ମୁଦ୍ରା ଓ ମାପ
ଶେକଲ
ପ୍ରାୟ 11.4 ଗ୍ରାମର ଓଜନ · ପରେ ଏକ ମୁଦ୍ରା · ଏବ୍ରୀ sheqel, “ତୌଲିବା”ରୁ
ଶେକଲ ଶବ୍ଦଟି ଏବ୍ରୀ କ୍ରିୟା “ତୌଲିବା”ରୁ ଆସିଛି, ଏବଂ ପ୍ରଥମେ ଏହା ମୁଦ୍ରା ନୁହେଁ ବରଂ ଏକ ଓଜନ ଥିଲା — ଖନନରେ ମିଳିଥିବା ପଥର ବଟଖରା ଅନୁସାରେ ପ୍ରାୟ 11.4 ଗ୍ରାମ। ରୁପା ତରାଜୁରେ ତୌଲି ଦିଆଯାଉଥିଲା: ମକ୍ପେଲା ଗୁମ୍ଫା ପାଇଁ ଅବ୍ରହାମ “ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା” ଦେଇଥିଲେ (ଆଦି ପୁସ୍ତକ 23:16), ଏବଂ ଯିରିମୀୟ ଗୋଟିଏ କ୍ଷେତ ପାଇଁ ସତର ଶେକଲ ତୌଲି ଦେଇଥିଲେ। ଗଲୀୟାତର ସାଞ୍ଜୁଆର ଓଜନ ପାଞ୍ଚ ସହସ୍ର ଶେକଲ — ପ୍ରାୟ 57 କିଲୋଗ୍ରାମ।
ମୁଦ୍ରା କେବଳ ଖ୍ରୀଷ୍ଟପୂର୍ବ 7ମ ଶତାବ୍ଦୀରେ ଆଜିର ତୁର୍କୀର ଲିଡିଆରେ ଉଦ୍ଭାବିତ ହୋଇଥିଲା, ତେଣୁ ପୁରାତନ ନିୟମର ଅଧିକାଂଶ ଶେକଲ ମୁଦ୍ରା ନୁହେଁ, ଧାତୁର ଓଜନ। ଯୀଶୁଙ୍କ ସମୟରେ ଅର୍ଦ୍ଧ ଶେକଲ ମନ୍ଦିର କର ସୋରର ରୁପା ମୁଦ୍ରାରେ ଦିଆଯାଉଥିଲା; ମାଛର ମୁହଁରେ ମିଳିଥିବା ଚାରି-ଦ୍ରାକ୍ମା ମୁଦ୍ରା (ମାଥିଉ 17:27) ଦୁଇ ଜଣଙ୍କ କର ପାଇଁ ଯଥେଷ୍ଟ ଥିଲା। 1980ରୁ ଶେକଲ ପୁଣି ଇସ୍ରାଏଲର ମୁଦ୍ରାର ନାମ।
ମୁଖ୍ୟ ପଦ
“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।” ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”ଏହାର ନାମ ଥିବା ସମସ୍ତ ପଦ (56)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ2
“ପ୍ରଭୋ, ମୋʼ କଥା ଶୁଣନ୍ତୁ; ଭୂମି ଖଣ୍ଡକର ମୂଲ୍ୟ ତ ଚାରି ଶହ ଶେକଲ ରୂପା, ଆପଣଙ୍କ ଓ ଆମ୍ଭ ମଧ୍ୟରେ ତାହା କେତେ ମାତ୍ର? ଏଥିପାଇଁ ଆପଣ ନିଜ ଭାର୍ଯ୍ୟାର ମୃତ ଦେହକୁ କବର ଦେଉନ୍ତୁ।”ଇଫ୍ରୋଣର ଏହି କଥା ଶୁଣି ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ କର୍ଣ୍ଣଗୋଚରରେ ଇଫ୍ରୋଣ ଦ୍ୱାରା ଉକ୍ତ ସଂଖ୍ୟାନୁସାରେ ତତ୍କାଳୀନ ବଣିକମାନଙ୍କ ମଧ୍ୟରେ ପ୍ରଚଳିତ ଚାରି ଶହ ଶେକଲ ରୂପା ତୌଲି ଇଫ୍ରୋଣକୁ ଦେଲେ।ଯାତ୍ରା ପୁସ୍ତକ8
କାହାର ଗୋରୁ ଯଦି କାହାର ଦାସ କିମ୍ବା ଦାସୀକୁ ବିନ୍ଧେ, ତେବେ ସେ ତାହାର ପ୍ରଭୁଙ୍କୁ ତିରିଶ ଶେକଲ ରୂପା ଦେବ; ଆଉ ଗୋରୁ ପ୍ରସ୍ତର ଦ୍ୱାରା ହତ ହେବ।ଯେକେହି ଗଣିତ ଲୋକମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ, ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଅର୍ଦ୍ଧ ଶେକଲ ଦେବ; (କୋଡ଼ିଏ ଗେରାରେ ଏକ ଶେକଲ); ସେହି ଅର୍ଦ୍ଧ ଶେକଲ ସଦାପ୍ରଭୁଙ୍କ ପ୍ରାପ୍ୟ ଉପହାର ହେବ।ତୁମ୍ଭେମାନେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥେ ସଦାପ୍ରଭୁଙ୍କୁ ସେହି ଉପହାର ଦେବା ସମୟରେ ଧନବାନ ଅର୍ଦ୍ଧ ଶେକଲରୁ ଅଧିକ ଦେବ ନାହିଁ, ପୁଣି, ଦରିଦ୍ର ତହିଁରୁ ଊଣା ଦେବ ନାହିଁ।ପାଞ୍ଚ ଶହ ଶେକଲ ଗୁଡ଼ତ୍ୱକ୍ ଓ ଏକ ହିନ୍ ଜୀତ ତୈଳ ସଂଗ୍ରହ କରିବ।ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।ପୁଣି, ମଣ୍ଡଳୀର ଗଣିତ ଲୋକଙ୍କର ରୂପା ପବିତ୍ର ସ୍ଥାନର ଶେକଲାନୁସାରେ ଏକ ଶହ ତାଳନ୍ତ ଏକ ସହସ୍ର ସାତ ଶହ ପଞ୍ଚସ୍ତରି ଶେକଲ ଥିଲା।ପ୍ରତ୍ୟେକ ଗଣିତ ଲୋକଙ୍କ ନିମନ୍ତେ, ଅର୍ଥାତ୍, ଯେଉଁମାନେ ବିଂଶତି ବର୍ଷ ବୟସ୍କ ଅବା ତହିଁରୁ ଅଧିକ ବୟସ୍କ ଥିଲେ, ସେହି ଛଅ ଲକ୍ଷ ତିନି ସହସ୍ର ପାଞ୍ଚ ଶହ ପଚାଶ ଲୋକଙ୍କ ମଧ୍ୟରୁ ପ୍ରତ୍ୟେକ ଜଣ ନିମନ୍ତେ ଏକ ଏକ ବେକା, ଅର୍ଥାତ୍, ପବିତ୍ର ସ୍ଥାନର ଶେକଲାନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେବାକୁ ହୋଇଥିଲା।ପୁଣି, ନୈବେଦ୍ୟର ପିତ୍ତଳ ସତୁରି ତାଳନ୍ତ ଦୁଇ ସହସ୍ର ଚାରି ଶହ ଶେକଲ ଥିଲା।ଲେବୀୟ ପୁସ୍ତକ8
“କେହି ଯଦି ସତ୍ୟ-ଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।ପୁରୁଷ ହେଲେ, କୋଡ଼ିଏ ବର୍ଷଠାରୁ ଷାଠିଏ ବର୍ଷ ବୟସ ପର୍ଯ୍ୟନ୍ତ ତୁମ୍ଭର ନିରୂପିତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ପଚାଶ ଶେକଲ ରୂପା ହେବ।ପୁଣି ସ୍ତ୍ରୀ ହେଲେ, ତୁମ୍ଭ ନିରୂପିତ ମୂଲ୍ୟ ତିରିଶ ଶେକଲ ରୂପା ହେବ।ଆଉ ପାଞ୍ଚ ବର୍ଷଠାରୁ କୋଡ଼ିଏ ବର୍ଷ ବୟସ ପର୍ଯ୍ୟନ୍ତ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ କୋଡ଼ିଏ ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ରୂପା ହେବ।ଆଉ ଏକ ମାସଠାରୁ ପାଞ୍ଚ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପାଞ୍ଚ ଶେକଲ ରୂପା ହେବ ଓ ସ୍ତ୍ରୀ ନିମନ୍ତେ ତୁମ୍ଭର ନିରୂପିତ ମୂଲ୍ୟ ତିନି ଶେକଲ ରୂପା ହେବ।ପୁଣି ଷାଠିଏ ବର୍ଷଠାରୁ ଅଧିକ ବର୍ଷ ବୟସ ହେଲେ, ତୁମ୍ଭର ନିରୂପିତ ମୂଲ୍ୟ ପୁରୁଷ ନିମନ୍ତେ ପନ୍ଦର ଶେକଲ ଓ ସ୍ତ୍ରୀ ନିମନ୍ତେ ଦଶ ଶେକଲ ହେବ।ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।ପୁଣି ତୁମ୍ଭର ନିରୂପିତ ସମସ୍ତ ମୂଲ୍ୟ ପବିତ୍ର ସ୍ଥାନର ଶେକଲ ଅନୁସାରେ ହେବ; କୋଡ଼ିଏ ଗେରାରେ ଏକ ଶେକଲ ହୁଏ।ଗଣନା ପୁସ୍ତକ18
ତୁମ୍ଭେ ମୁଣ୍ଡ ପିଛା ପାଞ୍ଚ ଶେକଲ ଲେଖାଏଁ ନେବ; ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭେ ତାହା ନେବ, (କୋଡ଼ିଏ ଗେରାରେ ଏକ ଶେକଲ)।ଇସ୍ରାଏଲ-ସନ୍ତାନଗଣର ପ୍ରଥମଜାତ ଲୋକମାନଙ୍କଠାରୁ ସେ ସେହି ମୂଲ୍ୟ ନେଲେ; ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ହଜାର ତିନି ଶହ ପଞ୍ଚଷଠି ଶେକଲ ନେଲେ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଶହେ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ-ନୈବେଦ୍ୟାର୍ଥେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ସେ ଆପଣା ଉପହାର ନିମନ୍ତେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଏହା ଦେଲା, ଅର୍ଥାତ୍, ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାରେ ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ; ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତାହାର ଉପହାର ପବିତ୍ର ସ୍ଥାନର ଶେକଲ ଅନୁସାରେ ଏକ ଶହ ତିରିଶ ଶେକଲ ପରିମିତ ରୂପାର ଏକ ଥାଳୀ ଓ ସତୁରି ଶେକଲ ପରିମିତ ରୂପାର ଏକ କୁଣ୍ଡ, ଏହି ଦୁଇ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ତୈଳ ମିଶ୍ରିତ ସରୁ ମଇଦାରେ ପୂର୍ଣ୍ଣ;ତହିଁର ପ୍ରତ୍ୟେକ ରୂପାଥାଳୀ ଏକ ଶହ ତିରିଶ ଶେକଲ ଓ ପ୍ରତ୍ୟେକ କୁଣ୍ଡ ସତୁରି ଶେକଲ ପରିମିତ; ସମସ୍ତ ପାତ୍ରର ରୂପା ପବିତ୍ର ସ୍ଥାନର ଶେକଲ ଅନୁସାରେ ଦୁଇ ହଜାର ଚାରି ଶହ ଶେକଲ ଥିଲା;ପୁଣି, ଧୂପପୂର୍ଣ୍ଣ ଦ୍ୱାଦଶ ସ୍ୱର୍ଣ୍ଣ ଚାମଚ, ପ୍ରତ୍ୟେକେ ପବିତ୍ର ସ୍ଥାନର ଶେକଲ ଅନୁସାରେ ଦଶ ଶେକଲ ପରିମିତ; ଚାମଚର ସମସ୍ତ ସ୍ୱର୍ଣ୍ଣ ଶହେ କୋଡ଼ିଏ ଶେକଲ ଥିଲା।ପୁଣି, ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେହି ସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ।ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।ଯିହୋଶୂୟ1
ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”ପ୍ରଥମ ଶାମୁୟେଲ3
ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, “ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।”ପୁଣି, ତାହାର ମସ୍ତକରେ ପିତ୍ତଳର ଟୋପର ଥିଲା ଓ ସେ ମାଛକାତି ତୁଲ୍ୟ ସାଞ୍ଜୁଆରେ ସଜ୍ଜିତ ଥିଲା ଓ ସେହି ସାଞ୍ଜୁଆ ପାଞ୍ଚ ସହସ୍ର ଶେକଲ ପରିମିତ ପିତ୍ତଳର ଥିଲା।ତାହାର ବର୍ଚ୍ଛାର ଦଣ୍ଡ ତନ୍ତୀର ନରାଜ ତୁଲ୍ୟ ଓ ତାହାର ବର୍ଚ୍ଛାର ଫଳକର ପରିମାଣ ଛଅ ଶହ ଶେକଲ ଲୁହା ଥିଲା; ପୁଣି, ତାହା ଆଗେ ଆଗେ ତାହାର ଢାଲବାହକ ଚାଲିଲା।ଦ୍ୱିତୀୟ ଶାମୁୟେଲ2
ତାହାର ମସ୍ତକର କେଶ ଭାରୀ ହେବାରୁ ପ୍ରତି ବର୍ଷର ଶେଷରେ ସେ ତାହା କଟାଏ। ପୁଣି ସେ ଆପଣା ମସ୍ତକର କେଶ କଟାଇବା ବେଳେ ରାଜପରିମାଣାନୁସାରେ ତାହା ଦୁଇ ଶହ ଶେକଲ ପରିମିତ ହୁଏ।ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ।ଦ୍ୱିତୀୟ ରାଜାବଳୀ4
ସେତେବେଳେ ଇଲୀଶାୟ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ସଦାପ୍ରଭୁ ଏହି କଥା କହନ୍ତି, ‘କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଯିବ।’”ତହିଁରେ ଲୋକମାନେ ବାହାରକୁ ଯାଇ ଅରାମୀୟମାନଙ୍କ ଛାଉଣି ଲୁଟ କଲେ। ତେଣୁ ସଦାପ୍ରଭୁଙ୍କ ବାକ୍ୟାନୁସାରେ ଏକ ପସୁରୀ ସରୁ ମଇଦା ଏକ ଶେକଲରେ ଓ ଦୁଇ ପସୁରୀ ଯବ ଏକ ଶେକଲରେ ବିକ୍ରୟ କରାଗଲା।ପରମେଶ୍ୱରଙ୍କ ଲୋକ ରାଜାଙ୍କୁ ଏହି କଥା କହିଥିଲେ, “କାଲି ପ୍ରାୟ ଏହି ସମୟକୁ ଶମରୀୟାର ନଗର-ଦ୍ୱାରରେ ଦୁଇ ପସୁରୀ ଯବ ଏକ ଶେକଲ ଓ ଏକ ପସୁରୀ ସରୁ ମଇଦା ଏକ ଶେକଲ ହେବ।”ପୁଣି ମନହେମ୍ ଏହି ମୁଦ୍ରା ଇସ୍ରାଏଲ ମଧ୍ୟରୁ ଆଦାୟ କଲେ, ଅର୍ଥାତ୍, ଅଶୂରର ରାଜାକୁ ଦେବା ପାଇଁ ସମଗ୍ର ଧନଶାଳୀ ଲୋକଙ୍କର ପ୍ରତିଜଣଠାରୁ ପଚାଶ ଶେକଲ ଲେଖାଏଁ ରୂପା ନେଲେ, ତହିଁରେ ଅଶୂରର ରାଜା ଫେରିଗଲା ଓ ଦେଶର ସେସ୍ଥାନରେ ରହିଲା ନାହିଁ।ପ୍ରଥମ ବଂଶାବଳୀ1
ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।ଦ୍ୱିତୀୟ ବଂଶାବଳୀ1
ଆଉ କଣ୍ଟାର ପରିମାଣ ପଚାଶ ଶେକଲ ସ୍ୱର୍ଣ୍ଣ ଥିଲା, ପୁଣି ସେ ଉପର କୋଠରିମାନ ସୁବର୍ଣ୍ଣରେ ମଡ଼ାଇଲେ।ନିହିମୀୟା2
ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।ଆହୁରି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବାକାର୍ଯ୍ୟ ନିମନ୍ତେ,ଯିରିମୀୟ1
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲଠାରୁ ଅନାଥୋତ୍ସ୍ଥିତ ସେହି କ୍ଷେତ୍ର କ୍ରୟ କରି ତହିଁର ମୂଲ୍ୟ ସତର ଶେକଲ ରୂପା ତୌଲି ତାହାକୁ ଦେଲି।ଯିହିଜିକଲ2
ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ।ପୁଣି, ଶେକଲ କୋଡ଼ିଏ ଗେରା ହେବ; କୋଡ଼ିଏ ଶେକଲ, ପଚିଶ ଶେକଲ, ପନ୍ଦର ଶେକଲ ତୁମ୍ଭମାନଙ୍କ ନିମନ୍ତେ ଏକ ମୀନା ହେବ।ଦାନିୟେଲ2
ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।ତକେଲ, ଆପଣ ନିକ୍ତିରେ ତୌଲା ଯାଇଅଛନ୍ତି ଓ ଊଣା ଦେଖା ଯାଇଅଛନ୍ତି।ଆମୋଷ1
“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ?ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର