ମୁଦ୍ରା ଓ ମାପ
ହାତ
କନ୍ଥିରୁ ଆଙ୍ଗୁଠି ଟିପ ପର୍ଯ୍ୟନ୍ତ · ପ୍ରାୟ 44.5 ସେ.ମି. · ଲମ୍ବା ହାତ ପ୍ରାୟ 52 ସେ.ମି.
ହାତ (cubit) ଥିଲା ବାହୁର ଆଗ ଅଂଶର ଲମ୍ବ, କନ୍ଥିରୁ ମଝି ଆଙ୍ଗୁଠିର ଟିପ ପର୍ଯ୍ୟନ୍ତ। ଇସ୍ରାଏଲ, ମିସର ଓ ମେସୋପୋଟାମିଆ ସମସ୍ତେ ଏହାକୁ ସାଧାରଣ ଓ ଅଧିକ ଲମ୍ବା “ରାଜକୀୟ” ରୂପରେ ବ୍ୟବହାର କରୁଥିଲେ; ଯିହିଜିକଲଙ୍କ ଲମ୍ବା ହାତ ହେଉଛି “ଏକ ହାତ ଚାରି ଅଙ୍ଗୁଳି” (40:5)। ସବୁଠାରୁ ଭଲ ମାପ ଯିରୂଶାଲମରୁ ମିଳେ: ରାଜା ହିଜକୀୟଙ୍କ ଜଳ-ସୁଡ଼ଙ୍ଗର ଶିଳାଲେଖ କହେ ଯେ ଏହା 1,200 ହାତ ଲମ୍ବା, ଏବଂ ସୁଡ଼ଙ୍ଗଟି ପ୍ରାୟ 533 ମିଟର — ଅର୍ଥାତ୍ ଏକ ହାତ ପ୍ରାୟ 44.5 ସେଣ୍ଟିମିଟର।
ସେହି ହାତ ଅନୁସାରେ ନୋହଙ୍କ ଜାହାଜ (300 × 50 × 30 ହାତ) ପ୍ରାୟ 134 ମିଟର ଲମ୍ବା, 22 ଚଉଡ଼ା ଓ 13 ଉଚ୍ଚ ଥିଲା, ଏବଂ ଶଲୋମନଙ୍କ ମନ୍ଦିର (60 × 20 × 30 ହାତ) ପ୍ରାୟ 27 × 9 × 13 ମିଟର। ମାନକ ଏବ୍ରୀ ପାଠରେ ଗଲୀୟାତର ଉଚ୍ଚତା, ଛଅ ହାତ ଓ ଏକ ବିଘତ, ପ୍ରାୟ 3 ମିଟର ହୁଏ; ଗ୍ରୀକ୍ ସେପ୍ଟୁଆଜିଣ୍ଟ ଓ ଶାମୁୟେଲ ପୁସ୍ତକର ମୃତ ସାଗରର ଏକ ଗୁଟାଇଲା ପାଣ୍ଡୁଲିପି ଚାରି ହାତ ଓ ଏକ ବିଘତ କହେ, ପ୍ରାୟ 2 ମିଟର।
ମୁଖ୍ୟ ପଦ
ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।ଏଥିରେ ଗାଥ୍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।ଏହାର ନାମ ଥିବା ସମସ୍ତ ପଦ (138)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ3
ତାହା ଏହି ପ୍ରକାରେ ନିର୍ମାଣ କରିବ; ଦୀର୍ଘରେ ତିନି ଶହ ହାତ, ପ୍ରସ୍ଥରେ ପଚାଶ ହାତ, ଉଚ୍ଚରେ ତିରିଶ ହାତ ହେବ।ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ।ଯାତ୍ରା ପୁସ୍ତକ30
ଆଉ, ସେମାନେ ଅଢ଼ାଇ ହସ୍ତ ଦୀର୍ଘ, ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଶିଟୀମ୍ କାଷ୍ଠର ଏକ ସିନ୍ଦୁକ ନିର୍ମାଣ କରିବେ।ଏଉତ୍ତାରେ ତୁମ୍ଭେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ।ତହିଁ ଉତ୍ତାରେ ତୁମ୍ଭେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କରିସେହି ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ ଓ ଚାରି ହସ୍ତ ପ୍ରସ୍ଥ, ସମସ୍ତ ଯବନିକାର ଏକ ପରିମାଣ ହେବ।ସେହି ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ; ଏହି ଏକାଦଶ ଯବନିକାର ଏକ ପରିମାଣ ହେବ।ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ହେବ।ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।ଆଉ ପଶ୍ଚିମ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ନିମନ୍ତେ ପଚାଶ ହସ୍ତ ପରଦା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ କରିବ।ପୁଣି, ପୂର୍ବ ଦିଗରେ ପ୍ରାଙ୍ଗଣର ପ୍ରସ୍ଥ ପଚାଶ ହସ୍ତ ହେବ।(ଦ୍ୱାରର) ଏକ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ହେବ।ପୁଣି, ପ୍ରାଙ୍ଗଣର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୋମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ କୋଡ଼ିଏ ହସ୍ତ ଏକ ଆଚ୍ଛାଦନ ବସ୍ତ୍ର ଓ ତହିଁର ଚାରି ସ୍ତମ୍ଭ ଓ ଚାରି ଚୁଙ୍ଗୀ ହେବ।ପ୍ରାଙ୍ଗଣ ଏକ ଶହ ହସ୍ତ ଦୀର୍ଘ ଓ ସର୍ବତ୍ର ପଚାଶ ହସ୍ତ ପ୍ରସ୍ଥ ଓ ପାଞ୍ଚ ହସ୍ତ ଉଚ୍ଚ, ପୁଣି, ସବୁ ବଳା ଶୁଭ୍ର କ୍ଷୌମସୂତ୍ରରେ ପ୍ରସ୍ତୁତ ଓ ତହିଁର ପିତ୍ତଳର ଚୁଙ୍ଗୀ ହେବ।ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେଏଉତ୍ତାରେ ସେ ନିର୍ମଳ ସୁବର୍ଣ୍ଣରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କଲେ।ତହିଁ ଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।ଏଥିଉତ୍ତାରେ ସେ ପ୍ରାଙ୍ଗଣ ପ୍ରସ୍ତୁତ କଲେ; ଦକ୍ଷିଣ ଦିଗରେ ପ୍ରାଙ୍ଗଣର ଦକ୍ଷିଣ ପାର୍ଶ୍ୱରେ ବଳା ଶୁଭ୍ର କ୍ଷୌମସୂତ୍ରରେ ଏକ ଶହ ହସ୍ତ ପରିମିତ ପରଦା କଲେ।ଉତ୍ତର ଦିଗର ପରଦା ଏକ ଶହ ହସ୍ତ, ପୁଣି, ତହିଁର କୋଡ଼ିଏ ସ୍ତମ୍ଭ, କୋଡ଼ିଏ ଚୁଙ୍ଗୀ ପିତ୍ତଳର ଓ ସ୍ତମ୍ଭର ଆଙ୍କୁଡ଼ା ବନ୍ଧନୀ ରୂପାର ଥିଲା।ପଶ୍ଚିମ ପାର୍ଶ୍ୱର ପରଦା ପଚାଶ ହସ୍ତ ଥିଲା, ତହିଁର ଦଶ ସ୍ତମ୍ଭ ଓ ଦଶ ଚୁଙ୍ଗୀ, ପୁଣି, ସ୍ତମ୍ଭର ଆଙ୍କୁଡ଼ା ଓ ବନ୍ଧନୀ ରୂପାର ଥିଲା।ପୂର୍ବ ଦିଗରେ ପୂର୍ବ ପାର୍ଶ୍ୱ ନିମନ୍ତେ ପଚାଶ ହସ୍ତ ଥିଲା।ଦ୍ୱାରର ଏକ ପାର୍ଶ୍ୱ ନିମନ୍ତେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା;ତଦ୍ରୂପେ ଅନ୍ୟ ପାର୍ଶ୍ୱ ନିମନ୍ତେ ଥିଲା। ପ୍ରାଙ୍ଗଣ-ଦ୍ୱାର ସନ୍ନିକଟ ଏ ପାର୍ଶ୍ୱରେ ଓ ସେ ପାର୍ଶ୍ୱରେ ପନ୍ଦର ହସ୍ତ ପରଦା ଓ ତହିଁର ତିନି ସ୍ତମ୍ଭ ଓ ତିନି ଚୁଙ୍ଗୀ ଥିଲା।ଆଉ, ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ରରେ ଶିଳ୍ପକର୍ମବିଶିଷ୍ଟ ଓ ପ୍ରାଙ୍ଗଣର ପରଦା ତୁଲ୍ୟ ତାହା ଦୀର୍ଘରେ କୋଡ଼ିଏ ହସ୍ତ ଓ ପ୍ରସ୍ଥରେ ପାଞ୍ଚ ହସ୍ତ ଉଚ୍ଚ ଥିଲା।ଗଣନା ପୁସ୍ତକ3
ଏଥିଉତ୍ତାରେ ସଦାପ୍ରଭୁଙ୍କ ନିକଟରୁ ବାୟୁ ବହିଲା ଓ ତାହା ସମୁଦ୍ରରୁ ଭାଟୋଇ ପକ୍ଷୀ ଆଣିଲା, ପୁଣି, ଛାଉଣିର ଚତୁର୍ଦ୍ଦିଗରେ ଏପାଖେ ଦିନକର ପଥ ଓ ସେପାଖେ ଦିନକର ପଥ ପର୍ଯ୍ୟନ୍ତ ସେମାନଙ୍କୁ ଭୂମିଠାରୁ ପ୍ରାୟ ଦୁଇ ହସ୍ତ ଊର୍ଦ୍ଧ୍ୱରେ ପକାଇଲା।ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।ପୁଣି, ତୁମ୍ଭେମାନେ ନଗରର ବାହାରେ ତହିଁର ପୂର୍ବ ସୀମା ଦୁଇ ସହସ୍ର ହସ୍ତ, ଦକ୍ଷିଣ ସୀମା ଦୁଇ ସହସ୍ର ହସ୍ତ, ପଶ୍ଚିମ ସୀମା ଦୁଇ ସହସ୍ର ହସ୍ତ ଓ ଉତ୍ତର ସୀମା ଦୁଇ ସହସ୍ର ହସ୍ତ ପରିମିତ କରିବ; ନଗର ତହିଁର ମଧ୍ୟସ୍ଥଳରେ ରହିବ। ଏହା ସେମାନଙ୍କ ନଗରର ତଳିଭୂମି ହେବ।ଦ୍ୱିତୀୟ ବିବରଣ1
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ? ମନୁଷ୍ୟ ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।ଯିହୋଶୂୟ1
ତଥାପି ପରିମାଣାନୁସାରେ ତୁମ୍ଭମାନଙ୍କର ଓ ତାହାର ମଧ୍ୟରେ ପ୍ରାୟ ଦୁଇ ହଜାର ହାତ ଅନ୍ତର ରହିବ; ତୁମ୍ଭେମାନେ ଆପଣାମାନଙ୍କ ଗମନର ପଥ ଜାଣିବା ନିମନ୍ତେ ତାହା ନିକଟକୁ ଆସିବ ନାହିଁ, କାରଣ ଏଥିପୂର୍ବେ ତୁମ୍ଭେମାନେ ଏହି ପଥ ପାର ହୋଇଯାଇ ନାହଁ।”ପ୍ରଥମ ଶାମୁୟେଲ1
ଏଥିରେ ଗାଥ୍ ନିବାସୀ ଗଲୀୟାତ ନାମକ ଏକ ମଲ୍ଲଯୋଦ୍ଧା ପଲେଷ୍ଟୀୟମାନଙ୍କ ଛାଉଣିରୁ ବାହାର ହେଲା, ସେ ସାଢ଼େ ଛଅ ହାତ ଉଚ୍ଚ।ଦ୍ୱିତୀୟ ଶାମୁୟେଲ2
ମାତ୍ର ଯୋୟାବ ଓ ଅବୀଶୟ ଅବ୍ନରର ପଛେ ପଛେ ଗୋଡ଼ାଇଲେ; ପୁଣି ସେମାନେ ଗିବୀୟୋନ୍ ପ୍ରାନ୍ତରର ପଥ ନିକଟବର୍ତ୍ତୀ ଗୀଆ ସମ୍ମୁଖସ୍ଥ ଅମା ପର୍ବତ ନିକଟରେ ଉପସ୍ଥିତ ହେବା ବେଳକୁ ସୂର୍ଯ୍ୟାସ୍ତ ହେଲା।ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।ପ୍ରଥମ ରାଜାବଳୀ24
ପୁଣି, ଶଲୋମନ ରାଜା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମାଣ କଲେ, ତହିଁର ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଓ ଉଚ୍ଚତା ତିରିଶ ହାତ।ଆଉ ଗୃହର ପବିତ୍ର ସ୍ଥାନ ସମ୍ମୁଖସ୍ଥ ବାରଣ୍ଡା, ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଦୀର୍ଘ ଓ ଗୃହର ସମ୍ମୁଖରେ ତହିଁର ପ୍ରସ୍ଥ ଦଶ ହାତ ଥିଲା।ତହିଁରେ ତଳ ମହଲା ପାଞ୍ଚ ହାତ ପ୍ରସ୍ଥ, ମଧ୍ୟ ମହଲା ଛଅ ହାତ ପ୍ରସ୍ଥ ଓ ତୃତୀୟ ମହଲା ସାତ ହାତ ପ୍ରସ୍ଥ ଥିଲା। କାରଣ, କଡ଼ିକାଠ ଯେପରି ଗୃହର କାନ୍ଥରେ ବନ୍ଦ ନ ହୁଏ, ଏଥିପାଇଁ ସେ ଚାରିଆଡ଼େ ଗୃହର କାନ୍ଥର ବାହାର ଭାଗରେ ଆଧାର କଲେ।ଆଉ, ସେ ସମୁଦାୟ ଗୃହକୁ ଲଗାଇ ପାଞ୍ଚ ପାଞ୍ଚ ହାତ ଉଚ୍ଚର ମହଲା ବନାଇଲେ ଓ ଏରସ କାଷ୍ଠ ଦ୍ୱାରା ଗୃହ ଉପରେ ସେହିସବୁର ଭାର ରହିଲା।ପୁଣି, ସେ ଗୃହର ପଶ୍ଚାତ୍ଭାଗ କୋଡ଼ିଏ ହାତ କରି ଚଟାଣରୁ କାନ୍ଥ ପର୍ଯ୍ୟନ୍ତ ଏରସ କାଷ୍ଠର ପଟା ଦେଲେ; ସେ ଭିତରେ ମହାପବିତ୍ର ସ୍ଥାନ, ଅର୍ଥାତ୍, ମହାପବିତ୍ର ସ୍ଥାନ ନିମନ୍ତେ ତାହା ପ୍ରସ୍ତୁତ କଲେ।ତହିଁରେ ଗୃହ, ଅର୍ଥାତ୍, ମହାପବିତ୍ର ସ୍ଥାନର ସମ୍ମୁଖସ୍ଥ ମନ୍ଦିର ଚାଳିଶ ହାତ ଦୀର୍ଘ ହେଲା।ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।ପୁଣି, ସେ ମହାପବିତ୍ର ସ୍ଥାନ ମଧ୍ୟରେ ଦଶ ହାତ ଉଚ୍ଚ ଜୀତ କାଷ୍ଠର ଦୁଇ କିରୂବ ନିର୍ମାଣ କଲେ।ଏକ କିରୂବର ଏକ ପକ୍ଷ ପାଞ୍ଚ ହାତ ଓ ଅନ୍ୟ ପକ୍ଷ ହିଁ ପାଞ୍ଚ ହାତ ଥିଲା; ଏକ ପକ୍ଷର ଅଗ୍ରଭାଗରୁ ଅନ୍ୟ ପକ୍ଷର ଅଗ୍ରଭାଗ ପର୍ଯ୍ୟନ୍ତ ଦଶ ହାତ ଥିଲା।ସେରୂପେ ଅନ୍ୟ କିରୂବ ହିଁ ଦଶ ହାତ ଥିଲା; ଦୁଇ କିରୂବଯାକ ଏକ ମାପ ଓ ଏକ ଆକାରର ଥିଲେ।ଏକ କିରୂବର ଉଚ୍ଚତା ଦଶ ହାତ, ଅନ୍ୟ କିରୂବର ମଧ୍ୟ ସେହିପରି ଥିଲା।କାରଣ, ସେ ଲିବାନୋନ-ଅରଣ୍ୟ ନାମକ ଗୃହ ନିର୍ମାଣ କଲେ; ତହିଁର ଦୀର୍ଘତା ଏକ ଶହ ହାତ, ତହିଁର ପ୍ରସ୍ଥ ପଚାଶ ହାତ ଓ ତହିଁର ଉଚ୍ଚତା ତିରିଶ ହାତ, ଚାରି ଧାଡ଼ି ଏରସ କାଷ୍ଠର ସ୍ତମ୍ଭ ଉପରେ ଏରସ କାଷ୍ଠର କଡ଼ି ଦେଇ ତାହା ନିର୍ମାଣ କଲେ।ଆହୁରି ସେ ସ୍ତମ୍ଭଶ୍ରେଣୀର ବାରଣ୍ଡା କଲେ; ତହିଁର ଦୀର୍ଘତା ପଚାଶ ହାତ, ପ୍ରସ୍ଥ ତିରିଶ ହାତ; ତହିଁ ସମ୍ମୁଖରେ ଆଉ ଏକ ବାରଣ୍ଡା କଲେ ଓ ତହିଁ ସମ୍ମୁଖରେ ସ୍ତମ୍ଭ ଓ ମୋଟ କଡ଼ିମାନ ଦେଲେ।ଆଉ ଦଶ ହାତ ଓ ଆଠ ହାତର ବଡ଼ ବଡ଼ ଓ ବହୁମୂଲ୍ୟ ପ୍ରସ୍ତରରେ ଭିତ୍ତିମୂଳ ହେଲା।ଆଉ ସେ ଅଠର ହାତ ଉଚ୍ଚ ଓ ବାର ହାତ ପରିଧିରେ ଦୁଇ ପିତ୍ତଳ ସ୍ତମ୍ଭ ନିର୍ମାଣ କଲା।ପୁଣି, ସେ ଦୁଇ ସ୍ତମ୍ଭର ମଥାନରେ ଦେବା ପାଇଁ ଢଳା ପିତ୍ତଳର ଦୁଇ ମୁଣ୍ଡାଳି କଲା; ଏକ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ଅନ୍ୟ ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଥିଲା।ପୁଣି, ବାରଣ୍ଡା ଭିତର ସ୍ତମ୍ଭ-ମଥାନର ମୁଣ୍ଡାଳି ଚାରି ହାତ କଇଁଫୁଲ-କର୍ମବିଶିଷ୍ଟ ଥିଲା।ଏଥିଉତ୍ତାରେ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲା, ତାହା ଏକ ଫନ୍ଦରୁ ଅନ୍ୟ ଫନ୍ଦ ଯାଏ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ ଓ ତହିଁର ପରିଧି ତିରିଶ ହାତ ପରିମିତ ଥିଲା।ଆଉ ଫନ୍ଦ ତଳେ ଚତୁର୍ଦ୍ଦିଗରେ କଳିକାମାନ ପରିବେଷ୍ଟିତ ଥିଲା, ତାହା ହାତକେ ଦଶ ଲେଖାଏଁ ସମୁଦ୍ରରୂପ ପାତ୍ରକୁ ବେଷ୍ଟନ କରି ରହିଲା; ପାତ୍ର ଢଳା ହେବା ବେଳେ ଏହି କଳିକାମାନ ଦୁଇ ଧାଡ଼ିରେ ଢଳା ଯାଇଥିଲା।ପୁଣି, ସେ ଦଶ ପିତ୍ତଳ ବଇଠି କଲା; ପ୍ରତ୍ୟେକ ବଇଠିର ଦୈର୍ଘ୍ୟ ଚାରି ହାତ, ପ୍ରସ୍ଥ ଚାରି ହାତ ଓ ଉଚ୍ଚତା ତିନି ହାତ ଥିଲା।ପୁଣି, ତହିଁର ମୁଣ୍ଡାଳି ମଧ୍ୟରେ ଓ ତାହା ଉପରେ ତହିଁର ମୁଖ ଏକ ହସ୍ତ, ଆଉ ତହିଁର ମୁଖ ବଇଠିର କର୍ମାନୁସାରେ ଗୋଲାକାର ଓ ଦେଢ଼ ହସ୍ତ ପରିମିତ; ମଧ୍ୟ ତହିଁର ମୁଖ ଉପରେ ଶିଳ୍ପକାର୍ଯ୍ୟ ଓ ତହିଁର ମଧ୍ୟଦେଶସବୁ ଗୋଲାକାର ନ ହୋଇ ଚତୁଷ୍କୋଣ ଥିଲା।ପୁଣି, ମଧ୍ୟଦେଶ ତଳେ ଚାରି ଚକ୍ର ଓ ଚକ୍ରର ଅଖ ବଇଠିକିରେ ସଂଯୁକ୍ତ ଥିଲା; ଆଉ ପ୍ରତ୍ୟେକ ଚକ୍ର ଦେଢ଼ ହସ୍ତ ଉଚ୍ଚ ଥିଲା।ଆଉ ବଇଠିକି ମୁଣ୍ଡରେ ଅର୍ଦ୍ଧ ହସ୍ତ ଉଚ୍ଚ ଏକ ଗୋଲାକାର ବନ୍ଧନୀ ଥିଲା; ପୁଣି, ବଇଠିକି ଉପରିସ୍ଥ ଅବଲମ୍ବନ ଓ ମଧ୍ୟଦେଶ ତହିଁ ସଙ୍ଗେ ନିର୍ମିତ ଥିଲା।ଏଉତ୍ତାରେ ସେ ପିତ୍ତଳର ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା; ଏକ ଏକ ପାତ୍ର ଚାଳିଶ ମହଣ ଧରେ; ପ୍ରତ୍ୟେକ ପାତ୍ର ଚାରି ହସ୍ତ ପରିମିତ; ପୁଣି, ଦଶ ବଇଠିକିର ପ୍ରତ୍ୟେକର ଉପରେ ଏକ ଏକ ପ୍ରକ୍ଷାଳନ-ପାତ୍ର ରହିଲା।ଦ୍ୱିତୀୟ ରାଜାବଳୀ2
ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।ଏକ ସ୍ତମ୍ଭ ଅଠର ହାତ ଉଚ୍ଚ ଓ ତହିଁ ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ଆଉ ମୁଣ୍ଡାଳିର ଉଚ୍ଚ ତିନି ହାତ ମୁଣ୍ଡାଳି ଉପରେ ଚତୁର୍ଦ୍ଦିଗରେ ପିତ୍ତଳମୟ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ମଧ୍ୟ ଦ୍ୱିତୀୟ ସ୍ତମ୍ଭ ଜାଲିକର୍ମ ସହିତ ଏହି ପ୍ରକାର ଥିଲା।ପ୍ରଥମ ବଂଶାବଳୀ1
ଆହୁରି ସେ ପାଞ୍ଚ ହାତ ଦୀର୍ଘ ବୃହତକାୟ ଏକ ମିସରୀୟ ପୁରୁଷକୁ ବଧ କଲା; ସେହି ମିସରୀୟ ହସ୍ତରେ ତନ୍ତୀର ନରାଜ ତୁଲ୍ୟ ଏକ ବର୍ଚ୍ଛା ଥିଲା; ପୁଣି, ବନାୟ ଏକ ଯଷ୍ଟି ନେଇଯାଇ ସେହି ମିସରୀୟର ହସ୍ତରୁ ବର୍ଚ୍ଛା ଛଡ଼ାଇ ତାହାରି ବର୍ଚ୍ଛାରେ ତାହାକୁ ବଧ କଲା।ଦ୍ୱିତୀୟ ବଂଶାବଳୀ12
ଶଲୋମନ ପରମେଶ୍ୱରଙ୍କ ଗୃହ ନିର୍ମାଣ ନିମନ୍ତେ ଯେଉଁ ମୂଳଦୁଆ ସ୍ଥାପନ କଲେ, ତାହା ଏହି ହସ୍ତର ପ୍ରାଚୀନ ପରିମାଣାନୁସାରେ ଦୈର୍ଘ୍ୟ ଷାଠିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା।ପୁଣି ଗୃହର ସମ୍ମୁଖସ୍ଥ ବାରଣ୍ଡାର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ଉଚ୍ଚତା ଶହେ କୋଡ଼ିଏ ହାତ ଥିଲା; ଆଉ ସେ ତହିଁର ଭିତର ଭାଗ ଶୁଦ୍ଧ ସୁବର୍ଣ୍ଣରେ ମଡ଼ାଇଲେ।ପୁଣି ସେ ମହାପବିତ୍ର ଗୃହ ନିର୍ମାଣ କଲେ; ତହିଁର ଦୈର୍ଘ୍ୟ ଗୃହର ପ୍ରସ୍ଥାନୁସାରେ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଥିଲା; ଆଉ ସେ ଛଅ ଶହ ତାଳନ୍ତ ଉତ୍ତମ ସୁବର୍ଣ୍ଣରେ ତାହା ମଡ଼ାଇଲେ।ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ଦୀର୍ଘ ଥିଲା; ଏକ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ସେହିପରି ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ସ୍ପର୍ଶ କଲା।ଅନ୍ୟ କିରୂବର ପକ୍ଷ ପାଞ୍ଚ ହାତ ଥାଇ ଗୃହର କାନ୍ଥକୁ ସ୍ପର୍ଶ କଲା ଓ ଅନ୍ୟ ପକ୍ଷ ମଧ୍ୟ ପାଞ୍ଚ ହାତ ଥାଇ ଅନ୍ୟ କିରୂବର ପକ୍ଷକୁ ଲାଗିଲା।ଏହି କିରୂବମାନଙ୍କର ପକ୍ଷ କୋଡ଼ିଏ ହାତ ବିସ୍ତାରିତ ଥିଲା; ସେମାନେ ଚରଣରେ ଠିଆ ହେଲେ ଓ ସେମାନଙ୍କର ମୁଖ ଗୃହ ଆଡ଼କୁ ଥିଲା।ଆହୁରି ସେ ଗୃହ ସମ୍ମୁଖରେ ପଞ୍ଚତିରିଶ ହାତ ଉଚ୍ଚ ଦୁଇ ସ୍ତମ୍ଭ ନିର୍ମାଣ କଲେ ଓ ସେହି ପ୍ରତ୍ୟେକର ଉପରିସ୍ଥ ମୁଣ୍ଡାଳି ପାଞ୍ଚ ହାତ ଥିଲା।ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।କାରଣ ଶଲୋମନ ପାଞ୍ଚ ହାତ ଦୀର୍ଘ ଓ ପାଞ୍ଚ ହାତ ପ୍ରସ୍ଥ ଓ ତିନି ହାତ ଉଚ୍ଚ ଏକ ପିତ୍ତଳମୟ ମଞ୍ଚ ନିର୍ମାଣ କରି ପ୍ରାଙ୍ଗଣର ମଧ୍ୟସ୍ଥଳରେ ରଖିଥିଲେ; ଆଉ ସେ ତହିଁ ଉପରେ ଠିଆ ହୋଇ ସମସ୍ତ ଇସ୍ରାଏଲର ସମାଜ ସମ୍ମୁଖରେ ଆଣ୍ଠୁପାତି ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ,ଆଉ, ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଯିହୋୟାହସ୍ଙ୍କର ପୌତ୍ର, ଯୋୟାଶ୍ଙ୍କର ପୁତ୍ର, ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆଣିଲେ ଓ ଇଫ୍ରୟିମର ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ।ନିହିମୀୟା1
ହାନୂନ୍ ଓ ସାନୋହ ନିବାସୀମାନେ ଉପତ୍ୟକା ଦ୍ୱାରର ମରାମତି କଲେ; ସେମାନେ ତାହା ଗଢ଼ିଲେ ଓ ତହିଁର କବାଟ, କିଳିଣୀ ଓ ଅର୍ଗଳସବୁ ଲଗାଇଲେ, ଆଉ ଖତ-ଦ୍ୱାର ପର୍ଯ୍ୟନ୍ତ ପ୍ରାଚୀରର ଏକ ହଜାର ହାତ ଦୃଢ଼ କଲେ।ଏଷ୍ଟର2
ତେଣୁ ତାହାର ଭାର୍ଯ୍ୟା ସେରଶ୍ ଓ ମିତ୍ର ସମସ୍ତେ ତାହାଙ୍କୁ କହିଲେ, “ପଚାଶ ହାତ ଉଚ୍ଚ ଏକ ଫାଶୀକାଠ ପ୍ରସ୍ତୁତ କରାଯାଉ; ପୁଣି, ମର୍ଦ୍ଦଖୟଙ୍କୁ ତହିଁରେ ଫାଶୀ ଦେବା ପାଇଁ କାଲି ପ୍ରାତଃକାଳେ ରାଜାଙ୍କୁ କୁହ, ତହିଁ ଉତ୍ତାରେ ହୃଷ୍ଟ ହୋଇ ରାଜାଙ୍କ ସହିତ ଭୋଜକୁ ଯାଅ।” ଏହି କଥାରେ ହାମନ୍ ସନ୍ତୁଷ୍ଟ ହୋଇ ସେହିରୂପ ଫାଶୀକାଠ ପ୍ରସ୍ତୁତ କରାଇଲେ।ଏଥିଉତ୍ତାରେ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହର୍ବୋଣା ନାମକ ଏକ ନପୁଂସକ ରାଜାକୁ କହିଲେ, “ଦେଖନ୍ତୁ, ମହାରାଜାଙ୍କ ପକ୍ଷରେ ହିତଜନକ ସମ୍ବାଦଦାୟୀ ମର୍ଦ୍ଦଖୟ ନିମନ୍ତେ ହାମନ୍ ପଚାଶ ହାତ ଉଚ୍ଚ ଫାଶୀକାଠ ପ୍ରସ୍ତୁତ କରିଅଛି, ତାହା ହାମନ୍ର ଗୃହରେ ସ୍ଥାପିତ ହୋଇଅଛି,” ରାଜା କହିଲେ, “ତହିଁ ଉପରେ ଏହାକୁ ଫାଶୀ ଦିଅ।”ଯିଶାଇୟ1
ସେତେବେଳେ ଘୋଷଣାକାରୀର ରବରେ ଦ୍ୱାର ସମ୍ମୁଖ ସ୍ଥାନର ମୂଳଦୁଆ କମ୍ପିତ ହେଲା ଓ ମନ୍ଦିର ଧୂମରେ ପରିପୂର୍ଣ୍ଣ ହେଲା।ଯିରିମୀୟ3
ହେ ଜଳରାଶିର ଉପରେ ବାସକାରିଣୀ ଓ ଧନ ସମ୍ପତ୍ତିରେ ଐଶ୍ୱର୍ଯ୍ୟଶାଳିନୀ, ତୁମ୍ଭର ଅନ୍ତିମକାଳ, ତୁମ୍ଭର ଅନ୍ୟାୟ ଲାଭର ସୀମା ଉପସ୍ଥିତ।ପୁଣି, ସେହି ଦୁଇ ସ୍ତମ୍ଭ, ପ୍ରତ୍ୟେକର ଉଚ୍ଚ ଅଠର ହାତ ଓ ପରିଧି ବାର ହାତ ଓ ତହିଁର ସ୍ଥୂଳତା ଚାରି ଅଙ୍ଗୁଳି ଓ ତାହା ଫମ୍ପା ଥିଲା।ଆଉ, ତହିଁର ଉପରେ ପିତ୍ତଳର ମୁଣ୍ଡାଳି ଥିଲା, ସେହି ମୁଣ୍ଡାଳିର ଉଚ୍ଚତା ପାଞ୍ଚ ହାତ ଓ ମୁଣ୍ଡାଳିର ଉପରେ ଚତୁର୍ଦ୍ଦିଗରେ ଜାଲିକର୍ମ ଓ ଡାଳିମ୍ବାକୃତି ଥିଲା, ସେସବୁ ପିତ୍ତଳମୟ ଥିଲା; ଆଉ, ଦ୍ୱିତୀୟ ସ୍ତମ୍ଭର ମଧ୍ୟ ଏହି ପ୍ରକାର ଆକାର ଓ ଡାଳିମ୍ବ ଥିଲା।ଯିହିଜିକଲ46
ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।ପୁଣି, ସେ ଦ୍ୱାରର ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ଦ୍ୱାରର ଦୀର୍ଘତା ତେର ହାତ ମାପିଲେ,ଆଉ କ୍ଷୁଦ୍ର କୋଠରିସକଳର ସମ୍ମୁଖରେ, ଏପାଖରେ ଏକ ହାତ, ସେପାଖରେ ଏକ ହାତ ଧାର ଥିଲା ଓ ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ପାଖରେ ଛଅ ହାତ, ଅନ୍ୟ ପାଖରେ ଛଅ ହାତ ଥିଲା।ପୁଣି, ସେ ଏକ କ୍ଷୁଦ୍ର କୋଠରିର ଛାତଠାରୁ ଅନ୍ୟ କ୍ଷୁଦ୍ର କୋଠରିର ଛାତ ପର୍ଯ୍ୟନ୍ତ ଦ୍ୱାରର ପ୍ରସ୍ଥ ପଚିଶ ହାତ ମାପିଲେ; ଦ୍ୱାର ସମ୍ମୁଖରେ ଦ୍ୱାର ଥିଲା।ଉପସ୍ତମ୍ଭସକଳ ମଧ୍ୟ ସେ ଷାଠିଏ ହାତ ମାପିଲେ; ପୁଣି, ପ୍ରାଙ୍ଗଣ ଉପସ୍ତମ୍ଭ ପର୍ଯ୍ୟନ୍ତ ଗଲା, ଚାରିଆଡ଼େ ଦ୍ୱାର ଥିଲା।ପୁଣି, ପ୍ରବେଶାର୍ଥକ ଦ୍ୱାରର ଅଗ୍ରଭାଗରୁ ଅନ୍ତରସ୍ଥ ବାରଣ୍ଡାର ଅଗ୍ରଭାଗ ପର୍ଯ୍ୟନ୍ତ ପଚାଶ ହାତ ଥିଲା।ତେବେ ସେ ନିମ୍ନତର ଦ୍ୱାରର ଅଗ୍ରଭାଗଠାରୁ ଭିତର ପ୍ରାଙ୍ଗଣର ଅଗ୍ରଭାଗ ପର୍ଯ୍ୟନ୍ତ ବାହାର ପ୍ରସ୍ଥ ମାପିଲେ, ପୂର୍ବ ଓ ଉତ୍ତର ଉଭୟ ଦିଗରେ ଏକ ଶହ ହାତ।ଆଉ, ତହିଁର ଏକ ପାର୍ଶ୍ୱରେ ତିନି, ଅନ୍ୟ ପାର୍ଶ୍ୱରେ ତିନି କ୍ଷୁଦ୍ର କୋଠରି ଓ ତହିଁର ଉପସ୍ତମ୍ଭ ଓ ମଣ୍ଡପସକଳର ପରିମାଣ ପ୍ରଥମ ଦ୍ୱାରର ପରିମାଣ ତୁଲ୍ୟ, ଅର୍ଥାତ୍, ତହିଁର ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।ଆଉ, ଉତ୍ତର ଓ ପୂର୍ବ ଦୁଇଆଡ଼େ, ଅନ୍ୟ ଦ୍ୱାରର ସମ୍ମୁଖରେ ଭିତର ପ୍ରାଙ୍ଗଣକୁ ଗୋଟିଏ ଦ୍ୱାର ଥିଲା; ପୁଣି, ସେ ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ପୂର୍ବୋକ୍ତ ଜଳାକବାଟି ପରି ଜଳାକବାଟି ଥିଲା; ଦୀର୍ଘତା ପଚାଶ ହାତ ଓ ପ୍ରସ୍ଥ ପଚିଶ ହାତ ଥିଲା।ଆଉ, ଦକ୍ଷିଣ ଆଡ଼ ଭିତର ପ୍ରାଙ୍ଗଣକୁ ଏକ ଦ୍ୱାର ଥିଲା; ତହୁଁ ସେ ଦକ୍ଷିଣ ଆଡ଼ର ଏକ ଦ୍ୱାରଠାରୁ ଅନ୍ୟ ଦ୍ୱାର ପର୍ଯ୍ୟନ୍ତ ଏକ ଶହ ହାତ ମାପିଲେ।ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ଆଉ, ତହିଁରେ ଓ ତହିଁର ମଣ୍ଡପରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ପଚାଶ ହାତ ଦୀର୍ଘ ଓ ପଚିଶ ହାତ ପ୍ରସ୍ଥ ଥିଲା।ପୁଣି, ତହିଁର ଚାରିଆଡ଼େ ପଚିଶ ହାତ ଦୀର୍ଘ ପାଞ୍ଚ ହାତ ପ୍ରସ୍ଥ ମଣ୍ଡପ ଥିଲା।ଆଉ, ତହିଁର କ୍ଷୁଦ୍ର କୋଠରି ଓ ଉପସ୍ତମ୍ଭ ଓ ମଣ୍ଡପସକଳ ସେହି ପରିମାଣାନୁସାରେ ମାପିଲେ; ପୁଣି, ତହିଁରେ ଓ ତହିଁର ମଣ୍ଡପସକଳର ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।ତହିଁର କ୍ଷୁଦ୍ର କୋଠରି, ଉପସ୍ତମ୍ଭ ଓ ମଣ୍ଡପସକଳ ମାପିଲେ; ଆଉ, ତହିଁରେ ଚାରିଆଡ଼େ ଜଳାକବାଟି ଥିଲା; ତାହା ଦୀର୍ଘରେ ପଚାଶ ହାତ ଓ ପ୍ରସ୍ଥରେ ପଚିଶ ହାତ।ଆଉ, ହୋମବଳି ନିମନ୍ତେ କଟା ପ୍ରସ୍ତରର ଚାରି ମେଜ ଥିଲା, ତହିଁର ଦୀର୍ଘତା ଦେଢ଼ ହାତ ଓ ପ୍ରସ୍ଥ ଦେଢ଼ ହାତ ଓ ଉଚ୍ଚ ଏକ ହାତ; ତହିଁ ଉପରେ ହୋମ ଓ ପ୍ରାୟଶ୍ଚିତ୍ତାର୍ଥକ ବଳି ବଧ କରିବାର ଅସ୍ତ୍ର ରଖାଗଲା।ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।ତେବେ ସେ ମୋତେ ଗୃହର ବାରଣ୍ଡାକୁ ଆଣି ବାରଣ୍ଡାରେ ସ୍ଥିତ ପ୍ରତ୍ୟେକ ଉପସ୍ତମ୍ଭ ମାପିଲେ, ସେ ପ୍ରତ୍ୟେକ ଏପାଖେ ପାଞ୍ଚ ହାତ, ସେପାଖେ ପାଞ୍ଚ ହାତ; ପୁଣି, ଦ୍ୱାରର ପ୍ରସ୍ଥ ଏପାଖେ ତିନି ହାତ, ସେପାଖେ ତିନି ହାତ ଥିଲା।ବାରଣ୍ଡାର ଦୀର୍ଘ କୋଡ଼ିଏ ହାତ; ତହିଁର ପ୍ରସ୍ଥ ଏଗାର ହାତ ଓ ପାବଚ୍ଛ ଦେଇ ଲୋକମାନେ ଉପରକୁ ଗଲେ, ଆଉ ଉପସ୍ତମ୍ଭମାନଙ୍କ ନିକଟରେ ଏପାଖେ ଏକ ଓ ସେପାଖେ ଏକ ସ୍ତମ୍ଭ ଥିଲା।ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।ପୁଣି, ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।ତେବେ ସେ ଭିତରକୁ ଯାଇ ପ୍ରବେଶ ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ ସ୍ଥାନ ଛଅ ହାତ; ଆଉ, ପ୍ରବେଶ ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।ବାହାର ଭାଗରେ ପାର୍ଶ୍ୱସ୍ଥ କୋଠରିସକଳର କାନ୍ଥ ପାଞ୍ଚ ହାତ ପ୍ରସ୍ଥ ଥିଲା ଓ ଅବଶିଷ୍ଟ ଯେଉଁ ସ୍ଥାନ ରହିଲା, ତାହା ଗୃହର ପାର୍ଶ୍ୱସ୍ଥ କୋଠରିର ସ୍ଥାନ ଥିଲା।କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।ପୁଣି, ପଶ୍ଚିମ ଦିଗସ୍ଥ ପୃଥକ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।ଆହୁରି, ପୂର୍ବ ଦିଗରେ ଗୃହର ଓ ପୃଥକ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା।ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।ପୁଣି, ଥାକର ଚାରି ପାଖେ ଚଉଦ ହାତ ଦୀର୍ଘ, ପ୍ରସ୍ଥ ଚଉଦ ହାତ ହେବ, ଆଉ ତହିଁର ଧାର ଚାରି ଦିଗରେ ଅଧ ହାତ ଓ ତହିଁର ମୂଳ ଚାରିଆଡ଼େ ଏକ ହାତ ପରିମିତ ହେବ; ପୁଣି, ତହିଁର ପାବଚ୍ଛସବୁ ପୂର୍ବାଭିମୁଖ ହେବ।”ତହିଁ ମଧ୍ୟରୁ ପାଞ୍ଚ ଶହ ନଳ ଦୀର୍ଘ, ପାଞ୍ଚ ଶହ ଦଣ୍ଡ ପ୍ରସ୍ଥ ସମଚତୁଷ୍କୋଣ ହୋଇ ପବିତ୍ର ସ୍ଥାନ ନିମନ୍ତେ ରହିବ ଓ ଚାରିଆଡ଼େ ପଚାଶ ହାତ ପରିମିତ ତଳଭୂମି ରହିବ।ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।ଯିଖରୀୟ1
ପୁଣି, ଦୂତ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ ଉତ୍ତର କଲି, “ମୁଁ ଉଡ଼ନ୍ତା ନଳାକାର ଏକ ପୁସ୍ତକ ଦେଖୁଅଛି ତହିଁର ଲମ୍ବା କୋଡ଼ିଏ ହାତ ଓ ଓସାର ଦଶ ହାତ।”ମାଥିଉ1
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ?ଲୂକ1
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇପାରେ?ଯୋହନ1
କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ।ପ୍ରକାଶିତ1
ପରେ ସେ ସେଥିର ପ୍ରାଚୀର ମାପନ୍ତେ ତାହା ମନୁଷ୍ୟର ପରିମାଣ ଅନୁସାରେ ଏକ ଶହ ଚୌରାଳିଶ ହାତ ହେଲା, ଦୂତ ହିଁ ଏହି ପରିମାଣ ଅନୁସାରେ ମାପୁଥିଲେ।ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର