ଖାଦ୍ୟ ଓ ପାନୀୟ
ଦ୍ରାକ୍ଷାରସ
ଏବ୍ରୀ yayin, tirosh (ନୂଆ ଦ୍ରାକ୍ଷାରସ) · ଗ୍ରୀକ୍ oinos · ପ୍ରତିଦିନର ପାନୀୟ
ଦ୍ରାକ୍ଷାରସ ଥିଲା ବାଇବେଲ ଦେଶଗୁଡ଼ିକର ପ୍ରତିଦିନର ପାନୀୟ। କକେସସ୍ର ଲୋକମାନେ ପ୍ରାୟ ଖ୍ରୀଷ୍ଟପୂର୍ବ 6000ରେ ଏହା ତିଆରି କରୁଥିଲେ, ଏବଂ ଖ୍ରୀଷ୍ଟପୂର୍ବ 3000 ପୂର୍ବରୁ ଏହା ମିସରରେ ପହଞ୍ଚିଥିଲା। ଖରାଦିନର ଶେଷରେ ଅଙ୍ଗୁର କଟାଯାଇ ଟୋକେଇରେ ଦ୍ରାକ୍ଷାକୁଣ୍ଡକୁ ନିଆଯାଉଥିଲା, ଯାହା ପ୍ରାୟତଃ ପଥରରେ କଟା ଏକ ଅଗଭୀର କୁଣ୍ଡ, ଯେଉଁଠାରେ ପୁରୁଷ ଓ ସ୍ତ୍ରୀମାନେ ଗୀତ ଓ ଆନନ୍ଦଧ୍ୱନି ସହିତ ସେଗୁଡ଼ିକୁ ଦଳୁଥିଲେ (ଯିଶାଇୟ 16:10)। ରସ ତଳର କୁଣ୍ଡକୁ ବୋହି ଯାଉଥିଲା ଏବଂ ଗରମରେ କିଛି ଦିନ ମଧ୍ୟରେ ଖମୀର ହେବାକୁ ଲାଗୁଥିଲା। ଚୋପା ଓ ଡାଳ ତଳେ ବସିଗଲା ପରେ ଦ୍ରାକ୍ଷାରସ ଛାଣି ମାଟି ମାଠିଆ ବା ଛେଳି ଚମଡ଼ାର କୁମ୍ପାରେ ରଖାଯାଉଥିଲା; ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ଯାଉଥିଲା, କାରଣ ପୁରୁଣା କୁମ୍ପା ଫାଟିଯାଆନ୍ତା (ମାଥିଉ 9:17)।
ଏବ୍ରୀ ଭାଷାରେ ଦ୍ରାକ୍ଷାରସ ପାଇଁ ଅନେକ ଶବ୍ଦ ଅଛି, ଏବଂ ଭୋଜି ପାଇଁ ଶବ୍ଦର ଆକ୍ଷରିକ ଅର୍ଥ “ପାନ କରିବା”। ଦ୍ରାକ୍ଷାରସରେ ମସଲା ମିଶାଯାଇପାରୁଥିଲା (ପରମ ଗୀତ 8:2), ଏବଂ ଖଟା ହୋଇଯାଇଥିବା ଦ୍ରାକ୍ଷାରସ ଭିନେଗାର ହେଉଥିଲା। ଗ୍ରୀକ୍ ଓ ରୋମୀୟମାନେ ଦ୍ରାକ୍ଷାରସରେ ପାଣି ମିଶାଉଥିଲେ। ପୁରାତନ ନିୟମ ସମୟରେ ଇସ୍ରାଏଲ ଏପରି କରୁଥିଲା କି ନାହିଁ ସେ ବିଷୟରେ ମତଭେଦ ଅଛି, କିନ୍ତୁ ମିଶ୍ନାର ସମୟ ପର୍ଯ୍ୟନ୍ତ ଏକ ଭାଗ ଦ୍ରାକ୍ଷାରସରେ ଦୁଇ କି ତିନି ଭାଗ ପାଣି ସାଧାରଣ ଥିଲା।
ମୁଖ୍ୟ ପଦ
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ। ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ, ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।ଏହାର ନାମ ଥିବା ସମସ୍ତ ପଦ (266)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ13
ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”ତହିଁରେ ଯାକୁବ ସେହି କଥୋପକଥନର ସ୍ଥାନରେ ଏକ ସ୍ତମ୍ଭ, ଅର୍ଥାତ୍, ପ୍ରସ୍ତର ସ୍ତମ୍ଭ ସ୍ଥାପନ କରି ତହିଁ ଉପରେ ପାନୀୟ ନୈବେଦ୍ୟ ଉତ୍ସର୍ଗ କଲେ ଓ ତୈଳ ଢାଳିଲେ।ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।ଯାତ୍ରା ପୁସ୍ତକ3
ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।ଆଉ ସନ୍ଧ୍ୟା ସମୟରେ ଦ୍ୱିତୀୟ ମେଷଶାବକ ଉତ୍ସର୍ଗ କରିବ, ପୁଣି, ପ୍ରଭାତର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ପ୍ରମାଣେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ସ୍ୱରୂପେ ତାହା ଉତ୍ସର୍ଗ କରିବ।ତୁମ୍ଭେମାନେ ତହିଁ ଉପରେ ଅନ୍ୟ କୌଣସି ଧୂପ ଅବା ହୋମବଳି କିଅବା ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ ନାହିଁ ଓ ତହିଁ ଉପରେ ପେୟ-ନୈବେଦ୍ୟ ଢାଳିବ ନାହିଁ।ଲେବୀୟ ପୁସ୍ତକ4
“ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।ଗଣନା ପୁସ୍ତକ37
ଏଥିଉତ୍ତାରେ ସେମାନେ ଦର୍ଶନୀୟ ରୁଟିର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ, ତହିଁ ଉପରେ ଥାଳୀ, ଚାମଚ, ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୁଟି ରହିବ।ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।ଓ ଏକ ଡାଲା ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୁଟିର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ।ଆଉ ବିଶ୍ରାମବାରରେ ଏକ ବର୍ଷୀୟ ନିଖୁନ୍ତ ଦୁଇ ମେଷବତ୍ସ ଓ ତୈଳ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ।ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ।ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।ପୁଣି, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ହେବ।ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ପର୍ଯ୍ୟନ୍ତ ପ୍ରତିଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ବ୍ୟତୀତ ତାହା ଉତ୍ସର୍ଗିତ ହେବ।ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ବ୍ୟତୀତ ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁନ୍ତ ହେବ।’”ଏହି ସମସ୍ତ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅମାବାସ୍ୟାର ହୋମ ଓ ତହିଁର ଅଗ୍ନିକୃତ ଉପହାରର ତୁଷ୍ଟିଜନକ ଆଘ୍ରାଣାର୍ଥେ ଭକ୍ଷ୍ୟ ନୈବେଦ୍ୟ ଓ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ନୈବେଦ୍ୟ ପୁଣି, ବିଧିମତେ ଉଭୟର ପେୟ-ନୈବେଦ୍ୟ, ବ୍ୟତୀତ ଉତ୍ସର୍ଗ କରିବ।ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ ଏହି ସମସ୍ତ ତୁମ୍ଭେମାନେ ପ୍ରାୟଶ୍ଚିତ୍ତାର୍ଥକ ପାପବଳି, ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମ, ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ଆଉ ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ଗୋବତ୍ସର, ମେଷର, ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ପୁଣି, ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କର ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ଆଉ ଗୋବତ୍ସର, ମେଷର ଓ ମେଷବତ୍ସମାନଙ୍କ ସଂଖ୍ୟାନୁସାରେ ବିଧିମତେ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ,ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।ତୁମ୍ଭେମାନେ ଏହି ସମସ୍ତ, ଆପଣା ଆପଣା ମାନତ, ସ୍ୱେଚ୍ଛାଦତ୍ତ ଉପହାର ସମ୍ବନ୍ଧୀୟ ତୁମ୍ଭମାନଙ୍କ ହୋମବଳି, ତୁମ୍ଭମାନଙ୍କ ଭକ୍ଷ୍ୟ ନୈବେଦ୍ୟ, ତୁମ୍ଭମାନଙ୍କ ପେୟ-ନୈବେଦ୍ୟ ଓ ତୁମ୍ଭମାନଙ୍କ ମଙ୍ଗଳାର୍ଥକ ବଳି ବ୍ୟତୀତ ନିରୂପିତ ପର୍ବମାନଙ୍କରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।”ଦ୍ୱିତୀୟ ବିବରଣ13
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।ଯିହୋଶୂୟ2
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।ବିଚାରକର୍ତ୍ତା5
ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”ପ୍ରଥମ ଶାମୁୟେଲ7
ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।ଦ୍ୱିତୀୟ ଶାମୁୟେଲ3
ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”ଦ୍ୱିତୀୟ ରାଜାବଳୀ3
ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।ପ୍ରଥମ ବଂଶାବଳୀ4
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।ଦ୍ୱିତୀୟ ବଂଶାବଳୀ6
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।ଆହୁରି ହୋମବଳି, ମଙ୍ଗଳାର୍ଥକ ବଳିର ମେଦ ଓ ପ୍ରତ୍ୟେକ ହୋମବଳିର ପେୟ-ନୈବେଦ୍ୟ ପ୍ରଚୁର ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ ସୁଧାରାମତେ ସ୍ଥାପିତ ହେଲା।ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।ଏଜ୍ରା2
ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।ନିହିମୀୟା10
ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।”ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।ଏଷ୍ଟର6
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।”ଆୟୁବ3
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।ଗୀତସଂହିତା6
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।ଯେଉଁମାନେ ସଦାପ୍ରଭୁଙ୍କ ପରିବର୍ତ୍ତରେ ଅନ୍ୟ ଦେବତାକୁ ଗ୍ରହଣ କରନ୍ତି, ସେମାନଙ୍କ ଦୁଃଖ ବଢ଼ିଯିବ; ସେମାନଙ୍କ ଦତ୍ତ ରକ୍ତର ପେୟ-ନୈବେଦ୍ୟ ମୁଁ ଉତ୍ସର୍ଗ କରିବି ନାହିଁ, କିଅବା ମୁଁ ସେମାନଙ୍କ ଦେବତାଗଣର ନାମ ଆପଣା ଓଷ୍ଠାଧରରେ ନେବି ନାହିଁ।ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।ପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ହିତୋପଦେଶ11
ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।ଉପଦେଶକ3
ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।ପରମ ଗୀତ8
ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।ଯିଶାଇୟ22
ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।ପୁଣି, ଆମ୍ଭେ ତୁମ୍ଭର ଉପଦ୍ରବକାରୀମାନଙ୍କୁ ସେମାନଙ୍କର ନିଜ ମାଂସ ଭୋଜନ କରାଇବା ଓ ମିଷ୍ଟ ଦ୍ରାକ୍ଷାରସରେ ମତ୍ତ ହେବା ତୁଲ୍ୟ ସେମାନେ ନିଜ ରକ୍ତରେ ମତ୍ତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ତୁମ୍ଭର ତ୍ରାଣକର୍ତ୍ତା ଓ ତୁମ୍ଭର ମୁକ୍ତିଦାତା, ଯାକୁବର ବଳଦାତା, ଏହା ସର୍ବ ପ୍ରାଣୀ ଜାଣିବେ।”ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”ଉପତ୍ୟକାର ଚିକ୍କଣ ପ୍ରସ୍ତରସକଳ ମଧ୍ୟରେ ତୁମ୍ଭର ଅଂଶ, ସେହି ସବୁ ତୁମ୍ଭର ଅଧିକାର; ଆଉ, ସେମାନଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ପେୟ-ନୈବେଦ୍ୟ ଢାଳିଅଛ, ନୈବେଦ୍ୟ ଉତ୍ସର୍ଗ କରିଅଛ। ଏହିସବୁ ସକାଶୁ ଆମ୍ଭେ କି ଶାନ୍ତ ହେବା?ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।ମାତ୍ର ସଦାପ୍ରଭୁଙ୍କୁ ତ୍ୟାଗ କରୁଅଛ, ଆମ୍ଭ ପବିତ୍ର ପର୍ବତକୁ ପାସୋରୁଅଛ, ଭାଗ୍ୟ ଦେବତା ଉଦ୍ଦେଶ୍ୟରେ ମେଜ ସଜାଉଅଛ ଓ ନିରୂପଣୀ ଦେବୀର ଉଦ୍ଦେଶ୍ୟରେ ମିଶ୍ରିତ ଦ୍ରାକ୍ଷାରସ ପୂର୍ଣ୍ଣ କରୁଅଛ ଯେ ତୁମ୍ଭେମାନେ,ଯିରିମୀୟ21
ଆମ୍ଭକୁ ବିରକ୍ତ କରିବା ପାଇଁ ଆକାଶର ରାଣୀ ଉଦ୍ଦେଶ୍ୟରେ ପିଷ୍ଟକ ପାକ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଉତ୍ସର୍ଗ କରିବା ନିମନ୍ତେ ବାଳକମାନେ କାଠ ସାଉଣ୍ଟନ୍ତି, ପିତୃଗଣ ଅଗ୍ନି ଜ୍ୱଳାନ୍ତି, ସ୍ତ୍ରୀମାନେ ମଇଦା ଚକଟନ୍ତି।ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।’”ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।ଆଉ, ଯେଉଁ କଲ୍ଦୀୟମାନେ ଏହି ନଗର ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି, ସେମାନେ ପ୍ରବେଶ କରି ଏହି ନଗରରେ ଅଗ୍ନି ଲଗାଇବେ, ପୁଣି ଆମ୍ଭକୁ ବିରକ୍ତ କରିବା ପାଇଁ ଯେଉଁ ସକଳ ଗୃହର ଛାତ ଉପରେ ଲୋକମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲେ, ସେହି ସବୁ ଗୃହ ସହିତ ଏହି ନଗର ଅଗ୍ନିରେ ଦଗ୍ଧ କରିବେ।“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ-ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।ମାତ୍ର ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବାର ଓ ପେୟ-ନୈବେଦ୍ୟ ଢାଳିବାର ଛାଡ଼ିଦେବା ସମୟଠାରୁ ଆମ୍ଭମାନଙ୍କର ସବୁ ବିଷୟରେ ଅଭାବ ହୋଇଅଛି ଓ ଆମ୍ଭେମାନେ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହୋଇଅଛୁ।”ପୁଣି, “ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?”ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।“ମୋୟାବ ବାଲ୍ୟକାଳରୁ ନିଶ୍ଚିନ୍ତରେ ଅଛି, ସେ ଆପଣା ଖାଦ ଉପରେ ସୁସ୍ଥିର ହୋଇଅଛି ଓ ଏକ ପାତ୍ରରୁ ଅନ୍ୟ ପାତ୍ରକୁ ଢଳା ଯାଇ ନାହିଁ, କିଅବା ବନ୍ଦୀ ହୋଇଯାଇ ନାହିଁ; ଏଥିପାଇଁ ତାହାର ସ୍ୱାଦ ତାହା ମଧ୍ୟରେ ରହିଅଛି ଓ ତାହାର ସୁବାସ ବିକୃତ ହୋଇ ନାହିଁ।ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।ବିଳାପ1
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।ଯିହିଜିକଲ4
କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।ପୁଣି, ପର୍ବାଦିରେ, ଅମାବାସ୍ୟାରେ ଓ ବିଶ୍ରାମବାର ସକଳରେ, ଇସ୍ରାଏଲ ବଂଶର ସକଳ ନିରୂପିତ ପର୍ବ ସମୟରେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାର ଅଧିପତିର ବାଣ୍ଟ ହେବ; ସେ ଇସ୍ରାଏଲ ବଂଶ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ଓ ଭକ୍ଷ୍ୟ ନୈବେଦ୍ୟ, ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ।ଦାନିୟେଲ8
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।ପୁଣି, ତାହାର ପିତା ନବୂଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ଯେଉଁ ସକଳ ସୁନା ଓ ରୂପାର ପାତ୍ର ଅପହରଣ କରିଥିଲା, ତହିଁରେ ରାଜା ଓ ତାହାର ଅମାତ୍ୟବର୍ଗ, ପୁଣି ତାହାର ପତ୍ନୀଗଣ ଓ ଉପପତ୍ନୀଗଣ ଯେପରି ପାନ କରିବେ, ଏଥିପାଇଁ ବେଲ୍ଶତ୍ସର ଦ୍ରାକ୍ଷାରସ ଆସ୍ୱାଦନ କରୁ କରୁ ସେସକଳ ପାତ୍ର ଆଣିବା ପାଇଁ ଆଜ୍ଞା କଲା।ସେମାନେ ଦ୍ରାକ୍ଷାରସ ପାନ କରୁ କରୁ ସୁନା ଓ ରୂପା, ପିତ୍ତଳ, ଲୁହା, କାଠ ଓ ପଥର ନିର୍ମିତ ଦେବଗଣର ପ୍ରଶଂସା କଲେ।ମାତ୍ର ସ୍ୱର୍ଗର ଅଧିପତିଙ୍କ ବିରୁଦ୍ଧରେ ଆପଣାକୁ ଉନ୍ନତ କରିଅଛନ୍ତି ଓ ତାହାଙ୍କ ଗୃହର ନାନା ପାତ୍ର ଆପଣଙ୍କ ସମ୍ମୁଖକୁ ଅଣାଯାʼନ୍ତେ, ଆପଣ ଓ ଆପଣଙ୍କ ଅମାତ୍ୟଗଣ, ଆପଣଙ୍କର ପତ୍ନୀଗଣ ଓ ଆପଣଙ୍କ ଉପପତ୍ନୀଗଣ ସେହି ସବୁ ପାତ୍ରରେ ଦ୍ରାକ୍ଷାରସ ପାନ କରିଅଛନ୍ତି; ପୁଣି ରୂପାର, ସୁନାର, ପିତ୍ତଳର, ଲୁହାର, କାଠର ଓ ପଥରର ଯେଉଁ ଦେବଗଣ ଦେଖନ୍ତି ନାହିଁ, କି ଶୁଣନ୍ତି ନାହିଁ, କି ଜାଣନ୍ତି ନାହିଁ, ସେମାନଙ୍କ ପ୍ରଶଂସା ଆପଣ କରିଅଛନ୍ତି; ପୁଣି, ଆପଣଙ୍କର ନିଃଶ୍ୱାସ ଯାହାଙ୍କର ହସ୍ତଗତ ଓ ଆପଣଙ୍କର ସକଳ ପଥ ଯାହାଙ୍କର ଅଧୀନ, ଆପଣ ସେହି ପରମେଶ୍ୱରଙ୍କର ଗୌରବ କରି ନାହାନ୍ତି।ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।ହୋଶେୟ9
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।ଯୋୟେଲ9
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।ସଦାପ୍ରଭୁଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ଅନ୍ତର କରାଯାଇଅଛି; ସଦାପ୍ରଭୁଙ୍କର ପରିଚାରକ ଯାଜକଗଣ ଶୋକ କରନ୍ତି।କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।କେଜାଣି ସେ ଫେରି ଦୁଃଖିତ ହେବେ ଓ ଆପଣା ପଶ୍ଚାତ୍ ଆଶୀର୍ବାଦ, ଅର୍ଥାତ୍, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ରଖିଯିବେ।ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।ସେଦିନ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବେ, ଉପପର୍ବତଗଣ ଦୁଗ୍ଧରେ ପ୍ରବାହିତ ହେବେ ଓ ଯିହୁଦାର ନଦୀ ସ୍ରୋତସକଳ ଜଳରେ ପ୍ରବାହିତ ହେବେ; ପୁଣି, ସଦାପ୍ରଭୁଙ୍କ ଗୃହରୁ ଏକ ନିର୍ଝର ନିର୍ଗତ ହେବ, ତାହା ଶିଟୀମର ଉପତ୍ୟକାକୁ ଜଳମୟ କରିବ।ଆମୋଷ6
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।ମୀଖା2
ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।ହବକ୍କୂକ1
ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”ସିଫନୀୟ2
ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”ହାଗୟ2
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”ଯିଖରୀୟ3
ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।ମାଥିଉ2
ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।ମାର୍କ2
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।ଲୂକ5
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।ଯୋହନ4
ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।ପ୍ରେରିତ1
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।ରୋମୀୟ1
ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।ଏଫିସୀୟ1
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,୧ ତୀମଥି2
ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।ତୀତସ1
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;ପ୍ରକାଶିତ8
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର