ଖାଦ୍ୟ ଓ ପାନୀୟ
ଜୀତ ତୈଳ
ଏବ୍ରୀ shemen · ଗ୍ରୀକ୍ elaion · ଖାଦ୍ୟ, ଆଲୁଅ ଓ ଦେହର ଯତ୍ନ
ପ୍ରାୟ ପ୍ରତ୍ୟେକ ରୋଷେଇଘରେ ଜୀତ ତୈଳ ବ୍ୟବହୃତ ହେଉଥିଲା: ଏଥିରେ ରୁଟି ସେକାଯାଉଥିଲା ଓ ଖାଦ୍ୟ ଭଜାଯାଉଥିଲା (1 ରାଜାବଳୀ 17:12)। ସବୁଠାରୁ ଉତ୍ତମ ତେଲ ପଥର ଖଲରେ ହାତରେ ଛେଚା ଜୀତରୁ ମିଳୁଥିଲା; ଅଧିକାଂଶ ଜୀତ କୁଣ୍ଡରେ ଦଳାଯାଉଥିଲା ବା ଭାରି ଚକି ପଥର ତଳେ ଛେଚି ଭାର ଝୁଲା କଡ଼ିରେ ଚିପାଯାଉଥିଲା। ତେଲ କୁଣ୍ଡରେ ଥିତେଇ ମାଠିଆ ବା କୁମ୍ପାରେ ରଖାଯାଉଥିଲା। ଏହା ଏକ ମୂଲ୍ୟବାନ ବାଣିଜ୍ୟ ସାମଗ୍ରୀ ଥିଲା: ଶଲୋମନ ପ୍ରତି ବର୍ଷ ସୋରର ହୂରମଙ୍କୁ ତେଲ ଦେଉଥିଲେ (1 ରାଜାବଳୀ 5:11), ଏବଂ ଇକ୍ରୋଣରେ ପ୍ରତ୍ନତାତ୍ତ୍ୱିକମାନେ ଖ୍ରୀଷ୍ଟପୂର୍ବ 7ମ ଶତାବ୍ଦୀର ଶହେରୁ ଅଧିକ ତେଲ ପେଷଣ ଯନ୍ତ୍ର ପାଇଲେ।
ସୂର୍ଯ୍ୟାସ୍ତ ପରେ ଏକମାତ୍ର ଆଲୁଅ ଥିଲା ଜୀତ ତୈଳ ଓ ଛଣପଟର ସଳିତା ଭରା ଛୋଟ ମାଟି ପ୍ରଦୀପ; ଗୋଟିଏ ପ୍ରଦୀପରେ ଏକ ରାତି ପାଇଁ ଯଥେଷ୍ଟ ତେଲ ଧରୁଥିଲା, ଏବଂ ଯୀଶୁଙ୍କ ଦୃଷ୍ଟାନ୍ତରେ ସୁବୁଦ୍ଧିମାନ କନ୍ୟାମାନେ ପାତ୍ରରେ ଅଧିକ ତୈଳ ନେଇଥିଲେ (ମାଥିଉ 25:3–4)। ଲୋକମାନେ ସ୍ନାନ ପରେ ଓ ପର୍ବ ଦିନରେ ଚର୍ମ ଓ କେଶରେ ତେଲ ମାରୁଥିଲେ — ତେଲ ନ ମାରିବା ଶୋକର ଚିହ୍ନ ଥିଲା (2 ଶାମୁୟେଲ 14:2)। ତେଲ ଔଷଧ ଭାବେ ମଧ୍ୟ ବ୍ୟବହୃତ ହେଉଥିଲା: ଦୟାଳୁ ଶମିରୋଣୀୟ ଆହତ ଲୋକର କ୍ଷତରେ ତୈଳ ଓ ଦ୍ରାକ୍ଷାରସ ଢାଳିଥିଲେ।
ମୁଖ୍ୟ ପଦ
ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।ଏହାର ନାମ ଥିବା ସମସ୍ତ ପଦ (196)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ2
ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।ଯାତ୍ରା ପୁସ୍ତକ19
ଦୀପ ନିମନ୍ତେ ତୈଳ ପୁଣି, ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ,ଆଉ ନିତ୍ୟ ପ୍ରଦୀପ ଜାଳି ଆଲୁଅ କରିବା ନିମନ୍ତେ ନିର୍ମଳ ପେଷା ଜୀତ ତୈଳ ତୁମ୍ଭ ନିକଟକୁ ଆଣିବା ପାଇଁ ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେବ।ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।ପୁଣି, ସଦାପ୍ରଭୁଙ୍କ ଛାମୁସ୍ଥିତ ତାଡ଼ିଶୂନ୍ୟ ରୁଟିର ଡାଲାରୁ ଏକ ରୁଟି, ତୈଳ ମିଶ୍ରିତ ଏକ ପିଠା ଓ ଏକ ସରୁ ଚକୁଳି ନେଇପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।ଏହିସବୁ ଦ୍ୱାରା ତୁମ୍ଭେ ଅଭିଷେକାର୍ଥକ ପବିତ୍ର ତୈଳ, ଅର୍ଥାତ୍, ଗନ୍ଧବଣିକର କ୍ରିୟାନୁସାରେ ତୈଳ ପ୍ରସ୍ତୁତ କରିବ, ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।ଆଉ ଇସ୍ରାଏଲ-ସନ୍ତାନଗଣକୁ କହିବ, ‘ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଆମ୍ଭ ନିମନ୍ତେ ତାହା ଅଭିଷେକାର୍ଥକ ପବିତ୍ର ତୈଳ ହେବ।ପୁଣି, ଅଭିଷେକାର୍ଥକ ତୈଳ ଓ ପବିତ୍ର ସ୍ଥାନ ନିମନ୍ତେ ସୁଗନ୍ଧି ଧୂପ, ଏହି ଯେଉଁ ସମସ୍ତ ଆଜ୍ଞା ଆମ୍ଭେ ତୁମ୍ଭକୁ ଦେଇଅଛୁ, ତଦନୁସାରେ ସେମାନେ କରିବେ।”ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,ପୁଣି, ଦୀପ୍ତି ନିମନ୍ତେ ଦୀପବୃକ୍ଷ, ତହିଁର ପାତ୍ର, ପ୍ରଦୀପ ଓ ଦୀପାର୍ଥକ ତୈଳ,ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।ଏଉତ୍ତାରେ ସେ ଅଭିଷେକାର୍ଥକ ପବିତ୍ର ତୈଳ ଓ ଧୂପ ନିମନ୍ତେ ଗନ୍ଧବଣିକର କ୍ରିୟାନୁଯାୟୀ ସୁଗନ୍ଧି ଦ୍ରବ୍ୟ ପ୍ରସ୍ତୁତ କଲେ।ନିର୍ମଳ ଦୀପବୃକ୍ଷ, ତହିଁର ପ୍ରଦୀପ, ଅର୍ଥାତ୍, ପ୍ରଦୀପାବଳୀ ଓ ତହିଁର ସକଳ ପାତ୍ର ଓ ଦୀପାର୍ଥକ ତୈଳ;ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।ଲେବୀୟ ପୁସ୍ତକ36
ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ;ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ଆଉ ଯଦି ତୁମ୍ଭେ ଭକ୍ଷ୍ୟ ନୈବେଦ୍ୟ ରୂପେ ତନ୍ଦୁରରେ ରନ୍ଧନ ହୋଇଥିବା ଦ୍ରବ୍ୟ ଦିଅ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ଅବା ତୈଳାକ୍ତ ସରୁ ଚକୁଳି ହେବ।ଆଉ ଯଦି ପଲମରେ ଭଜା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳ ମିଶ୍ରିତ ଓ ତାଡ଼ିଶୂନ୍ୟ ସରୁ ମଇଦାର ପିଠା ହେବ।ତୁମ୍ଭେ ତାହା ଖଣ୍ଡ ଖଣ୍ଡ କରି ତହିଁ ଉପରେ ତୈଳ ଢାଳିବ; ତାହା ଭକ୍ଷ୍ୟ ନୈବେଦ୍ୟ।ଆଉ ଯଦି କରେଇରେ ରନ୍ଧନ ହୋଇଥିବା ଦ୍ରବ୍ୟ ତୁମ୍ଭର ଭକ୍ଷ୍ୟ ନୈବେଦ୍ୟ ହୁଏ, ତେବେ ତାହା ତୈଳରେ ରନ୍ଧନ ହୋଇଥିବା ସରୁ ମଇଦାର ହେବ।ପୁଣି ତହିଁ ଉପରେ ତୈଳ ଦେବ ଓ କୁନ୍ଦୁରୁ ରଖିବ; ତାହା ଭକ୍ଷ୍ୟ ନୈବେଦ୍ୟ।ତହୁଁ ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ କିଛି ମର୍ଦ୍ଦିତ ଶସ୍ୟ, କିଛି ତୈଳ ଓ ସମସ୍ତ କୁନ୍ଦୁରୁ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।ମାତ୍ର ସେ ଯଦି ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବାକୁ ଅସମର୍ଥ ହୁଏ, ତେବେ ସେ ଆପଣା କୃତ ପାପ ନିମନ୍ତେ ଆପଣାର ଉପହାର ରୂପେ ପାପାର୍ଥକ ନୈବେଦ୍ୟ ପାଇଁ ଐଫାର ଦଶମାଂଶ ସରୁ ମଇଦା ଆଣିବ; ସେ ତହିଁ ଉପରେ ତୈଳ ଦେବ ନାହିଁ, କି କୁନ୍ଦୁରୁ ରଖିବ ନାହିଁ; କାରଣ ତାହା ପାପାର୍ଥକ ନୈବେଦ୍ୟ।ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।ପଲମରେ ଯାହା ତୈଳ ସହିତ ପ୍ରସ୍ତୁତ କରାଯିବ, ଓଦା ହେଲେ ତୁମ୍ଭେ ତାହା ଭିତରକୁ ଆଣିବ; ପୁଣି ସେହି ରନ୍ଧନ କରାଯାଇଥିବା ଭକ୍ଷ୍ୟ ନୈବେଦ୍ୟର ଖଣ୍ଡ ଖଣ୍ଡ ଖାଦ୍ୟ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।ପୁଣି ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ଗୋରୁ ଓ ଏକ ମେଷ, ପୁଣି ତୈଳ ମିଶ୍ରିତ ଭକ୍ଷ୍ୟ ନୈବେଦ୍ୟ ନେବ; ଯେହେତୁ ଆଜି ସଦାପ୍ରଭୁ ତୁମ୍ଭମାନଙ୍କୁ ଦର୍ଶନ ଦେଉଅଛନ୍ତି।’”ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ।ଗଣନା ପୁସ୍ତକ32
ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ, ତହିଁର ପ୍ରଦୀପ, ଚିମୁଟା, ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ।ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତହିଁ ଉତ୍ତାରେ ସେମାନେ ଏକ ଗୋବତ୍ସ ଓ ତହିଁର ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣନ୍ତୁ, ପୁଣି, ତୁମ୍ଭେ ଆଉ ଏକ ଗୋବତ୍ସ ପାପାର୍ଥକ ବଳି ନିମନ୍ତେ ନେବ।ଲୋକମାନେ ଏଣେତେଣେ ଭ୍ରମଣ କରି ତାହା ସାଉଣ୍ଟିଲେ ଓ ଚକିରେ ତାହା ପେଷିଲେ, ଅବା କୁଟଣୀରେ ତାହା ଚୂର୍ଣ୍ଣ କରି କହ୍ରାଇରେ ସିଝେଇ କରି ପିଠା ପ୍ରସ୍ତୁତ କଲେ; ଆଉ ତୈଳପକ୍ୱ ପିଠା ପରି ତହିଁର ସ୍ୱାଦ ଥିଲା।ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଣିବ।ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।ପୁଣି, ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେଷା ତୈଳ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ।ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ପୁଣି, ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ;ପୁଣି, ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,ପୁଣି, ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶଆଉ ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶପୁଣି, ତହିଁର ଭକ୍ଷ୍ୟ ନୈବେଦ୍ୟ, ତେର ପୁଂଗୋବତ୍ସ ମଧ୍ୟରୁ ପ୍ରତ୍ୟେକ ବତ୍ସ ନିମନ୍ତେ ତିନି ତିନି ଦଶମାଂଶ, ଦୁଇ ମେଷ ମଧ୍ୟରୁ ପ୍ରତ୍ୟେକ ମେଷ ନିମନ୍ତେ ଦୁଇ ଦୁଇ ଦଶମାଂଶଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।ଦ୍ୱିତୀୟ ବିବରଣ10
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।ସେ ପୃଥିବୀର ଉଚ୍ଚସ୍ଥଳୀ ଉପରେ ତାହାକୁ ବାହନ-ଆରୋହଣ ତୁଲ୍ୟ ଗମନ କରାଇଲେ ଓ ସେ କ୍ଷେତ୍ରଜାତ ଫଳ ଭୋଜନ କଲା; ସେ ତାହାକୁ ପାଷାଣରୁ ମଧୁ ଓ ଚକମକି ପ୍ରସ୍ତରମୟ ଶୈଳରୁ ତୈଳ ପାନ କରାଇଲେ;ପୁଣି, ସେ ଆଶେର ବିଷୟରେ କହିଲେ, “ଆଶେର ସନ୍ତାନସନ୍ତତିରେ ଆଶୀର୍ବାଦ ପ୍ରାପ୍ତ ହେଉ; ସେ ଆପଣା ଭ୍ରାତୃଗଣ ନିକଟରେ ଗ୍ରାହ୍ୟ ହେଉ ଓ ସେ ଆପଣା ଚରଣ ତୈଳରେ ବୁଡ଼ାଉ।ପ୍ରଥମ ଶାମୁୟେଲ3
ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, “ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି?ଏଥିଉତ୍ତାରେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, “ତୁମ୍ଭେ କେତେ କାଳ ଶାଉଲ ପାଇଁ ଶୋକ କରିବ? ଆମ୍ଭେ ତ ତାହାକୁ ଇସ୍ରାଏଲ ଉପରେ ରାଜା ହୋଇଥିବା ପାଇଁ ତୁଚ୍ଛ କଲୁ, ତୁମ୍ଭେ ଆପଣା ଶୃଙ୍ଗ ତୈଳରେ ପୂର୍ଣ୍ଣ କରି ଚାଲ, ଆମ୍ଭେ ତୁମ୍ଭକୁ ବେଥଲିହିମୀୟ ଯିଶୀ ନିକଟକୁ ପଠାଇବା, କାରଣ ତାହାର ପୁତ୍ରମାନଙ୍କ ମଧ୍ୟରେ ଆମ୍ଭେ ଆପଣା ପାଇଁ ଏକ ରାଜା ଦେଖିଅଛୁ।”ତହୁଁ ଶାମୁୟେଲ ତୈଳଶୃଙ୍ଗ ନେଇ ତାଙ୍କ ଭ୍ରାତୃଗଣ ମଧ୍ୟରେ ତାଙ୍କୁ ଅଭିଷେକ କଲେ; ତହିଁରେ ସେହି ଦିନାବଧି ସଦାପ୍ରଭୁଙ୍କର ଆତ୍ମା ଦାଉଦଙ୍କୁ ଆକ୍ରାନ୍ତ କଲେ। ଏଉତ୍ତାରେ ଶାମୁୟେଲ ଉଠି ରାମାକୁ ଚାଲିଗଲେ।ଦ୍ୱିତୀୟ ଶାମୁୟେଲ2
ହେ ଗିଲ୍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।ଏଣୁ ଯୋୟାବ ତକୋୟକୁ ଲୋକ ପଠାଇ ସେଠାରୁ ଏକ ଜ୍ଞାନବତୀ ସ୍ତ୍ରୀକୁ ଅଣାଇ ତାହାକୁ କହିଲା, “ଆଗୋ, ବିନୟ କରୁଅଛି, ତୁମ୍ଭେ ଶୋକକାରିଣୀର ବେଶ ଧର ଓ ଶୋକସୂଚକ ବସ୍ତ୍ର ପିନ୍ଧ, ତୁମ୍ଭେ ତେଲ ଲଗାଅ ନାହିଁ, ମାତ୍ର ମୃତ ଲୋକ ପାଇଁ ବହୁ କାଳରୁ ଶୋକକାରିଣୀ ସ୍ତ୍ରୀ ପରି ହୁଅ;ପ୍ରଥମ ରାଜାବଳୀ5
ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”ପୁଣି, ଶଲୋମନ ହୂରମ୍ ଗୃହର ଖାଦ୍ୟ ନିମନ୍ତେ ତାହାକୁ କୋଡ଼ିଏ ହଜାର ମହଣ ଗହମ ଓ କୋଡ଼ିଏ ହଜାର ମହଣ ପେଷା ତେଲ ଦେଲେ; ଏହିରୂପେ ବର୍ଷକୁ ବର୍ଷ ଶଲୋମନ ହୂରମ୍କୁ ଦେଲେ।ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।ଦ୍ୱିତୀୟ ରାଜାବଳୀ8
ତହିଁରେ ଇଲୀଶାୟ ତାହାକୁ କହିଲେ, “ମୁଁ ତୁମ୍ଭ ପାଇଁ କʼଣ କରିବି? ମୋତେ କୁହ; ଘରେ ତୁମ୍ଭର କʼଣ ଅଛି?” ଏଥିରେ ସେ କହିଲା, “ଏକ ପାତ୍ର ତୈଳ ଛଡ଼ା ଗୃହରେ ଆପଣଙ୍କ ଦାସୀର ଆଉ କିଛି ନାହିଁ।”ତହୁଁ ପାତ୍ରସକଳ ପୂର୍ଣ୍ଣ ହୁଅନ୍ତେ, ସେ ଆପଣା ପୁତ୍ରକୁ କହିଲା, “ଆଉ ଗୋଟିଏ ପାତ୍ର ମୋʼ ନିକଟକୁ ଆଣ।” ଏଥିରେ ସେ ତାହାକୁ କହିଲା, “ଆଉ ପାତ୍ର ନାହିଁ।” ତହିଁରେ ତୈଳ ବନ୍ଦ ହେଲା।ତେବେ ସେହି ବିଧବା ଆସି ପରମେଶ୍ୱରଙ୍କ ଲୋକଙ୍କୁ ତାହା ଜଣାଇଲା। ଏଥିରେ ସେ କହିଲେ, “ଯାଅ, ତୈଳ ବିକ୍ରୟ କରି ଆପଣା ଋଣ ପରିଶୋଧ କର, ପୁଣି ଅବଶିଷ୍ଟରେ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଜୀବନ ଯାପନ କର।”ଏଥିଉତ୍ତାରେ ଇଲୀଶାୟ ଭବିଷ୍ୟଦ୍ବକ୍ତା ଭବିଷ୍ୟଦ୍ବକ୍ତାଗଣଙ୍କ ଦଳ ମଧ୍ୟରୁ ଜଣକୁ ଡାକି କହିଲେ, “ତୁମ୍ଭ କଟି ବାନ୍ଧ ଓ ଏହି ତୈଳ ଶିଶି ହସ୍ତରେ ନେଇ ରାମୋତ୍-ଗିଲୀୟଦକୁ ଯାଅ।ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।ତହିଁରେ ହିଜକୀୟ ସେମାନଙ୍କ କଥା ଶୁଣିଲେ ଓ ଆପଣା ବହୁମୂଲ୍ୟ ପଦାର୍ଥର ସମୁଦାୟ ଗୃହ, ରୂପା ଓ ସୁନା ଓ ସୁଗନ୍ଧି ଦ୍ରବ୍ୟ ଓ ବହୁମୂଲ୍ୟ ତୈଳ ଓ ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲେ। ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲେ, ଏପରି କୌଣସି ଦ୍ରବ୍ୟ ତାଙ୍କ ଗୃହରେ କି ତାଙ୍କର ସମୁଦାୟ ରାଜ୍ୟରେ ନ ଥିଲା।ପ୍ରଥମ ବଂଶାବଳୀ3
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ପୁଣି, ଗାଦେରୀୟ ବାଲ୍ହାନନ୍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।ଦ୍ୱିତୀୟ ବଂଶାବଳୀ5
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।ଏଜ୍ରା1
ଆଉ, ସେମାନେ ପାରସ୍ୟର ରାଜା କୋରସ୍ର ଅନୁମତି ଅନୁସାରେ ରାଜମିସ୍ତ୍ରୀ ଓ ସୂତ୍ରଧରମାନଙ୍କୁ ମୁଦ୍ରା ଦେଲେ; ପୁଣି ଲିବାନୋନଠାରୁ ଯାଫୋସ୍ଥିତ ସମୁଦ୍ରତୀର ପର୍ଯ୍ୟନ୍ତ ଏରସ କାଷ୍ଠ ଆଣିବା ପାଇଁ ସୀଦୋନୀୟ ଓ ସୋରୀୟ ଲୋକମାନଙ୍କୁ ଖାଦ୍ୟ ଓ ପେୟଦ୍ରବ୍ୟ ଓ ତୈଳ ଦେଲେ।ନିହିମୀୟା5
ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।ଏଷ୍ଟର1
ପୁଣି, ଦ୍ୱାଦଶ ମାସ ପର୍ଯ୍ୟନ୍ତ ସ୍ତ୍ରୀଲୋକଙ୍କ ନିୟମିତ ସେବା ପାଇଲା ଉତ୍ତାରେ ଅକ୍ଷଶ୍ୱେରଶ ରାଜା ନିକଟକୁ ଏକ ଏକ କନ୍ୟାର ଯିବାର ପାଳି ଉପସ୍ଥିତ ହେଲା; କାରଣ ସେମାନଙ୍କ ଅଙ୍ଗସଂସ୍କାରରେ ଏତେ ଦିନ ଲାଗିଲା, ଅର୍ଥାତ୍, ଛଅ ମାସ ଗନ୍ଧରସର ତୈଳ ଓ ଛଅ ମାସ ସୁଗନ୍ଧି ଓ ସ୍ତ୍ରୀଲୋକଙ୍କ ଅଙ୍ଗରାଗାର୍ଥକ ଦ୍ରବ୍ୟ ସେବନ କରିବାକୁ ହେଲା;ଆୟୁବ1
ସେତେବେଳେ ମୋହର ଚରଣ ଦୁଗ୍ଧରେ ଧୌତ ହେଲା ଓ ଶୈଳ ମୋʼ ପାଇଁ ତୈଳ-ନଦୀ ବହାଇଲା।ଗୀତସଂହିତା9
ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।ତାହାର ମୁଖ ଲବଣୀ ତୁଲ୍ୟ ଚିକ୍କଣ, ମାତ୍ର ତାହାର ଅନ୍ତଃକରଣ ଯୁଦ୍ଧପୂର୍ଣ୍ଣ; ତାହାର କଥାସବୁ ତୈଳଠାରୁ କୋମଳ, ତଥାପି ତାହାସବୁ ନିଷ୍କୋଷ ଖଡ୍ଗ ତୁଲ୍ୟ।ଆମ୍ଭେ ଆପଣା ଦାସ ଦାଉଦଙ୍କୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;ମାତ୍ର ତୁମ୍ଭେ ଅରଣା ଷଣ୍ଢର ଶୃଙ୍ଗ ପରି ମୋହର ଶୃଙ୍ଗ ଉନ୍ନତ କରିଅଛ; ମୁଁ ନୂତନ ତୈଳରେ ଅଭିଷିକ୍ତ ହୋଇଅଛି।ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ମଧ୍ୟ ସେ ବସ୍ତ୍ର ପରି ଅଭିଶାପ ପରିଧାନ କଲା, ପୁଣି, ତାହା ଜଳ ପରି ତାହାର ଅନ୍ତରରେ ଓ ତୈଳ ପରି ତାହାର ଅସ୍ଥିରେ ପ୍ରବିଷ୍ଟ ହେଲା।ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।ହିତୋପଦେଶ5
ଯେହେତୁ ପରସ୍ତ୍ରୀର ଓଷ୍ଠରୁ ଟୋପା ଟୋପା ମଧୁ କ୍ଷରେ, ତାହାର ମୁଖ ତୈଳ ଅପେକ୍ଷା ଅଧିକ ଚିକ୍କଣ ଅଟେ।ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।ଜ୍ଞାନବାନର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।ତୈଳ ଓ ସୁଗନ୍ଧି ଧୂପ ମନକୁ ଆହ୍ଲାଦିତ କରେ, ମନର ମନ୍ତ୍ରଣାରୁ ଜାତ ମିତ୍ରର ମିଷ୍ଟତା ତଦ୍ରୂପ କରେ।ଯେ ତାକୁ ଅଟକାଏ, ସେ ବାୟୁକୁ ଅଟକାଏ ଓ ତାହାର ଦକ୍ଷିଣ ହସ୍ତ ତୈଳ ଉପରେ ପଡ଼େ।ଉପଦେଶକ3
ବହୁମୂଲ୍ୟ ତୈଳ ଅପେକ୍ଷା ଉତ୍ତମ ନାମ ଭଲ ଓ ଜନ୍ମ ଦିନ ଅପେକ୍ଷା ମରଣ ଦିନ ଭଲ।ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।ପରମ ଗୀତ2
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!ଯିଶାଇୟ4
ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହି ସବୁ ଟିପା କିମ୍ବା ବନ୍ଧାଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।ତହିଁରେ ହିଜକୀୟ ସେମାନଙ୍କ ପ୍ରତି ସନ୍ତୁଷ୍ଟ ହୋଇ ଆପଣାର ବହୁମୂଲ୍ୟ ପଦାର୍ଥର ଗୃହ, ରୂପା, ସୁନା, ସୁଗନ୍ଧି ଦ୍ରବ୍ୟ, ବହୁମୂଲ୍ୟ ତୈଳ ଓ ଆପଣା ଅସ୍ତ୍ରାଗାର ଓ ଆପଣା ଭଣ୍ଡାରସ୍ଥିତ ସମସ୍ତ ଦ୍ରବ୍ୟ ସେମାନଙ୍କୁ ଦେଖାଇଲା; ହିଜକୀୟ ଯାହା ସେମାନଙ୍କୁ ନ ଦେଖାଇଲା, ଏପରି କୌଣସି ଦ୍ରବ୍ୟ ତାହାର ଗୃହରେ କିମ୍ବା ତାହାର ସମୁଦାୟ ରାଜ୍ୟରେ ନ ଥିଲା।ପୁଣି, ତୁମ୍ଭେ ତୈଳ ଘେନି ମଲେକ୍ ଦେବତା ନିକଟକୁ ଯାଇଅଛ ଓ ଆପଣା ସୁଗନ୍ଧି ଦ୍ରବ୍ୟ ବୃଦ୍ଧି କରିଅଛ, ଆଉ ତୁମ୍ଭେ ଦୂର ଦେଶକୁ ଆପଣା ଦୂତଗଣ ପଠାଇଅଛ ଓ ପାତାଳ ପର୍ଯ୍ୟନ୍ତ ଆପଣାକୁ ଅଧମ କରିଅଛ।ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।ଯିରିମୀୟ3
ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”ମାତ୍ର ସେମାନଙ୍କ ମଧ୍ୟରୁ ଦଶ ଜଣ ଇଶ୍ମାୟେଲକୁ କହିଲେ, “ଆମ୍ଭମାନଙ୍କୁ ବଧ କର ନାହିଁ; କାରଣ ଆମ୍ଭେମାନେ କ୍ଷେତ୍ରରେ ଗହମ, ଯବ, ତୈଳ ଓ ମଧୁ ସଞ୍ଚୟ କରି ପୋତି ଲୁଚାଇ ରଖିଅଛୁ।” ତହିଁରେ ସେ କ୍ଷାନ୍ତ ହୋଇ ସେମାନଙ୍କ ଭ୍ରାତୃଗଣ ମଧ୍ୟରେ ସେମାନଙ୍କୁ ବଧ କଲା ନାହିଁ।ଯିହିଜିକଲ15
ତହୁଁ ଆମ୍ଭେ ତୁମ୍ଭକୁ ଜଳରେ ସ୍ନାନ କରାଇଲୁ, ହଁ, ଆମ୍ଭେ ସମ୍ପୂର୍ଣ୍ଣ ରୂପେ ତୁମ୍ଭ ଦେହରୁ ତୁମ୍ଭର ରକ୍ତ ଧୋଇ ଦେଲୁ ଓ ଆମ୍ଭେ ତୈଳରେ ତୁମ୍ଭକୁ ମର୍ଦ୍ଦନ କଲୁ।ଏରୂପେ ତୁମ୍ଭେ ସୁନା, ରୂପାରେ ବିଭୂଷିତା ହେଲ, ତୁମ୍ଭର ବସ୍ତ୍ର ଶୁଭ୍ର କ୍ଷୌମସୂତ୍ର, ପଟ୍ଟ ଦ୍ୱାରା ନିର୍ମିତ ଓ ଶିଳ୍ପକର୍ମରେ ବିଚିତ୍ର ହେଲା; ତୁମ୍ଭେ ସରୁ ମଇଦା ଓ ମଧୁ ଓ ତୈଳ ଭୋଜନ କଲ। ପୁଣି, ତୁମ୍ଭେ ପରମାସୁନ୍ଦରୀ ହୋଇ ଅବଶେଷରେ ରାଣୀପଦ ପ୍ରାପ୍ତ ହେଲ।ପୁଣି, ତୁମ୍ଭେ ଆପଣା ବିଚିତ୍ର ବସ୍ତ୍ରସବୁ ନେଇ ସେମାନଙ୍କୁ ପିନ୍ଧାଇଲ ଓ ସେମାନଙ୍କ ସମ୍ମୁଖରେ ଆମ୍ଭର ତୈଳ ଓ ଆମ୍ଭର ଧୂପ ରଖିଲ।ମଧ୍ୟ ସରୁ ମଇଦା, ତୈଳ ଓ ମଧୁ, ଆଦି ଆମ୍ଭର ଯେଉଁ ଖାଦ୍ୟ ଦ୍ୱାରା ଆମ୍ଭେ ତୁମ୍ଭକୁ ପ୍ରତିପାଳନ କଲୁ, ତାହା ତୁମ୍ଭେ ସୌରଭାର୍ଥେ ସେମାନଙ୍କ ସମ୍ମୁଖରେ ରଖିଲ, ଆଉ ଏପ୍ରକାର ହୋଇଥିଲା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।ଯିହୁଦା ଓ ଇସ୍ରାଏଲ ଦେଶ ତୁମ୍ଭର ବ୍ୟବସାୟୀ ଥିଲେ; ସେମାନେ ମିନ୍ନୀତର ଗହମ ଓ ମିଷ୍ଟାନ୍ନ, ମଧୁ, ତୈଳ ଓ ଗୁଗ୍ଗୁଳ ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ।ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।ପୁଣି, ବାତ୍ ସମ୍ବନ୍ଧୀୟ ତୈଳର ନିରୂପିତ ଅଂଶ କୋରରୁ ଏକ ବାତ୍ର ଦଶମାଂଶ ହେବ, କୋର ଦଶ ବାତ୍, ଅର୍ଥାତ୍, ଏକ ହୋମର; କାରଣ ଦଶ ବାତ୍ରେ ଏକ ହୋମର ହୁଏ;ପୁଣି, ସେ ଏକ ଏକ ବୃଷ ସଙ୍ଗେ ଏକ ଏକ ଐଫା, ଏକ ଏକ ମେଷ ସଙ୍ଗେ ଏକ ଏକ ଐଫା ଓ ପ୍ରତ୍ୟେକ ଐଫା ସଙ୍ଗେ ଏକ ଏକ ହୀନ୍ ତୈଳର ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବେ।ସପ୍ତମ ମାସର ପଞ୍ଚଦଶ ଦିନ ପର୍ବ ସମୟରେ ସେ ସାତ ଦିନ ପର୍ଯ୍ୟନ୍ତ ଏହିରୂପ, ଅର୍ଥାତ୍, ପାପାର୍ଥକ ବଳିର, ହୋମାର୍ଥକ ବଳିର ଓ ଭକ୍ଷ୍ୟ ନୈବେଦ୍ୟର, ଆଉ ତୈଳଦାନର ବିଧି ଅନୁଯାୟୀ ଉତ୍ସର୍ଗ କରିବେ।ଆଉ, ଭକ୍ଷ୍ୟ ନୈବେଦ୍ୟ ରୂପେ ମେଷ ସଙ୍ଗେ ଏକ ଐଫା ଦେବେ ଓ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଭକ୍ଷ୍ୟ ନୈବେଦ୍ୟ ଦେବେ, ପୁଣି ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ରୂପେ ଗୋବତ୍ସ ସଙ୍ଗେ ଏକ ଐଫା, ମେଷ ସଙ୍ଗେ ଏକ ଐଫା ଓ ମେଷଶାବକମାନଙ୍କ ସଙ୍ଗେ ଆପଣା ଶକ୍ତି ଅନୁସାରେ ଦେବେ, ଆଉ ଏକ ଏକ ଐଫା ପାଇଁ ଏକ ଏକ ହିନ୍ ତୈଳ ଦେବେ।ଆଉ, ପର୍ବ ଓ ଉତ୍ସବାଦି ସମୟରେ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଗୋବତ୍ସ ସଙ୍ଗେ ଏକ ଐଫା ଓ ଏକ ମେଷ ସଙ୍ଗେ ଏକ ଐଫା, ଆଉ ମେଷଶାବକମାନଙ୍କ ସଙ୍ଗେ ସେ ଆପଣା ଶକ୍ତି ଅନୁସାରେ ଓ ଏକ ଏକ ଐଫା ସଙ୍ଗେ ଏକ ଏକ ହିନ୍ ତୈଳ ଦେବେ।ଆଉ, ତହିଁ ସଙ୍ଗେ ତୁମ୍ଭେ ପ୍ରତି ପ୍ରଭାତ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଷଷ୍ଠାଂଶ ଓ ସରୁ ମଇଦାକୁ ତିନ୍ତାଇବା ପାଇଁ ଏକ ହିନ୍ର ତୃତୀୟାଂଶ ତୈଳ ଉତ୍ସର୍ଗ କରିବ; ଏହା ନିତ୍ୟସ୍ଥାୟୀ ବିଧି ଅନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଚିରକାଳୀନ ଭକ୍ଷ୍ୟ ନୈବେଦ୍ୟ ଅଟେ।ଏହିରୂପେ ଲୋକମାନେ ନିତ୍ୟ ହୋମବଳି ରୂପେ ପ୍ରତି ପ୍ରଭାତ ମେଷ, ଭକ୍ଷ୍ୟ ନୈବେଦ୍ୟ ଓ ତୈଳ ଉତ୍ସର୍ଗ କରିବେ।ହୋଶେୟ4
ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି।ଯୋୟେଲ3
କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।ଆମୋଷ1
ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।ମୀଖା2
ସହସ୍ର ସହସ୍ର ମେଷରେ ଅବା ଅୟୁତ ଅୟୁତ ତୈଳର ନଦୀରେ ସଦାପ୍ରଭୁ କି ପ୍ରସନ୍ନ ହେବେ? ଆମ୍ଭେ ଆପଣା ଆଜ୍ଞାଲଙ୍ଘନ ସକାଶେ କି ଆପଣା ପ୍ରଥମଜାତକୁ, ଆମ୍ଭ ପ୍ରାଣର ପାପ ସକାଶେ କି ଆପଣା ଶରୀରର ଫଳ ଦାନ କରିବା?”ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।ହାଗୟ2
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”ମାଥିଉ2
ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ।କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତୈଳରୁ ଆମକୁ ଅଳ୍ପ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି।ମାର୍କ1
ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ।ଲୂକ3
ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ।ଏବ୍ରୀ1
“ତୁମ୍ଭେ ଧାର୍ମିକତାକୁ ପ୍ରେମ କରିଅଛ ଓ ଅଧାର୍ମିକତାକୁ ଘୃଣା କରିଅଛ, ତେଣୁ ଈଶ୍ବର, ତୁମ୍ଭର ଈଶ୍ବର, ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା, ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷେକ କରିଅଛନ୍ତି।”ଯାକୁବ1
ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।ପ୍ରକାଶିତ2
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।ଏହା ମଧ୍ୟ ଦେଖନ୍ତୁ
ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର