ବସ୍ତ୍ର ଓ ଅଳଙ୍କାର
ବାଇଗଣିଆ ଓ ସିନ୍ଦୂର ବର୍ଣ୍ଣ
ଏବ୍ରୀ argaman (ବାଇଗଣିଆ), shani (ସିନ୍ଦୂର ବର୍ଣ୍ଣ) · ଗ୍ରୀକ୍ porphyra · ସାମୁଦ୍ରିକ ଶାମୁକା ଓ କୀଟରୁ ରଙ୍ଗ
ପ୍ରାଚୀନ ଜଗତର ସବୁଠାରୁ ମହଙ୍ଗା ରଙ୍ଗ ପୂର୍ବ ଭୂମଧ୍ୟସାଗରର murex ସାମୁଦ୍ରିକ ଶାମୁକାରୁ ଆସୁଥିଲା। ଶାମୁକାର ଏକ ଗ୍ରନ୍ଥିରୁ ଏକ ରସ ମିଳୁଥିଲା, ଯାହା ପବନରେ ହଳଦିଆଳିଆ ଧଳାରୁ ଲାଲ, ବାଇଗଣି ବା ଗାଢ଼ ବାଇଗଣିଆ ହୋଇଯାଉଥିଲା; ବାଇବେଲର “ନୀଳ” ଥିଲା ସେହି ରଙ୍ଗର ଏକ ବାଇଗଣି ଛାଇ। ସୋର ଓ ସୀଦୋନ ଥିଲା ମହାନ କେନ୍ଦ୍ର, ଏବଂ ଉପକୂଳ କଡ଼ରେ ଚୂର୍ଣ୍ଣ ଶାମୁକାର ବଡ଼ ବଡ଼ ଗଦା ମିଳିଛି। ଏତେ ମହଙ୍ଗା ହୋଇଥିବାରୁ ବାଇଗଣିଆ ରଙ୍ଗ ରାଜା ଓ ଧନୀମାନେ ପିନ୍ଧୁଥିଲେ — ମିଦୀୟନର ରାଜାମାନେ (ବିଚାରକର୍ତ୍ତା 8:26) ଓ “କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର” ପିନ୍ଧିଥିବା ଧନୀ ଲୋକ (ଲୂକ 16:19)।
ସିନ୍ଦୂର ଓ ଗାଢ଼ ଲାଲ ରଙ୍ଗ kermes ନାମକ ଏକ ଛୋଟ କୀଟରୁ ଆସୁଥିଲା, ଯାହା ଏକ ପ୍ରକାର ଓକ୍ ଗଛରେ ରହେ। ଜଣେ ଧାତ୍ରୀ ନବଜାତ ସେରହର ହାତରେ ସିନ୍ଦୂରବର୍ଣ୍ଣ ସୂତା ବାନ୍ଧିଥିଲା (ଆଦି ପୁସ୍ତକ 38:28)। ହଳଦିଆ ରଙ୍ଗ କୁସୁମ ଫୁଲରୁ, କମଳା-ହଳଦିଆ କେଶର କ୍ରୋକସ୍ ଫୁଲରୁ, ଏବଂ ସବୁଜ ସାଧାରଣତଃ ରଙ୍ଗର ମିଶ୍ରଣରୁ ଆସୁଥିଲା; କପଡ଼ା ବଡ଼ କୁଣ୍ଡରେ ରଙ୍ଗ କରାଯାଉଥିଲା। ଫିଲିପ୍ପୀରେ ପାଉଲ ଲୂଦିଆଙ୍କୁ ଭେଟିଲେ, “ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ” (ପ୍ରେରିତ 16:14), ଯେଉଁ ସହରରେ ରଙ୍ଗରେଜମାନଙ୍କ ଏକ ସଂଘ ଥିଲା। ଗୋଟିଏ ମତ ଅନୁସାରେ ସେ ପ୍ରକୃତ murex ବାଇଗଣିଆ ବିକୁଥିଲେ; ଅନ୍ୟ ଏକ ମତ ଅନୁସାରେ, ମଞ୍ଜିଷ୍ଠା ମୂଳରେ ରଙ୍ଗ କରାଯାଇଥିବା ଏକ ଶସ୍ତା ଲାଲ କପଡ଼ା।
ମୁଖ୍ୟ ପଦ
ଅର୍ଥାତ୍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।ଏହାର ନାମ ଥିବା ସମସ୍ତ ପଦ (88)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ2
ଆଉ ତାହାର ପ୍ରସବକାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂର ବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ ହେଲା।ଯାତ୍ରା ପୁସ୍ତକ34
ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ,ରକ୍ତୀକୃତ ମେଷର ଚର୍ମ ଓ ଶିଶୁକ ଚର୍ମ, ଶିଟୀମ୍ କାଷ୍ଠ,ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।ଆଉ ଯୋଡ଼ ସ୍ଥାନରେ ପ୍ରଥମ ଶେଷ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କରିବ ଓ ଯୋଡ଼ ସ୍ଥାନରେ ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କରିବ।ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।ଆଉ ତୁମ୍ଭେ ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରିବ; ତାହା ନିପୁଣ ଶିଳ୍ପାକାରର କର୍ମରେ କିରୂବଗଣର ଆକୃତିବିଶିଷ୍ଟ କରାଯିବ।ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।ପୁଣି, ସେମାନେ ସେହି ସ୍ୱର୍ଣ୍ଣ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ଏଫୋଦ-ବସ୍ତ୍ର ପ୍ରସ୍ତୁତ କରିବେ।ପୁଣି, ଏଫୋଦର ଯେଉଁ ଚିତ୍ରିତ ପଟୁକା ତହିଁ ଉପରେ ରହିବ, ତହିଁର ଚିତ୍ରିତ କର୍ମ ସେହି ବସ୍ତ୍ରାନୁସାରେ ହେବ; ଅର୍ଥାତ୍, ସ୍ୱର୍ଣ୍ଣରେ, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ହେବ।ପୁଣି, ଶିଳ୍ପକର୍ମରେ ବିଚାରାର୍ଥକ ବୁକୁପଟା କରିବ, ଅର୍ଥାତ୍, ଏଫୋଦର କର୍ମାନୁସାରେ ସ୍ୱର୍ଣ୍ଣରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ନିପୁଣ ଶିଳ୍ପକାରର କର୍ମ ଦ୍ୱାରା ତାହା ପ୍ରସ୍ତୁତ କରିବ।ତହିଁରେ ବୁକୁପଟା ଯେପରି ଏଫୋଦର ଚିତ୍ରିତ ପଟୁକା ଉପରେ ଥାଇ ଏଫୋଦରୁ ଖସି ନ ପଡ଼େ, ଏଥିପାଇଁ ସେମାନେ ବୁକୁପଟାକୁ ନିଜ କଡ଼ାରେ ନୀଳ ସୂତ୍ର ଦ୍ୱାରା ଏଫୋଦର କଡ଼ା ସହିତ ବନ୍ଧନ କରି ରଖିବେ।ତୁମ୍ଭେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କରିବ।ପୁଣି, ତୁମ୍ଭେ ତହିଁର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣର ଡାଳିମ୍ବ କରିବ; ଆଉ ତହିଁ ଚତୁର୍ଦ୍ଦିଗର ମଧ୍ୟେ ମଧ୍ୟେ ସ୍ୱର୍ଣ୍ଣ ଘଣ୍ଟି ରହିବ।ପୁଣି, ପଗଡ଼ି ଉପରେ ରହିବା ପାଇଁ ତାହା ନୀଳ ସୂତ୍ରରେ ବାନ୍ଧି ପଗଡ଼ିର ସମ୍ମୁଖରେ ରଖିବ।ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।ଆଉ ଖୋଦନ ଓ ଶିଳ୍ପକର୍ମ କରିବା ନିମନ୍ତେ, ପୁଣି, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ରରେ ସୂଚି କର୍ମ ଓ ତନ୍ତୀ କର୍ମ କରିବା ନିମନ୍ତେ, ଅର୍ଥାତ୍, ଯାବତୀୟ ଶିଳ୍ପକର୍ମ ଓ ଚିତ୍ର କର୍ମ କରିବା ପାଇଁ ସେମାନଙ୍କ ମନକୁ ଜ୍ଞାନରେ ପରିପୂର୍ଣ୍ଣ କରିଅଛନ୍ତି।”ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।ଆଉ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକାରୀ, ଖୋଦକ ଓ ବିଜ୍ଞ ତନ୍ତୁବାୟ ଦାନ୍ ବଂଶଜାତ ଅହୀଷାମକଙ୍କ ପୁତ୍ର ଅହଲୀୟାବ ସହକାରୀ ଥିଲେ।ଅର୍ଥାତ୍, ସେମାନେ ସ୍ୱର୍ଣ୍ଣ ପିଟାଇ ପାତଳ ପତ୍ର କରି ଶିଳ୍ପକର୍ମ ଦ୍ୱାରା ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ମଧ୍ୟରେ ବୁଣିବା ପାଇଁ ତାହା କାଟି ଜରୀ କଲେ।ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏଫୋଦର ଉପରିସ୍ଥ ଯେଉଁ ଚିତ୍ରିତ ପଟୁକା ତହିଁର ଅଂଶ ଥିଲା, ତାହା ମଧ୍ୟ ସେହି କର୍ମାନୁସାରେ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିର୍ମିତ ହେଲା।ଏଥିଉତ୍ତାରେ ସେ ଏଫୋଦର କର୍ମନ୍ୟାୟ ସୁବର୍ଣ୍ଣ ଦ୍ୱାରା, ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ଦ୍ୱାରା ନିପୁଣ ଶିଳ୍ପକାରର କର୍ମରେ ବୁକୁପଟା ନିର୍ମାଣ କଲେ।ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ବୁଣା କର୍ମରେ ଏଫୋଦର ଚୋଗା ସମ୍ପୂର୍ଣ୍ଣ ନୀଳବର୍ଣ୍ଣ କଲେ।ପୁଣି, ସେମାନେ ଚୋଗାର ଅଞ୍ଚଳର ଚତୁର୍ଦ୍ଦିଗରେ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ବଳା ସୂତ୍ରରେ ଡାଳିମ୍ବ ନିର୍ମାଣ କଲେ।ଆଉ ବଳା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ସୂଚି କର୍ମ ବିଶିଷ୍ଟ ଏକ କଟିବନ୍ଧନ ପ୍ରସ୍ତୁତ କଲେ।ପୁଣି, ଊର୍ଦ୍ଧ୍ୱରେ ପାଗ ଉପରେ ରଖିବା ନିମନ୍ତେ ତାହା ନୀଳ ସୂତ୍ରରେ ବାନ୍ଧିଲେ।ପୁଣି, ରକ୍ତୀକୃତ ମେଷ ଚର୍ମ ନିର୍ମିତ ଛାତ ଓ ଶିଶୁକ ଚର୍ମ ନିର୍ମିତ ଛାତ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର;ଲେବୀୟ ପୁସ୍ତକ5
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକୁ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକୁ ଓ ସେହି ସବୁ ଡୁବାଇବ;ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ୱାରା, ସ୍ରୋତଜଳ ଦ୍ୱାରା, ଜୀଅନ୍ତା ପକ୍ଷୀ ଦ୍ୱାରା, ଏରସ କାଠ ଦ୍ୱାରା, ଏସୋବ ଦ୍ୱାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ୱାରା ସେହି ଗୃହକୁ ଶୁଚି କରିବ।ଗଣନା ପୁସ୍ତକ8
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂର ବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ।ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।ଯିହୋଶୂୟ2
ଦେଖ, ତୁମ୍ଭେ ଯେଉଁ ଝରକା ଦେଇ ଆମ୍ଭମାନଙ୍କୁ ଓହ୍ଲାଇ ଦେଲ, ଆମ୍ଭେମାନେ ଏ ଦେଶକୁ ଆସିଲା ବେଳେ ତୁମ୍ଭେ ସେହି ଝରକାରେ ଏହି ସିନ୍ଦୂର ବର୍ଣ୍ଣ ସୂତାଡୋରି ବାନ୍ଧି ରଖିବ; ପୁଣି ତୁମ୍ଭେ ଆପଣା ପିତା ଓ ଆପଣା ମାତା ଓ ଆପଣା ଭ୍ରାତୃଗଣ ଓ ଆପଣା ପିତୃକୁଳର ସମସ୍ତଙ୍କୁ ଆପଣା ନିକଟରେ ଗୃହରେ ଏକତ୍ର କରିବ।ତହିଁରେ ସେ କହିଲା, “ତୁମ୍ଭେମାନେ ଯେପରି କହିଲ, ସେପରି ହେଉ।” ଏଉତ୍ତାରେ ସେ ସେମାନଙ୍କୁ ବିଦାୟ କରନ୍ତେ, ସେମାନେ ପ୍ରସ୍ଥାନ କଲେ; ପୁଣି ସେ ସେହି ସିନ୍ଦୂର ବର୍ଣ୍ଣ ଡୋରି ଝରକାରେ ବାନ୍ଧି ରଖିଲା।ବିଚାରକର୍ତ୍ତା2
‘ସେମାନେ କି ଲୁଟ ପାଇ ନାହାନ୍ତି, ସେମାନେ କି ବିଭାଗ କରି ନାହାନ୍ତି? ପ୍ରତ୍ୟେକ ପୁରୁଷ ପାଇଁ ଏକ କାମିନୀ, କିମ୍ବା ଦୁଇ କାମିନୀ; ସୀଷରା ପାଇଁ ନାନା ବର୍ଣ୍ଣର ଲୁଟ, ନାନା ବର୍ଣ୍ଣର ସୂଚିକର୍ମନିର୍ମିତ ଚିତ୍ରିତ ବସ୍ତ୍ରର ଲୁଟ, ଲୁଟିତମାନଙ୍କ ଗଳାରୁ ଦୁଇ ପାଖରେ ସୂଚିକର୍ମନିର୍ମିତ ନାନା ରଙ୍ଗର ଚିତ୍ରିତ ବସ୍ତ୍ର।’ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା।ଦ୍ୱିତୀୟ ଶାମୁୟେଲ1
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂର ବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ-ଅଳଙ୍କାର ମଣ୍ଡିଲେ।ଦ୍ୱିତୀୟ ବଂଶାବଳୀ3
ଏହେତୁ ମୋʼ ପିତା ଦାଉଦଙ୍କ ଦ୍ୱାରା ନିଯୁକ୍ତ ଯେଉଁ ନିପୁଣ ଲୋକମାନେ ଯିହୁଦାରେ ଓ ଯିରୂଶାଲମରେ ମୋʼ ନିକଟରେ ଅଛନ୍ତି, ସେମାନଙ୍କ ସଙ୍ଗେ ସୁନା, ରୂପା, ପିତ୍ତଳ, ଲୁହା, ଧୂମ୍ର, ସିନ୍ଦୂର ଓ ନୀଳ ସୂତ୍ରର କର୍ମରେ ଓ ସର୍ବପ୍ରକାର ଖୋଦନ-କର୍ମରେ ନିପୁଣ ଏକ ଲୋକକୁ ମୋʼ ନିକଟକୁ ପଠାଉନ୍ତୁ।ସେ ଦାନ୍ ବଂଶୀୟା ଏକ ସ୍ତ୍ରୀର ପୁତ୍ର, ତାହାର ପିତା ସୋରୀୟ ଲୋକ ଥିଲା, ସେ ସୁନା, ରୂପା, ପିତ୍ତଳ, ଲୁହା, ପ୍ରସ୍ତର, କାଷ୍ଠ ଓ ଧୂମ, ନୀଳ, କ୍ଷୌମ ଓ ସିନ୍ଦୂର ବର୍ଣ୍ଣ ସୂତ୍ରର କାର୍ଯ୍ୟରେ, ମଧ୍ୟ ସର୍ବପ୍ରକାର ଖୋଦନ କାର୍ଯ୍ୟ ଓ ସର୍ବପ୍ରକାର କଳ୍ପନାର କାର୍ଯ୍ୟ କରିବାକୁ ନିପୁଣ; ତାହାକୁ ଆପଣଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ଓ ଆପଣଙ୍କ ପିତା ମୋʼ ପ୍ରଭୁ ଦାଉଦଙ୍କ ନିପୁଣ ଲୋକମାନଙ୍କ ମଧ୍ୟରେ ସ୍ଥାନ ଦିଆଯାଉ।ପୁଣି ସେ ନୀଳ ଓ ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ଓ କ୍ଷୌମସୂତ୍ରର ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କରି ତହିଁ ଉପରେ କିରୂବଗଣର ଆକୃତି କଲେ।ଏଷ୍ଟର2
ସେଠାରେ କାର୍ପାସନିର୍ମିତ, ଶୁକ୍ଳ, ହରିତ୍ ଓ ନୀଳ ବସ୍ତ୍ରର ଚନ୍ଦ୍ରାତପ ଥିଲା, ତାହା ଶୁକ୍ଳ ଓ ଧୂମ୍ରବର୍ଣ୍ଣ ରଜ୍ଜୁ ଦ୍ୱାରା ରୌପ୍ୟମୟ କଡ଼ାରେ ମର୍ମର ସ୍ତମ୍ଭରେ ବନ୍ଧା ଥିଲା, ପୁଣି ରକ୍ତ ଓ ଶୁକ୍ଳ ଓ ପୀତ ଓ କୃଷ୍ଣବର୍ଣ୍ଣ ମର୍ମର ପ୍ରସ୍ତର ନିର୍ମିତ ଚଟାଣ ଉପରେ ସ୍ୱର୍ଣ୍ଣ ଓ ରୌପ୍ୟମୟ ଆସନ ଥିଲା।ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।ହିତୋପଦେଶ2
ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।ସେ ଆପଣା ନିମନ୍ତେ ଚିତ୍ରବିଚିତ୍ର ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରେ, ପୁଣି, ସେ ଶୁଭ୍ର କ୍ଷୌମବସ୍ତ୍ର ଓ ଧୂମ୍ରବର୍ଣ୍ଣ ବସ୍ତ୍ର ପିନ୍ଧେ।ପରମ ଗୀତ3
ସେ ତହିଁର ସ୍ତମ୍ଭସବୁ ରୂପାର, ତହିଁର ତଳଭାଗ ସୁନାର, ତହିଁର ଆସନ ବାଇଗଣିଆ ରଙ୍ଗର କଲେ, ତହିଁର ମଧ୍ୟଭାଗ ଯିରୂଶାଲମର କନ୍ୟାମାନଙ୍କର ଦ୍ୱାରା ପ୍ରେମରେ ମଣ୍ଡିତ।ତୁମ୍ଭର ଓଷ୍ଠାଧର ସିନ୍ଦୂର ବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ।ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।ଯିଶାଇୟ2
ସଦାପ୍ରଭୁ କହନ୍ତି, “ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂର ବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହି ସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।ଇଦୋମରୁ ରଙ୍ଗୀକୃତ ବସ୍ତ୍ର ପିନ୍ଧି ବସ୍ରାରୁ ଏ ଯେ ଆସୁଅଛନ୍ତି, ସେ କିଏ? ଆପଣା ପରିଧେୟ ବସ୍ତ୍ରରେ ଗୌରବାନ୍ୱିତ ଓ ଆପଣା ମହାଶକ୍ତିରେ ବିଜେ କରୁଅଛନ୍ତି ଯେ ଏ, ସେ କିଏ? “ଆମ୍ଭେ ଯେ ଧର୍ମବାଦୀ ଓ ପରିତ୍ରାଣ କରିବାକୁ ସମର୍ଥ ଅଟୁ।”ଯିରିମୀୟ2
ଆଉ, ତୁମ୍ଭେ ଯେତେବେଳେ ଉଚ୍ଛିନ୍ନ ହେବ, ସେତେବେଳେ ତୁମ୍ଭେ କଅଣ କରିବ? ଯଦ୍ୟପି ତୁମ୍ଭେ ରକ୍ତବର୍ଣ୍ଣ ବସ୍ତ୍ର ପରିଧାନ କରୁଅଛ, ଯଦ୍ୟପି ତୁମ୍ଭେ ସୁବର୍ଣ୍ଣ ଅଳଙ୍କାରରେ ଆପଣାକୁ ଭୂଷିତା କରୁଅଛ, ଯଦ୍ୟପି ତୁମ୍ଭେ ଅଞ୍ଜନ ଦ୍ୱାରା ଆପଣା ଚକ୍ଷୁ ପ୍ରସାରୁଅଛ, ତଥାପି ତୁମ୍ଭେ ବ୍ୟର୍ଥରେ ଆପଣାକୁ ସୁନ୍ଦର କରୁଅଛ; ତୁମ୍ଭର ଜାରପୁରୁଷମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନେ ତୁମ୍ଭ ପ୍ରାଣନାଶ କରିବାକୁ ଚେଷ୍ଟା କରନ୍ତି।ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।ବିଳାପ1
ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।ଯିହିଜିକଲ4
ସେମାନେ ନୀଳାମ୍ବର ପରିହିତ, ଦେଶାଧ୍ୟକ୍ଷ, ଶାସନକର୍ତ୍ତୃଗଣ ଓ ସମସ୍ତେ ମନୋହର ଯୁବା ଲୋକ ଓ ଅଶ୍ୱାରୋହୀ ଥିଲେ।ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା।ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।ଏମାନେ ବାଣିଜ୍ୟ ଦ୍ରବ୍ୟ ମଧ୍ୟରେ ଉତ୍କୃଷ୍ଟ ନାନା ଦ୍ରବ୍ୟ, ନୀଳବର୍ଣ୍ଣ ଓ ବୁଟାଦାର ଆବରଣୀୟ ବସ୍ତ୍ର ଓ ବହୁମୂଲ୍ୟ ବସ୍ତ୍ର, ରଜ୍ଜୁରେ ବନ୍ଧା ଏରସ କାଷ୍ଠନିର୍ମିତ ସିନ୍ଦୁକରେ ତୁମ୍ଭର ବ୍ୟବସାୟୀ ଥିଲେ।ଦାନିୟେଲ3
ରାଜା ଗଣକ, କଲ୍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍ମାନଙ୍କୁ କହିଲା, “ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”ମାତ୍ର ତୁମ୍ଭ ବିଷୟରେ ମୁଁ ଶୁଣିଅଛି ଯେ, ତୁମ୍ଭେ ଅର୍ଥ ପ୍ରକାଶ ଓ ସନ୍ଦେହ ଦୂର କରିପାର; ଏବେ ତୁମ୍ଭେ ଯଦି ଏହି ଲେଖା ପାଠ କରି ତହିଁର ଅର୍ଥ ମୋତେ ଜଣାଇପାର, ତେବେ ତୁମ୍ଭେ ବାଇଗଣିଆ ବର୍ଣ୍ଣର ବସ୍ତ୍ରରେ ବସ୍ତ୍ରାନ୍ୱିତ ହେବ, ତୁମ୍ଭ କଣ୍ଠରେ ସୁବର୍ଣ୍ଣ ହାର ଦିଆଯିବ ଓ ତୁମ୍ଭେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।”ସେତେବେଳେ ବେଲ୍ଶତ୍ସର ଆଜ୍ଞା କରନ୍ତେ, ଲୋକମାନେ ଦାନିୟେଲଙ୍କୁ ବାଇଗଣିଆ ରଙ୍ଗର ବସ୍ତ୍ର ପିନ୍ଧାଇଲେ ଓ ତାଙ୍କର କଣ୍ଠରେ ସୁବର୍ଣ୍ଣ ହାର ଦେଲେ ଓ ସେ ଯେ ରାଜ୍ୟର ତୃତୀୟ କର୍ତ୍ତା ହେବେ, ତାଙ୍କ ବିଷୟରେ ଏହା ଘୋଷଣା କଲେ।ନାହୂମ1
ତାହାର ବୀରଗଣର ଢାଲ ରକ୍ତୀକୃତ, ବିକ୍ରମୀଗଣ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପରିହିତ; ତାହାର ଆୟୋଜନ ଦିନରେ ରଥସକଳ ଲୌହରେ ଚକ୍ଚକ୍ ଓ ବର୍ଚ୍ଛାସକଳ ଭୟାନକ ରୂପେ ଚାଳିତ ହୁଅଇ।ମାଥିଉ1
ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ ଲୋହିତବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ,ମାର୍କ2
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ। ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ।ଲୂକ1
“ଜଣେ ଧନୀ ଲୋକ ଥିଲା, ସେ କୃଷ୍ଣଲୋହିତ ବର୍ଣ୍ଣର ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;ଯୋହନ2
ପୁଣି, ସୈନ୍ୟମାନେ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣ ବାହ୍ୟ ବସ୍ତ୍ର ପିନ୍ଧାଇଲେ;ସେଥିରେ ଯୀଶୁ ସେହି କଣ୍ଟାର ମୁକୁଟ ଓ କୃଷ୍ଣଲୋହିତ ବର୍ଣ୍ଣ ବସ୍ତ୍ରରେ ପରିହିତ ହୋଇ ବାହାରକୁ ଆସିଲେ। ପୀଲାତ ସେମାନଙ୍କୁ କହିଲେ, ଦେଖ, ସେହି ଲୋକ!ପ୍ରେରିତ1
ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।ଏବ୍ରୀ1
କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,ପ୍ରକାଶିତ3
ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;ଯଥା, ସୁବର୍ଣ୍ଣ, ରୌପ୍ୟ, ମଣି, ମୁକ୍ତା, ସୂକ୍ଷ୍ମ ବସ୍ତ୍ର, କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର, ପଟୁବସ୍ତ୍ର, ଲୋହିତବର୍ଣ୍ଣ ବସ୍ତ୍ର, ସମସ୍ତ ପ୍ରକାର ଚନ୍ଦନକାଷ୍ଠ, ହସ୍ତୀଦନ୍ତର ସର୍ବ ପ୍ରକାର ବସ୍ତୁ, ଅତି ବହୁମୂଲ୍ୟ କାଠ, ପିତ୍ତଳ, ଲୌହ ଓ ମର୍ମର ପ୍ରସ୍ତର ନିର୍ମିତ ସମସ୍ତ ପ୍ରକାର ବସ୍ତୁ,‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହା ସୂକ୍ଷ୍ମ ବସ୍ତ୍ର, ବାଇଗଣୀ ରଙ୍ଗର, ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା ଥିଲା, ପୁଣି, ସୁବର୍ଣ୍ଣ, ମଣି ଓ ମୁକ୍ତାରେ ଭୂଷିତା ଥିଲା।ଏହା ମଧ୍ୟ ଦେଖନ୍ତୁ
ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର