ଖାଦ୍ୟ ଓ ପାନୀୟ
ରୁଟି
ଏବ୍ରୀ lechem · ଗ୍ରୀକ୍ artos · ବାଇବେଲରେ ସବୁଠାରୁ ଅଧିକ ଉଲ୍ଲିଖିତ ଖାଦ୍ୟ
ପ୍ରାୟ ପ୍ରତ୍ୟେକ ଭୋଜନରେ ରୁଟି ଖିଆଯାଉଥିଲା, ଏବଂ ଏବ୍ରୀ ଶବ୍ଦ lechem ସାଧାରଣ ଭାବେ ଖାଦ୍ୟକୁ ମଧ୍ୟ ବୁଝାଉଥିଲା। ଅଧିକାଂଶ ପରିବାର ନିଜେ ରୁଟି ତିଆରି କରୁଥିଲେ। ପ୍ରତିଦିନ ଦୁଇଟି ଚକି ପଥର ମଝିରେ ଶସ୍ୟ ପେଷା ଯାଉଥିଲା — ଆଣ୍ଠୁ ମାଡ଼ି କରାଯାଉଥିବା କଠିନ କାମ, ସାଧାରଣତଃ ସ୍ତ୍ରୀଲୋକ ଓ ଦାସୀମାନଙ୍କ ଦ୍ୱାରା (ଯାତ୍ରା ପୁସ୍ତକ 11:5)। ପାଣି ମିଶାଇ କାଠର ଦଳିବା ପାତ୍ରରେ ଚକଟା ମଇଦା ଦଳାଯାଉଥିଲା। ଫୁଲାଇବା ପାଇଁ ପୁରୁଣା, ଖମୀର ହୋଇଥିବା ମଇଦାର ଏକ ଖଣ୍ଡ ମିଶାଯାଉଥିଲା; ତରତରରେ, ଯେପରି ମିସରରୁ ବାହାରିବା ରାତିରେ, ରୁଟି ତାଡ଼ି ବିନା ସେକାଯାଉଥିଲା (ଯାତ୍ରା ପୁସ୍ତକ 12:34)।
ଚେପ୍ଟା ରୁଟି ଗରମ ପଥର ଉପରେ, ଲୁହାର ତାୱା ଉପରେ, କିମ୍ବା କାଠ, ଶୁଖିଲା ଘାସ ବା ଗୋବରରେ ଗରମ କରାଯାଇଥିବା ଛୋଟ ମାଟି ଚୁଲ୍ଲୀର ଭିତର କାନ୍ଥରେ ଚାପି ସେକାଯାଉଥିଲା; ସେଗୁଡ଼ିକ କିଛି ମିନିଟ୍ରେ ପ୍ରସ୍ତୁତ ହେଉଥିଲା। ସରୁ ଗହମ ମଇଦାର ରୁଟି ଅତିଥି ଓ ଧନୀଙ୍କ ପାଇଁ, ଏବଂ ଯବ ରୁଟି ଗରିବଙ୍କ ପାଇଁ ଥିଲା। ରୁଟି ହାତରେ ଭଙ୍ଗାଯାଉଥିଲା, କଟାଯାଉ ନ ଥିଲା। ଯିରୂଶାଲମରେ ରୁଟିବାଲାମାନଙ୍କର ଏକ ପଲ୍ଲୀ ଥିଲା, ଏବଂ ବନ୍ଦୀ ଯିରିମୀୟ ସେଠାରୁ ପ୍ରତିଦିନ ଗୋଟିଏ ରୁଟି ପାଉଥିଲେ (ଯିରିମୀୟ 37:21)।
ମୁଖ୍ୟ ପଦ
ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”ତହିଁରେ ଚକଟା ମଇଦା ତାଡ଼ି ମିଶ୍ରିତ ହେବା ପୂର୍ବେ, ଲୋକମାନେ ତାହା ନେଇ ମଇଦା ଦଳିବା ପାତ୍ରସବୁ ଆପଣା ଆପଣା ବସ୍ତ୍ରରେ ବାନ୍ଧି ସ୍କନ୍ଧରେ ଘେନିଲେ।ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।ଏହାର ନାମ ଥିବା ସମସ୍ତ ପଦ (410)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ24
ତୁମ୍ଭେ ଯେଉଁ ମୃତ୍ତିକାରୁ ଗୃହୀତ ହେଲ, ତହିଁରେ ନ ମିଶିବା ପର୍ଯ୍ୟନ୍ତ ମୁଖର ଝାଳରେ ଆହାର କରିବ; ଯେହେତୁ ତୁମ୍ଭେ ଧୂଳି ଓ ଧୂଳିରେ ପୁନର୍ବାର ମିଶିଯିବ।”ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;ଯେହେତୁ ଆପଣମାନେ ଆପଣଙ୍କ ଦାସଙ୍କ ନିକଟକୁ ଆସିଅଛନ୍ତି, ଏଥିପାଇଁ ମୋତେ କିଛି ଖାଦ୍ୟଦ୍ରବ୍ୟ ଆଣିବାକୁ ଦିଅନ୍ତୁ, ପୁଣି ଭୋଜନ କଲା ପରେ ଆପଣମାନେ ଗମନ କରିବେ।” ସେତେବେଳେ ସେମାନେ କହିଲେ, “ଯାହା କହୁଅଛ, ତାହା କର।”ତହିଁରେ ଅବ୍ରହାମ ଶୀଘ୍ର ତମ୍ବୁଗୃହକୁ ସାରା ନିକଟକୁ ଯାଇ କହିଲେ, “ତିନି ସେର ଉତ୍ତମ ମଇଦା ନେଇ ଛାଣି ଶୀଘ୍ର ରୁଟି ପ୍ରସ୍ତୁତ କର।”ମାତ୍ର ଲୋଟ ଅତିଶୟ ବଳାଇବାରୁ ସେମାନେ ତାହା ସହିତ ଯାଇ ତାହାର ଘରେ ପ୍ରବେଶ କଲେ; ତହୁଁ ସେ ସେମାନଙ୍କର ପାଇଁ ତାଡ଼ିଶୂନ୍ୟ ରୁଟି ଆଦି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କରନ୍ତେ, ସେମାନେ ଭୋଜନ କଲେ।ଏଥିଉତ୍ତାରେ ଅବ୍ରହାମ ପ୍ରଭାତରେ ଉଠି ରୁଟି ଓ ଜଳପୂର୍ଣ୍ଣ କୁମ୍ପା ଘେନି ହାଗାରର ସ୍କନ୍ଧରେ ଦେଇ ବାଳକଙ୍କୁ ସମର୍ପଣ କରି ତାହାଙ୍କୁ ବିଦାୟ କଲେ; ତହିଁରେ ସେ ପ୍ରସ୍ଥାନ କରି ବେର୍ଶେବା ନାମକ ପ୍ରାନ୍ତରରେ ପଥ ହରାଇଲା।ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା।ଆଉ ସେହି ରନ୍ଧା ସୁସ୍ୱାଦୁ ଖାଦ୍ୟ ଓ ରୁଟି ଯାକୁବର ହସ୍ତରେ ଦେଲା।ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,ଏଥିଉତ୍ତାରେ ସେ ସେହି ପର୍ବତରେ ବଳିଦାନ କରି ଆହାର କରିବା ନିମନ୍ତେ ଆପଣା କୁଟୁମ୍ବମାନଙ୍କୁ ଡାକିଲା, ତହିଁରେ ସେମାନେ ଭୋଜନ କରି ପର୍ବତରେ ସାରାରାତ୍ରି ଯାପନ କଲେ।ତହୁଁ ସେମାନେ ଭୋଜନ କରିବାକୁ ବସିଲେ; ସେମାନେ ଅନାଇ ଦେଖିଲେ, ଯେ ଗିଲୀୟଦରୁ ଏକ ଦଳ ଇଶ୍ମାୟେଲୀୟ ପଥିକ ଓଟ ଉପରେ ସୁଗନ୍ଧି ଦ୍ରବ୍ୟ ଓ ଗୁଗ୍ଗୁଳ ଓ ଗନ୍ଧରସ ଘେନି ମିସର ଦେଶକୁ ଯାଉଅଛନ୍ତି।ଏହେତୁ ସେ ଯୋଷେଫଙ୍କ ହସ୍ତରେ ଆପଣା ସର୍ବସ୍ୱର ଏରୂପ ଭାର ଦେଲା, ଯେ ଆପଣା ଭୋଜନ ବିନୁ ଆଉ କୌଣସି ବିଷୟର ତତ୍ତ୍ୱ ନେଲା ନାହିଁ। ଯୋଷେଫ ରୂପରେ ଓ ସୌନ୍ଦର୍ଯ୍ୟରେ ମନୋହର ଥିଲେ।ପୁଣି, ଯୋଷେଫଙ୍କ ବାକ୍ୟାନୁସାରେ ଦୁର୍ଭିକ୍ଷର ସାତ ବର୍ଷର ଆରମ୍ଭ ହେଲା; ତହିଁରେ ଅନ୍ୟ ସମସ୍ତ ଦେଶରେ ଦୁର୍ଭିକ୍ଷ ପଡ଼ିଲା, ମାତ୍ର ସମୁଦାୟ ମିସର ଦେଶରେ ଆହାର ଥିଲା।ପୁଣି, ସମୁଦାୟ ମିସର ଦେଶରେ ଦୁର୍ଭିକ୍ଷ ପଡ଼ନ୍ତେ, ପ୍ରଜାମାନେ ଆହାର ନିମନ୍ତେ ଫାରୋଙ୍କ ନିକଟରେ ଡକା ପକାଇଲେ; ତହିଁରେ ଫାରୋ ସମସ୍ତ ମିସରୀୟ ଲୋକଙ୍କୁ କହିଲେ, “ତୁମ୍ଭେମାନେ ଯୋଷେଫ ନିକଟକୁ ଯାଅ; ସେ ଯାହା କହନ୍ତି, ତାହା କର।”ଆଉ ମଧ୍ୟାହ୍ନ ସମୟରେ ଯୋଷେଫ ଆସିବେ ବୋଲି ସେମାନେ ଭେଟି ଦ୍ରବ୍ୟ ସଜାଇଲେ; କାରଣ ସେମାନେ ସେଠାରେ ଭୋଜନ କରିବେ ବୋଲି ଶୁଣିଥିଲେ।ଏଥିଉତ୍ତାରେ ସେ ମୁଖ ପ୍ରକ୍ଷାଳନ କରି ବାହାରକୁ ଆସିଲେ, ପୁଣି, ଆପଣାକୁ ସମ୍ଭାଳି “ଭକ୍ଷ୍ୟଦ୍ରବ୍ୟ ପରିବେଷଣ କରିବା ନିମନ୍ତେ” ଆଜ୍ଞା ଦେଲେ।ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସରୀୟମାନଙ୍କର ଘୃଣିତ କର୍ମ।ପୁଣି, ପିତାଙ୍କ ନିମନ୍ତେ ମିସର ଦେଶର ଉତ୍ତମ ଉତ୍ତମ ଦ୍ରବ୍ୟରେ ନଦା ଦଶ ଗଧ ଓ ପିତାଙ୍କ ପାଥେୟ ନିମନ୍ତେ ଶସ୍ୟ ଓ ରୁଟି ଆଦି ଭକ୍ଷ୍ୟ ଦ୍ରବ୍ୟରେ ନଦା ଦଶ ଗର୍ଦ୍ଦଭୀ ପଠାଇଲେ।ପୁଣି, ଯୋଷେଫ ଆପଣା ପିତା ଓ ଭାଇମାନଙ୍କୁ ଓ ସମସ୍ତ ପିତୃପରିବାରକୁ ପ୍ରତ୍ୟେକର ପରିବାରାନୁସାରେ ଭକ୍ଷ୍ୟଦ୍ରବ୍ୟ ଦେଇ ପ୍ରତିପାଳନ କଲେ।ସେହି ସମୟରେ ଅତିଶୟ ଦୁର୍ଭିକ୍ଷ ହେବାରୁ ସର୍ବଦେଶରେ ଖାଦ୍ୟଦ୍ରବ୍ୟର ଅଭାବ ହେଲା; ତହିଁରେ ମିସର ଦେଶୀୟ ଓ କିଣାନ ଦେଶୀୟ ଲୋକମାନେ ଦୁର୍ଭିକ୍ଷ ହେତୁ ପ୍ରାୟ ମୂର୍ଚ୍ଛାଗତ ହେବାକୁ ଲାଗିଲେ।ଏଥିଉତ୍ତାରେ ମିସର ଦେଶରେ ଓ କିଣାନ ଦେଶରେ ରୂପାର ଅଭାବ ହୁଅନ୍ତେ, ମିସରୀୟ ଲୋକ ସମସ୍ତେ ଯୋଷେଫଙ୍କ ନିକଟକୁ ଆସି କହିଲେ, “ଆମ୍ଭମାନଙ୍କୁ ଖାଦ୍ୟସାମଗ୍ରୀ ଦେଉନ୍ତୁ, ଆମ୍ଭମାନଙ୍କର ରୂପା ଶେଷ ହେଉଅଛି ବୋଲି କାହିଁକି ଆମ୍ଭେମାନେ ଆପଣଙ୍କ ସମ୍ମୁଖରେ ମରିବୁ?”ତହୁଁ ସେମାନେ ଯୋଷେଫଙ୍କ ନିକଟକୁ ଆପଣା ଆପଣା ପଶୁ ଆଣିଲେ; ତହିଁରେ ଯୋଷେଫ ଅଶ୍ୱ ଓ ମେଷ ଓ ଗୋରୁପଲ ଓ ଗର୍ଦ୍ଦଭ ଆଦି ବଦଳ ନେଇ ସେମାନଙ୍କୁ ଭକ୍ଷ୍ୟ ଦେବାକୁ ଲାଗିଲେ; ଏହି ପ୍ରକାରେ ଯୋଷେଫ ପଶୁ ବଦଳେ ସେମାନଙ୍କୁ ଭକ୍ଷ୍ୟ ଦେଇ ସେହି ବର୍ଷ ଚଳାଇ ନେଲେ।ଏଥିପାଇଁ ଆମ୍ଭେମାନେ ଓ ଆମ୍ଭମାନଙ୍କର ଭୂମି ଦୁହେଁ କାହିଁକି ଆପଣଙ୍କ ଦୃଷ୍ଟିଗୋଚରରେ ମରିବୁ? ଆପଣ ଭକ୍ଷ୍ୟ ଦେଇ ଆମ୍ଭମାନଙ୍କୁ ଓ ଆମ୍ଭମାନଙ୍କ ଭୂମି କିଣି ନେଉନ୍ତୁ, ତହିଁରେ ଆମ୍ଭେମାନେ ଓ ଆମ୍ଭମାନଙ୍କ ଭୂମି ଫାରୋଙ୍କର ଦାସ ହେବୁ; ତାʼପରେ ଆମ୍ଭମାନଙ୍କୁ ବିହନ ଦେଉନ୍ତୁ, ତହିଁରେ ବଞ୍ଚିବୁ; ନୋହିଲେ ଆମ୍ଭେମାନେ ମରିଯିବୁ, ପୁଣି, ଭୂମି ମଧ୍ୟ ବିନଷ୍ଟ ହେବ।”ଆଶେରଠାରୁ ଅତ୍ୟୁତ୍ତମ ଖାଦ୍ୟ ଉତ୍ପନ୍ନ ହେବ; ସେ ରାଜକୀୟ ଭକ୍ଷ୍ୟ ଯୋଗାଇବ।ଯାତ୍ରା ପୁସ୍ତକ31
ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।ଏହି ପ୍ରକାରେ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବ, କାରଣ ସେହି ଦିନରେ ହିଁ ଆମ୍ଭେ ତୁମ୍ଭମାନଙ୍କର ସୈନ୍ୟମାନଙ୍କୁ ମିସର ଦେଶରୁ ବାହାର କରି ଆଣିବା; ଏଣୁ ତୁମ୍ଭେମାନେ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ଦିନ ପାଳନ କରିବ।ତୁମ୍ଭେମାନେ ପ୍ରଥମ ମାସର ଚଉଦ ଦିନର ସନ୍ଧ୍ୟା ସମୟରୁ ଏକୋଇଶ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।ତୁମ୍ଭେମାନେ ତାଡ଼ି ମିଶ୍ରିତ କୌଣସି ଦ୍ରବ୍ୟ ଖାଇବ ନାହିଁ, ତୁମ୍ଭେମାନେ ଆପଣା ଆପଣା ସମସ୍ତ ବାସ ସ୍ଥାନରେ ତାଡ଼ିଶୂନ୍ୟ ରୁଟି ଖାଇବ।”ଏଥିଉତ୍ତାରେ ସେମାନେ ମିସରଠାରୁ ଆନୀତ ଚକଟା ମଇଦାରେ ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲେ; କାରଣ ତାହା ତାଡ଼ି ମିଶ୍ରିତ ହୋଇ ନ ଥିଲା; ଯେହେତୁ ସେମାନେ ମିସରରୁ ତାଡ଼ିତ ହୋଇଥିଲେ, ଏଥିପାଇଁ ବିଳମ୍ବ କରି ନ ପାରିବାରୁ ଆପଣା ଆପଣା ନିମନ୍ତେ କିଛି ଖାଦ୍ୟ ପ୍ରସ୍ତୁତ କରିପାରି ନ ଥିଲେ।ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।ପୁଣି, ସେହି ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ ଓ ତୁମ୍ଭ ନିକଟରେ ତାଡ଼ି ମିଶ୍ରିତ ରୁଟି ଦେଖାଯିବ ନାହିଁ, ଆଉ ତୁମ୍ଭର ସମୁଦାୟ ଦେଶ ମଧ୍ୟରେ ତାଡ଼ି ଦୃଷ୍ଟ ହେବ ନାହିଁ।ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟାକାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃକାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”“ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ବଚସା ଶୁଣିଅଛୁ; ତୁମ୍ଭେ ସେମାନଙ୍କୁ କୁହ, ‘ତୁମ୍ଭେମାନେ ସନ୍ଧ୍ୟା ସମୟରେ ମାଂସ ଭୋଜନ କରିବ ଓ ପ୍ରଭାତରେ ଅନ୍ନରେ ପରିତୃପ୍ତ ହେବ; ତହିଁରେ ଆମ୍ଭେ ଯେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଅଟୁ, ତାହା ତୁମ୍ଭେମାନେ ଜାଣିବ।’”ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।ଦେଖ, ସଦାପ୍ରଭୁ ତୁମ୍ଭମାନଙ୍କୁ ବିଶ୍ରାମ ଦିନ ଦେବା ସକାଶୁ ସେ (ସଦାପ୍ରଭୁ) ତୁମ୍ଭମାନଙ୍କୁ ଷଷ୍ଠ ଦିନରେ ଦୁଇ ଦିନର ଖାଦ୍ୟ ଦିଅନ୍ତି; ତୁମ୍ଭେମାନେ ପ୍ରତି ଜଣ ସପ୍ତମ ଦିନରେ ଆପଣା ଆପଣା ସ୍ଥାନରୁ ବାହାରକୁ ନ ଯାଇ ସ୍ୱ ସ୍ୱ ସ୍ଥାନରେ ଥାଅ।”ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।ତୁମ୍ଭେ ସେହି ମେଜ ଉପରେ ଆମ୍ଭ ସମ୍ମୁଖରେ ସର୍ବଦା ଦର୍ଶନୀୟ ରୁଟି ରଖିବ।ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।ଆଉ ସେହି ପଦନିଯୋଗାର୍ଥକ ମାଂସ ଓ ରୁଟିରୁ ଯଦି ପ୍ରଭାତ ପର୍ଯ୍ୟନ୍ତ କିଛି ଅବଶିଷ୍ଟ ରହିବ, ତେବେ ସେହି ଅବଶିଷ୍ଟାଂଶ ଅଗ୍ନିରେ ଭସ୍ମସାତ୍ କରିବ, କେହି ତାହା ଖାଇବ ନାହିଁ; କାରଣ ତାହା ପବିତ୍ର ବସ୍ତୁ ଅଟେ।ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।ପୁଣି, ମେଜ, ତହିଁର ସାଙ୍ଗୀ, ପାତ୍ରସକଳ ଓ ଦର୍ଶନୀୟ ରୁଟି,ତହିଁର ସକଳ ପାତ୍ର ଓ ଦର୍ଶନୀୟ ରୁଟି,ପୁଣି, ସେ ସଦାପ୍ରଭୁଙ୍କ ସମ୍ମୁଖରେ ଧାରାନୁସାରେ ତହିଁ ଉପରେ ରୁଟି ରଖିଲେ।ଲେବୀୟ ପୁସ୍ତକ32
ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।ପୁଣି, ମାଂସ ଓ ରୁଟିରୁ ଯାହା ଅବଶିଷ୍ଟ ରହିବ, ତାହା ତୁମ୍ଭେମାନେ ଅଗ୍ନିରେ ଦଗ୍ଧ କରିବ।ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।“ତୁମ୍ଭେ ହାରୋଣକୁ କୁହ, ପୁରୁଷାନୁକ୍ରମେ ତୁମ୍ଭ ବଂଶ ମଧ୍ୟରେ ଯାହାର ଶରୀରରେ ଖୁଣ ଥାଏ, ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟଦ୍ରବ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ।ଏପରି ଖୁଣବିଶିଷ୍ଟ ଯେଉଁ ପୁରୁଷ ହାରୋଣ ଯାଜକଙ୍କର ବଂଶ ମଧ୍ୟରେ ଥାଏ, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବା ପାଇଁ ନିକଟକୁ ଯିବ ନାହିଁ; ତାହାର ଖୁଣ ଅଛି; ସେ ଆପଣା ପରମେଶ୍ୱରଙ୍କ ‘ଭକ୍ଷ୍ୟ’ ଉତ୍ସର୍ଗ କରିବା ପାଇଁ ନିକଟକୁ ଆସିବ ନାହିଁ।ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।ତହିଁ ଉତ୍ତାରେ ସୂର୍ଯ୍ୟ ଅସ୍ତ ହେଲେ, ସେ ଶୁଚି ହୋଇ ପବିତ୍ର ଦ୍ରବ୍ୟ ଭୋଜନ କରିବ, କାରଣ ତାହା ତାହାର ଖାଦ୍ୟ ଅଟେ।ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।ମାତ୍ର ଯାଜକର କନ୍ୟା ଯଦି ବିଧବା କି ତ୍ୟକ୍ତା ହୋଇ ନିଃସନ୍ତାନ ହୋଇଥାଏ ଓ ପୁନର୍ବାର ଆସି ବାଲ୍ୟାବସ୍ଥା ତୁଲ୍ୟ ପିତୃଗୃହରେ ବାସ କରେ, ତେବେ ସେ ଆପଣା ପିତାର ଅନ୍ନ ଭୋଜନ କରିବ; ମାତ୍ର ଭିନ୍ନ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ।କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।’”ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।ଆଉ, ତୁମ୍ଭେ ସରୁ ମଇଦା ନେଇ ତହିଁରେ ବାରଗୋଟି ପିଠା ପ୍ରସ୍ତୁତ କରିବ; ପ୍ରତ୍ୟେକ ପିଠା ଏକ ଐଫାର ଦୁଇ ଦଶମାଂଶ ହେବ।ଆଉ, ପ୍ରତ୍ୟେକ ଧାଡ଼ି ଉପରେ ନିର୍ମଳ କୁନ୍ଦୁରୁ ଦେବ, ତାହା ସେହି ରୁଟିର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୁଟି ରନ୍ଧନ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୁଟି ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ।ଗଣନା ପୁସ୍ତକ13
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ।ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ;ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।”ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।ତହିଁରେ ଲୋକମାନେ ପରମେଶ୍ୱରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ?” ଦେଖ, ଏଠାରେ ରୁଟି ନାହିଁ ଓ ଜଳ ନାହିଁ; ପୁଣି, ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ।“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ।’ପୁଣି, ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।ଦ୍ୱିତୀୟ ବିବରଣ10
ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।କାରଣ ତୁମ୍ଭେମାନେ ମିସରରୁ ବାହାର ହୋଇ ଆସିବା ବେଳେ ସେମାନେ ଅନ୍ନ ଓ ଜଳ ନେଇ ତୁମ୍ଭମାନଙ୍କୁ ପଥରେ ଭେଟିଲେ ନାହିଁ; ପୁଣି ସେମାନେ ତୁମ୍ଭମାନଙ୍କୁ ଅଭିଶାପ ଦେବା ନିମନ୍ତେ ତୁମ୍ଭ ପ୍ରତିକୂଳରେ ଅରାମନହରୟିମ୍ସ୍ଥ ପଥୋର ନିବାସୀ ବିୟୋରର ପୁତ୍ର ବିଲୀୟମ୍କୁ ବେତନ ଦେଲେ।ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।ଯିହୋଶୂୟ3
ଆଉ ନିସ୍ତାର ପର୍ବର ପରଦିନ ସେମାନେ ଦେଶର ପୁରାତନ ଶସ୍ୟ ଭୋଜନ କଲେ, ସେହି ଦିନ ତାଡ଼ିଶୂନ୍ୟ ରୁଟି ଓ ଭଜା ଶସ୍ୟ ଖାଇଲେ।ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।ବିଚାରକର୍ତ୍ତା11
ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗର-ଦ୍ୱାରସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା?ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ।ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ।ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ।ପୁଣି ଗିଦିୟୋନ୍ ଉପସ୍ଥିତ ହେଲା ବେଳେ, “ଦେଖ, ଜଣେ ଲୋକ ଆପଣା ସଙ୍ଗୀକୁ ଗୋଟିଏ ସ୍ୱପ୍ନ ଜଣାଇ କହିଲା, ଦେଖ, ମୁଁ ସ୍ୱପ୍ନ ଦେଖିଲି ଯେ, ଏକ ଯବ ରୁଟି ମିଦୀୟନୀୟ ଛାଉଣି ଆଡ଼କୁ ଗଡ଼ି ତମ୍ବୁକୁ ଆସି ଆଘାତ କରନ୍ତେ, ତାହା ପଡ଼ିଗଲା; ପୁଣି ତାକୁ ଓଲଟାଇ ପକାନ୍ତେ, ସେହି ତମ୍ବୁ ଶୋଇ ପଡ଼ିଲା।”ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, “ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୁଟି ଦିଅ; କାରଣ ସେମାନେ କ୍ଳାନ୍ତ ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି।”ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, “ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୁଟି ଦେବୁ?”ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, “ସେବହ ଓ ସଲମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ‘ସେବହ ଓ ସଲମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳାନ୍ତ ଲୋକମାନଙ୍କୁ ରୁଟି ଦେବୁ?’”ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା।ପୁଣି ଚତୁର୍ଥ ଦିନ ସେମାନେ ଅତି ପ୍ରଭାତରେ ଉଠିଲେ ଓ ସେ ପ୍ରସ୍ଥାନ କରିବାକୁ ଉଦ୍ୟତ ହୁଅନ୍ତେ, ସେହି ଯୁବତୀର ପିତା ଆପଣା ଜୁଆଁଇକି କହିଲା, “ମୁଠିଏ ଆହାର କରି ପ୍ରାଣ ତୃପ୍ତ କର; ତହିଁ ଉତ୍ତାରେ ଆପଣା ବାଟରେ ଯିବ।”ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”ରୂତ2
ପରେ ନୟମୀ ନିଜର ପୁତ୍ରବଧୂମାନଙ୍କୁ ନେଇଁ ମୋୟାବ ଦେଶରୁ ପ୍ରସ୍ଥାନ କରିବା ପାଇଁ ବାହାରିଲା, ଯେହେତୁ ସଦାପ୍ରଭୁ ଯେ ନିଜ ଲୋକଙ୍କର ତତ୍ତ୍ୱାବଧାରଣ କରି ଆହାର ଦେଇଅଛନ୍ତି, ଏହି କଥା ନୟମୀ ମୋୟାବ ଦେଶରେ ଥାଇ ଶୁଣିଲା।ଭୋଜନ ସମୟରେ ବୋୟଜ ତାହାକୁ କହିଲା, “ତୁମ୍ଭେ ଏଠାକୁ ଆସି ରୁଟି ଭୋଜନ କର ଓ ନିଜ ରୁଟିଖଣ୍ଡ ଅମ୍ଳରସରେ ବୁଡ଼ାଅ,” ତହିଁରେ ସେ ଶସ୍ୟକଟାଳିମାନଙ୍କ ନିକଟରେ ବସିଲା; ପୁଣି (ବୋୟଜ) ତାହାକୁ ଭଜା ଶସ୍ୟ ଆଣି ଦେଲା; ତହିଁରେ ସେ ଭୋଜନ କରି ତୃପ୍ତ ହେଲା ଓ କିଛି ବଳକା ରଖିଲା।ପ୍ରଥମ ଶାମୁୟେଲ23
ଯେଉଁମାନେ ପରିତୃପ୍ତ ଥିଲେ, ସେମାନେ ଆପେ ଖାଦ୍ୟ ନିମନ୍ତେ ବେତନଜୀବୀ ହୋଇଅଛନ୍ତି ଓ ଯେଉଁମାନେ କ୍ଷୁଧିତ ଥିଲେ, ସେମାନେ ବିଶ୍ରାମ ପାଇଅଛନ୍ତି; ହଁ, ବନ୍ଧ୍ୟା ସପ୍ତ ସନ୍ତାନ ପ୍ରସବ କରିଅଛି ଓ ଯାହାର ଅନେକ ସନ୍ତାନସନ୍ତତି ଥିଲେ, ସେ ନିସ୍ତେଜ ହେଉଅଛି।ଆଉ, ତୁମ୍ଭ ବଂଶର ଅବଶିଷ୍ଟ ପ୍ରତ୍ୟେକ ଜଣ ଏକ ରୂପା ମୁଦ୍ରା ଓ ଏକ ରୁଟି ପାଇଁ ତାହା ପାଖକୁ ଆସି ପ୍ରଣାମ କରି କହିବେ, ବିନୟ କରୁଅଛି, ମୁଁ ଯେପରି ଖଣ୍ଡେ ରୁଟି ଖାଇବାକୁ ପାଇବି, ଏଥିପାଇଁ କୌଣସି ଯାଜକତ୍ୱ ପଦରେ ମୋତେ ରଖ।’”ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;ପୁଣି, ସେମାନେ ତୁମ୍ଭର ମଙ୍ଗଳ ବାର୍ତ୍ତା ପଚାରି ତୁମ୍ଭକୁ ଦୁଇଗୋଟି ରୁଟି ଦେବେ; ତୁମ୍ଭେ ସେମାନଙ୍କ ହସ୍ତରୁ ତାହା ଗ୍ରହଣ କରିବ।ପୁଣି, ସେହି ଦିନ ଇସ୍ରାଏଲ ଲୋକମାନେ ବଡ଼ କଷ୍ଟ ଭୋଗିଲେ; ତଥାପି ଶାଉଲ ଲୋକମାନଙ୍କୁ ଏହି ଶପଥ କରାଇଲେ, “ସନ୍ଧ୍ୟା ପର୍ଯ୍ୟନ୍ତ, ଅର୍ଥାତ୍, ମୁଁ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ଯେଉଁ ଲୋକ କିଛି ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।” ଏହେତୁ ଲୋକମାନଙ୍କର କେହି ଖାଦ୍ୟଦ୍ରବ୍ୟ ଆସ୍ୱାଦନ କଲା ନାହିଁ।ସେତେବେଳେ ଲୋକମାନଙ୍କ ମଧ୍ୟରୁ ଜଣେ ଉତ୍ତର କରି କହିଲା, “ତୁମ୍ଭ ପିତା ଲୋକମାନଙ୍କୁ ଦୃଢ଼ ରୂପେ ଏହି ଶପଥ କରାଇଅଛନ୍ତି ଯେ, ‘ଆଜି ଯେଉଁ ଜନ ଖାଦ୍ୟ ଭୋଜନ କରେ, ସେ ଶାପଗ୍ରସ୍ତ ହେଉ।’ ମାତ୍ର ଲୋକମାନେ କ୍ଳାନ୍ତ ହୋଇଅଛନ୍ତି।”ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।ଏହି ସମୟରେ ଯିଶୀ ଆପଣାର ପୁତ୍ର ଦାଉଦଙ୍କୁ କହିଲା, “ଆପଣା ଭାଇମାନଙ୍କ ପାଇଁ ଏହି ଭଜାଶସ୍ୟରୁ ଏକ ଐଫା ଓ ଏହି ଦଶଟା ରୁଟି ନିଅ ଓ ଛାଉଣିକୁ ଆପଣା ଭାଇମାନଙ୍କ ନିକଟକୁ ଶୀଘ୍ର ଘେନିଯାଅ।ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ।ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, “ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ?”ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା।ଏବେ ତୁମ୍ଭ ହସ୍ତରେ କଅଣ ଅଛି? ପାଞ୍ଚୋଟି ରୁଟି, ଅବା ଯାହା କିଛି ଅଛି, ତାହା ମୋʼ ହସ୍ତରେ ଦିଅ।”ଏଥିରେ ଯାଜକ ଦାଉଦଙ୍କୁ ଉତ୍ତର କରି କହିଲା, “ମୋʼ ହସ୍ତରେ ସାଧାରଣ ରୁଟି ନାହିଁ; ଯେବେ ଯୁବାମାନେ ସ୍ତ୍ରୀମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ରଖିଥିବେ, ତେବେ କେବଳ ପବିତ୍ର ରୁଟି ଅଛି।”ତହିଁରେ ଯାଜକ ତାଙ୍କୁ ପବିତ୍ର ରୁଟି ଦେଲା; କାରଣ ସେ ସ୍ଥାନରେ ଆଉ ରୁଟି ନ ଥିଲା, କେବଳ ଦର୍ଶନୀୟ ରୁଟି ଥିଲା, ତାହା ଉଠାଇ ନେବା ଦିନ ତପ୍ତ ରୁଟି ରଖିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରୁ ତାହା ସ୍ଥାନାନ୍ତରିତ କରାଯାଇଥିଲା।ପୁଣି, ଶାଉଲ ତାହାକୁ କହିଲେ, “ତୁମ୍ଭେ ଓ ଯିଶୀର ପୁତ୍ର କାହିଁକି ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଅଛ? ଆଜିର ପରି ଯିଶୀର ପୁତ୍ର ମୋʼ ବିରୁଦ୍ଧରେ ଉଠି ଛକି ବସିବା ପାଇଁ ତୁମ୍ଭେ ତ ତାହାକୁ ରୁଟି ଓ ଖଡ୍ଗ ଦେଇଅଛ ଓ ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପଚାରିଅଛ।”ତେବେ ମୁଁ କʼଣ ଆପଣା ରୁଟି ଓ ଆପଣା ଜଳ ଓ ଆପଣା ଲୋମଛେଦକମାନଙ୍କ ନିମନ୍ତେ ହତ ପଶୁମାନଙ୍କ ମାଂସ ନେଇ କେଉଁଆଡ଼ର ଅଜ୍ଞାତ ଲୋକମାନଙ୍କୁ ଦେବି?”ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ତହିଁରେ ଶାଉଲ ସେହିକ୍ଷଣି ଭୂମିରେ ଲମ୍ବ ହୋଇ ପଡ଼ିଗଲେ ଓ ଶାମୁୟେଲଙ୍କର କଥା ସକାଶୁ ଅତିଶୟ ଭୟ କଲେ ଓ ତାଙ୍କଠାରେ ଆଉ କିଛି ବଳ ରହିଲା ନାହିଁ; କାରଣ ସେ ସାରାଦିନ ଓ ସାରାରାତ୍ରି କିଛି ଭୋଜନ କରି ନ ଥିଲେ।ଏହେତୁ ବିନୟ କରୁଅଛି, ଏବେ ଆପଣ ମଧ୍ୟ ଆପଣା ଦାସୀର ରବ ଶୁଣନ୍ତୁ ଓ ଆପଣଙ୍କ ସମ୍ମୁଖରେ ମୁଠିଏ ଆହାର ଥୋଇବା ପାଇଁ ମୋତେ ଅନୁମତି ଦେଉନ୍ତୁ ଓ ଭୋଜନ କରନ୍ତୁ, ତହିଁରେ ନିଜ ପଥରେ ଗଲା ବେଳେ ବଳ ପାଇବେ।”ସେତେବେଳେ ସେ ସ୍ତ୍ରୀର ଗୃହରେ ଗୋଟିଏ ହୃଷ୍ଟପୁଷ୍ଟ ବାଛୁରି ଥିଲା; ଏଣୁ ସେ ଶୀଘ୍ର ତାକୁ ମାରିଲା ଓ ମଇଦା ନେଇ ତାହା ଦଳି ତାଡ଼ିଶୂନ୍ୟ ରୁଟି ପ୍ରସ୍ତୁତ କଲା।ଏଉତ୍ତାରେ ଲୋକମାନେ କ୍ଷେତ୍ରରେ ଜଣେ ମିସରୀୟକୁ ପାଇ ଦାଉଦଙ୍କ ନିକଟକୁ ଆଣିଲେ ଓ ତାହାକୁ ଆହାର ଦିଅନ୍ତେ ସେ ଭୋଜନ କଲା; ମଧ୍ୟ ସେମାନେ ପାନ କରିବା ପାଇଁ ତାହାକୁ ଜଳ ଦେଲେ;ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।ଦ୍ୱିତୀୟ ଶାମୁୟେଲ15
ତାହା ଯୋୟାବର ମସ୍ତକରେ ଓ ତାହାର ପିତୃବଂଶ ସମସ୍ତଙ୍କ ଉପରେ ବର୍ତ୍ତୁ ଓ ଯୋୟାବ-ବଂଶରେ ପ୍ରମେହୀ କି କୁଷ୍ଠୀ କି ଯଷ୍ଟିରେ ନିର୍ଭରଶୀଳ କି ଖଡ୍ଗହତ କି ଭକ୍ଷ୍ୟହୀନ ଲୋକର ଅଭାବ ନ ହେଉ।”ଏଉତ୍ତାରେ ଦିନ ଥାଉ ଥାଉ ଦାଉଦଙ୍କୁ ଭୋଜନ କରାଇବା ନିମନ୍ତେ ସମସ୍ତ ଲୋକ ଆସିଲେ; ମାତ୍ର ଦାଉଦ ଶପଥ କରି କହିଲେ, “ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଯେବେ ମୁଁ ରୁଟି କି ଆଉ କିଛି ସ୍ପର୍ଶ କରେ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ ଓ ତହିଁରୁ ଅଧିକ ଦିଅନ୍ତୁ।”ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।”ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ।ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରେ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”ଏଥିରେ ଯୋନାଦବ୍ ତାହାକୁ କହିଲା, “ତୁମ୍ଭେ ଶଯ୍ୟାରେ ପଡ଼ି ରୋଗର ବାହାନା କର; ପୁଣି ତୁମ୍ଭ ପିତା ତୁମ୍ଭକୁ ଦେଖିବାକୁ ଆସିଲେ ତାଙ୍କୁ କୁହ, ‘ମୋହର ଭଗିନୀ ତାମରକୁ ମୋʼ ନିକଟକୁ ଆସି ମୋତେ ଖାଦ୍ୟ ଦେବାକୁ ଅନୁମତି ଦେଉନ୍ତୁ, ସେ ମୋʼ ଆଗରେ ଖାଦ୍ୟ ରାନ୍ଧିବ, ତହିଁରେ ମୁଁ ତାହା ଦେଖି ତାହା ହାତରୁ ଭୋଜନ କରିବି।’”ଏଣୁ ଅମ୍ନୋନ ରୋଗର ବାହାନା କରି ପଡ଼ି ରହିଲା; ପୁଣି ରାଜା ତାହାକୁ ଦେଖିବାକୁ ଆସନ୍ତେ, ଅମ୍ନୋନ ରାଜାଙ୍କୁ କହିଲା, “ଦୟାକରି ମୋʼ ଭଗିନୀ ତାମରକୁ ଆସିବାକୁ ଦେଉନ୍ତୁ, ପୁଣି ମୁଁ ଦେଖିବା ସମୟରେ ସେ ମୋʼ ନିମନ୍ତେ ଦୁଇ ରୁଟି ପ୍ରସ୍ତୁତ କରୁ, ତହିଁରେ ମୁଁ ତାହା ହାତରୁ ଖାଇବି।”ତହିଁରେ ତାମର ଆପଣା ଭାଇ ଅମ୍ନୋନର ଗୃହକୁ ଗଲା; ସେତେବେଳେ ସେ ଶଯ୍ୟାରେ ଥିଲା। ତହୁଁ ତାମର ଚକଟା ମଇଦା ନେଇ ଦଳି ତାହା ଆଗରେ ରୁଟି ପ୍ରସ୍ତୁତ କରି ତାହା ସେକିଲା।ତହୁଁ ଅମ୍ନୋନ ତାମରକୁ କହିଲା, “ଖାଦ୍ୟଦ୍ରବ୍ୟ ଶୟନ-ଗୃହକୁ ଆଣ, ମୁଁ ତୁମ୍ଭ ହାତରେ ଭୋଜନ କରିବି।” ଏଥିରେ ତାମର ଆପଣା ପ୍ରସ୍ତୁତ ରୁଟି ନେଇ ତାହା ଭାଇ ଅମ୍ନୋନର ଶୟନ-ଗୃହକୁ ଗଲା।ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”ପ୍ରଥମ ରାଜାବଳୀ25
ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,ମୋʼ ଦାସମାନେ ଲିବାନୋନଠାରୁ ସମୁଦ୍ର ପର୍ଯ୍ୟନ୍ତ ତାହା ଆଣିବେ; ପୁଣି, ଆପଣ ଯେଉଁ ସ୍ଥାନ ନିରୂପଣ କରିବେ, ସେଠାକୁ ମୁଁ ଭେଳା ବାନ୍ଧି ସମୁଦ୍ର ପଥରେ ପଠାଇ ସେଠାରେ ତାହା ଫିଟାଇଦେବି, ତହୁଁ ଆପଣ ନେଇଯିବେ; ଆଉ ଆପଣ ମୋʼ ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇ ମୋʼ ବାଞ୍ଛା ସଫଳ କରିବେ।”ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା।ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”ଦ୍ୱିତୀୟ ରାଜାବଳୀ7
ଏଥିଉତ୍ତାରେ ଦିନକରେ ଇଲୀଶାୟ ଶୂନେମ ନଗରକୁ ଗଲେ, ସେଠାରେ ଏକ ଧନବତୀ ସ୍ତ୍ରୀ ଥିଲା; ଆଉ ସେ ଇଲୀଶାୟଙ୍କୁ ଅନ୍ନ ଭୋଜନ ନିମନ୍ତେ ପ୍ରବର୍ତ୍ତାଇଲା। ଏଥିଉତ୍ତାରେ ଇଲୀଶାୟ ଯେତେ ଥର ସେହି ପଥ ଦେଇ ଗଲେ, ସେତେଥର ଅନ୍ନ ଭୋଜନ ନିମନ୍ତେ ସେଠାକୁ ଗଲେ।ଏଥିଉତ୍ତାରେ ବାଲ୍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”ତହୁଁ ଇଲୀଶାୟ ଉତ୍ତର ଦେଲେ, “ତୁମ୍ଭେ ସେମାନଙ୍କୁ ଆଘାତ କରିବ ନାହିଁ; ତୁମ୍ଭେ ଯେଉଁମାନଙ୍କୁ ଆପଣା ଖଡ୍ଗ ଓ ଧନୁ ଦ୍ୱାରା ବନ୍ଦୀ କରି ନେଇଅଛ, ସେମାନଙ୍କୁ କʼଣ ଆଘାତ କରିବ? ସେମାନଙ୍କ ସମ୍ମୁଖରେ ରୁଟି ଓ ଜଳ ରଖ, ସେମାନେ ଭୋଜନପାନ କରି ଆପଣା ପ୍ରଭୁ ନିକଟକୁ ଯାଆନ୍ତୁ।”ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।ଆଉ, ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲେ।ପ୍ରଥମ ବଂଶାବଳୀ5
ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ;ଦ୍ୱିତୀୟ ବଂଶାବଳୀ7
ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”ତହୁଁ ଦ୍ୱିତୀୟ ମାସରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କରିବା ପାଇଁ ଅନେକ ଲୋକର ଅତି ମହାସମାଜ ଯିରୂଶାଲମରେ ଏକତ୍ରିତ ହେଲେ।ଏହିରୂପେ ଯିରୂଶାଲମରେ ଉପସ୍ଥିତ ଇସ୍ରାଏଲ-ସନ୍ତାନଗଣ ମହାନନ୍ଦରେ ସାତ ଦିନ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; ପୁଣି ଲେବୀୟମାନେ ଓ ଯାଜକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉଚ୍ଚ ବାଦ୍ୟ ଧ୍ୱନିରେ ଗାନ କରି ପ୍ରତିଦିନ ସଦାପ୍ରଭୁଙ୍କର ପ୍ରଶଂସା କଲେ।ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।ଏଜ୍ରା2
ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।ତହୁଁ ଏଜ୍ରା ପରମେଶ୍ୱରଙ୍କ ଗୃହ ସମ୍ମୁଖରୁ ଉଠି ଇଲୀୟାଶୀବର ପୁତ୍ର ଯିହୋହାନନ୍ର କୋଠରିକୁ ଗଲେ; ଆଉ, ସେଠାରେ ଉପସ୍ଥିତ ହୁଅନ୍ତେ, ରୁଟି ଭୋଜନ କି ଜଳ ପାନ କଲେ ନାହିଁ; କାରଣ ସେ ବନ୍ଦୀତ୍ୱର ଲୋକମାନଙ୍କ ସତ୍ୟ-ଲଙ୍ଘନ ସକାଶୁ ଶୋକ କରୁଥିଲେ।ନିହିମୀୟା6
ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।ପୁଣି, ସେମାନଙ୍କ କ୍ଷୁଧା ନିବାରଣାର୍ଥେ ସେମାନଙ୍କୁ ସ୍ୱର୍ଗରୁ ଭକ୍ଷ୍ୟ ଦେଲ ଓ ସେମାନଙ୍କ ତୃଷା ନିବାରଣାର୍ଥେ ଶୈଳରୁ ଜଳ ନିର୍ଗତ କଲେ, ଆଉ ତୁମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ହସ୍ତ ଉଠାଇ ଥିଲ, ସେହି ଦେଶ ଅଧିକାରାର୍ଥେ ତହିଁ ମଧ୍ୟରେ ପ୍ରବେଶ କରିବାକୁ ଆଜ୍ଞା କଲେ।ଅର୍ଥାତ୍, ଦର୍ଶନୀୟ ରୁଟିର ଓ ନିତ୍ୟ ଭକ୍ଷ୍ୟ ନୈବେଦ୍ୟର ଓ ନିତ୍ୟ ହୋମବଳିର, ବିଶ୍ରାମବାରର, ଅମାବାସ୍ୟାର ନିରୂପିତ ପର୍ବାଦିର ଓ ପବିତ୍ର ଦ୍ରବ୍ୟାଦିର ଓ ଇସ୍ରାଏଲର ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର ସମସ୍ତ କାର୍ଯ୍ୟ ନିମନ୍ତେ ପ୍ରତି ବର୍ଷ ଏକ ଏକ ଶେକଲର ତୃତୀୟାଂଶ ଦାନ କରିବା ଭାର ଆପଣାମାନଙ୍କ ଉପରେ ନେବାର ବିଧାନ କଲୁ।କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।ଆୟୁବ11
କାରଣ ମୁଁ ଭୋଜନ କରିବା ପୂର୍ବେ ମୋହର ହାହାକାର ଆସେ, ମୋହର ଗର୍ଜ୍ଜନ ଜଳ ତୁଲ୍ୟ ଢଳାଯାଏ।ମୋହର ପ୍ରାଣ ତାହା ସ୍ପର୍ଶ କରିବାକୁ ଅସମ୍ମତ; ତାହାସବୁ ମୋʼ ପ୍ରତି ଘୃଣିତ ଭକ୍ଷ୍ୟ ସ୍ୱରୂପ।ସେ ଖାଦ୍ୟ ନିମନ୍ତେ ବାହାରେ ବୁଲି କହଇ, ତାହା କାହିଁ? ଅନ୍ଧକାରର ଦିନ ତାହାର ସନ୍ନିକଟ ବୋଲି ସେ ଜାଣେ।ତଥାପି ତାହାର ଆହାର ଉଦରରେ ବିକୃତ ହୁଏ, ତାହା ତାହାର ଅନ୍ତରରେ କାଳସର୍ପର ଗରଳ ସ୍ୱରୂପ।ତୁମ୍ଭେ ପରିଶ୍ରାନ୍ତମାନଙ୍କୁ ପାନ କରିବା ପାଇଁ ଜଳ ଦେଇ ନାହଁ ଓ ତୁମ୍ଭେ କ୍ଷୁଧିତମାନଙ୍କୁ ଆହାର ଦେଇ ନାହଁ।ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି; ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।ଯେବେ ତାହାର ସନ୍ତାନଗଣ ବୃଦ୍ଧି ପାଆନ୍ତି, ତେବେ ଖଡ୍ଗ ନିମନ୍ତେ ଓ ତାହାର ସନ୍ତାନସନ୍ତତି ଭକ୍ଷ୍ୟରେ ତୃପ୍ତ ହେବେ ନାହିଁ।ମୃତ୍ତିକାରୁ ଖାଦ୍ୟ ଉତ୍ପନ୍ନ ହୁଏ ଓ ତହିଁର ଅଧୋଭାଗ ଅଗ୍ନି ଦ୍ୱାରା ଲଣ୍ଡଭଣ୍ଡ ହେଲା ପରି ହୁଏ।ଅଥବା ଆପଣାର ଖାଦ୍ୟ ଏକା ଖାଇଥାଏ ଓ ପିତୃହୀନ ତହିଁରୁ ଖାଇ ନ ଥାଏ;ତେଣୁ ତାହାର ଜୀବନ ଆହାରକୁ ଓ ତାହାର ପ୍ରାଣ ସୁସ୍ୱାଦୁ ଭକ୍ଷ୍ୟକୁ ଘୃଣା କରେ।ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।ଗୀତସଂହିତା20
ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।ମୁଁ ଯୁବା ଥିଲି, ଏବେ ବୃଦ୍ଧ ହୋଇଅଛି; ତଥାପି ମୁଁ ଧାର୍ମିକକୁ ପରିତ୍ୟକ୍ତ, ଅବା ତାହାର ବଂଶକୁ ଖାଦ୍ୟ ଭିକ୍ଷା କରିବାର ଦେଖି ନାହିଁ।ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି?”ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋʼ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?”ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।ମୋହର ହୃଦୟ ତୃଣ ପରି ଉତ୍ତାପିତ ଓ ଶୁଷ୍କ ହୋଇଅଛି, ମୁଁ ଆପଣା ଆହାର ଭୋଜନ କରିବାକୁ ପାସୋରି ଯାଏ।କାରଣ ମୁଁ ଅନ୍ନ ପରି ଭସ୍ମ ଭୋଜନ କରିଅଛି ଓ ମୋହର ପେୟଦ୍ରବ୍ୟ ନେତ୍ରଜଳ ସଙ୍ଗେ ମିଶାଇଅଛି।ସେ ପଶୁଗଣ ନିମନ୍ତେ ତୃଣ ଓ ମନୁଷ୍ୟର ସେବା ନିମନ୍ତେ ଶାକ ଅଙ୍କୁରିତ କରନ୍ତି; ଏହିରୂପେ ସେ ଭୂମିରୁ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ଏଥିଉତ୍ତାରେ ସେ ଦେଶରେ ଦୁର୍ଭିକ୍ଷ ଆଜ୍ଞା କଲେ; ସେ ଭକ୍ଷ୍ୟରୂପ ସମଗ୍ର ଯଷ୍ଟି ଭଗ୍ନ କଲେ।ସେମାନେ ମାଗନ୍ତେ, ସେ ଭାଟୋଇ ପକ୍ଷୀମାନଙ୍କୁ ଆଣିଲେ ଓ ସ୍ୱର୍ଗୀୟ ଭକ୍ଷ୍ୟରେ ସେମାନଙ୍କୁ ପରିତୃପ୍ତ କଲେ।ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା।ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି।ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।ସେ ଖଣ୍ଡ ଖଣ୍ଡ ଆହାର ପରି ବରଫ ପକାଇ ଦିଅନ୍ତି; ତାହାଙ୍କ ଶୀତ ଆଗରେ କିଏ ଠିଆ ହୋଇପାରେ?ହିତୋପଦେଶ26
ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।ପୁଣି, ଫସଲ ସମୟରେ ଆହାର ସଞ୍ଚୟ କରେ।ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।“ଚୌର୍ଯ୍ୟଜଳ ମିଷ୍ଟ ଓ ଗୋପନ ଅନ୍ନ ସୁସ୍ୱାଦୁ।”ଯେଉଁ ଲୋକ ତୁଚ୍ଛୀକୃତ, ଆଉ ଯାହାର ଦାସ ଅଛି, ସେ ଖାଦ୍ୟହୀନ ଆତ୍ମପ୍ରଶଂସୀଠାରୁ ଶ୍ରେଷ୍ଠ।ଯେ ଆପଣା ଭୂମି ଚାଷ କରେ, ସେ ଯଥେଷ୍ଟ ଆହାର ପାଇବ; ମାତ୍ର ଯେ ଅସାର ବିଷୟରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।ଅହଙ୍କାରରୁ କେବଳ କଳି ଉତ୍ପନ୍ନ ହୁଏ; ମାତ୍ର ସୁପରାମର୍ଶ-ଗ୍ରାହକଠାରେ ଜ୍ଞାନ ଅଛି।ବିବାଦଯୁକ୍ତ ଭୋଜରେ ପୂର୍ଣ୍ଣ ଗୃହ ଅପେକ୍ଷା ଶାନ୍ତି ସହିତ ଶୁଖିଲା ରୁଟି ଖଣ୍ଡେ ଭଲ।ଯେ କଳି ଭଲ ପାଏ, ସେ ଅପରାଧ ହିଁ ଭଲ ପାଏ; ପୁଣି, ଯେକେହି ଆପଣା ଦ୍ୱାର ଉଚ୍ଚ କରେ, ସେ ବିନାଶ ଖୋଜେ।ନିଦ୍ରାକୁ ଭଲ ପାଅ ନାହିଁ, ନୋହିଲେ ତୁମ୍ଭେ ଦରିଦ୍ର ହେବ; ତୁମ୍ଭ ଚକ୍ଷୁ ଫିଟାଅ, ତହିଁରେ ତୁମ୍ଭେ ଖାଦ୍ୟରେ ପରିତୃପ୍ତ ହେବ।ମିଥ୍ୟା ଅର୍ଜିତ ଆହାର ମନୁଷ୍ୟକୁ ମିଷ୍ଟ ଲାଗେ; ମାତ୍ର ପଛେ ତାହାର ମୁଖ ଗୋଡ଼ିରେ ପୂର୍ଣ୍ଣ ହେବ।ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ; ଯେହେତୁ ତାହା ପ୍ରବଞ୍ଚନାଜନକ ଖାଦ୍ୟ।କୁଦୃଷ୍ଟି ଲୋକର ଆହାର ଖାଅ ନାହିଁ, ପୁଣି, ତାହାର ସୁସ୍ୱାଦୁ ଖାଦ୍ୟକୁ ଲୋଭ କର ନାହିଁ;ତୁମ୍ଭେ ଯେଉଁ ଅଳ୍ପ ଖାଇଅଛ, ତାହା ଉଦ୍ଗାର କରିବ; ପୁଣି, ତୁମ୍ଭର ମଧୁର ବାକ୍ୟ ହରାଇବ।ତୁମ୍ଭର ଶତ୍ରୁ କ୍ଷୁଧିତ ହେଲେ, ତାହାକୁ ଅନ୍ନ ଭୋଜନ କରାଅ; ପୁଣି, ସେ ତୃଷିତ ହେଲେ, ତାହାକୁ ଜଳ ପାନ କରାଅ;ପୁଣି, ଛେଳିଦୁଧ ତୁମ୍ଭର ଓ ତୁମ୍ଭ ପରିବାରର ଭକ୍ଷ୍ୟ ପାଇଁ ଯଥେଷ୍ଟ ହେବ; ଆଉ, ତୁମ୍ଭ ଦାସୀମାନଙ୍କ ପାଇଁ ଉପଜୀବିକା ହେବ।ଯେଉଁ ଦରିଦ୍ର ଲୋକ ଦୀନହୀନକୁ ଉପଦ୍ରବ କରେ, ସେ ପ୍ଲାବନକାରୀ ବୃଷ୍ଟି ପରି; ତହିଁରେ ଭକ୍ଷ୍ୟର ଅଭାବ ଘଟେ।ଆପଣା ଭୂମି ଯେ ଚଷେ, ସେ ଯଥେଷ୍ଟ ଆହାର ପାଇବ; ପୁଣି, ଯେ ଅସାର ଲୋକଙ୍କର ଅନୁଗାମୀ ହୁଏ, ତାହାର ଯଥେଷ୍ଟ ଦରିଦ୍ରତା ହେବ।ମୁଖାପେକ୍ଷା କରିବା ଭଲ ନୁହେଁ। କିଅବା ଖଣ୍ଡେ ରୁଟି ପାଇଁ ଅଧର୍ମ କରିବା ଭଲ ନୁହେଁ।ଅସାରତା ଓ ମିଥ୍ୟା କଥା ମୋʼ ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋʼ ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।ରାଜତ୍ୱପ୍ରାପ୍ତ ଦାସର ଭାର ଓ ଆହାରରେ ପରିତୃପ୍ତ ମୂଢ଼ର ଭାର; ବିବାହ ହେବା ଘୃଣ୍ୟ ସ୍ତ୍ରୀର ଭାର;ପିମ୍ପୁଡ଼ିଗଣ ଦୁର୍ବଳ ଜାତି, ତଥାପି ଗ୍ରୀଷ୍ମକାଳରେ ଆହାର ସଞ୍ଚୟ କରନ୍ତି।ସେ ବାଣିଜ୍ୟ-ଜାହାଜ ତୁଲ୍ୟ; ସେ ଦୂରରୁ ଆପଣା ଆହାର ଆଣେ।ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ।ଉପଦେଶକ4
ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।ମୁଁ ଫେରି ସୂର୍ଯ୍ୟ ତଳେ ଦେଖିଲି ଯେ, ଦ୍ରୁତଗାମୀମାନଙ୍କୁ ବାଜି, କି ବୀରମାନଙ୍କୁ ଜୟ, ଅବା ଜ୍ଞାନୀମାନଙ୍କୁ ଅନ୍ନ, କିଅବା ବୁଦ୍ଧିମାନ ଲୋକମାନଙ୍କୁ ଧନ, ଅଥବା ପଣ୍ଡିତମାନଙ୍କୁ ଅନୁଗ୍ରହପ୍ରାପ୍ତ ହୁଏ ନାହିଁ, ମାତ୍ର ସମସ୍ତଙ୍କ ପ୍ରତି ସମୟ ଓ ଆକସ୍ମିକ ଘଟଣା ଘଟେ।ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।ଯିଶାଇୟ17
ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଯିରୂଶାଲମ ଓ ଯିହୁଦାଠାରୁ ଯଷ୍ଟି ଓ ଯଷ୍ଟିକା, ଅର୍ଥାତ୍, ଅନ୍ନ ସ୍ୱରୂପ ସମସ୍ତ ଯଷ୍ଟି ଓ ଜଳ ସ୍ୱରୂପ ସମସ୍ତ ଯଷ୍ଟିକା ଦୂର କରୁଅଛନ୍ତି;ସେ ସେହି ଦିନ ଆପଣା ରବ ଉଠାଇ କହିବ “ମୁଁ ଚିକିତ୍ସକ ହେବି ନାହିଁ; କାରଣ ମୋʼ ଗୃହରେ ଖାଦ୍ୟ କିମ୍ବା ବସ୍ତ୍ର ନାହିଁ; ତୁମ୍ଭେମାନେ ମୋତେ ଲୋକମାନଙ୍କର ଶାସନକର୍ତ୍ତା କର ନାହିଁ।”ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।”ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।ପୁଣି, ଯଦ୍ୟପି ପ୍ରଭୁ ତୁମ୍ଭମାନଙ୍କୁ ଦୁଃଖରୂପ ଖାଦ୍ୟ ଓ କ୍ଲେଶରୂପ ଜଳ ଦିଅନ୍ତି, ତଥାପି ତୁମ୍ଭମାନଙ୍କର ଶିକ୍ଷକଗଣ ଆଉ ଗୁପ୍ତ ରହିବେ ନାହିଁ, ମାତ୍ର ତୁମ୍ଭର ଚକ୍ଷୁ ତୁମ୍ଭ ଶିକ୍ଷକଗଣକୁ ଦେଖିବ।ପୁଣି, ଭୂମିରେ ବୁଣିବା ନିମନ୍ତେ ସେ ତୁମ୍ଭ ବୀଜ ପାଇଁ ବୃଷ୍ଟି ଦେବେ; ଭୂମ୍ୟୁତ୍ପନ୍ନ ଭକ୍ଷ୍ୟ ଦେବେ ଓ ତାହା ଉତ୍ତମ ଓ ପ୍ରଚୁର ହେବ; ସେହି ଦିନରେ ତୁମ୍ଭ ପଶୁପଲ ପ୍ରଶସ୍ତ ଚରାସ୍ଥାନରେ ଚରିବେ।ସେ ଉଚ୍ଚସ୍ଥାନରେ ବାସ କରିବ; ଶୈଳଗଣର ଦୁରାକ୍ରମ ସ୍ଥାନ ତାହାର ଦୁର୍ଗ ସ୍ୱରୂପ ହେବ; ତାହାର ଭକ୍ଷ୍ୟ ତାହାକୁ ଦିଆଯିବ; ତାହାର ଜଳର ଅଭାବ ହେବ ନାହିଁ।ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।ଏଉତ୍ତାରେ ତାହା ମନୁଷ୍ୟର ଜାଳେଣି କାଷ୍ଠ ହୁଏ; ସେ ତହିଁରୁ କିଛି ନେଇ ଅଗ୍ନି ତାପ ନିଏ; ଆଉ, ସେ ତାହା ଜାଳି ରୁଟି ପାକ କରେ; ଆହୁରି, ଗୋଟିଏ ଦେବତା କରି ତାହା ପୂଜା କରେ; ସେ ଗୋଟିଏ ଖୋଦିତ ପ୍ରତିମା କରି ତାହା ଆଗରେ ଦଣ୍ଡବତ କରେ।କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା?”ନିର୍ବାସିତ ବନ୍ଦୀ ଶୀଘ୍ର ମୁକ୍ତ ହେବ; ପୁଣି, ସେ ମରି ଗର୍ତ୍ତକୁ ଯିବ ନାହିଁ, ଅଥବା ତାହାର ଖାଦ୍ୟର ଅଭାବ ହେବ ନାହିଁ।ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ।ଯେହେତୁ ଯେପରି ବୃଷ୍ଟି ଓ ହିମ ଆକାଶରୁ ତଳକୁ ଆସେ ଓ ସେଠାକୁ ଫେରିଯାଏ ନାହିଁ, ମାତ୍ର ଭୂମିକୁ ସନ୍ତରା କରେ, ପୁଣି ଫଳବତୀ ଓ ତୃଣାଦି ଉତ୍ପନ୍ନ କରି ବପନକାରୀକୁ ବୀଜ ଓ ଭୋଜନକାରୀକୁ ଭକ୍ଷ୍ୟ ଦିଏ;ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଊର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।କ୍ଷୁଧିତ ଲୋକକୁ ତୁମ୍ଭର ଖାଦ୍ୟ ବଣ୍ଟନ କରିବାର, ଓ ତାଡ଼ିତ ଦୁଃଖୀଲୋକକୁ ଆପଣା ଗୃହକୁ ଆଣିବାର, ତୁମ୍ଭେ ଉଲଙ୍ଗକୁ ଦେଖିଲେ, ତାହାକୁ ବସ୍ତ୍ର ପିନ୍ଧାଇବାର ଓ ତୁମ୍ଭର ନିଜ ବଂଶୀୟ ଲୋକଠାରୁ ଆପଣାକୁ ନ ଲୁଚାଇବାର, ଏହି ପ୍ରକାର ଉପବାସ ଆମ୍ଭେ କି ମନୋନୀତ କରି ନାହୁଁ?କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।”ଯିରିମୀୟ11
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।ତହିଁରେ ସିଦିକୀୟ ରାଜା ଆଜ୍ଞା କରନ୍ତେ, ଲୋକମାନେ ଯିରିମୀୟଙ୍କୁ ପ୍ରହରୀ ପ୍ରାଙ୍ଗଣରେ ରଖିଲେ, ପୁଣି ନଗରରେ ସବୁ ରୁଟି ଶେଷ ନ ହେବା ପର୍ଯ୍ୟନ୍ତ ରୁଟିବାଲାମାନଙ୍କର ପଲ୍ଲୀରୁ ଗୋଟିଏ ଲେଖାଏଁ ରୁଟି ପ୍ରତିଦିନ ତାଙ୍କୁ ଦେଲେ। ଏହି ପ୍ରକାରେ ଯିରିମୀୟ ପ୍ରହରୀ ପ୍ରାଙ୍ଗଣରେ ରହିଲେ।“ହେ ଆମ୍ଭର ପ୍ରଭୁ ମହାରାଜ, ଏହି ଲୋକମାନେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ପ୍ରତି ନିତାନ୍ତ ମନ୍ଦ ବ୍ୟବହାର କରିଅଛନ୍ତି, ସେମାନେ ତାଙ୍କୁ କୂପରେ ପକାଇଅଛନ୍ତି; ସେ ଯେଉଁଠାରେ ଅଛନ୍ତି, ଦୁର୍ଭିକ୍ଷ ସକାଶୁ ସେଠାରେ ସେ ମଲା ପରି ଅଛନ୍ତି, କାରଣ ନଗରରେ ଆଉ ରୁଟି ନାହିଁ।”ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।ନା; ମାତ୍ର ଆମ୍ଭେମାନେ ମିସର ଦେଶକୁ ଯିବା, ସେଠାରେ ଆମ୍ଭେମାନେ ଯୁଦ୍ଧ ଦେଖିବା ନାହିଁ, କି ତୂରୀ ଶବ୍ଦ ଶୁଣିବା ନାହିଁ, କିଅବା ଖାଦ୍ୟର ଅଭାବ ଭୋଗିବା ନାହିଁ; ଆଉ, ସେଠାରେ ଆମ୍ଭେମାନେ ବାସ କରିବା।ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”ଚତୁର୍ଥ ମାସରେ, ସେହି ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶୀୟ ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟ ମିଳିଲା ନାହିଁ।ଆଉ ସେ ଆପଣା କାରାଗାରର ବସ୍ତ୍ର ପରିବର୍ତ୍ତନ କରି ଆପଣାର ଯାବଜ୍ଜୀବନ ନିତ୍ୟ ନିତ୍ୟ ତାହା ସମ୍ମୁଖରେ ଭୋଜନ କଲା।ବିଳାପ4
ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।ତୃଷା ହେତୁରୁ ସ୍ତନ୍ୟପାୟୀ ଶିଶୁର ଜିହ୍ୱା ତାଳୁରେ ଲାଗି ଯାଉଅଛି; ବାଳକ ବାଳିକାମାନେ ରୁଟି ମାଗନ୍ତି ଓ କେହି ସେମାନଙ୍କୁ ତାହା ଭାଙ୍ଗି ଦିଏ ନାହିଁ।ଆମ୍ଭେମାନେ ଖାଦ୍ୟରେ ତୃପ୍ତ ହେବା ନିମନ୍ତେ ମିସରୀୟମାନଙ୍କୁ ଓ ଅଶୂରୀୟମାନଙ୍କୁ ହାତ ଦେଇଅଛୁ।ପ୍ରାନ୍ତରରେ ଖଡ୍ଗ ଥିବାରୁ ଆମ୍ଭେମାନେ ଆପଣା ଆପଣା ପ୍ରାଣ ସଙ୍କଟରେ ଖାଦ୍ୟ ପାଉଅଛୁ।ଯିହିଜିକଲ21
ଆହୁରି, ତୁମ୍ଭେ ଆପଣା ପାଇଁ ଗହମ, ଯବ, ଶିମ, ମସୁର, କାଙ୍ଗୁ ଓ ଜହ୍ନା ନେଇ ଗୋଟିଏ ପାତ୍ରରେ ରଖି ତହିଁରୁ ରୁଟି ପ୍ରସ୍ତୁତ କର; ତୁମ୍ଭେ ଯେଉଁ ତିନି ଶହ ନବେ ଦିନ ଆପଣା ପାର୍ଶ୍ୱରେ ଶୟନ କରିବ, ସେହି ଦିନର ସଂଖ୍ୟାନୁସାରେ ତାହା ଭୋଜନ କରିବ।ପୁଣି, ତୁମ୍ଭେ ସେହି ଖାଦ୍ୟଦ୍ରବ୍ୟ ଯବ ପିଷ୍ଟକ ପରି ଭୋଜନ କରିବ ଓ ସେମାନଙ୍କ ସାକ୍ଷାତରେ ମନୁଷ୍ୟର ବିଷ୍ଠା ଦ୍ୱାରା ତାହା ପାକ କରିବ!”ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ିଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”ତହିଁରେ ସେ ମୋତେ କହିଲେ, “ଦେଖ, ଆମ୍ଭେ ମନୁଷ୍ୟର ବିଷ୍ଠା ବଦଳେ ଗୋମୟ ତୁମ୍ଭକୁ ଦେଲୁ, ଆଉ ତୁମ୍ଭେ ତହିଁ ଉପରେ ଆପଣା ରୁଟି ପାକ କରିବ।”ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା;“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କମ୍ପି କମ୍ପି ଆପଣା ଆହାର ଭୋଜନ କର, ଆଉ ଥରି ଥରି ଓ ଚିନ୍ତିତ ହୋଇ ଆପଣା ଜଳ ପାନ କର;ପୁଣି, ଦେଶର ଲୋକମାନଙ୍କୁ କୁହ, ଯିରୂଶାଲମ ନିବାସୀମାନଙ୍କର ଓ ଇସ୍ରାଏଲ ଦେଶର ବିଷୟରେ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ସେମାନେ ଚିନ୍ତିତ ହୋଇ ଆପଣା ଆପଣା ଆହାର ଭୋଜନ କରିବେ ଓ ବିସ୍ମିତ ହୋଇ ଆପଣା ଆପଣାର ଜଳ ପାନ କରିବେ, କାରଣ ନିବାସୀମାନଙ୍କର ଦୌରାତ୍ମ୍ୟ ସକାଶୁ ସେମାନଙ୍କ ଦେଶ ଓ ତନ୍ମଧ୍ୟସ୍ଥିତ ସର୍ବସ୍ୱରୁ ଶୂନ୍ୟ ହେବ।ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।“ହେ ମନୁଷ୍ୟ-ସନ୍ତାନ, କୌଣସି ଦେଶ ସତ୍ୟ-ଲଙ୍ଘନ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କଲେ, ଯେତେବେଳେ ଆମ୍ଭେ ତାହା ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରୁ, ତାହାର ଅନ୍ନରୂପ ଯଷ୍ଟି ଭାଙ୍ଗୁ ଓ ତହିଁ ମଧ୍ୟକୁ ଦୁର୍ଭିକ୍ଷ ପଠାଉ, ପୁଣି ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରୁ;ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।ଦେଖ, ତୁମ୍ଭ ଭଗିନୀ ସଦୋମର ଏହି ଅଧର୍ମ ଥିଲା; ତାହାର ଓ ତାହାର କନ୍ୟାଗଣର ଅହଙ୍କାର, ଭକ୍ଷ୍ୟର ପୂର୍ଣ୍ଣତା ଓ ସମୃଦ୍ଧି ଜନିତ ଶାନ୍ତି ଥିଲା, ସେ ଦରିଦ୍ର ଓ ଦୀନହୀନଙ୍କର ହସ୍ତ ସବଳ କଲା ନାହିଁ।ପୁଣି, ଯେ କାହାରି ପ୍ରତି ଅନ୍ୟାୟ କରି ନାହିଁ, ମାତ୍ର ଋଣୀକୁ ତାହାର ବନ୍ଧକି ଦ୍ରବ୍ୟ ଫେରାଇ ଦେଇଅଛି, ଉପଦ୍ରବ କରି କାହାରି କିଛି ଅପହରଣ କରି ନାହିଁ, ଆପଣାର ଭକ୍ଷ୍ୟ କ୍ଷୁଧିତକୁ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି;କିଅବା କାହାରି ପ୍ରତି ଅନ୍ୟାୟ କରି ନାହିଁ, କୌଣସି ବନ୍ଧକି ଦ୍ରବ୍ୟ ଗ୍ରହଣ କରି ନାହିଁ, କିଅବା ଦୌରାତ୍ମ୍ୟ ଦ୍ୱାରା ଅପହରଣ କରି ନାହିଁ, ମାତ୍ର କ୍ଷୁଧିତକୁ ଆପଣା ଭକ୍ଷ୍ୟ ଦେଇଅଛି ଓ ଉଲଙ୍ଗକୁ ବସ୍ତ୍ର ପିନ୍ଧାଇଅଛି,ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”ତହିଁରେ ଆମ୍ଭେ ଯେପରି କରିଅଛୁ, ତୁମ୍ଭେମାନେ ସେହିପରି କରିବ; ତୁମ୍ଭେମାନେ ଆପଣା ଆପଣା ଓଷ୍ଠାଧର ଆଚ୍ଛାଦନ କରିବ ନାହିଁ, କିଅବା ଲୋକମାନଙ୍କର ରୁଟି ଖାଇବ ନାହିଁ।କେବଳ ଅଧିପତି, ଅଧିପତି ବୋଲି ସଦାପ୍ରଭୁଙ୍କ ସମ୍ମୁଖରେ ଆହାର କରିବା ପାଇଁ ତହିଁ ମଧ୍ୟରେ ବସିବେ; ସେ ଦ୍ୱାରର ବାରଣ୍ଡା ପଥ ଦେଇ ପ୍ରବେଶ କରିବେ ଓ ସେହି ପଥ ଦେଇ ବାହାରି ଯିବେ।”କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।ଦାନିୟେଲ1
ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।ହୋଶେୟ3
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’ଗୋଷ୍ଠୀଗଣ ମଧ୍ୟରେ ଇଫ୍ରୟିମ ଆପେ ମିଶ୍ରିତ ହୁଅଇ; ଇଫ୍ରୟିମ ଓଲଟା ହୋଇ ନ ଥିବା ପିଠା ତୁଲ୍ୟ।ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।ଆମୋଷ3
“ଆଉ, ଆମ୍ଭେ ତୁମ୍ଭମାନଙ୍କର ସମୁଦାୟ ନଗରରେ ଦନ୍ତ ପଂକ୍ତିର ନିର୍ମଳତା ଓ ତୁମ୍ଭମାନଙ୍କର ସମୁଦାୟ ବାସ ସ୍ଥାନରେ ଅନ୍ନ-ଅଭାବ ତୁମ୍ଭମାନଙ୍କୁ ଦେଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।ଆହୁରି, ଅମତ୍ସୀୟ ଆମୋଷଙ୍କୁ କହିଲା, “ହେ ଦର୍ଶକ, ତୁମ୍ଭେ ଯାଅ, ଯିହୁଦା ଦେଶକୁ ପଳାଅ, ସେଠାରେ ଭୋଜନ କର ଓ ସେଠାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର;ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।ଓବଦୀୟ1
ତୁମ୍ଭର ସହାୟ ସମସ୍ତ ଲୋକ ତୁମ୍ଭକୁ ତୁମ୍ଭ ବାଟରେ ଆଣି ସୀମାରେ ପହଞ୍ଚାଇ ଅଛନ୍ତି; ଯେଉଁମାନେ ତୁମ୍ଭର ମିତ୍ର ଥିଲେ, ସେମାନେ ତୁମ୍ଭକୁ ପ୍ରବଞ୍ଚନା କରି ପରାଭବ କରିଅଛନ୍ତି; ଯେଉଁମାନେ ତୁମ୍ଭର ଅନ୍ନ ଭୋଜନ କରନ୍ତି, ସେମାନେ ତୁମ୍ଭ ତଳେ ଫାନ୍ଦ ପାତିଅଛନ୍ତି; ଇଦୋମରେ କିଛି ବୁଦ୍ଧି ନାହିଁ।ହାଗୟ1
‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”ମଲାଖି1
ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।ମାଥିଉ18
ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ାକ ରୁଟି ହେବା ପାଇଁ ଆଜ୍ଞା ଦିଅ।”କିନ୍ତୁ ଯୀଶୁ ଉତ୍ତର ଦେଲେ, “ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ, ମାତ୍ର ଈଶ୍ବରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ।’”ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ।କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,ସେମାନେ ତାହାଙ୍କୁ କହିଲେ, ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି।ପୁଣି, ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ, ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ।ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା?ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି, ପୁଣି, ଅଳ୍ପ କେତୋଟି ସାନ ମାଛ।ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ।ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।କିନ୍ତୁ ଯୀଶୁ ତାହା ଜାଣି କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ?ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି, ପୁଣି, କେତେ ଟୋକେଇ ଉଠାଇଲ, ସେହିସବୁ କି ତୁମ୍ଭର ମନେ ନାହିଁ?ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ।”ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?ଆଉ, ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଭୋଜନ କର, ଏହା ମୋହର ଶରୀର।”ମାର୍କ15
କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ କଅଣ ଯାଇ ଦୁଇ ଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି କିଣି ଏମାନଙ୍କୁ ଭୋଜନ କରାଇବା?ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି? ଯାଇ ଦେଖ।” ସେମାନେ ବୁଝି ଆସି ତାହାଙ୍କୁ କହିଲେ, ପାଞ୍ଚୋଟି, ପୁଣି, ଦୁଇଟି ମାଛ।ପୁଣି ଯୀଶୁ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଘେନି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟିଗୁଡ଼ିକ ଭାଙ୍ଗି ଲୋକମାନଙ୍କୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। ପୁଣି, ସେହି ଦୁଇ ମାଛ ସେ ସମସ୍ତଙ୍କ ମଧ୍ୟରେ ଭାଗ କରିଦେଲେ।ରୁଟି ଖାଇବା ଲୋକମାନେ ପାଞ୍ଚ ହଜାର ପୁରୁଷ ଥିଲେ।କାରଣ ରୁଟିର ଘଟଣାରେ ସେମାନଙ୍କର ଜ୍ଞାନ ଜନ୍ମି ନ ଥିଲା, ଯେଣୁ ସେମାନଙ୍କ ହୃଦୟ ଜଡ଼ ହୋଇଥିଲା।ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ, ଏଠାରେ ଏହି ନିର୍ଜନ ସ୍ଥାନରେ କିଏ କେଉଁଠାରୁ ରୁଟି ଆଣି ଏମାନଙ୍କୁ ତୃପ୍ତ କରିପାରିବ?ଯୀଶୁ ସେମାନଙ୍କୁ ପଚାରିଲେ, “ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି?” ସେମାନେ କହିଲେ, ସାତୋଟି।ସେଥିରେ ଯୀଶୁ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ; ଆଉ ସେ ସେହି ସାତୋଟି ରୁଟି ଘେନି ଧନ୍ୟବାଦ ଦେଇ ସେହିସବୁ ଭାଙ୍ଗି ପରିବେଷଣ କରିବା ନିମନ୍ତେ ଆପଣା ଶିଷ୍ୟମାନଙ୍କୁ ଦେଲେ ଓ ସେମାନେ ଲୋକସମୂହକୁ ତାହା ପରିବେଷଣ କଲେ।ସେତେବେଳେ ଶିଷ୍ୟମାନେ ରୁଟି ନେବାକୁ ପାସୋରିଗଲେ; ନୌକାରେ ସେମାନଙ୍କ ପାଖରେ କେବଳ ଗୋଟିଏ ମାତ୍ର ରୁଟି ଥିଲା।ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି ସେ ଏହା କହୁଅଛନ୍ତି।ସେ ତାହା ଜାଣି ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ? ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ଜାଣୁ ନାହଁ କି ବୁଝୁ ନାହଁ?ସେହି ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ଯେତେବେଳେ ପାଞ୍ଚୋଟି ରୁଟି ଭାଙ୍ଗିଥିଲି, ସେତେବେଳେ ତୁମ୍ଭେମାନେ ପୂରା କେତେ ଟୋକେଇ ଭଙ୍ଗାଯାଇଥିବା ଖଣ୍ଡ ଉଠାଇ ନେଇଥିଲ, ତାହା କି ତୁମ୍ଭମାନଙ୍କର ସ୍ମରଣ ନାହିଁ?” ସେମାନେ ତାହାଙ୍କୁ କହିଲେ, ବାର ଟୋକେଇ।ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”ଲୂକ11
ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ।କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ।ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ,ମାତ୍ର ସେ ଚେତନା ପାଇ କହିଲା, ମୋହର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି।ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା।ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;ପୁଣି, ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ।ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।ଯୋହନ9
ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?”ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ।ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ?ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ।ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ।ପ୍ରଭୁ ଧନ୍ୟବାଦ ଦେଲା ଉତ୍ତାରେ ସେମାନେ ଯେଉଁ ସ୍ଥାନରେ ରୁଟି ଭୋଜନ କରିଥିଲେ, ସେହି ସ୍ଥାନ ନିକଟକୁ ତିବିରୀୟାରୁ ଆଉ କେତେକ ନୌକା ଆସିଲା;ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଶ୍ଚର୍ଯ୍ୟକର୍ମ ଦେଖିବାରୁ ଯେ ତୁମ୍ଭେମାନେ ମୋହର ଅନ୍ୱେଷଣ କରୁଅଛ, ତାହା ନୁହେଁ, ମାତ୍ର ରୁଟି ଖାଇ ପରିତୃପ୍ତ ହେବାରୁ ମୋହର ଅନ୍ୱେଷଣ କରୁଅଛ।ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ।ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ।ପ୍ରେରିତ7
ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ।ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ବରଙ୍କ ପ୍ରଶଂସା କରୁଥିଲେ।ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା।ଆଉ, ଖମୀରଶୂନ୍ୟ ରୁଟିର ପର୍ବ ପରେ ଆମ୍ଭେମାନେ ଜାହାଜରେ ଚଢ଼ି ଫିଲିପ୍ପୀ ସହରରୁ ଯାତ୍ରା କଲୁ, ପୁଣି, ପାଞ୍ଚ ଦିନରେ ତ୍ରୋୟାରେ ସେମାନଙ୍କ ନିକଟକୁ ଆସିଲୁ; ଆମ୍ଭେମାନେ ସେହି ସ୍ଥାନରେ ସାତ ଦିନ ରହିଲୁ।ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ।ସେ ଏହିସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ବରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ।୧ କରିନ୍ଥୀୟ8
ତୁମ୍ଭେମାନେ ତ ଖମୀରଶୂନ୍ୟ ଲୋକ, ଏଣୁ ଯେପରି ତୁମ୍ଭେମାନେ ନୂଆ ପିଣ୍ଡୁଳା ହୋଇପାର, ଏଥିପାଇଁ ପୁରୁଣା ଖମୀର ବାହାର କରିପକାଅ; କାରଣ ଆମ୍ଭମାନଙ୍କ ନିସ୍ତାର ପର୍ବର ମେଷଶାବକ, ଅର୍ଥାତ୍ ଖ୍ରୀଷ୍ଟ, ମଧ୍ୟ ବଳୀକୃତ ହୋଇଅଛନ୍ତି।ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।୨ କରିନ୍ଥୀୟ1
ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;୨ ଥେସଲନୀକୀୟ1
କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର