ବାଇବେଲର ଗଛଲତା
ଡିମ୍ବିରି ବୃକ୍ଷ
ଏବ୍ରୀ te’enah · ଗ୍ରୀକ୍ sykē · ପ୍ରାୟ 60 ଥର ଉଲ୍ଲେଖ
ଡିମ୍ବିରି ଥିଲା ବାଇବେଲ ଦେଶଗୁଡ଼ିକର ମୁଖ୍ୟ ଖାଦ୍ୟ ମଧ୍ୟରୁ ଗୋଟିଏ, ଏବଂ ଡିମ୍ବିରି ପତ୍ର ବାଇବେଲରେ ନାମ ନିଆଯାଇଥିବା ପ୍ରଥମ ଉଦ୍ଭିଦ (ଆଦି ପୁସ୍ତକ 3:7)। ଏହି ଗଛକୁ ଅଳ୍ପ ଯତ୍ନ ଦରକାର ଏବଂ ବର୍ଷକୁ ଦୁଇ କି ତିନି ଥର ଫଳ ଦେଇପାରେ। ଏହାର ଛୋଟ ଫଳ-କଢ଼ ବସନ୍ତର ଆରମ୍ଭରେ, ପତ୍ର ଆସିବା ପୂର୍ବରୁ ଦେଖାଯାଏ, ତେଣୁ ପତ୍ରରେ ଭରା କିନ୍ତୁ ଫଳହୀନ ଗଛ ନିରାଶାଜନକ ଥିଲା (ମାଥିଉ 21:19)। ଋତୁର ପ୍ରଥମ ପାଚିଲା ଡିମ୍ବିରି ଏକ ସ୍ୱାଦୁ ଜିନିଷ ଥିଲା, ଯାହା ଲୋକେ ସେହିଠାରେ ଖାଇଦେଉଥିଲେ (ଯିଶାଇୟ 28:4)।
ଡିମ୍ବିରି କଞ୍ଚା ଖିଆଯାଉଥିଲା କିମ୍ବା ଚାପି ଚକ୍ତି କରାଯାଉଥିଲା, ଯାହା ଯାତ୍ରା ପାଇଁ ବହୁ ଦିନ ରହୁଥିଲା: ଅବୀଗଲ ଦାଉଦଙ୍କୁ ଦୁଇ ଶହ ଡିମ୍ବିରି ଚକ୍ତି ପଠାଇଥିଲେ। ରାଜା ହିଜକୀୟଙ୍କ ବଥ ଉପରେ ଡିମ୍ବିରିର ପ୍ରଲେପ ଦିଆଯାଇଥିଲା। ଏକ ସମ୍ପର୍କିତ ଗଛ, ସାଇକାମୋର-ଡିମ୍ବିରି, ଗରିବମାନଙ୍କ ପାଇଁ ଶସ୍ତା ଫଳ ଦେଉଥିଲା; ଭବିଷ୍ୟଦ୍ବକ୍ତା ଆମୋଷ ଏହି ଗଛର ଯତ୍ନ ନେଉଥିଲେ। “ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ” ବସିବା ଥିଲା ଘରେ ଶାନ୍ତିପୂର୍ଣ୍ଣ ଜୀବନର ବାଇବେଲୀୟ ଚିତ୍ର (1 ରାଜାବଳୀ 4:25; ମୀଖା 4:4)।
ପ୍ରକୃତିରେ

କଳାରେ
ଡିମ୍ବିରିବୃକ୍ଷ ତଳେ ନିଥନିୟେଲ (Nathanaël sous le figuier)ଜେମ୍ସ ଟିସୋ
ଅଭିଶପ୍ତ ଡିମ୍ବିରି ଗଛ (Le figuier maudit)ଜେମ୍ସ ଟିସୋ
ମାଳୀ ଓ ଡିମ୍ବିରି ଗଛ (Le vigneron et le figuier)ଜେମ୍ସ ଟିସୋ
ମୁଖ୍ୟ ପଦ
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।ତହିଁରେ ଆମୋଷ ଉତ୍ତର କରି ଅମତ୍ସୀୟଙ୍କୁ କହିଲେ, “ମୁଁ ଭବିଷ୍ୟଦ୍ବକ୍ତା ନ ଥିଲି, କିଅବା କୌଣସି ଭବିଷ୍ୟଦ୍ବକ୍ତାଙ୍କ ପୁତ୍ର ନ ଥିଲି; ମାତ୍ର ମୁଁ ଗୋପାଳକ ଓ ଡିମ୍ବିରି ବୃକ୍ଷର କୃଷକ ଥିଲି;ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।ଏହି ଉଦ୍ଭିଦ ଥିବା ସମସ୍ତ ପଦ (57)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ1
ତହିଁରେ ସେମାନଙ୍କ ଚକ୍ଷୁ ପ୍ରସନ୍ନ ହୁଅନ୍ତେ, ସେମାନେ ନିଜ ଉଲଙ୍ଗତାର ବୋଧ ପାଇ ଡିମ୍ବିରି ବୃକ୍ଷର ପତ୍ର ସିଁଇ ଘାଗରା ବନାଇଲେ।ଗଣନା ପୁସ୍ତକ2
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”ଦ୍ୱିତୀୟ ବିବରଣ1
ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;ବିଚାରକର୍ତ୍ତା2
ତହୁଁ ବୃକ୍ଷମାନେ ଡିମ୍ବିରିବୃକ୍ଷକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ମାତ୍ର ଡିମ୍ବିରିବୃକ୍ଷ ସେମାନଙ୍କୁ କହିଲା, ‘ମୁଁ କି ଆପଣା ମିଷ୍ଟତା ଓ ଉତ୍ତମ ଫଳ ତ୍ୟାଗ କରି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?’ପ୍ରଥମ ଶାମୁୟେଲ2
ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।ପ୍ରଥମ ରାଜାବଳୀ1
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।ଦ୍ୱିତୀୟ ରାଜାବଳୀ2
ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।ତହୁଁ ଯିଶାଇୟ କହିଲେ, “ଏକ ଡିମ୍ବିରି ଚକ୍ତି ଆଣ।” ତହିଁରେ ସେମାନେ ତାହା ଆଣି ବଥ ଉପରେ ଥୋଇଲେ, ଆଉ ସେ ସୁସ୍ଥ ହେଲେ।ପ୍ରଥମ ବଂଶାବଳୀ1
ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ନିହିମୀୟା1
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।ଗୀତସଂହିତା1
ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।ହିତୋପଦେଶ1
ଯେକେହି ଡିମ୍ବିରିବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ; ପୁଣି, ଯେ ଆପଣା ପ୍ରଭୁ ପ୍ରତି ମନୋଯୋଗୀ ଥାଏ, ସେ ସମ୍ମାନ ପାଏ।ପରମ ଗୀତ1
ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।ଯିଶାଇୟ4
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;ଯିଶାଇୟ କହିଥିଲେ, “ସେମାନେ ଡିମ୍ବିରି ଚକ୍ତି ନେଇ ସ୍ପୋଟକ ଉପରେ ଦେଉନ୍ତୁ, ତହିଁରେ ସେ ସୁସ୍ଥ ହେବ।”ଯିରିମୀୟ8
ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକର ଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମ୍ବିରି ଫଳ ରଖାଯାଇଅଛି।ଏକ ଡାଲାରେ ଆଦ୍ୟପକ୍ୱ ଡିମ୍ବିରି ଫଳ ତୁଲ୍ୟ ଅତି ଉତ୍ତମ ଡିମ୍ବିରି ଥିଲା; ପୁଣି, ଅନ୍ୟ ଡାଲାରେ ଅତି ମନ୍ଦ ଡିମ୍ବିରି ଫଳ ଥିଲା, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।ତେବେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମୀୟ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଡିମ୍ବିରି ଫଳ, ଉତ୍ତମ ଡିମ୍ବିରି ଅତି ଉତ୍ତମ ଓ ମନ୍ଦ ଡିମ୍ବିରି ଅତି ମନ୍ଦ, ସେସବୁ ଏଡ଼େ ମନ୍ଦ ଯେ, ଭୋଜନ କରାଯାଇ ନ ପାରେ।”“ଯଥା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଆମ୍ଭେ ଯେଉଁ ନିର୍ବାସିତ ଯିହୁଦୀୟମାନଙ୍କୁ ଏହି ସ୍ଥାନରୁ କଲ୍ଦୀୟମାନଙ୍କର ଦେଶକୁ ପଠାଇଅଛୁ, ସେମାନଙ୍କର ମଙ୍ଗଳ ନିମନ୍ତେ ଆମ୍ଭେ ସେମାନଙ୍କୁ ଏହି ଉତ୍ତମ ଡିମ୍ବିରି ଫଳ ତୁଲ୍ୟ ଜ୍ଞାନ କରିବା।ଆଉ, ଯେପରି ସେହି ମନ୍ଦ ଡିମ୍ବିରି ଫଳ ଏଡ଼େ ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ସେପରି ସଦାପ୍ରଭୁ କହନ୍ତି, ଆମ୍ଭେ ନିଶ୍ଚୟ ଯିହୁଦାର ରାଜା ସିଦିକୀୟକୁ, ତାହାର ଅଧିପତିଗଣକୁ ଓ ଯିରୂଶାଲମର ଯେଉଁ ଅବଶିଷ୍ଟାଂଶ ଲୋକେ ଏହି ଦେଶରେ ଅଛନ୍ତି, ସେମାନଙ୍କୁ ଓ ଯେଉଁମାନେ ମିସର ଦେଶରେ ବାସ କରନ୍ତି, ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା।ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ବିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।ହୋଶେୟ2
ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।ଯୋୟେଲ3
ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।ଆମୋଷ1
“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।ମୀଖା2
ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।ନାହୂମ1
ତୁମ୍ଭର ଦୁର୍ଗସବୁ ଆଦ୍ୟପକ୍ୱ ଫଳବିଶିଷ୍ଟ ଡିମ୍ବିରି ବୃକ୍ଷମାନର ତୁଲ୍ୟ ହେବେ; ସେହି ସବୁ ହଲା ଗଲେ ଫଳ ଭକ୍ଷକର ମୁଖରେ ପଡ଼ିବ।ହବକ୍କୂକ1
କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;ହାଗୟ1
ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”ଯିଖରୀୟ1
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”ମାଥିଉ5
ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?ଆଉ ବାଟ ପାଖରେ ଗୋଟିଏ ଡିମ୍ବିରିବୃକ୍ଷ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, “ଆଉ କଦାପି ତୋʼଠାରେ ଫଳ ନ ହେଉ।” ସେଥିରେ ସେହିକ୍ଷଣି ସେହି ଡିମ୍ବିରିବୃକ୍ଷ ଶୁଖିଗଲା।ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ, ଡିମ୍ବିରିବୃକ୍ଷଟି କିପରି ସେହିକ୍ଷଣି ଶୁଖିଗଲା?ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରିବୃକ୍ଷ ପ୍ରତି ଯେପରି ହୋଇଅଛି, କେବଳ ଯେ ସେପରି ହେବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ତାହାହେଲେ ତାହା ହେବ।“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;ମାର୍କ4
ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା।ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ।ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି।“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;ଲୂକ4
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି?ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ, “ଡିମ୍ବିରି ପୁଣି, ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର;ଯୋହନ2
ନିଥନିୟେଲ ତାହାଙ୍କୁ ପଚାରିଲେ, ଆପଣ ମୋତେ କିପରି ଚିହ୍ନିଲେ? ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଫିଲିପ୍ପ ତୁମ୍ଭକୁ ଡାକିବା ପୂର୍ବେ ତୁମ୍ଭେ ଯେତେବେଳେ ଡିମ୍ବିରିବୃକ୍ଷ ତଳେ ଥିଲ, ସେତେବେଳେ ମୁଁ ତୁମ୍ଭକୁ ଦେଖିଥିଲି।”ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ଡିମ୍ବିରିବୃକ୍ଷ ତଳେ ଦେଖିଥିଲି ବୋଲି କହିବାରୁ କି ତୁମ୍ଭେ ବିଶ୍ୱାସ କରୁଅଛ? ତୁମ୍ଭେ ଏହାଠାରୁ ଆହୁରି ମହତ୍-ମହତ୍ ବିଷୟ ଦେଖିବ।”ଯାକୁବ1
ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।ପ୍ରକାଶିତ1
ପ୍ରବଳ ବାୟୁ ଆଘାତରେ ଡିମ୍ବିରିବୃକ୍ଷରୁ ଯେପରି ଅପକ୍ୱ ଫଳସବୁ ପତିତ ହୁଏ, ସେହିପରି ଆକାଶର ନକ୍ଷତ୍ରସବୁ ପୃଥିବୀରେ ପତିତ ହେଲେ,ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Plants and Trees in the Bible © United Bible Societies 2025, adapted from R. Koops, Each According to its Kind © 2012 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର