଖୁନ୍ତ ଦଶ ଗୋବତ୍ସ, ଦୁଇ ମେଷ, ଏକ ବର୍ଷୀୟ ଚଉଦ ମେଷବତ୍ସ,ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ପଞ୍ଚମ ଦିନରେ ନିଖୁନ୍ତ ନଅ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ଷଷ୍ଠ ଦିନରେ ନିଖୁନ୍ତ ଆଠ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ସପ୍ତମ ଦିନରେ ନିଖୁନ୍ତ ସାତ ଗୋବତ୍ସ, ଦୁଇ ମେଷ ଓ ଏକ ବର୍ଷୀୟ ଚଉଦ ମେଷବତ୍ସ,ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ହୋମବଳି ରୂପେ ନିଖୁନ୍ତ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ସାତ ମେଷବତ୍ସ,ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଦ୍ୱିତୀୟ ବିବରଣ2
ଏହି ସକଳ ପଶୁ ତୁମ୍ଭେମାନେ ଭୋଜନ କରିବ ଯଥା,ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।ପ୍ରଥମ ଶାମୁୟେଲ3
ତହୁଁ ଶାମୁୟେଲ ଏକ ଦୁଗ୍ଧପୋଷ୍ୟ ମେଷବତ୍ସ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମୁଦାୟ ହୋମବଳି ଉତ୍ସର୍ଗ କଲେ; ଆଉ ଶାମୁୟେଲ ଇସ୍ରାଏଲ ପାଇଁ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କଲେ ଓ ସଦାପ୍ରଭୁ ତାଙ୍କୁ ଉତ୍ତର ଦେଲେ।ମାତ୍ର ଶାଉଲ ଓ ଲୋକମାନେ ଅଗାଗ ପ୍ରତି ଓ ଉତ୍ତମ ଉତ୍ତମ ମେଷ ଓ ଗୋରୁ ପ୍ରତି ଓ ହୃଷ୍ଟପୁଷ୍ଟ ବାଛୁରି ଓ ମେଷଛୁଆ ପ୍ରତି ଓ ଯାବତୀୟ ଉତ୍ତମ ବସ୍ତୁ ପ୍ରତି ଦୟା କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ମାତ୍ର ଯାହା କିଛି ତୁଚ୍ଛ ଓ ରୋଗା ଥିଲା, ତାହା ସେମାନେ ବର୍ଜିତ ରୂପେ ବିନାଶ କଲେ।ତହିଁରେ ଶାମୁୟେଲ କହିଲେ, “ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।ଦ୍ୱିତୀୟ ଶାମୁୟେଲ3
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”ଦ୍ୱିତୀୟ ରାଜାବଳୀ1
ମୋୟାବର ରାଜା ମେଶା ମେଷାଧିକାରୀ ଥିଲା; ପୁଣି ସେ ଇସ୍ରାଏଲର ରାଜାଙ୍କୁ କର ରୂପେ ଏକ ଲକ୍ଷ ମେଷବତ୍ସର ଓ ଏକ ଲକ୍ଷ ମେଷର ଲୋମ ଦେଉଥାଏ।ପ୍ରଥମ ବଂଶାବଳୀ2
ପୁଣି, ଯେଉଁ ଲେବୀୟମାନେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିଲେ, ପରମେଶ୍ୱର ସେମାନଙ୍କର ସାହାଯ୍ୟ କରନ୍ତେ, ସେମାନେ ସାତ ବଳଦ ଓ ସାତ ମେଷ ବଳିଦାନ କଲେ।ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।ଦ୍ୱିତୀୟ ବଂଶାବଳୀ6
ତୁମ୍ଭେମାନେ କି ସଦାପ୍ରଭୁଙ୍କ ଯାଜକ ହାରୋଣଙ୍କର ସନ୍ତାନଗଣକୁ ଓ ଲେବୀୟମାନଙ୍କୁ ତଡ଼ିଦେଇ ଅନ୍ୟ ଦେଶସ୍ଥ ଗୋଷ୍ଠୀମାନଙ୍କ ରୀତି ଅନୁସାରେ ଆପଣମାନଙ୍କ ପାଇଁ ଯାଜକ ନିଯୁକ୍ତ କରି ନାହଁ? ଏଣୁ ଯେକେହି ଆପଣାର ପଦନିଯୋଗାର୍ଥେ ଏକ ଗୋବତ୍ସ ଓ ସାତ ମେଷ ନେଇ ଆସେ, ସେ ଏହି ଅନୀଶ୍ୱରମାନଙ୍କର ଯାଜକ ହୋଇପାରେ।ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।ସମାଜ ଯେଉଁ ହୋମବଳି ଆଣିଲେ, ତହିଁର ସଂଖ୍ୟା, ଯଥା, ସତୁରି ବୃଷ ଓ ଏକ ଶହ ମେଷ ଓ ଦୁଇ ଶହ ମେଷଶାବକ, ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି।ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।ଏଜ୍ରା5
ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;ପୁଣି, ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ସମୟରେ ସେମାନେ ଏକ ଶହ ବୃଷ, ଦୁଇ ଶହ ମେଷ, ଚାରି ଶହ ମେଷଶାବକ ଉତ୍ସର୍ଗ କଲେ; ଆଉ, ସମଗ୍ର ଇସ୍ରାଏଲର ପାପାର୍ଥକ ବଳିଦାନ ନିମନ୍ତେ ଇସ୍ରାଏଲୀୟ ଗୋଷ୍ଠୀର ସଂଖ୍ୟାନୁସାରେ ବାରଗୋଟି ଛାଗ ଉତ୍ସର୍ଗ କଲେ।ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।ନିର୍ବାସନରୁ ଆଗତ ବନ୍ଦୀତ୍ୱର ସନ୍ତାନଗଣ ସମଗ୍ର ଇସ୍ରାଏଲ ନିମନ୍ତେ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ବାର ବୃଷ, ଛୟାନବେ ମେଷ, ସତସ୍ତରି ମେଷଶାବକ, ପାପାର୍ଥକ ବଳି ନିମନ୍ତେ ବାର ଛାଗ ଉତ୍ସର୍ଗ କଲେ; ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ବଳି ଥିଲା।ଏମାନେ ଆପଣା ଆପଣା ଭାର୍ଯ୍ୟାକୁ ଦୂର କରିଦେବେ ବୋଲି ହସ୍ତ ଦେଲେ; ଆଉ, ଦୋଷୀ ହେବାରୁ ସେମାନେ ଆପଣା ଆପଣା ଦୋଷ ସକାଶେ ପଲରୁ ଏକ ଏକ ମେଷ ଉତ୍ସର୍ଗ କଲେ।ଆୟୁବ2
ଯଦି ତାହାର କଟିଦେଶ ମୋତେ ଆଶୀର୍ବାଦ କରି ନ ଥାଏ ଓ ସେ ମୋʼ ମେଷଲୋମରେ ଉଷ୍ଣ ହୋଇ ନ ଥାଏ;ଏଣୁ ଏବେ ତୁମ୍ଭେମାନେ ଆପଣାମାନଙ୍କ ପାଇଁ ସାତ ବୃଷ ଓ ସାତ ମେଷ ନେଇ ଆମ୍ଭ ଦାସ ଆୟୁବ ନିକଟକୁ ଯାଅ ଓ ଆପଣାମାନଙ୍କ ନିମନ୍ତେ ହୋମବଳି ରୂପେ ତାହା ଉତ୍ସର୍ଗ କର, ତହିଁରେ ଆମ୍ଭ ଦାସ ଆୟୁବ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବ; କାରଣ ଆମ୍ଭେ ତାହାକୁ ଗ୍ରାହ୍ୟ କରି ତୁମ୍ଭମାନଙ୍କ ମୂର୍ଖତା ପ୍ରମାଣେ ତୁମ୍ଭମାନଙ୍କ ପ୍ରତି ବ୍ୟବହାର କରିବା ନାହିଁ; ଯେହେତୁ ତୁମ୍ଭେମାନେ ଆମ୍ଭ ଦାସ ଆୟୁବ ପରି ଆମ୍ଭ ବିଷୟରେ ଯଥାର୍ଥ କଥା କହି ନାହଁ।”ଗୀତସଂହିତା4
ମାତ୍ର ଦୁଷ୍ଟମାନେ ବିନଷ୍ଟ ହେବେ, ପୁଣି, ସଦାପ୍ରଭୁଙ୍କ ଶତ୍ରୁମାନେ ଚରାସ୍ଥାନରେ ଶୋଭା ସ୍ୱରୂପ ହେବେ; ସେମାନେ ନିଃଶେଷିତ ହେବେ; ସେମାନେ ଧୂମରେ ନିଃଶେଷିତ ହୋଇଯିବେ।ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। [ସେଲା]ପର୍ବତଗଣ ମେଷ ପରି ଓ ଉପପର୍ବତଗଣ ମେଷଶାବକ ପରି ଡିଆଁ ମାରିଲେ।ହେ ପର୍ବତଗଣ, ତୁମ୍ଭେମାନେ ମେଷ ପରି, ହେ ଉପପର୍ବତଗଣ, ତୁମ୍ଭେମାନେ ମେଷଶାବକ ପରି ଡିଆଁ ମାରୁଅଛ?ହିତୋପଦେଶ1
ମେଷଛୁଆମାନେ ତୁମ୍ଭକୁ ବସ୍ତ୍ର ଦେବେ; ପୁଣି, ଛେଳି ତୁମ୍ଭ କ୍ଷେତ୍ରର ମୂଲ୍ୟ ସ୍ୱରୂପ ଅଟେ।ପରମ ଗୀତ1
ତୁମ୍ଭର ଦନ୍ତ-ପଂକ୍ତି ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ।ଯିଶାଇୟ9
ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।ସେହି ସମୟରେ ମେଷଶାବକମାନେ ଆପଣା ଚରାସ୍ଥାନରେ ଚରିବା ପରି ଚରିବେ, ପୁଣି, ଭ୍ରମଣକାରୀମାନେ ହୃଷ୍ଟପୁଷ୍ଟ ଲୋକମାନଙ୍କର ଧ୍ୱଂସସ୍ଥାନ ଭୋଗ କରିବେ।ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ।କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”ଯିରିମୀୟ2
ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।ଆମ୍ଭେ ସେମାନଙ୍କୁ ମେଷଗଣର ତୁଲ୍ୟ, ଛାଗମାନଙ୍କ ସହିତ ମେଷଗଣର ତୁଲ୍ୟ ବଧ ସ୍ଥାନକୁ ଆଣିବା।ଯିହିଜିକଲ14
ଆରବ ଓ କେଦାରର ଅଧିପତି ସମସ୍ତେ ତୁମ୍ଭର ହସ୍ତଗତ ବଣିକ ଥିଲେ; ମେଷଶାବକ, ମେଷ ଓ ଛାଗ, ଏସକଳ ବିଷୟରେ ସେମାନେ ତୁମ୍ଭର ବଣିକ ଥିଲେ।ପୁଣି, ହେ ଆମ୍ଭର ପଲ, ତୁମ୍ଭମାନଙ୍କ ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ପଶୁ ଓ ପଶୁର ମଧ୍ୟରେ, ମେଷ ଓ ଛାଗଗଣର ମଧ୍ୟରେ ବିଚାର କରୁ।ତୁମ୍ଭେମାନେ ବୀରମାନଙ୍କର ମାଂସ ଖାଇବ ଓ ଭୂପତିମାନଙ୍କର ରକ୍ତ ପିଇବ, ସେମାନେ ସମସ୍ତେ ବାଶନ ଦେଶୀୟ ହୃଷ୍ଟପୁଷ୍ଟ ମେଷ, ମେଷବତ୍ସ, ଛାଗ ଓ ବୃଷ ସ୍ୱରୂପ ଅଟନ୍ତି।ତୁମ୍ଭେ ତାହା ଶୁଚି କରିବାର ସମାପ୍ତ କଲା ଉତ୍ତାରେ ଗୋଟିଏ ନିର୍ଦ୍ଦୋଷ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବ।ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।ଆଉ, ପର୍ବର ସାତ ଦିନ ପର୍ଯ୍ୟନ୍ତ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବେ, ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ନିର୍ଦ୍ଦୋଷ ସାତ ବୃଷ ଓ ସାତ ମେଷ, ଆଉ ପାପାର୍ଥକ ବଳି ରୂପେ ପ୍ରତିଦିନ ଏକ ଛାଗ ଉତ୍ସର୍ଗ କରିବେ।ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।ପୁଣି, ଅଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ହୋମବଳି ଉତ୍ସର୍ଗ କରିବେ, ତାହା ବିଶ୍ରାମ ଦିନରେ ନିର୍ଦ୍ଦୋଷ ଛଅଗୋଟି ମେଷଶାବକ ଓ ନିର୍ଦ୍ଦୋଷ ଏକଗୋଟି ମେଷ ହେବ।ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।ଆଉ, ଅମାବାସ୍ୟା ଦିନ (ହୋମବଳି ନିମନ୍ତେ) ଏକ ନିର୍ଦ୍ଦୋଷ ଗୋବତ୍ସ ହେବ, ଛଅ ମେଷଶାବକ ଓ ଏକ ମେଷ ହେବ; ଏସବୁ ନିର୍ଦ୍ଦୋଷ ହେବେ;ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।ପୁଣି, ତୁମ୍ଭେ ପ୍ରତିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିର୍ଦ୍ଦୋଷ ଏକ ମେଷଶାବକ ଉତ୍ସର୍ଗ କରିବ; ପ୍ରତି ପ୍ରଭାତ ତୁମ୍ଭେ ତାହା ଉତ୍ସର୍ଗ କରିବ।ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।ଦାନିୟେଲ5
ତହିଁରେ ମୁଁ ଚକ୍ଷୁ ଖୋଲି ଦେଖିଲି ଯେ, ଦେଖ, ନଦୀ ସମ୍ମୁଖରେ ଏକ ମେଷ ଠିଆ ହୋଇଅଛି, ତାହାର ଦୁଇ ଶୃଙ୍ଗ ଓ ସେହି ଦୁଇ ଶୃଙ୍ଗ ଉଚ୍ଚ; ମାତ୍ର ଏକ ଶୃଙ୍ଗ ଅନ୍ୟ ଅପେକ୍ଷା ଉଚ୍ଚ ଓ ଯାହା ଉଚ୍ଚ, ତାହା ପଶ୍ଚାତ୍ ଉତ୍ପନ୍ନ ହେଲା।ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।ଆଉ, ମୁଁ ଯେଉଁ ଦୁଇ ଶୃଙ୍ଗବିଶିଷ୍ଟ ମେଷକୁ ନଦୀ ସମ୍ମୁଖରେ ଠିଆ ହେବାର ଦେଖିଲି, ତାହା ଆଡ଼କୁ ସେ ଆସି ଆପଣା ବଳର ପ୍ରଚଣ୍ଡତାରେ ତାହା ଉପରକୁ ଧାଇଁଲା।ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।ତୁମ୍ଭେ ଯେଉଁ ମେଷ ଦେଖିଲ, ତାହାର ଦୁଇ ଶୃଙ୍ଗ ମାଦୀୟ ଓ ପାରସିକ ରାଜା।ହୋଶେୟ1
କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ।ଆମୋଷ1
ସେମାନେ ହସ୍ତୀଦନ୍ତ ଶଯ୍ୟାରେ ଶୟନ କରନ୍ତି ଓ ଖଟ ଉପରେ ଆପଣା ଆପଣା ଶରୀର ଲମ୍ବାଉଅଛନ୍ତି, ଆଉ ପଲରୁ ମେଷଶାବକ ଓ ଗୋଠରୁ ଗୋବତ୍ସ ଆଣି ଭୋଜନ କରନ୍ତି;ମୀଖା1
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”ମାଥିଉ11
ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ!ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ।“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।କିନ୍ତୁ ସେ ସେମାନଙ୍କୁ କହିଲେ, “ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାର ଦିନରେ ଖାତରେ ପଡ଼ିଯାଏ, ତାହାହେଲେ ଯେ ତାହାକୁ ଧରି ନ ଉଠାଇବ, ଏପରି ଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି?ତେବେ, ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ। ଏଣୁ ବିଶ୍ରାମବାର ଦିନରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ।କିନ୍ତୁ ଯୀଶୁ ଉତ୍ତର ଦେଲେ, “ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ।”ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ?ପୁଣି, ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି,ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ।ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।ମାର୍କ3
ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକଙ୍କୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଥିଲେ; ପୁଣି, ସେ ସେମାନଙ୍କୁ ଅନେକ ବିଷୟ ଶିକ୍ଷା ଦେବାକୁ ଲାଗିଲେ।ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’ଲୂକ4
ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି।“ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ, ତାହାର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ ସେ ଅନେଶତକୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ?ପୁଣି, ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ, ‘ମୋʼ ସାଙ୍ଗରେ ଆନନ୍ଦ କର, ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି।’ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;ଯୋହନ20
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ।ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା-ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା-ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମୁଦ୍ରାସବୁ ବିଞ୍ଚିଦେଇ ସେମାନଙ୍କ ମେଜଗୁଡ଼ାକ ଓଲଟାଇ ପକାଇଲେ;“ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ଦ୍ୱାର ଦେଇ ମେଷଶାଳାରେ ପ୍ରବେଶ ନ କରେ, ମାତ୍ର ଅନ୍ୟ କୌଣସି ସ୍ଥାନରେ ଚଢ଼ି ପ୍ରବେଶ କରେ, ସେ ଚୋର ଓ ଡକାଇତ;କିନ୍ତୁ ଯେ ଦ୍ୱାର ଦେଇ ପ୍ରବେଶ କରେ, ସେ ମେଷପାଳକ।ଦ୍ୱାରୀ ତାହା ନିମନ୍ତେ ଦ୍ୱାର ଫିଟାଇଦିଏ, ପୁଣି, ମେଷଗୁଡ଼ିକ ତାହାର ସ୍ୱର ଶୁଣନ୍ତି, ଆଉ ସେ ନିଜର ମେଷସବୁକୁ ନାମ ଧରି ଡାକି ବାହାର କରି ଘେନିଯାଏ।ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି;ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।ମୁଁ ଉତ୍ତମ ମେଷପାଳକ; ଉତ୍ତମ ମେଷପାଳକ ମେଷଗୁଡ଼ିକ ନିମନ୍ତେ ଆପଣା ପ୍ରାଣ ଦିଏ।ଯେ ମେଷପାଳକ ନୁହେଁ, ମାତ୍ର ମୂଲିଆ, ମେଷଗୁଡ଼ିକ ଯାହାର ନିଜର ନୁହଁନ୍ତି, ସେ ବାଘ ଆସିବା ଦେଖି ମେଷଗୁଡ଼ିକୁ ଛାଡ଼ି ପଳାଏ (ଆଉ ବାଘ ସେମାନଙ୍କୁ ଧରି ଛିନ୍ନଭିନ୍ନ କରେ),କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।ସେହିପରି ମୁଁ ମୋʼ ନିଜର ମେଷଗୁଡ଼ିକୁ ଜାଣେ, ଆଉ ମୋʼ ନିଜର ମେଷଗୁଡ଼ିକ ମୋତେ ଜାଣନ୍ତି, ପୁଣି, ମେଷଗୁଡ଼ିକ ନିମନ୍ତେ ମୁଁ ମୋହର ପ୍ରାଣ ଦିଏ।ଯେଉଁ ମେଷଗୁଡ଼ିକ ଏହି ମେଷଶାଳାର ନୁହଁନ୍ତି, ମୋହର ଏପରି ଅନ୍ୟ ମେଷଗୁଡ଼ିକ ଅଛନ୍ତି, ସେମାନଙ୍କୁ ମଧ୍ୟ ମୋତେ ଆଣିବାକୁ ହେବ, ପୁଣି, ସେମାନେ ମୋହର ସ୍ୱର ଶୁଣିବେ; ସେଥିରେ ଗୋଟିଏ ପଲ ଓ ଗୋଟିଏ ପାଳକ ହେବେ।କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ।ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି,ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।”ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।”ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।ପ୍ରେରିତ1
ଶାସ୍ତ୍ରର ଯେଉଁ ଅଂଶ ସେ ପାଠ କରୁଥିଲେ, ତାହା ଏହି, “ସେ ମେଷ ତୁଲ୍ୟ ହତ ହେବା ନିମନ୍ତେ ନିଆଗଲେ ପୁଣି, ଲୋମଚ୍ଛେଦକ ସମ୍ମୁଖରେ ମେଷଶାବକ ଯେପରି ନୀରବ ରୁହେ, ସେହିପରି ସେ ଆପଣା ମୁଖ ଫିଟାଇଲେ ନାହିଁ।ରୋମୀୟ1
ଯେପରି ଲେଖାଅଛି, “ତୁମ୍ଭ ନିମନ୍ତେ ଆମ୍ଭେମାନେ ସମସ୍ତ ଦିନ ନିହତ ହେଉଅଛୁ; ଆମ୍ଭେମାନେ ବଧଯୋଗ୍ୟ ମେଷ ପରି ଗଣିତ ହୋଇଅଛୁ।”୧ କରିନ୍ଥୀୟ1
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।ଏବ୍ରୀ1
ଯେଉଁ ଶାନ୍ତିଦାତା ଈଶ୍ବର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;୧ ପିତର2
ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ।ପ୍ରକାଶିତ28
ସେତେବେଳେ ମୁଁ ଦେଖିଲି, ସିଂହାସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ମଧ୍ୟସ୍ଥଳରେ ଏକ ମେଷଶାବକ ଠିଆ ହୋଇଅଛନ୍ତି, ସେ ହତ ହେଲା ପରି ଦେଖାଯାଉଥିଲେ, ତାହାଙ୍କର ସପ୍ତ ଶୃଙ୍ଗ ଓ ସପ୍ତ ଚକ୍ଷୁ; ସେହି ସମସ୍ତ ଚକ୍ଷୁ ସମୁଦାୟ ପୃଥିବୀରେ ପ୍ରେରିତ ଈଶ୍ବରଙ୍କର ସପ୍ତ ଆତ୍ମା।ସେ ପୁସ୍ତକ ନିଅନ୍ତେ ସେହି ଚାରି ପ୍ରାଣୀ ଓ ଚବିଶ ପ୍ରାଚୀନ ମେଷଶାବକଙ୍କ ସମ୍ମୁଖରେ ଉବୁଡ଼ ହୋଇପଡ଼ିଲେ; ସେମାନଙ୍କ ପ୍ରତ୍ୟେକର ହସ୍ତରେ ବୀଣା ଓ ସାଧୁମାନଙ୍କ ପ୍ରାର୍ଥନାରୂପ ଧୂପରେ ପରିପୂର୍ଣ୍ଣ ସୁବର୍ଣ୍ଣ ପାତ୍ର ଥିଲା।ସେମାନେ ଉଚ୍ଚସ୍ୱରରେ କହୁଥିଲେ, “ପରାକ୍ରମ, ଧନ, ଜ୍ଞାନ, ଶକ୍ତି, ସମ୍ଭ୍ରମ, ଗୌରବ ଓ ପ୍ରଶଂସା ଗ୍ରହଣ କରିବାକୁ ହତ ହୋଇଥିବା ମେଷଶାବକ ହିଁ ଯୋଗ୍ୟ ଅଟନ୍ତି।”ଆଉ ମୁଁ ସ୍ୱର୍ଗ, ମର୍ତ୍ତ୍ୟ, ପାତାଳ ଓ ସମୁଦ୍ରରେ ଥିବା ସମସ୍ତ ସୃଷ୍ଟ ପ୍ରାଣୀ, ହଁ, ତନ୍ମଧ୍ୟସ୍ଥିତ ସମସ୍ତେ ଏହା କହୁଥିବା ଶୁଣିଲି, “ପ୍ରଶଂସା ସମ୍ଭ୍ରମ, ଗୌରବ ଓ କର୍ତ୍ତାପଣ, ଯୁଗେ ଯୁଗେ ସିଂହାସନୋପବିଷ୍ଟ ବ୍ୟକ୍ତିଙ୍କର ଓ ମେଷଶାବକଙ୍କର।”ତହୁଁ ମୁଁ ମେଷଶାବକଙ୍କୁ ସପ୍ତ ମୁଦ୍ରା ମଧ୍ୟରୁ ପ୍ରଥମ ମୁଦ୍ରା ଭାଙ୍ଗିବାର ଦେଖିଲି, ଆଉ ଚାରି ପ୍ରାଣୀଙ୍କ ମଧ୍ୟରୁ ଜଣକୁ ବଜ୍ର ପରି ସ୍ୱରରେ ଏହା କହୁଥିବା ଶୁଣିଲି, ଆସ।ପୁଣି, ସେମାନେ ପର୍ବତ ଓ ଶୈଳମାନଙ୍କୁ କହିଲେ, ଆମ୍ଭମାନଙ୍କ ଉପରେ ପଡ଼ି ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରୁ ଓ ମେଷଶାବକଙ୍କ କ୍ରୋଧରୁ ଆମ୍ଭମାନଙ୍କୁ ଲୁଚାଇ ରଖ,ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରୀ ଡାଳଗୁଡ଼ିକ ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;ସେମାନେ ଉଚ୍ଚସ୍ୱରରେ କହୁଅଛନ୍ତି, “ପରିତ୍ରାଣ, ସିଂହାସନ ଉପବିଷ୍ଟ ଆମ୍ଭମାନଙ୍କ ଈଶ୍ବରଙ୍କର, ଓ ମେଷଶାବକଙ୍କର କାର୍ଯ୍ୟ।”ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।କାରଣ ସିଂହାସନ ମଧ୍ୟସ୍ଥିତ ମେଷଶାବକ ସେମାନଙ୍କର ପ୍ରତିପାଳକ ହେବେ ଓ ଜୀବନଦାୟକ ନିର୍ଝର ନିକଟରେ ସେମାନଙ୍କୁ କଢ଼ାଇ ନେବେ,” “ପୁଣି, ଈଶ୍ବର ସେମାନଙ୍କ ଚକ୍ଷୁରୁ ସମସ୍ତ ଲୋତକ ପୋଛିଦେବେ।”ଆଉ ସେମାନେ ମେଷଶାବକଙ୍କ ରକ୍ତ, ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।ଜଗତର ସୃଷ୍ଟିଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ ପ୍ରଣାମ କରିବେ।ତତ୍ପରେ ମୁଁ ଆଉ ଗୋଟିଏ ପଶୁକୁ ଭୂମି ମଧ୍ୟରୁ ଉଠି ଆସିବାର ଦେଖିଲି; ମେଷଶାବକ ପରି ତାହାର ଦୁଇଟି ଶୃଙ୍ଗ, ଆଉ ସେ ସର୍ପ ପରି କଥା କହୁଥିଲା।ତତ୍ପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସିୟୋନ ପର୍ବତ ଉପରେ ମେଷଶାବକ ଆଉ ଯେଉଁମାନଙ୍କ କପାଳରେ ତାହାଙ୍କ ନାମ ଓ ତାହାଙ୍କ ପିତାଙ୍କ ନାମ ଲିଖିତ ଥିଲା, ଏପରି ଏକ ଲକ୍ଷ ଚୌରାଳିଶ ହଜାର ଲୋକଙ୍କୁ ତାହାଙ୍କ ସହିତ ଦଣ୍ଡାୟମାନ ଥିବାର ଦେଖିଲି।ସେମାନେ ସ୍ତ୍ରୀମାନଙ୍କ ସହିତ ଆପଣା ଆପଣାକୁ କଳୁଷିତ କରି ନ ଥିଲେ କାରଣ ସେମାନେ ଶୁଚି କରି ରଖିଥିଲେ। ମେଷଶାବକ ଯେକୌଣସି ସ୍ଥାନକୁ ଗମନ କରନ୍ତି, ସେ ସ୍ଥାନକୁ ସେମାନେ ତାହାଙ୍କର ଅନୁଗାମୀ ହୁଅନ୍ତି। ସେମାନେ ଈଶ୍ବର ଓ ମେଷଶାବକଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ସ୍ୱରୂପେ ମନୁଷ୍ୟମାନଙ୍କ ମଧ୍ୟରୁ କ୍ରୀତ ହୋଇଅଛନ୍ତି;ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।ସେମାନେ ଈଶ୍ବରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, “ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ।ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ।ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।ଆସ, ଆମ୍ଭେମାନେ ଆନନ୍ଦ ଓ ଉଲ୍ଲାସ କରୁ, ଏବଂ ତାହାଙ୍କୁ ଗୌରବ ପ୍ରଦାନ କରୁ, କାରଣ ମେଷଶାବକଙ୍କ ବିବାହର ସମୟ ଉପସ୍ଥିତ, ଆଉ ତାହାଙ୍କ କନ୍ୟା ଆପଣାକୁ ସଜ୍ଜିତ କରିଅଛି।ସେତେବେଳେ ସେ ମୋତେ କହିଲେ, “ଲେଖ, ଯେଉଁମାନେ ମେଷଶାବକଙ୍କ ବିବାହଭୋଜକୁ ନିମନ୍ତ୍ରିତ, ସେମାନେ ଧନ୍ୟ। ଆଉ ସେ ମୋତେ କହିଲେ, ଏହିସବୁ ଈଶ୍ବରଙ୍କ ସତ୍ୟ ବାକ୍ୟ।”ତତ୍ପରେ ଯେଉଁ ସପ୍ତ ଦୂତ ଶେଷ ସପ୍ତ କ୍ଲେଶରେ ପରିପୂର୍ଣ୍ଣ ସପ୍ତ ପାତ୍ର ଧରିଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଆସି ମୋତେ କହିଲେ, ଏଠାକୁ ଆସ, ମୁଁ ତୁମ୍ଭକୁ ସେହି କନ୍ୟା, ଅର୍ଥାତ୍ ମେଷଶାବକଙ୍କ ଭାର୍ଯ୍ୟାକୁ ଦେଖାଇବି।ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ ଥିଲା, ସେହିସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।ମୁଁ ସେହି ନଗରୀରେ କୌଣସି ମନ୍ଦିର ଦେଖିଲି ନାହିଁ, କାରଣ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର ଓ ମେଷଶାବକ ସେଥିର ମନ୍ଦିର ସ୍ୱରୂପ ଅଟନ୍ତି।ଆଲୋକ ନିମନ୍ତେ ସେହି ନଗରୀର ସୂର୍ଯ୍ୟ କି ଚନ୍ଦ୍ରର ପ୍ରୟୋଜନ ନାହିଁ, କାରଣ ଈଶ୍ବରଙ୍କ ଗୌରବ ତାହାକୁ ଆଲୋକିତ କରେ ଓ ମେଷଶାବକ ସେଥିର ପ୍ରଦୀପ ସ୍ୱରୂପ।କୌଣସି ଅଶୁଚି ବିଷୟ କିଅବା ଘୃଣ୍ୟକର୍ମକାରୀ ଓ ମିଥ୍ୟାଚାରୀ କେହି ସେଥିରେ କଦାପି ପ୍ରବେଶ କରିବ ନାହିଁ; କେବଳ ଯେଉଁମାନଙ୍କ ନାମ ମେଷଶାବକଙ୍କ ଜୀବନ ପୁସ୍ତକରେ ଲିଖିତ ଅଛି, ସେମାନେ ପ୍ରବେଶ କରିବେ।ପରେ ଦୂତ ମୋତେ ଜୀବନଦାୟକ ଜଳର ଗୋଟିଏ ନଦୀ ଦେଖାଇଲେ, ତାହା ସ୍ଫଟିକ ସଦୃଶ ଉଜ୍ଜ୍ୱଳ, ପୁଣି, ଈଶ୍ବର ଓ ମେଷଶାବକଙ୍କ ସିଂହାସନରୁ ନିର୍ଗତ ହୋଇ ନଗରର ପଥ ମଧ୍ୟ ଦେଇ ପ୍ରବାହିତ ହେଉଅଛି।କୌଣସି ଅଭିଶପ୍ତ ବିଷୟ ଆଉ ରହିବ ନାହିଁ। ଈଶ୍ବର ଓ ମେଷଶାବକଙ୍କ ସିଂହାସନ ନଗରୀ ମଧ୍ୟରେ ରହିବ, ଆଉ ତାହାଙ୍କ ଦାସମାନେ ତାହାଙ୍କର ଉପାସନା କରିବେ।ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Animals in the Bible © United Bible Societies 2025, adapted from E. R. Hope, All Creatures Great and Small © 2005 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର