ବାଇବେଲର ଗଛଲତା
ଦ୍ରାକ୍ଷାଲତା
ଏବ୍ରୀ gefen (ଦ୍ରାକ୍ଷାଲତା), kerem (ଦ୍ରାକ୍ଷାକ୍ଷେତ୍ର) · ଗ୍ରୀକ୍ ampelos · Vitis vinifera
ଇସ୍ରାଏଲର ବହୁ ପୂର୍ବରୁ ନିକଟ ପ୍ରାଚ୍ୟରେ ଓ ମିସରରେ ଦ୍ରାକ୍ଷାଲତା ଚାଷ ହେଉଥିଲା, ଏବଂ ମିସରୀୟ ସମାଧିର ଚିତ୍ରରେ ଦ୍ରାକ୍ଷାକ୍ଷେତ୍ରର ସମସ୍ତ କାମ ଦେଖାଯାଏ। ବାଇବେଲ କହେ ଯେ ନୋହ ପ୍ରଥମେ ଦ୍ରାକ୍ଷାକ୍ଷେତ୍ର କରିଥିଲେ (ଆଦି ପୁସ୍ତକ 9:20)। କିଣାନର ଦ୍ରାକ୍ଷାଲତା ବିରାଟ ପେଣ୍ଡା ପାଇଁ ପ୍ରସିଦ୍ଧ ଥିଲା: ଗୁପ୍ତଚରମାନେ ଗୋଟିଏ ପେଣ୍ଡାକୁ ଦୁଇ ଜଣଙ୍କ ମଝିରେ ସାଙ୍ଗୀରେ ବୋହିଥିଲେ (ଗଣନା ପୁସ୍ତକ 13:23)।
ଯିଶାଇୟ ବର୍ଣ୍ଣନା କରନ୍ତି ଦ୍ରାକ୍ଷାକ୍ଷେତ୍ର କିପରି ପ୍ରସ୍ତୁତ ହେଉଥିଲା: ଭୂମି ଖୋଳାଯାଉଥିଲା, ପଥର ବାହାର କରାଯାଉଥିଲା, ସବୁଠାରୁ ଭଲ ଦ୍ରାକ୍ଷାଲତା ରୋପଣ କରାଯାଉଥିଲା, ପ୍ରହରୀ-ଗୃହ ନିର୍ମାଣ ହେଉଥିଲା ଓ ପଥର କାଟି ଦ୍ରାକ୍ଷାକୁଣ୍ଡ ତିଆରି ହେଉଥିଲା (ଯିଶାଇୟ 5:1–2)। କାନ୍ଥ ବା ବାଡ଼ ପଶୁ ଓ ଚୋରଙ୍କୁ ବାହାରେ ରଖୁଥିଲା, ଏବଂ ଅମଳ ସମୟରେ କେହି ଜଣେ ପ୍ରହରୀ-ଗୃହରୁ ଜଗୁଥିଲା। ଦ୍ରାକ୍ଷାଲତାକୁ ଅଡ଼ା ଉପରେ ଚଢ଼ାଯାଉଥିଲା ଓ ମାଳୀମାନେ ଛାଣ୍ଟୁଥିଲେ। ଅଙ୍ଗୁର କଞ୍ଚା ଖିଆଯାଉଥିଲା, ଶୁଖାଇ କିସମିସ୍ କରାଯାଉଥିଲା କିମ୍ବା ଦଳି ଦ୍ରାକ୍ଷାରସ କରାଯାଉଥିଲା। ସାଉଣ୍ଟୁଥିବା ଲୋକେ ବଳକା ଫଳ ନେଇପାରୁଥିଲେ (ଲେବୀୟ ପୁସ୍ତକ 19:10), ଏବଂ ଯିଏ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ଏଯାଏ ତାହାର ଫଳ ଭୋଗ କରିନାହିଁ, ସେ ସୈନ୍ୟଦଳରୁ ଘରକୁ ଫେରିଯାଇପାରୁଥିଲା।
ପ୍ରକୃତିରେ

କଳାରେ
ମୁଖ୍ୟ ପଦ
ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା; ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।ଏହି ଉଦ୍ଭିଦ ଥିବା ସମସ୍ତ ପଦ (372)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ16
ଏଥିଉତ୍ତାରେ ନୋହ କୃଷି କର୍ମରେ ପ୍ରବୃତ୍ତ ହୋଇ ଦ୍ରାକ୍ଷାକ୍ଷେତ୍ର କଲେ।ତହିଁରେ ସେ ଦ୍ରାକ୍ଷାରସ ପାନ କରି ମତ୍ତ ହୋଇ ତମ୍ବୁ ମଧ୍ୟରେ ବିବସ୍ତ୍ର ହୋଇ ପଡ଼ିଲେ।ଏଉତ୍ତାରୁ ନୋହ ଦ୍ରାକ୍ଷାରସର ନିଦ୍ରାରୁ ଜାଗ୍ରତ ହୋଇ ଆପଣା ପ୍ରତି କନିଷ୍ଠ ପୁତ୍ରର ଆଚରଣ ଜ୍ଞାତ ହେଲେ।ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ;ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।ସେତେବେଳେ ଇସ୍ହାକ କହିଲେ, “ତାହା ମୋʼ ପାଖକୁ ଆଣ; ମୁଁ ଆପଣା ପୁତ୍ରର ଆନୀତ ମୃଗୟା ମାଂସ ଭୋଜନ କରିବି, ତହୁଁ ମୁଁ ତୁମ୍ଭକୁ ଆଶୀର୍ବାଦ କରିବି।” ତହିଁରେ ସେ ନିକଟକୁ ଆଣି ଦିଅନ୍ତେ, ଇସ୍ହାକ ତାହା ଭୋଜନ କଲେ; ପୁଣି, ଦ୍ରାକ୍ଷାରସ ଆଣି ଦିଅନ୍ତେ, ତାହା ପାନ କଲେ।ପରମେଶ୍ୱର ଆକାଶର କାକରରୁ ଓ ପୃଥିବୀର ଉର୍ବରତାରୁ ଉତ୍ପନ୍ନ (ଫଳ) ଓ ପ୍ରଚୁର ଶସ୍ୟ ଓ ଦ୍ରାକ୍ଷାରସ ତୁମ୍ଭକୁ ଦିଅନ୍ତୁ;ତହୁଁ ଇସ୍ହାକ ଏଷୌକୁ କହିଲେ, “ଦେଖ, ମୁଁ ତାହାକୁ ତୁମ୍ଭର କର୍ତ୍ତା କଲି, ପୁଣି, ତାହାର ଜ୍ଞାତି ସମସ୍ତଙ୍କୁ ତାହାର ଅଧୀନ କଲି, ଆଉ ଶସ୍ୟ ଓ ଦ୍ରାକ୍ଷାରସ ଦ୍ୱାରା ତାହାକୁ ସବଳ କଲି; ଏହେତୁ ପୁତ୍ର, ଏବେ ତୁମ୍ଭ ନିମନ୍ତେ ଆଉ କଅଣ କରିପାରେ?”ତହୁଁ ପ୍ରଧାନ ପାନପାତ୍ରବାହକ ଯୋଷେଫଙ୍କୁ ଆପଣା ସ୍ୱପ୍ନ କଥା ପ୍ରକାଶ କରି କହିଲା, “ଦେଖ, ଗୋଟିଏ ଦ୍ରାକ୍ଷାଲତା ମୋʼ ସମ୍ମୁଖରେ ଥିଲା,ସେହି ଦ୍ରାକ୍ଷାଲତାରେ ତିନି ଶାଖା ଥିଲା, ପୁଣି, ତାହା ପଲ୍ଲବିତ ହୁଅନ୍ତେ, ତହିଁରେ ଫୁଲ ଫୁଟିଲା, ଆଉ ସକଳ ପେଣ୍ଡାରେ ପେନ୍ଥା ପେନ୍ଥା ଅଙ୍ଗୁର ପାଚିଲା।ସେତେବେଳେ ମୋʼ ହସ୍ତରେ ଫାରୋଙ୍କର ପାନପାତ୍ର ଥିବାରୁ ସେହି ପାତ୍ରରେ ମୁଁ ସେହି ଦ୍ରାକ୍ଷାଫଳ ଘେନି ଚିପୁଡ଼ି ଫାରୋଙ୍କର ହସ୍ତରେ ସେହି ପାତ୍ର ଦେଲି।”ସେ ଦ୍ରାକ୍ଷାଲତା ନିକଟରେ ଆପଣା ବାଛରାକୁ ଓ ଉତ୍ତମ ଦ୍ରାକ୍ଷାଲତା ନିକଟରେ ଆପଣା ଗର୍ଦ୍ଦଭ ଶାବକକୁ ବାନ୍ଧିବ; ସେ ଦ୍ରାକ୍ଷାରସରେ ଆପଣା ଉତ୍ତରୀୟ ବସ୍ତ୍ର ଓ ଦ୍ରାକ୍ଷାରସରେ ଆପଣା ପରିଧେୟ ବସ୍ତ୍ର ଧୋଇବ।ତାହାର ଚକ୍ଷୁ ଦ୍ରାକ୍ଷାରସରେ ରକ୍ତବର୍ଣ୍ଣ ହେବ, ଦୁଗ୍ଧରେ ତାହାର ଦନ୍ତ ଶ୍ୱେତବର୍ଣ୍ଣ ହେବ।ଯାତ୍ରା ପୁସ୍ତକ3
ଆଉ କେହି ଯଦି ଅନ୍ୟର କ୍ଷେତ୍ରରେ କି ଦ୍ରାକ୍ଷାକ୍ଷେତ୍ରରେ ଗୋରୁ ଚରାଏ, କିଅବା ଆପଣା ପଶୁକୁ ଛାଡ଼ିଦେଲେ ଯଦି ସେ ଅନ୍ୟର କ୍ଷେତ୍ରରେ ଚରେ, ତେବେ ସେ ଲୋକ ତହିଁର ପରିବର୍ତ୍ତେ ତାହାକୁ ଆପଣା କ୍ଷେତ୍ରର ଉତ୍ତମ ଶସ୍ୟ ଅବା ଆପଣା ଦ୍ରାକ୍ଷାକ୍ଷେତ୍ରର ଉତ୍ତମ ଫଳ ଦେବ।ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।ପୁଣି, ପ୍ରଥମ ମେଷଶାବକ ସହିତ ହିନ୍ପାତ୍ରର ଚତୁର୍ଥାଂଶ ନିର୍ମଳ ପେଷା ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ମଇଦା ଓ ପେୟ-ନୈବେଦ୍ୟ ନିମନ୍ତେ ହିନ୍ର ଚତୁର୍ଥାଂଶ ଦ୍ରାକ୍ଷାରସ ଦେବ।ଲେବୀୟ ପୁସ୍ତକ7
“ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;ପୁଣି, ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ର ସମ୍ପୂର୍ଣ୍ଣ ଖୁଣ୍ଟି ତୋଳିବ ନାହିଁ, କିଅବା ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରର ପଡ଼ିଲା ଫଳ ସାଉଣ୍ଟିବ ନାହିଁ; ତୁମ୍ଭେ ତାହା ଦରିଦ୍ର ଓ ବିଦେଶୀମାନଙ୍କ ନିମନ୍ତେ ଛାଡ଼ିଦେବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।ପୁଣି, ଐଫାର ଦୁଇ ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ତହିଁର ଭକ୍ଷ୍ୟ ନୈବେଦ୍ୟ ହେବ, ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ; ଆଉ, ଏକ ହିନ୍ ଦ୍ରାକ୍ଷାରସର ଚତୁର୍ଥାଂଶ ତହିଁର ପେୟ-ନୈବେଦ୍ୟ ହେବ।ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ।ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନର ସମୟ ଦ୍ରାକ୍ଷା ସଂଗ୍ରହର ସମୟ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହର ସମୟ ବୀଜ ବୁଣିବାର ସମୟ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ।ଗଣନା ପୁସ୍ତକ16
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳ ଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କିମ୍ବା ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ।ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କିମ୍ବା ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ।ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ।ପୁଣି, ସେହି ଭୂମି କି ପ୍ରକାର, ଉର୍ବର କି ଅନୁର୍ବର, ତହିଁ ମଧ୍ୟରେ ବୃକ୍ଷ ଅଛି କି ନାହିଁ, ତାହା ଦେଖ। ଆଉ ତୁମ୍ଭେମାନେ ସାହସୀ ହୋଇ ସେହି ଦେଶର ଫଳରୁ କିଛି ସଙ୍ଗରେ ଆଣ।” ସେହି ସମୟରେ ପ୍ରଥମ ପକ୍ୱ ଦ୍ରାକ୍ଷାଫଳର ସମୟ ଥିଲା।ଏଉତ୍ତାରେ ସେମାନେ ଇଷ୍କୋଲ-ଉପତ୍ୟକାରେ ଉପସ୍ଥିତ ହୋଇ ସେଠାରେ ଏକ ପେଣ୍ଡା ଫଳଯୁକ୍ତ ଦ୍ରାକ୍ଷାଲତାର ଏକ ଡାଳ କାଟି ତାହା ଦୁଇ ଜଣ ସାଙ୍ଗୀରେ ବହିଲେ; ସେମାନେ ଡାଳିମ୍ବ ଓ ଡିମ୍ବିରି ଫଳ ମଧ୍ୟ ଆଣିଲେ।ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।ପୁଣି, ତୁମ୍ଭେ ପେୟ-ନୈବେଦ୍ୟ ନିମନ୍ତେ ଏକ ହିନର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ।ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।ତାହା ବ୍ୟତୀତ ତୁମ୍ଭେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଆମ୍ଭମାନଙ୍କୁ ଆଣି ନାହଁ, କିଅବା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ରର ଅଧିକାର ଆମ୍ଭମାନଙ୍କୁ ଦେଇ ନାହିଁ; ତୁମ୍ଭେ କି ଏହି ସମସ୍ତ ଲୋକଙ୍କର ଆଖି ଉପାଡ଼ି ପକାଇବ? ଆମ୍ଭେମାନେ ଯିବା ନାହିଁ।”ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେଉଁ ଯେଉଁ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ।ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମ୍ବିରି କି ଦ୍ରାକ୍ଷା କି ଡାଳିମ୍ବର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ।”ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କିମ୍ବା ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ।”“ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ।”ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ।ପୁଣି, ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ। ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ।ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ, ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହିସବୁ ନୈବେଦ୍ୟ ବର୍ଷର ପ୍ରତି ମାସର ପ୍ରଥମ ଦିନରେ ଅଣାଯିବ ପୁଣି, ତାହସବୁ ସମ୍ପୂର୍ଣ୍ଣ ହୋମ ହେବ।ଦ୍ୱିତୀୟ ବିବରଣ21
ଆଉ ଯାହା ତୁମ୍ଭେ ପୂର୍ଣ୍ଣ କରି ନାହଁ, ଏପରି ସକଳ ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ ଓ ଯାହା ତୁମ୍ଭେ ଖୋଳିଲ ନାହିଁ, ଏପରି ଖୋଦିତ କୂପ, ଯାହା ରୋପଣ କଲ ନାହିଁ, ଏପରି ଦ୍ରାକ୍ଷାକ୍ଷେତ୍ର ଓ ଜୀତବୃକ୍ଷ ପାଇ ଯେତେବେଳେ ତୁମ୍ଭେ ଭୋଗ କରି ତୃପ୍ତ ହେବ,ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।ସେହି ଦେଶ ଗହମ, ଯବ, ଦ୍ରାକ୍ଷା, ଡିମ୍ବିରି ଓ ଡାଳିମ୍ବ ବୃକ୍ଷମୟ ସେହି ଦେଶ ଜୀତ ତୈଳ ଓ ମଧୁମୟ;ତେବେ ଆମ୍ଭେ ଉପଯୁକ୍ତ ସମୟରେ ତୁମ୍ଭ ଦେଶରେ ବୃଷ୍ଟି, ଅର୍ଥାତ୍, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଦାନ କରିବା, ତହିଁରେ ତୁମ୍ଭେ ଆପଣା ଶସ୍ୟ, ଆପଣା ଦ୍ରାକ୍ଷାରସ ଓ ଆପଣା ତୈଳ ସଂଗ୍ରହ କରି ପାରିବ।ତୁମ୍ଭେ ଆପଣା ଶସ୍ୟର କି ଦ୍ରାକ୍ଷାରସର କି ତୈଳର ଦଶମାଂଶ, କି ଗୋମେଷାଦିର ପ୍ରଥମଜାତ, କିଅବା ତୁମ୍ଭ ମନାସିବାର ମାନତ ଦ୍ରବ୍ୟ କି ତୁମ୍ଭ ସ୍ଵେଚ୍ଛାଦତ୍ତ ନୈବେଦ୍ୟ କି ତୁମ୍ଭ ହସ୍ତର ଉତ୍ତୋଳନୀୟ ଉପହାର, ଆପଣା ନଗର-ଦ୍ୱାର ମଧ୍ୟରେ ଭୋଜନ କରି ପାରିବ ନାହିଁ।ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।ପୁଣି ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ଗୋରୁ, କି ମେଷ, କି ଦ୍ରାକ୍ଷାରସ, କି ମଦ୍ୟ, କିଅବା ଯାହା କିଛି ତୁମ୍ଭ ପ୍ରାଣ ତୁମ୍ଭଠାରୁ ଚାହେଁ, ତହିଁ ପାଇଁ ତୁମ୍ଭେ ସେହି ଟଙ୍କା ଦେବ, ପୁଣି ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରି ତୁମ୍ଭେ ଓ ତୁମ୍ଭ ପରିବାର ଆନନ୍ଦ କରିବ;ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର, ଓ ଆପଣା ତୈଳର ଓ ଆପଣା ମେଷଲୋମର ଅଗ୍ରିମାଂଶ ତାହାକୁ ଦେବ।ଆଉ କେଉଁ ଲୋକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରି ନାହିଁ? ସେ ଫେରି ଆପଣା ଗୃହକୁ ଯାଉ, କେଜାଣି ସେ ଯୁଦ୍ଧରେ ମଲେ ଅନ୍ୟ ଲୋକ ତହିଁର ଫଳ ଭୋଗ କରିବ।ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; ତାହା କଲେ ତୁମ୍ଭ ବୁଣା ବୀଜ ଓ ଦ୍ରାକ୍ଷାକ୍ଷେତ୍ରର ସମୁଦାୟ ଫଳ ଜବତ ରୂପେ ନିଆଯିବ ନାହିଁ।ତୁମ୍ଭେ ଆପଣା ପ୍ରତିବାସୀର ଦ୍ରାକ୍ଷାକ୍ଷେତ୍ରକୁ ଗଲେ, ସ୍ଵେଚ୍ଛାନୁସାରେ ଆପଣା ତୃପ୍ତି ପର୍ଯ୍ୟନ୍ତ ଦ୍ରାକ୍ଷାଫଳ ଭୋଜନ କରି ପାରିବ; ମାତ୍ର ତୁମ୍ଭେ ଆପଣା ପାତ୍ରରେ କିଛି ରଖିବ ନାହିଁ।ତୁମ୍ଭେ ଆପଣା ଦ୍ରାକ୍ଷାକ୍ଷେତ୍ରରୁ ଦ୍ରାକ୍ଷାଫଳ ସଂଗ୍ରହ କଲା ଉତ୍ତାରେ ପୁନର୍ବାର ତାହା ସାଉଣ୍ଟିବ ନାହିଁ; ତାହା ବିଦେଶୀର, ପିତୃହୀନର ଓ ବିଧବାର ହେବ।ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରି ପାରିବ ନାହିଁ,ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ, ଏହା ଯେପରି ତୁମ୍ଭେମାନେ ଜାଣିବ, ଏଥିପାଇଁ ତୁମ୍ଭେମାନେ ରୁଟି ଭୋଜନ କରି ନାହଁ, କିଅବା ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହଁ।ତୁମ୍ଭେ ଗୋଦଧି, ଛାଗର ଦୁଗ୍ଧ ସହିତ ମେଷର ମେଦ, ବାଶନ ଦେଶୀୟ ମେଷ ଓ ଛାଗର ମାଂସ ସହିତ ଉତ୍ତମ ଗହମର ସାର (ଖାଇଲ), ପୁଣି ତୁମ୍ଭେ ଦ୍ରାକ୍ଷାର ରକ୍ତବର୍ଣ୍ଣ ରସ ପାନ କଲ।କାରଣ ସେମାନଙ୍କ ଦ୍ରାକ୍ଷାଲତା ସଦୋମର ଦ୍ରାକ୍ଷାଲତାରୁ ଓ ହମୋରାର କ୍ଷେତ୍ରରୁ ଜାତ ସେମାନଙ୍କ ଦ୍ରାକ୍ଷାଫଳ ବିଷମୟ ଦ୍ରାକ୍ଷାଫଳ, ସେମାନଙ୍କ ପେଣ୍ଡା ତିକ୍ତ;ସେମାନଙ୍କ ଦ୍ରାକ୍ଷାରସ ନାଗସର୍ପର ଗରଳ ଓ କାଳସର୍ପର କ୍ରୂର ବିଷ।ଯେଉଁମାନେ ସେମାନଙ୍କ ବଳିର ମେଦ ଭୋଜନ କଲେ ଓ ପେୟ-ନୈବେଦ୍ୟର ଦ୍ରାକ୍ଷାରସ ପାନ କଲେ, ସେମାନେ କାହାନ୍ତି? ସେମାନେ ଉଠି ତୁମ୍ଭମାନଙ୍କର ଉପକାର କରନ୍ତୁ, ସେମାନେ ତୁମ୍ଭମାନଙ୍କର ଆଶ୍ରୟ ହେଉନ୍ତୁ।ତହିଁରେ ଇସ୍ରାଏଲ ନିର୍ଭୟରେ ବାସ କଲା, ଯାକୁବର ନିର୍ଝର ଏକାକୀ ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶରେ ବାସ କଲା ହଁ, ତାହାର ଆକାଶରୁ ମଧ୍ୟ ଶିଶିର କ୍ଷରେ।ଯିହୋଶୂୟ3
ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।ଆଉ ତୁମ୍ଭେମାନେ ଯହିଁରେ ପରିଶ୍ରମ କରି ନାହଁ, ଏପରି ଏକ ଦେଶ ଓ ଯାହା ଯାହା ତୁମ୍ଭେମାନେ ନିର୍ମାଣ କରି ନାହଁ, ଏପରି ନଗରମାନ ଆମ୍ଭେ ତୁମ୍ଭମାନଙ୍କୁ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରୁଅଛ; ତୁମ୍ଭେମାନେ ଯେଉଁ ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ରୋପଣ ନ କଲ, ତାହା ତୁମ୍ଭେମାନେ ଭୋଗ କରୁଅଛ।’ବିଚାରକର୍ତ୍ତା12
ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?ଏଉତ୍ତାରେ ବୃକ୍ଷମାନେ ଦ୍ରାକ୍ଷାଲତାକୁ କହିଲେ, ‘ତୁମ୍ଭେ ଆସ, ଆମ୍ଭମାନଙ୍କ ଉପରେ ରାଜତ୍ୱ କର।’ତହିଁରେ ଦ୍ରାକ୍ଷାଲତା ସେମାନଙ୍କୁ କହିଲା, ମୋହର ଯେଉଁ ଦ୍ରାକ୍ଷାରସ ପରମେଶ୍ୱରଙ୍କୁ ଓ ମନୁଷ୍ୟକୁ ପ୍ରସନ୍ନ କରେ, ତାହା ତ୍ୟାଗ କରି ମୁଁ କି ବୃକ୍ଷମାନଙ୍କ ଉପରେ ଏଣେତେଣେ ଦୋହଲିବାକୁ ଯିବି?ଆଉ ସେମାନେ ଦ୍ରାକ୍ଷାକ୍ଷେତ୍ରକୁ ଯାଇ ଆପଣା ଆପଣା ଦ୍ରାକ୍ଷାଫଳ ସଂଗ୍ରହ କରି ଦଳିଲେ ଓ ଉତ୍ସବ କରି ଆପଣା ଦେବତାର ମନ୍ଦିରକୁ ଯାଇ ଭୋଜନପାନ କରି ଅବୀମେଲକ୍କୁ ଶାପ ଦେଲେ।ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ;ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।”ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା।ତହୁଁ ସେ ଦିହୁଡ଼ି ଜଳାଇ ପଲେଷ୍ଟୀୟମାନଙ୍କ ବଢ଼ନ୍ତା ଦ୍ରାକ୍ଷାକ୍ଷେତ୍ର ମଧ୍ୟକୁ ସେମାନଙ୍କୁ ଛାଡ଼ିଦେଲା, ପୁଣି କଳେଇ ବିଡ଼ା ଓ ବଢ଼ନ୍ତା ଶସ୍ୟ ଉଭୟ ଓ ମଧ୍ୟ ଜୀତକ୍ଷେତ୍ରସବୁ ପୋଡ଼ି ପକାଇଲା।ତଥାପି ଆମ୍ଭ ପାଖରେ ଆମ୍ଭମାନଙ୍କ ଗଧ ପାଇଁ ପାଳକୁଟା ଓ ଦାନା, ଉଭୟ ଅଛି; ମଧ୍ୟ ମୋʼ ପାଇଁ ଓ ତୁମ୍ଭର ଏହି ଦାସୀ ପାଇଁ ଓ ତୁମ୍ଭ ଦାସ ସଙ୍ଗେ ଥିବା ଏହି ଯୁବା ପାଇଁ ରୁଟି ଓ ଦ୍ରାକ୍ଷାରସ ଅଛି; କୌଣସି ବିଷୟରେ କିଛି ଅଭାବ ନାହିଁ।”ଏହେତୁ ସେମାନେ ବିନ୍ୟାମୀନ୍-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେମାନେ ଯାଇ ଦ୍ରାକ୍ଷାକ୍ଷେତ୍ରରେ ଛକି ବସି ଅନାଅ;ଆଉ ଦେଖ, ଶୀଲୋର କନ୍ୟାମାନେ ମେଳ ମଧ୍ୟରେ ନାଚିବା ପାଇଁ ବାହାର ହୋଇ ଆସିଲେ, ତୁମ୍ଭେମାନେ ଦ୍ରାକ୍ଷାକ୍ଷେତ୍ରରୁ ବାହାରି ପ୍ରତ୍ୟେକେ ଆପଣା ଆପଣା ପାଇଁ ଶୀଲୋ କନ୍ୟାଗଣ ମଧ୍ୟରୁ ଭାର୍ଯ୍ୟା ଧରି ବିନ୍ୟାମୀନ୍ ଦେଶକୁ ଚାଲିଯାଅ।ପ୍ରଥମ ଶାମୁୟେଲ11
ତହିଁରେ ଏଲି ତାହାକୁ କହିଲେ, “ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର।”ଏଥିରେ ହାନ୍ନା ଉତ୍ତର ଦେଇ କହିଲା, “ନା, ମୋହର ପ୍ରଭୋ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟ ପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି।”ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା।ଆହୁରି ସେ ତୁମ୍ଭମାନଙ୍କ ଶସ୍ୟକ୍ଷେତ୍ର ଓ ତୁମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ଓ ତୁମ୍ଭମାନଙ୍କ ଜୀତକ୍ଷେତ୍ର ମଧ୍ୟରୁ ସର୍ବୋତ୍ତମ କ୍ଷେତ୍ରସବୁ ନେଇ ଆପଣା ଦାସମାନଙ୍କୁ ଦେବ।ପୁଣି, ସେ ତୁମ୍ଭମାନଙ୍କ ବିହନର ଓ ତୁମ୍ଭମାନଙ୍କ ଦ୍ରାକ୍ଷାର ଦଶମାଂଶ ନେଇ ଆପଣାର ଗୃହାଧ୍ୟକ୍ଷ ଓ ଦାସମାନଙ୍କୁ ଦେବ।ତେବେ ତୁମ୍ଭେ ସେଠାରୁ ଆଗକୁ ଗଲେ, ତାବୋରର ଅଲୋନ ବୃକ୍ଷ ନିକଟରେ ଉପସ୍ଥିତ ହେବ, ସେଠାରେ ଜଣେ ତିନୋଟି ଛେଳିଛୁଆ, ଆଉ ଜଣେ ତିନୋଟି ରୁଟି, ପୁଣି, ଆଉ ଜଣେ କୁମ୍ପାଏ ଦ୍ରାକ୍ଷାରସ ଘେନି ବେଥେଲ୍କୁ ପରମେଶ୍ୱରଙ୍କ ନିକଟକୁ ଯାଉଥିବାର ଏପରି ତିନି ପୁରୁଷଙ୍କର ସାକ୍ଷାତ ପାଇବ;ତହିଁରେ ଯିଶୀ ରୁଟିରେ ନଦା ଏକ ଗଧ, ଏକ କୁମ୍ପା ଦ୍ରାକ୍ଷାରସ ଓ ଏକ ଛେଳିଛୁଆ ନେଇ ଆପଣା ପୁତ୍ର ଦାଉଦଙ୍କ ହସ୍ତରେ ଶାଉଲଙ୍କ ନିକଟକୁ ପଠାଇଲା।ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, “ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କʼଣ ତୁମ୍ଭମାନଙ୍କ ପ୍ରତି ଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କʼଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,ତହୁଁ ଅବୀଗଲ ଶୀଘ୍ର ଦୁଇ ଶହ ରୁଟି ଓ ଦୁଇ କୁମ୍ପା ଦ୍ରାକ୍ଷାରସ ଓ ପାଞ୍ଚୋଟି କଟା ମେଷ ଓ ପାଞ୍ଚ ଗଉଣୀ ଭଜା ଶସ୍ୟ ଓ ଶହେ ପେଣ୍ଡା ଦ୍ରାକ୍ଷାଫଳ ଓ ଦୁଇ ଶହ ଡିମ୍ବିରି ଚକ୍ତି ନେଇ ଗଧମାନଙ୍କ ଉପରେ ନଦିଲା।ମାତ୍ର ପ୍ରାତଃକାଳରେ ନାବଲର ମତ୍ତତା ତୁଟନ୍ତେ, ତାହାର ଭାର୍ଯ୍ୟା ତାହାକୁ ସେହି ସବୁ କଥା ଜଣାଇଲା; ତହିଁରେ ତାହାର ହୃଦୟ ତାହା ଅନ୍ତରରେ ମରିଗଲା ଓ ସେ ପଥର ପରି ହୋଇଗଲା।ପୁଣି, ସେମାନେ ତାହାକୁ ଡିମ୍ବିରିଚକ୍ତିରୁ ଏକ ଖଣ୍ଡ ଓ ଦୁଇ ପେଣ୍ଡା ଦ୍ରାକ୍ଷା ଦେଲେ; ଆଉ ସେ ଭୋଜନ କରନ୍ତେ ଚେତନା ପାଇଲା, କାରଣ ସେ ତିନି ଦିନ ତିନି ରାତ୍ରି କିଛି ଆହାର କରି ନ ଥିଲା, କି କିଛି ଜଳ ପାନ କରି ନ ଥିଲା।ଦ୍ୱିତୀୟ ଶାମୁୟେଲ4
ପୁଣି ସେ ଇସ୍ରାଏଲର ସମୁଦାୟ ଜନତା ମଧ୍ୟରେ ସମସ୍ତ ଲୋକଙ୍କୁ, ପୁରୁଷ ଓ ସ୍ତ୍ରୀ ଉଭୟ ମଧ୍ୟରେ ପ୍ରତ୍ୟେକଙ୍କୁ ଏକ ଏକ ଖଣ୍ଡ ରୁଟି ଓ ଏକ ଏକ ଅଂଶ ମାଂସ ଓ ଏକ ଏକ ଦ୍ରାକ୍ଷାଚକ୍ତି ପରିବେଷଣ କଲେ। ତହିଁରେ ସମସ୍ତ ଲୋକ ପ୍ରତ୍ୟେକେ ଆପଣା ଆପଣା ଗୃହକୁ ପ୍ରସ୍ଥାନ କଲେ।ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,’ ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କʼଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”ଏଥିଉତ୍ତାରେ ଦାଉଦ ଉଠାଣି ଶୃଙ୍ଗ ପାର ହୋଇ ଅଳ୍ପ ବାଟ ଅଗ୍ରସର ହେଲା ଉତ୍ତାରେ ଦେଖ, ମଫୀବୋଶତ୍ର ଦାସ ସୀବଃ ସଜ୍ଜିତ ଦୁଇ ଗର୍ଦ୍ଦଭ ସଙ୍ଗେ ନେଇ ତାଙ୍କୁ ଭେଟିଲା, ସେହି ଗର୍ଦ୍ଦଭମାନଙ୍କ ଉପରେ ଦୁଇ ଶହ ରୁଟି, ଶହେ ପେନ୍ଥା ଦ୍ରାକ୍ଷାଫଳ ଓ ଶହେ ଗ୍ରୀଷ୍ମକାଳୀନ ଫଳ ଓ ଏକ କୁମ୍ପା (ବୋତୋଲ୍) ଦ୍ରାକ୍ଷାରସ ଥିଲା।ତହିଁରେ ରାଜା ସୀବଃକୁ କହିଲେ, “ଏସବୁରେ ତୁମ୍ଭର ଅଭିପ୍ରାୟ କଅଣ?” ତହୁଁ ସୀବଃ କହିଲା, “ଏ ଗର୍ଦ୍ଦଭ ଦୁଇଟି ରାଜପରିବାରଙ୍କ ଚଢ଼ିବା ନିମନ୍ତେ; ପୁଣି ଏହି ରୁଟି ଓ ଗ୍ରୀଷ୍ମକାଳୀନ ଫଳ ଯୁବାମାନଙ୍କ ଆହାର ନିମନ୍ତେ, ଆଉ ଦ୍ରାକ୍ଷାରସ ପ୍ରାନ୍ତରରେ କ୍ଳାନ୍ତ ହେବା ଲୋକମାନେ ପାନ କରିବେ।”ପ୍ରଥମ ରାଜାବଳୀ8
ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।ଦ୍ୱିତୀୟ ରାଜାବଳୀ5
ତହୁଁ ଜଣେ ଶାକ ସଂଗ୍ରହ କରିବା ପାଇଁ କ୍ଷେତ୍ରକୁ ଯାଇ ବନ୍ୟ ଲତା ପାଇ ତହିଁର ଫଳରେ ଅଣ୍ଟି ପୂର୍ଣ୍ଣ କରି ଆସି ତାହା ଖଣ୍ଡ ଖଣ୍ଡ କାଟି ଖାଦ୍ୟ-ହଣ୍ଡାରେ ପକାଇଲା; କାରଣ ସେମାନେ ତାହା ଚିହ୍ନିଲେ ନାହିଁ।ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ ନିକଟକୁ ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର।ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶ, ଆଉ ତୈଳଜୀତ ଓ ମଧୁମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ମରିବ ନାହିଁ; ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ତୁମ୍ଭମାନଙ୍କୁ ମଣାଇଲେ, ତାହାର କଥା ତୁମ୍ଭେମାନେ ଶୁଣ ନାହିଁ।ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।ପ୍ରଥମ ବଂଶାବଳୀ4
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।ଆହୁରି ଇଷାଖର, ସବୂଲୂନ ଓ ନପ୍ତାଲି ପର୍ଯ୍ୟନ୍ତ ସେମାନଙ୍କ ନିକଟବର୍ତ୍ତୀ ଲୋକମାନେ ଗର୍ଦ୍ଦଭ, ଉଷ୍ଟ୍ର, ଖଚର ଓ ବଳଦ ପୃଷ୍ଠରେ ଖାଦ୍ୟଦ୍ରବ୍ୟ, ଅର୍ଥାତ୍, ସୂଜିର ଦ୍ରବ୍ୟ, ଡିମ୍ବିରି ଚକ୍ତି, ଦ୍ରାକ୍ଷାପେଣ୍ଡା, ଦ୍ରାକ୍ଷାରସ, ତୈଳ ଆଣିଲେ, ଆହୁରି ବଳଦ ଓ ମେଷ ବହୁଳ ରୂପେ ଆଣିଲେ; କାରଣ ଇସ୍ରାଏଲ ମଧ୍ୟରେ ଆନନ୍ଦ ହେଲା।ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍ମୀୟ ସବ୍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।ଦ୍ୱିତୀୟ ବଂଶାବଳୀ5
ଆଉ ଦେଖନ୍ତୁ, ମୁଁ ଆପଣଙ୍କ ଦାସ କାଠକଟାଳୀମାନଙ୍କୁ କୋଡ଼ିଏ ହଜାର ମହଣ ମଳା ଗହମ ଓ କୋଡ଼ିଏ ହଜାର ମହଣ ଯବ ଓ କୋଡ଼ିଏ ହଜାର ମହଣ ଦ୍ରାକ୍ଷାରସ ଓ କୋଡ଼ିଏ ହଜାର ମହଣ ତୈଳ ଦେବି।”ଏହେତୁ ମୋʼ ପ୍ରଭୁ ଯେଉଁ ଗହମ ଓ ଯବ, ତୈଳ ଓ ଦ୍ରାକ୍ଷାରସ ବିଷୟ କହିଅଛନ୍ତି, ତାହା ସେ ଆପଣା ଦାସମାନଙ୍କ ନିକଟକୁ ପଠାଇ ଦେଉନ୍ତୁ;ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।ନିହିମୀୟା13
ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏତମ ବର୍ଷରେ ନୀସନ୍ ମାସରେ ଏପରି ଘଟିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏଥିପୂର୍ବେ ମୁଁ ତାଙ୍କ ସାକ୍ଷାତରେ କେବେ ଦୁଃଖିତ ହୋଇ ନ ଥିଲି।ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।”ଆହୁରି, କେତେକ କହିଲେ, “ଆମ୍ଭେମାନେ ରାଜ-କର ପୈଠ କରିବା ନିମନ୍ତେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ବନ୍ଧକ ରଖି ମୁଦ୍ରା ଋଣ କରିଅଛୁ।ମାତ୍ର ଆମ୍ଭମାନଙ୍କ ଶରୀର ଆମ୍ଭମାନଙ୍କ ଭ୍ରାତୃଗଣର ଶରୀର ସମାନ, ଆମ୍ଭମାନଙ୍କ ସନ୍ତାନଗଣ ସେମାନଙ୍କ ସନ୍ତାନଗଣର ସମାନ; ତଥାପି ଦେଖ, ଆମ୍ଭେମାନେ ଆପଣା ଆପଣା ପୁତ୍ର ଓ କନ୍ୟାଗଣଙ୍କୁ ଦାସ ହେବା ପାଇଁ ବିକ୍ରି କରିଅଛୁ, ପୁଣି ଆମ୍ଭମାନଙ୍କ କନ୍ୟାଗଣ ମଧ୍ୟରୁ କେହି କେହି ଦାସୀ ହୋଇ ସାରିଲେଣି; ଆମ୍ଭମାନଙ୍କର ଆଉ କିଛି ଆୟତ୍ତ ନାହିଁ; କାରଣ ଅନ୍ୟ ଲୋକମାନେ ଆମ୍ଭମାନଙ୍କର ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଅଧିକାର କରିଅଛନ୍ତି।”ତୁମ୍ଭେମାନେ ସେମାନଙ୍କର ଶସ୍ୟକ୍ଷେତ୍ର, ସେମାନଙ୍କର ଦ୍ରାକ୍ଷାକ୍ଷେତ୍ର, ସେମାନଙ୍କର ଜୀତକ୍ଷେତ୍ର ଓ ସେମାନଙ୍କର ଗୃହ, ମଧ୍ୟ ସେମାନଙ୍କଠାରୁ ମୁଦ୍ରା ଓ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଶତକଡ଼ା ଯେଉଁ ସୁଧ ତୁମ୍ଭେମାନେ ନେଇଅଛ, ତାହା ଆଜି ସେମାନଙ୍କୁ ଫେରାଇ ଦିଅ।”ମାତ୍ର ମୋହର ପୂର୍ବବର୍ତ୍ତୀ ଦେଶାଧ୍ୟକ୍ଷମାନଙ୍କ ବ୍ୟୟଭାର ଲୋକମାନଙ୍କୁ ବହିବାକୁ ପଡ଼ିଲା, ଆଉ ସେମାନେ ଚାଳିଶ ଶେକଲ ରୂପା ଛଡ଼ା ଲୋକମାନଙ୍କଠାରୁ ଖାଦ୍ୟ ଓ ଦ୍ରାକ୍ଷାରସ ନେଲେ; କେବଳ ତାହା ନୁହେଁ, ସେମାନଙ୍କ ଦାସମାନେ ଲୋକମାନଙ୍କ ଉପରେ ଅତ୍ୟାଚାର କଲେ; ମାତ୍ର ପରମେଶ୍ୱରଙ୍କ ପ୍ରତି ଭୟ ସକାଶୁ ମୁଁ ସେପରି କଲି ନାହିଁ।ସେସମୟରେ ପ୍ରତିଦିନ ଏକ ବଳଦ ଓ ଛଅଗୋଟି ବଛା ମେଷ ପ୍ରସ୍ତୁତ କରାଗଲା; ମଧ୍ୟ ମୋʼ ପାଇଁ କେତେକ ପକ୍ଷୀ ପ୍ରସ୍ତୁତ କରାଗଲା ଓ ଦଶ ଦିନରେ ଥରେ ସର୍ବପ୍ରକାର ଦ୍ରାକ୍ଷାରସ ଆୟୋଜନ କରାଗଲା; ତଥାପି ମୁଁ ଏସବୁ ଲାଗି ଦେଶାଧ୍ୟକ୍ଷର ଖାଦ୍ୟ ଚାହିଁଲି ନାହିଁ, କାରଣ ଏହି ଲୋକଙ୍କ ଉପରେ ଦାସତ୍ୱର ଭାର ଭୟଙ୍କର ହୋଇଥିଲା।ତହିଁରେ ସେମାନେ ପ୍ରାଚୀର-ବେଷ୍ଟିତ ନଗରସକଳ ଓ ଉର୍ବରା ଭୂମି ନେଲେ, ସର୍ବପ୍ରକାର ଉତ୍ତମ ଦ୍ରବ୍ୟରେ ପରିପୂର୍ଣ୍ଣ ଗୃହ, ଖୋଦିତ କୂପ, ଦ୍ରାକ୍ଷାକ୍ଷେତ୍ର ଓ ଜୀତକ୍ଷେତ୍ର ଓ ପ୍ରଚୁର ଫଳବୃକ୍ଷ ଅଧିକାର କଲେ; ତହୁଁ ସେମାନେ ଭୋଜନ କରି ତୃପ୍ତ ଓ ପୁଷ୍ଟ ହେଲେ ଓ ତୁମ୍ଭର ମହାମଙ୍ଗଳଦାନରେ ଆନନ୍ଦ କଲେ।ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।କାରଣ ପବିତ୍ର ସ୍ଥାନର ପାତ୍ରସବୁ ଓ ପରିଚାରକ ଯାଜକମାନେ, ଆଉ ଦ୍ୱାରପାଳ ଓ ଗାୟକମାନେ ଯେଉଁସବୁ କୋଠରିରେ ଥାʼନ୍ତି, ସେଠାକୁ ଇସ୍ରାଏଲ-ସନ୍ତାନଗଣ ଓ ଲେବୀୟ ସନ୍ତାନଗଣ ଶସ୍ୟର, ଦ୍ରାକ୍ଷାରସର ଓ ତୈଳର ଉତ୍ତୋଳନୀୟ ଉପହାର ଆଣିବେ; ପୁଣି, ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରିବୁ ନାହିଁ।ଇଲୀୟାଶୀବ ଟୋବୀୟ ନିମନ୍ତେ ଏକ ବୃହତ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ୱାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ।ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।ଏଷ୍ଟର6
ଆଉ, ସେମାନେ ନାନା ପ୍ରକାର ସୁବର୍ଣ୍ଣ ପାତ୍ରରେ ପାନଦ୍ରବ୍ୟ ଓ ରାଜାଙ୍କ ଉଦାରତାନୁସାରେ ପ୍ରଚୁର ରାଜକୀୟ ଦ୍ରାକ୍ଷାରସ ଦେଲେ।ସପ୍ତମ ଦିନରେ ରାଜା ଦ୍ରାକ୍ଷାରସରେ ହୃଷ୍ଟଚିତ୍ତ ହୋଇ ମହୂମନ୍, ବିସ୍ଥା, ହର୍ବୋଣା, ବିଗ୍ଥା ଓ ଅବଗଥ, ସେଥର ଓ କର୍କସ, ଅକ୍ଷଶ୍ୱେରଶ ରାଜାଙ୍କ ଛାମୁସ୍ଥ ଏହି ସାତ ସେବାକାରୀ ନପୁଂସକଙ୍କୁ ଆଜ୍ଞା ଦେଲେ,ଏଥିରେ ରାଜା ଭୋଜରେ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ କହିଲେ, ତୁମ୍ଭର ନିବେଦନ କଅଣ? “ତାହା ତୁମ୍ଭକୁ ଦତ୍ତ ହେବ; ପୁଣି, ତୁମ୍ଭର ପ୍ରାର୍ଥନା କଅଣ? ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ତାହା ସିଦ୍ଧ ହେବ।”ରାଜା ସେହି ଦ୍ୱିତୀୟ ଦିନ ଦ୍ରାକ୍ଷାରସ ପାନ କରିବା ବେଳେ ଏଷ୍ଟରଙ୍କୁ ପୁନର୍ବାର କହିଲେ, “ଆଗୋ ଏଷ୍ଟର ରାଣୀ, ତୁମ୍ଭର ନିବେଦନ କଅଣ? ତାହା ତୁମ୍ଭକୁ ଦତ୍ତ ହେବ ଓ ତୁମ୍ଭର ପ୍ରାର୍ଥନା କଅଣ? ତାହା ଅର୍ଦ୍ଧେକ ରାଜ୍ୟ ପର୍ଯ୍ୟନ୍ତ ହେଲେ ହେଁ ସିଦ୍ଧ କରାଯିବ।”ଆଉ, ରାଜା କ୍ରୋଧରେ ଦ୍ରାକ୍ଷାରସ-ପାନଶାଳାରୁ ଉଠି ରାଜଗୃହର ଉଦ୍ୟାନକୁ ଗଲା; ତହିଁରେ ରାଜା ଦ୍ୱାରା ଆପଣାର ଅମଙ୍ଗଳ ନିଶ୍ଚିତ ହୋଇଅଛି, ଏହା ଜାଣି ହାମନ୍ ଏଷ୍ଟର ରାଣୀ ନିକଟରେ ଆପଣା ପ୍ରାଣ ମାଗିବାକୁ ଠିଆ ହେଲେ।ତେବେ ରାଜା ରାଜଗୃହର ଉଦ୍ୟାନରୁ ଦ୍ରାକ୍ଷାରସ-ପାନଶାଳାକୁ ଲେଉଟି ଆସିଲେ; ସେତେବେଳେ ଏଷ୍ଟର ଯେଉଁ ଆସନରେ ବସିଥିଲେ, ହାମନ୍ ତହିଁ ଉପରେ ପଡ଼ିଥିଲେ; ତେଣୁ ରାଜା କହିଲେ, “ଏ କʼଣ ଗୃହ ମଧ୍ୟରେ ମୋʼ ସାକ୍ଷାତରେ ରାଣୀଙ୍କୁ ବଳାତ୍କାର କରିବ? ଏହି କଥା ରାଜା ମୁଖରୁ ବାହାରିବା ମାତ୍ର ଲୋକମାନେ ହାମନ୍ର ମୁଖ ଢାଙ୍କି ପକାଇଲେ।”ଆୟୁବ6
ଆଉ, ଦିନେ ତାହାର ପୁତ୍ର ଓ କନ୍ୟାଗଣ ଆପଣାମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ,ସେ କହିବା ବେଳେ ଆଉ ଜଣେ ମଧ୍ୟ ଆସି କହିଲା, “ଆପଣଙ୍କ ପୁତ୍ର ଓ କନ୍ୟାଗଣ ସେମାନଙ୍କ ଜ୍ୟେଷ୍ଠ ଭ୍ରାତାର ଗୃହରେ ଭୋଜନ ଓ ଦ୍ରାକ୍ଷାରସ ପାନ କରୁଥିଲେ;ସେ ଦ୍ରାକ୍ଷାଲତା ନ୍ୟାୟ ଆପଣା ଅପକ୍ୱ ଫଳ ଝାଡ଼ି ପକାଇବ ଓ ଜୀତବୃକ୍ଷ ନ୍ୟାୟ ଆପଣା ଫୁଲ ପକାଇ ଦେବ।ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।“ସେ ଜଳ ଉପରେ ଶୀଘ୍ରଗାମୀ; ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ; ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।ଦେଖ, ମୋʼ ଉଦର ବନ୍ଦ ଦ୍ରାକ୍ଷାରସ ତୁଲ୍ୟ; ନୂତନ କୁମ୍ପା ପରି ତାହା ଫାଟିବାକୁ ଉଦ୍ୟତ।ଗୀତସଂହିତା12
ତୁମ୍ଭେ ମୋʼ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।ନଗର-ଦ୍ୱାରରେ ବସିବା ଲୋକମାନେ ମୋʼ ବିଷୟରେ ଗଳ୍ପ କରନ୍ତି ଓ ମୁଁ ମତ୍ତ ଲୋକମାନଙ୍କର ଗୀତ ସ୍ୱରୂପ ହୋଇଅଛି।ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟ ଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରିବୃକ୍ଷ ନଷ୍ଟ କଲେ।ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ତାହା ରୋପଣ କଲ।ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାରପୁଣି, ମନୁଷ୍ୟର ଚିତ୍ତ-ଆନନ୍ଦକାରୀ ଦ୍ରାକ୍ଷାରସ, ମୁଖ-ଚିକ୍କଣକାରୀ ତୈଳ ଓ ମନୁଷ୍ୟର ହୃଦୟ ସବଳକାରୀ ଭକ୍ଷ୍ୟ ଉତ୍ପନ୍ନ କରନ୍ତି।ମଧ୍ୟ ସେ ସେମାନଙ୍କ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷସବୁ ଆଘାତ କଲେ ଓ ସେମାନଙ୍କ ସୀମାସ୍ଥିତ ବୃକ୍ଷସବୁ ଭାଙ୍ଗି ପକାଇଲେ।ଓ ତଦୁତ୍ପନ୍ନ ଫଳ ପ୍ରାପ୍ତ ହେବେ, ଏଥିପାଇଁ ସେସ୍ଥାନରେ ସେ ସେମାନଙ୍କୁ ବାସ କରାନ୍ତି।ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।ହିତୋପଦେଶ13
ତହିଁରେ ତୁମ୍ଭର ଭଣ୍ଡାର ବହୁ ଧନରେ ପରିପୂର୍ଣ୍ଣ ହେବ ଓ ତୁମ୍ଭ କୁଣ୍ଡରେ ନୂତନ ଦ୍ରାକ୍ଷାରସ ଉଚ୍ଛୁଳି ପଡ଼ିବ।ଯେହେତୁ ସେମାନେ ଦୁଷ୍ଟତାରୂପ ଅନ୍ନ ଭକ୍ଷଣ କରନ୍ତି; ପୁଣି, ଦୌରାତ୍ମ୍ୟରୂପ ଦ୍ରାକ୍ଷାରସ ପାନ କରନ୍ତି।ସେ ଆପଣା ପଶୁସବୁ ବଧ କରିଅଛି; ସେ ଆପଣା ଦ୍ରାକ୍ଷାରସ ମିଶ୍ରିତ କରିଅଛି; ସେ ଆପଣା ମେଜ ମଧ୍ୟ ସଜାଇଅଛି।“ଆସ, ମୋହର ଭକ୍ଷ୍ୟ ଭୋଜନ କର ଓ ମୋହର ମିଶ୍ରିତ ଦ୍ରାକ୍ଷାରସ ପାନ କର।ଦ୍ରାକ୍ଷାରସ ନିନ୍ଦକ, ମଦ୍ୟ କଳହକାରୀ; ଯେକେହି ତଦ୍ଦ୍ୱାରା ଭ୍ରାନ୍ତ ହୁଏ, ସେ ଜ୍ଞାନବାନ ନୁହେଁ।ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।ଦ୍ରାକ୍ଷାରସରେ ଆସକ୍ତ ଓ ପେଟାର୍ଥୀ ମାଂସ-ଭୋକ୍ତାମାନଙ୍କ ସଙ୍ଗୀ ହୁଅ ନାହିଁ।ଯେଉଁମାନେ ଦ୍ରାକ୍ଷାରସ ପାନରେ ବହୁ କାଳ ବସିଥାʼନ୍ତି, ଯେଉଁମାନେ ମିଶ୍ରିତ ସୁରା ଖୋଜି ବୁଲନ୍ତି, ସେମାନଙ୍କର।ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।ମୁଁ ଅଳସୁଆର କ୍ଷେତ୍ର ଓ ନିର୍ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ନିକଟ ଦେଇ ଗଲି।ହେ ଲମୂୟେଲ, ରାଜାମାନଙ୍କର ଦ୍ରାକ୍ଷାରସ ପାନ କରିବା ଉଚିତ ନୁହେଁ, ରାଜାମାନଙ୍କର ଉଚିତ ନୁହେଁ; କିଅବା ମଦ୍ୟ କାହିଁ ବୋଲି କହିବା ଭୂପତିମାନଙ୍କର ଉଚିତ ନୁହେଁ।ମୃତକଳ୍ପ ଲୋକକୁ ମଦ୍ୟ ଦିଅ ଓ ତିକ୍ତମନା ଲୋକକୁ ଦ୍ରାକ୍ଷାରସ ଦିଅ।ସେ କ୍ଷେତ୍ରର ବିଷୟ ବୁଝି ତାହା କିଣେ, ସେ ଆପଣା ହସ୍ତର ଫଳ ଦେଇ ଦ୍ରାକ୍ଷାକ୍ଷେତ୍ର ରୋପଣ କରେ।ଉପଦେଶକ4
ମୁଁ କିପରି ମଦ୍ୟପାନରେ ଶରୀରକୁ ତୁଷ୍ଟ କରିବି ଓ ଆକାଶ ତଳେ ମନୁଷ୍ୟ-ସନ୍ତାନଗଣର ଯାବଜ୍ଜୀବନ କଅଣ କରିବା ଭଲ, ଏହା ଜାଣି ପାରିବା ପର୍ଯ୍ୟନ୍ତ କିପରି ଅଜ୍ଞାନତା ଅବଲମ୍ବନ କରିବି, ଏହା ମନେ ମନେ ଅନୁସନ୍ଧାନ କଲି, ଏହି ସମୟରେ ମଧ୍ୟ ମୋହର ମନ ଜ୍ଞାନରେ ମୋତେ ପଥ ପ୍ରଦର୍ଶନ କରୁଥିଲା।ମୁଁ ଆପଣା ନିମନ୍ତେ ମହତ୍ ମହତ୍ କର୍ମ କଲି; ମୁଁ ଗୃହମାନ ନିର୍ମାଣ କଲି; ମୁଁ ଅନେକ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କଲି;ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନସବୁ କାର୍ଯ୍ୟରେ ଆସେ।ପରମ ଗୀତ17
ତୁମ୍ଭେ ଆପଣା ମୁଖ-ଚୁମ୍ବନରେ ମୋତେ ଚୁମ୍ବନ କର; କାରଣ ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା ଉତ୍ତମ।ମୋତେ ତୁମ୍ଭେ ଟାଣି ନିଅ; ପୁଣି ଆମ୍ଭେ ତୁମ୍ଭ ପଛେ ପଛେ ଧାଇଁବା; ରାଜା ଆପଣା ଅନ୍ତଃପୁରକୁ ମୋତେ ଆଣିଅଛନ୍ତି; ଆମ୍ଭେମାନେ ତୁମ୍ଭଠାରେ ଆନନ୍ଦିତ ହେବା ଓ ଉଲ୍ଲାସ କରିବା। ଆମ୍ଭେମାନେ ଦ୍ରାକ୍ଷାରସ ଅପେକ୍ଷା ତୁମ୍ଭ ପ୍ରେମ ବିଷୟ ଅଧିକ କହିବା; ଯଥାର୍ଥରେ ଲୋକେ ତୁମ୍ଭକୁ ପ୍ରେମ କରନ୍ତି।ମୁଁ କୃଷ୍ଣବର୍ଣ୍ଣା, ସୂର୍ଯ୍ୟ ମୋତେ ବିବର୍ଣ୍ଣା କରିଅଛି ବୋଲି ମୋʼ ପ୍ରତି କୁଦୃଷ୍ଟି କର ନାହିଁ। ମୋʼ ମାତାର ସନ୍ତାନଗଣ ମୋʼ ପ୍ରତି କୁପିତ ହେଲେ, ସେମାନେ ମୋତେ ଦ୍ରାକ୍ଷାକ୍ଷେତ୍ରସମୂହର ରକ୍ଷିକା କଲେ; ମାତ୍ର ମୁଁ ନିଜ ଦ୍ରାକ୍ଷାକ୍ଷେତ୍ର ରକ୍ଷା କରି ନାହିଁ।ମୋʼ ପ୍ରିୟତମ ମୋʼ ପ୍ରତି ଐନଗଦୀର ଦ୍ରାକ୍ଷାକ୍ଷେତ୍ରସ୍ଥ ମେହେନ୍ଦି ପୁଷ୍ପ ଗୁଚ୍ଛ ତୁଲ୍ୟ ଅଟନ୍ତି।ସେ ଆପଣା ଭୋଜନପାନର ଗୃହକୁ ମୋତେ ଆଣିଲେ, ମୋʼ ଉପରେ ପ୍ରେମ ହିଁ ତାଙ୍କର ପତାକା ହେଲା।ତୁମ୍ଭେମାନେ ଦ୍ରାକ୍ଷାଫଳ ଦେଇ ମୋତେ ସୁସ୍ଥିର କର, ନାଗରଙ୍ଗ ଫଳରେ ମୋତେ ଆଶ୍ୱାସ ଦିଅ; କାରଣ ମୁଁ ପ୍ରେମପୀଡ଼ିତା।ଡିମ୍ବିରିବୃକ୍ଷ ସ୍ୱ ଅପକ୍ୱ ଫଳମାନ ପକ୍ୱ କରୁଅଛି ଓ ଦ୍ରାକ୍ଷାଲତା ପୁଷ୍ପିତ ହୋଇ ସୁବାସ ଦେଉଅଛି। ହେ ମୋହର ପ୍ରିୟେ, ମୋହର ସୁନ୍ଦରୀ, ଉଠ, ବାହାରି ଆସ।ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧି ଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ!ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର।ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍ରୋଟ୍ ଉଦ୍ୟାନକୁ ଗଲି।ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି;” ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ।ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।ମୁଁ ତୁମ୍ଭକୁ ପଥ କଢ଼ାଇ ଆପଣା ମାତାଙ୍କ ଗୃହକୁ ଘେନି ଆସନ୍ତି, ସେ ମୋତେ ଶିକ୍ଷା ଦିଅନ୍ତେ; ମୁଁ ତୁମ୍ଭକୁ ସୁଗନ୍ଧି ମିଶ୍ରିତ ଦ୍ରାକ୍ଷାରସ, ମୋହର ଡାଳିମ୍ବରସ ପାନ କରାନ୍ତି।ବାଲ-ହାମୋନରେ ଶଲୋମନଙ୍କର ଏକ ଦ୍ରାକ୍ଷାକ୍ଷେତ୍ର ଥିଲା; ସେ ରକ୍ଷକମାନଙ୍କୁ ତାହା ଭଡ଼ା ଦେଇଥିଲେ; ପ୍ରତ୍ୟେକ ରକ୍ଷକକୁ ତହିଁର ଫଳ ପାଇଁ ଏକ ଏକ ସହସ୍ର ରୂପା ମୁଦ୍ରା ଦେବାକୁ ପଡ଼ିଲା।ମୋହର ଦ୍ରାକ୍ଷାକ୍ଷେତ୍ର ମୋʼ ସମ୍ମୁଖରେ ଅଛି; ହେ ଶଲୋମନ, ସେହି ସହସ୍ର ମୁଦ୍ରା ତୁମ୍ଭେ ପାଇବ ଓ ତହିଁର ଫଳରକ୍ଷକମାନେ ଦୁଇ ଶତ ମୁଦ୍ରା ପାଇବେ।ଯିଶାଇୟ39
ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।ସଦାପ୍ରଭୁ ଆପଣା ଲୋକମାନଙ୍କର ପ୍ରାଚୀନବର୍ଗର ଓ ଅଧିପତିଗଣର ସହିତ ବିଚାରରେ ଉପସ୍ଥିତ ହେବେ; “ତୁମ୍ଭେମାନେ ହିଁ ଦ୍ରାକ୍ଷାକ୍ଷେତ୍ର ଗ୍ରାସ କରିଅଛ; ଦରିଦ୍ରମାନଙ୍କଠାରୁ ଲୁଟିତ ଦ୍ରବ୍ୟ ତୁମ୍ଭମାନଙ୍କ ଗୃହରେ ଅଛି;”ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋʼ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋʼ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;ପୁଣି, ସେ ତାହା ଖୋଳି ପ୍ରସ୍ତରସବୁ ବାହାର କଲେ ଓ ଅତ୍ୟୁତ୍ତମ ଦ୍ରାକ୍ଷାଲତା ତହିଁରେ ରୋପଣ କଲେ ଓ ତହିଁର ମଧ୍ୟସ୍ଥାନରେ ଗୋଟିଏ ଉଚ୍ଚ ଗୃହ ନିର୍ମାଣ କରି ଦ୍ରାକ୍ଷାକୁଣ୍ଡ ମଧ୍ୟ ଖୋଳିଲେ, ଆଉ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷାରେ ରହିଲେ, ମାତ୍ର ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା।ଏଣୁ ଏବେ ହେ ଯିରୂଶାଲମ ନିବାସୀମାନେ ଓ ଯିହୁଦାର ଲୋକମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରେ, ତୁମ୍ଭେମାନେ ମୋହର ଓ ମୋʼ ଦ୍ରାକ୍ଷାକ୍ଷେତ୍ରର ମଧ୍ୟରେ ବିଚାର କର।ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ରରେ ଯାହା କରି ନାହିଁ, ଏପରି କେଉଁ ଅଧିକ କର୍ମ ତହିଁ ପ୍ରତି କରାଯାଇ ପାରନ୍ତା? ଏନିମନ୍ତେ ମୁଁ ଦ୍ରାକ୍ଷାଫଳ ଫଳିବ ବୋଲି ଅପେକ୍ଷା କଲେ, ତହିଁରେ ବନ୍ୟ ଦ୍ରାକ୍ଷାଫଳ ଫଳିଲା କାହିଁକି?ଏଣୁ ଏବେ ଶୁଣ; ମୁଁ ଆପଣା ଦ୍ରାକ୍ଷାକ୍ଷେତ୍ର ପ୍ରତି ଯାହା କରିବି, ତାହା ତୁମ୍ଭମାନଙ୍କୁ ଜଣାଇବି; ମୁଁ ତହିଁର ବାଡ଼ କାଢ଼ି ପକାଇବି, ତହିଁରେ ତାହା ଗ୍ରାସ କରାଯିବ; ମୁଁ ତହିଁର ବେଢ଼ା ଭାଙ୍ଗି ପକାଇବି, ତହିଁରେ ତାହା ଦଳିତ ହେବ;ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ।କାରଣ ଦଶ ଏକର ଦ୍ରାକ୍ଷାକ୍ଷେତ୍ରରେ ଏକ ମହଣ ଦ୍ରାକ୍ଷାରସ ଉତ୍ପନ୍ନ ହେବ ଓ ଦଶ ମହଣ ବୀଜରୁ କେବଳ ଏକ ମହଣ ଶସ୍ୟ ଉତ୍ପନ୍ନ ହେବ।”ଯେଉଁମାନେ ସୁରାପାନ କରିବାକୁ ଅତି ପ୍ରଭାତରେ ଉଠନ୍ତି; ଦ୍ରାକ୍ଷାରସରେ ଉତ୍ତପ୍ତ ହେବା ପର୍ଯ୍ୟନ୍ତ ରାତ୍ରିରେ ବିଳମ୍ବ କରନ୍ତି, ସେମାନେ ସନ୍ତାପର ପାତ୍ର!ସେମାନଙ୍କ ଭୋଜିରେ ବୀଣା, ନେବଲ, ତବଲା, ବଂଶୀ ଓ ଦ୍ରାକ୍ଷାରସ ଥାଏ; ମାତ୍ର ସେମାନେ ସଦାପ୍ରଭୁଙ୍କର କାର୍ଯ୍ୟ ନିରୀକ୍ଷଣ କରନ୍ତି ନାହିଁ କିଅବା ତାହାଙ୍କର ହସ୍ତର କର୍ମ ସେମାନେ ବିବେଚନା କରି ନାହାନ୍ତି।ଯେଉଁମାନେ ଦ୍ରାକ୍ଷାରସ ପାନ କରିବାକୁ ପରାକ୍ରମୀ ଓ ମଦ୍ୟ ମିଶ୍ରିତ କରିବାକୁ ବଳବାନ;ଆହୁରି, ଯେଉଁ ଯେଉଁ ସ୍ଥାନରେ ସହସ୍ର ରୌପ୍ୟ ମୁଦ୍ରା ମୂଲ୍ୟର ଦ୍ରାକ୍ଷାଲତା ଥିଲା, ସେହି ଦିନ ସେ ପ୍ରତ୍ୟେକ ସ୍ଥାନ କାନକୋଳି ଓ କଣ୍ଟକ ବୃକ୍ଷମୟ ହେବ।ଏହେତୁ ମୋୟାବ ମୋୟାବର ନିମନ୍ତେ ହାହାକାର କରିବ, ପ୍ରତ୍ୟେକ ଲୋକ ହାହାକାର କରିବ; କାରଣ ତୁମ୍ଭେମାନେ ଅତ୍ୟନ୍ତ ଦୁଃଖିତ ହୋଇ କୀର-ହେରସତ ସହରର ଦ୍ରାକ୍ଷାଚକ୍ତି ନିମନ୍ତେ ବିଳାପ କରିବ।ଯେହେତୁ ହିଷ୍ବୋନ ସହରର କ୍ଷେତ୍ରସବୁ ଓ ସିବ୍ମା ନଗରର ଦ୍ରାକ୍ଷାଲତା ମ୍ଳାନ ହେଉଅଛି; ଗୋଷ୍ଠୀବର୍ଗର ଅଧ୍ୟକ୍ଷଗଣ ତହିଁର ମନୋନୀତ ଚାରାସବୁ ଭାଙ୍ଗି ପକାଇଅଛନ୍ତି; ସେହି ସବୁ ଯାସେର ନଗର ପର୍ଯ୍ୟନ୍ତ ଗଲେ, ପ୍ରାନ୍ତର ପର୍ଯ୍ୟନ୍ତ ଏଣେତେଣେ ଗଲେ; ତାହାର ଶାଖାସବୁ ଚାରିଆଡ଼େ ବିସ୍ତୃତ ହେଲା, ସେହି ସବୁ ସମୁଦ୍ର ପାର ହୋଇଗଲେ।ଏହେତୁ ଆମ୍ଭେ ଯାସେରର ରୋଦନ କାଳରେ ସିବ୍ମାର ଦ୍ରାକ୍ଷାଲତା ନିମନ୍ତେ ରୋଦନ କରିବା; ହେ ହିଷ୍ବୋନ, ହେ ଇଲୀୟାଲୀ ଆମ୍ଭେ ଆପଣା ଲୋତକ ଜଳରେ ତୁମ୍ଭକୁ ତିନ୍ତାଇବା; କାରଣ ତୁମ୍ଭର ଗ୍ରୀଷ୍ମକାଳରେ ଫଳ ଓ ତୁମ୍ଭର ଶସ୍ୟ ଉପରେ ଯୁଦ୍ଧଧ୍ୱନି ପଡ଼ିଅଛି।ପୁଣି, ଆନନ୍ଦ ଓ ଉଲ୍ଲାସ ଉର୍ବରା କ୍ଷେତ୍ରରୁ ଦୂରୀକୃତ ହୋଇଅଛି; ଆଉ, ଦ୍ରାକ୍ଷାକ୍ଷେତ୍ରରେ ଗାନ ଅବା ଆନନ୍ଦଧ୍ୱନି ହେବ ନାହିଁ; କେହି ପଦ ଦ୍ୱାରା ଚାପି ଦ୍ରାକ୍ଷାକୁଣ୍ଡରେ ଦ୍ରାକ୍ଷାରସ ବାହାର କରିବ ନାହିଁ; ଆମ୍ଭେ ଦ୍ରାକ୍ଷା ସଂଗ୍ରହର ଆନନ୍ଦଧ୍ୱନି ନିବୃତ୍ତ କରିଅଛୁ।ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।ତୁମ୍ଭେମାନେ ସ୍ଥଗିତ ଓ ଚମତ୍କୃତ ହୁଅ; ଆମୋଦ କରି ଅନ୍ଧ ହୁଅ; ସେମାନେ ମତ୍ତ ଅଛନ୍ତି, ମାତ୍ର ଦ୍ରାକ୍ଷାରସରେ ନୁହେଁ; ସେମାନେ ଟଳଟଳ ହୁଅନ୍ତି, ମାତ୍ର ସୁରାପାନରେ ନୁହେଁ।ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।ସେମାନେ ମନୋରମ କ୍ଷେତ୍ର ଓ ଫଳବତୀ ଦ୍ରାକ୍ଷାଲତା ନିମନ୍ତେ ଛାତିରେ ମାରି ହେବେ।ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।ହିଜକୀୟର କଥା ଶୁଣ ନାହିଁ; କାରଣ ଅଶୂରୀୟ ରାଜା ଏହି କଥା କୁହନ୍ତି, ତୁମ୍ଭେମାନେ ମୋʼ ସଙ୍ଗେ ସନ୍ଧି କର ଓ ମୋʼ କତିକି ବାହାରି ଆସ ଓ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଫଳ ଓ ପ୍ରତ୍ୟେକେ ଆପଣା ଆପଣା ଡିମ୍ବିରି ଫଳ ଭୋଜନ କର, ଆଉ ପ୍ରତ୍ୟେକେ ଆପଣା ଆପଣା କୂପ ଜଳ ପାନ କର;ଶେଷରେ ମୁଁ ଆସି ତୁମ୍ଭମାନଙ୍କର ସ୍ୱଦେଶ ତୁଲ୍ୟ ଏକ ଦେଶକୁ, ଅର୍ଥାତ୍, ଶସ୍ୟ ଓ ଦ୍ରାକ୍ଷାରସମୟ ଦେଶ, ଆଉ ରୁଟି ଓ ଦ୍ରାକ୍ଷାକ୍ଷେତ୍ରମୟ ଦେଶକୁ ତୁମ୍ଭମାନଙ୍କୁ ନେଇଯିବି।ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।ଏଣୁକରି ହେ ଦୁଃଖିନୀ ଓ ବିନା ଦ୍ରାକ୍ଷାରସରେ ମତ୍ତା ଯେ ତୁମ୍ଭେ, ତୁମ୍ଭେ ଏବେ ଏହା ଶୁଣ;“ହେ ତୃଷିତ ଲୋକସକଳ, ତୁମ୍ଭେମାନେ ଜଳ ନିକଟକୁ ଆସ, ପୁଣି ଯାହାର କିଛି ଅର୍ଥ ନାହିଁ, ସେ ଆସୁ; ତୁମ୍ଭେମାନେ ଆସ, କିଣ ଓ ଭୋଜନ କର; ହଁ, ଆସ, ଅର୍ଥ ଓ ମୂଲ୍ୟ ବିନା ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।ପ୍ରତ୍ୟେକେ କହନ୍ତି, “ଆସ, ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।ସଦାପ୍ରଭୁ ଏହି କଥା କହନ୍ତି, “ଦ୍ରାକ୍ଷାପେଣ୍ଡାରେ ଯେପରି ନୂତନ ଦ୍ରାକ୍ଷାରସ ମିଳେ ଓ ଲୋକେ କହନ୍ତି, ଏହା ନଷ୍ଟ ନ କର, କାରଣ ଏଥିରେ ଆଶୀର୍ବାଦ ଅଛି; ସେହିପରି ଆମ୍ଭେ ଆପଣା ଦାସଗଣ ସକାଶେ କରିବା, ଆମ୍ଭେ ସମସ୍ତଙ୍କୁ ବିନାଶ କରିବା ନାହିଁ।ପୁଣି, ଲୋକମାନେ ଗୃହ ନିର୍ମାଣ କରି ତହିଁରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।ଯିରିମୀୟ26
ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ?ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟାଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।”ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ସେମାନେ ଇସ୍ରାଏଲର ଅବଶିଷ୍ଟ ଲୋକଙ୍କୁ ଦ୍ରାକ୍ଷାଫଳ ପରି ସମ୍ପୂର୍ଣ୍ଣ ରୂପେ ତୋଳି ନେବେ; ତୁମ୍ଭେ ଦ୍ରାକ୍ଷାଫଳ ସଂଗ୍ରହକାରୀ ସଦୃଶ୍ୟ ବାରମ୍ବାର ଆପଣା ହସ୍ତ ଟୋକାଇରେ ଦିଅ।”ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ସଂହାର କରିବା; ଦ୍ରାକ୍ଷାଲତାରେ ଦ୍ରାକ୍ଷାଫଳ, କିଅବା ଡିମ୍ବିରି ବୃକ୍ଷରେ ଡିମ୍ବିରି ଫଳ ରହିବ ନାହିଁ ଓ ପତ୍ର ମ୍ଳାନ ହେବ; ଆଉ, ଆମ୍ଭେ ସେମାନଙ୍କୁ ଯାହା ଦେଇଅଛୁ, ସେସବୁ ସେମାନଙ୍କଠାରୁ ଛାଡ଼ିଯିବ।”ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ପ୍ରତ୍ୟେକ କଳସ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳସ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କʼଣ ଆମ୍ଭେମାନେ ଜାଣୁ ନାହୁଁ?’ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋତେ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ହସ୍ତରୁ ଏହି ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାରସର ପାତ୍ର ନେଇ, ଆମ୍ଭେ ତୁମ୍ଭକୁ ଯେଉଁ ସକଳ ଗୋଷ୍ଠୀ ନିକଟକୁ ପଠାଉ, ସେମାନଙ୍କୁ ତାହା ପାନ କରାଅ।ତୁମ୍ଭେ ପୁନର୍ବାର ଶମରୀୟାର ପର୍ବତରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ରୋପଣକାରୀମାନେ ରୋପଣ କରି ତହିଁର ଫଳ ଭୋଗ କରିବେ।ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।‘ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,’ ଏପରି କଥା ସେସମୟରେ ଆଉ କୁହାଯିବ ନାହିଁ।ମାତ୍ର ପ୍ରତ୍ୟେକ ଲୋକ ନିଜ ଅଧର୍ମ ସକାଶୁ ମରିବ, ଆଉ ଯେଉଁ ଜନ ଅମ୍ଳ ଦ୍ରାକ୍ଷାଫଳ ଖାଏ, ତାହାରି ଦାନ୍ତ ଖଟା ହେବ।କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଏହି ଦେଶରେ ଆହୁରି ଗୃହ, କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର କ୍ରୟ କରାଯିବ।’“ତୁମ୍ଭେ ରେଖବୀୟ ବଂଶ ନିକଟକୁ ଯାଇ ସେମାନଙ୍କ ସଙ୍ଗେ ଆଳାପ କର ଓ ସଦାପ୍ରଭୁଙ୍କ ଗୃହର ଏକ କୋଠରିକୁ ଆଣି ସେମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦିଅ।”ପୁଣି, ମୁଁ ରେଖବ ବଂଶୀୟ ଲୋକମାନଙ୍କ ସମ୍ମୁଖରେ ଦ୍ରାକ୍ଷାରସପୂର୍ଣ୍ଣ କେତେକ ପାତ୍ର ଓ ପାନପାତ୍ର ରଖି ସେମାନଙ୍କୁ କହିଲି, “ତୁମ୍ଭେମାନେ ଦ୍ରାକ୍ଷାରସ ପାନ କର।”ମାତ୍ର ସେମାନେ କହିଲେ, “ଆମ୍ଭେମାନେ ଦ୍ରାକ୍ଷାରସ ପାନ କରିବୁ ନାହିଁ; କାରଣ ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଏହି ଆଜ୍ଞା ଦେଇଅଛନ୍ତି, ‘ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସନ୍ତାନଗଣ କେହି କେବେ ଦ୍ରାକ୍ଷାରସ ପାନ କରିବ ନାହିଁ;ତୁମ୍ଭେମାନେ ଗୃହ ନିର୍ମାଣ କରିବ ନାହିଁ କିଅବା ବୀଜ ବୁଣିବ ନାହିଁ, ଅଥବା ଦ୍ରାକ୍ଷାକ୍ଷେତ୍ର ରୋପଣ କରିବ ନାହିଁ, ଅବା ତହିଁର ଅଧିକାରୀ ହେବ ନାହିଁ; ମାତ୍ର ତୁମ୍ଭେମାନେ ଯାବଜ୍ଜୀବନ ତମ୍ବୁରେ ବାସ କରିବ, ତହିଁରେ ତୁମ୍ଭେମାନେ ଯେଉଁ ଦେଶରେ ପ୍ରବାସ କରୁଅଛ, ସେହି ଦେଶରେ ଅନେକ କାଳ ବଞ୍ଚିବ।’ଏଣୁ ଆମ୍ଭମାନଙ୍କର ଯାବଜ୍ଜୀବନ ଦ୍ରାକ୍ଷାରସ ପାନ ନ କରିବାକୁ ଓ ବାସ କରିବା ନିମନ୍ତେ ଗୃହ ନିର୍ମାଣ ନ କରିବାକୁ, ଆମ୍ଭମାନଙ୍କର ପୂର୍ବପୁରୁଷ ରେଖବର ପୁତ୍ର ଯିହୋନାଦବ୍ ଆମ୍ଭମାନଙ୍କୁ ଯେସବୁ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ, ଆମ୍ଭମାନଙ୍କର ଭାର୍ଯ୍ୟାମାନେ ଓ ପୁତ୍ରକନ୍ୟାମାନେ ତାହାଙ୍କର ସେହି ବାକ୍ୟ ପାଳନ କରି ଆସୁଅଛୁ;ଅଥବା ଆମ୍ଭମାନଙ୍କର ଦ୍ରାକ୍ଷାକ୍ଷେତ୍ର କି ଶସ୍ୟକ୍ଷେତ୍ର ବା ବୀଜ ନାହିଁ;ରେଖବର ପୁତ୍ର ଯିହୋନାଦବ୍ ଆପଣା ସନ୍ତାନଗଣକୁ ଦ୍ରାକ୍ଷାରସ ପାନ ନ କରିବା ପାଇଁ ଯେଉଁ ଆଜ୍ଞା ଦେଇଥିଲା, ତାହାର ସେହି ବାକ୍ୟ ପ୍ରତିପାଳିତ ହେଉଅଛି ଓ ସେମାନେ ଆଜି ପର୍ଯ୍ୟନ୍ତ ଦ୍ରାକ୍ଷାରସ ପାନ କରନ୍ତି ନାହିଁ; କାରଣ ସେମାନେ ଆପଣା ପିତୃପୁରୁଷର ଆଜ୍ଞା ପାଳନ କରନ୍ତି, ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ପ୍ରଭାତରେ ଉଠି କହିଅଛୁ; ଆଉ, ତୁମ୍ଭେମାନେ ଆମ୍ଭ କଥାରେ ମନୋଯୋଗ କରି ନାହଁ।ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା।ଦେଖ, ଯେଉଁ କଲ୍ଦୀୟମାନେ ଆମ୍ଭମାନଙ୍କ ନିକଟକୁ ଆସିବେ, ସେମାନଙ୍କ ସମ୍ମୁଖରେ ଠିଆ ହେବା ପାଇଁ ଆମ୍ଭେ ମିସ୍ପାରେ ବାସ କରିବା; ମାତ୍ର ତୁମ୍ଭେମାନେ ଦ୍ରାକ୍ଷାରସ, ଗ୍ରୀଷ୍ମକାଳୀନ ଫଳ ଓ ତୈଳ ସଞ୍ଚୟ କରି ଆପଣା ଆପଣା ପାତ୍ରରେ ରଖ, ଆଉ ତୁମ୍ଭମାନଙ୍କର ଯେସକଳ ନଗର ତୁମ୍ଭେମାନେ ହସ୍ତଗତ କରିଅଛ, ତହିଁରେ ବାସ କର।”ସେତେବେଳେ ସେହି ଯିହୁଦୀୟମାନେ ଯେ ଯେଉଁ ସ୍ଥାନକୁ ତାଡ଼ିତ ହୋଇଥିଲେ, ସେସକଳ ସ୍ଥାନରୁ ଫେରି ଯିହୁଦା ଦେଶକୁ ମିସ୍ପାରେ ଗଦଲୀୟ ନିକଟକୁ ଆସିଲେ, ଆଉ ପ୍ରଚୁର ଦ୍ରାକ୍ଷାରସ ଓ ଗ୍ରୀଷ୍ମକାଳୀନ ଫଳ ସଞ୍ଚୟ କଲେ।ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।ମୋୟାବର ଫଳବାନ କ୍ଷେତ୍ର ଓ ଭୂମିରୁ ଆନନ୍ଦ ଓ ଉଲ୍ଲାସ ଦୂରୀକୃତ ହୋଇଅଛି; ପୁଣି, ଆମ୍ଭେ ଦ୍ରାକ୍ଷାକୁଣ୍ଡସବୁ ଦ୍ରାକ୍ଷାରସ ଶୂନ୍ୟ କରିଅଛୁ; କେହି ହର୍ଷନାଦରେ ଦ୍ରାକ୍ଷାମର୍ଦ୍ଦନ କରିବ ନାହିଁ; ସେହି ନାଦ ହର୍ଷନାଦ ହେବ ନାହିଁ।ବାବିଲ ସଦାପ୍ରଭୁଙ୍କ ହସ୍ତରେ ଏକ ସୁବର୍ଣ୍ଣ ପାତ୍ର ସ୍ୱରୂପ ହୋଇଅଛି, ତାହା ସମୁଦାୟ ପୃଥିବୀକୁ ମତ୍ତ କରିଅଛି; ଗୋଷ୍ଠୀୟମାନେ ତାହାର ଦ୍ରାକ୍ଷାରସ ପାନ କରିଅଛନ୍ତି; ଏହେତୁ ଗୋଷ୍ଠୀୟମାନେ ପାଗଳ ହୋଇଅଛନ୍ତି।ବିଳାପ1
ଶସ୍ୟ ଓ ଦ୍ରାକ୍ଷାରସ କାହିଁ? ଏହି କଥା ଆପଣା ଆପଣା ମାତାକୁ କହୁ କହୁ, ସେମାନେ ନଗରର ପଥସମୂହରେ କ୍ଷତବିକ୍ଷତ ଲୋକ ପରି ମୂର୍ଚ୍ଛାପନ୍ନ ହୁଅନ୍ତି, ସେମାନେ ଆପଣା ଆପଣା ମାତାର କୋଳରେ ପ୍ରାଣତ୍ୟାଗ କରନ୍ତି।ଯିହିଜିକଲ10
“ହେ ମନୁଷ୍ୟ-ସନ୍ତାନ, ଦ୍ରାକ୍ଷାଲତାର ଗଛ, ବନସ୍ଥ ବୃକ୍ଷଗଣ ମଧ୍ୟରେ ସ୍ଥିତ ଦ୍ରାକ୍ଷାଲତାର ଶାଖା, ଅନ୍ୟ ସକଳ ଗଛ ଅପେକ୍ଷା କାହିଁରେ ଅଧିକ?ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ଯେପରି ବନସ୍ଥ ଗଛସବୁର ମଧ୍ୟସ୍ଥିତ ଦ୍ରାକ୍ଷାଲତାକୁ ଅଗ୍ନିରେ ଜାଳ ହେବା ପାଇଁ ନିରୂପଣ କରିଅଛୁ, ସେହିପରି ଆମ୍ଭେ ଯିରୂଶାଲମ ନିବାସୀମାନଙ୍କୁ ନିରୂପଣ କରିବା।ତହୁଁ ତାହା ବଢ଼ି ଅଳ୍ପ ଉଚ୍ଚ ଦ୍ରାକ୍ଷାଲତା ପରି ବଢ଼ିଲା, ତହିଁର ଶାଖାସବୁ ତାହାର ସମ୍ମୁଖ ହେଲା ଓ ତହିଁର ମୂଳ ତାହାର ତଳେ ରହିଲା; ଏହି ପ୍ରକାରେ ତାହା ଦ୍ରାକ୍ଷାଲତା ହୋଇ ଶାଖାବିଶିଷ୍ଟ ଓ ପଲ୍ଲବିତ ହେଲା।ପୁଣି, ଆଉ ଗୋଟିଏ ବଡ଼ ବଡ଼ ପକ୍ଷ ଓ ଅନେକ ଲୋମବିଶିଷ୍ଟ ବୃହତ ଉତ୍କ୍ରୋଶ ପକ୍ଷୀ ଥିଲା; ଆଉ ଦେଖ, ସେହି ଦ୍ରାକ୍ଷାଲତା ଜଳରେ ସେଚିତ ହେବା ପାଇଁ ଆପଣା ରୋପିତ ହେବା କିଆରିରୁ ତାହାର ପ୍ରତି ଆପଣା ମୂଳ ବକ୍ର କରି ଶାଖା ବିସ୍ତାର କଲା।ତାହା ଯେପରି ଶାଖାବିଶିଷ୍ଟ ଓ ଫଳବତୀ ହୋଇ ଉତ୍ତମ ଦ୍ରାକ୍ଷାଲତା ହେବ, ଏଥିପାଇଁ ତାହା ଜଳରାଶିର ନିକଟସ୍ଥ ଉର୍ବର ଭୂମିରେ ରୋପିତ ହୋଇଥିଲା।“ପିତାମାତା ‘ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ,’ ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି?ତୁମ୍ଭର ରକ୍ତରେ ତୁମ୍ଭର ମାତା ଜଳରାଶି ନିକଟରେ ରୋପିତ ଦ୍ରାକ୍ଷାଲତା ସ୍ୱରୂପ ଥିଲା; ଅନେକ ଜଳ ସକାଶୁ ସେ ଫଳବତୀ ଓ ଶାଖାରେ ପରିପୂର୍ଣ୍ଣ ଥିଲା।ସର୍ବପ୍ରକାର ଧନର ବାହୁଲ୍ୟ କ୍ରମେ, ତୁମ୍ଭର ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ସକାଶୁ ଦମ୍ମେଶକ ତୁମ୍ଭର ବଣିକ ଥିଲା, ସେମାନେ ହିଲ୍ବୋନର ଦ୍ରାକ୍ଷାରସ ଓ ଶୁଭ୍ର ମେଷଲୋମ ଦେଲେ।ପୁଣି, ସେମାନେ ତହିଁ ମଧ୍ୟରେ ନିରାପଦରେ ବାସ କରିବେ; ହଁ, ଆମ୍ଭେ ସେମାନଙ୍କର ଅବଜ୍ଞାକାରୀ ଚତୁର୍ଦ୍ଦିଗସ୍ଥିତ ସକଳ ଲୋକଙ୍କ ଉପରେ ଦଣ୍ଡାଜ୍ଞା ସଫଳ କଲା ଉତ୍ତାରେ ସେମାନେ ଗୃହ ନିର୍ମାଣ କରିବେ ଓ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ଆଉ ନିରାପଦରେ ବାସ କରିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ଅଟୁ, ଏହା ସେମାନେ ଜାଣିବେ।”ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।ଦାନିୟେଲ4
ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।ଏଥିରେ ଗୃହାଧ୍ୟକ୍ଷ ସେମାନଙ୍କର ସେହି ଭକ୍ଷ୍ୟ ଓ ପାନୀୟ ଦ୍ରାକ୍ଷାରସ ବନ୍ଦ କରି ସେମାନଙ୍କୁ ଶସ୍ୟ ଦେଲା।ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦୁ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋʼ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।ହୋଶେୟ14
ଯେହେତୁ ଆମ୍ଭେ ଯେ ତାହାକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଦେଲୁ ଓ ତାହାର ରୂପା ଓ ସୁନା ବୃଦ୍ଧି କଲୁ, ଏହା ସେ ଜାଣିଲା ନାହିଁ, ସେମାନେ ସେହି ରୂପା, ସୁନା ବାଲ୍ଦେବ ଉଦ୍ଦେଶ୍ୟରେ ବ୍ୟୟ କଲେ।ଏଥିପାଇଁ ଆମ୍ଭେ ଶସ୍ୟ ସମୟରେ ଆମ୍ଭର ଶସ୍ୟ ଓ ଦ୍ରାକ୍ଷାରସର ଋତୁରେ ଆମ୍ଭର ଦ୍ରାକ୍ଷାରସ ଫେରାଇ ନେବା, ଯାହା ଦ୍ୱାରା ତାହାର ଉଲଙ୍ଗତା ଆଚ୍ଛାଦିତ ହୁଅନ୍ତା, ଆମ୍ଭର ସେହି ମେଷଲୋମ ଓ ମସିନା ଛଡ଼ାଇ ନେବା।ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ କହିଲେ, “ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେ ମଧ୍ୟ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ମଧ୍ୟ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେହିପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର।”ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।ଆମ୍ଭମାନଙ୍କ ରାଜାଙ୍କ ଦିନରେ ଅଧିପତିମାନେ ଦ୍ରାକ୍ଷାରସର ଉତ୍ତାପରେ ଆପଣାମାନଙ୍କୁ ପୀଡ଼ିତ କଲେ; ସେ ନିନ୍ଦକମାନଙ୍କ ସଙ୍ଗେ ଆପଣା ହସ୍ତ ବଢ଼ାଇଲା।ପୁଣି, ସେମାନେ ଅନ୍ତଃକରଣ ସହିତ ଆମ୍ଭ ନିକଟରେ କ୍ରନ୍ଦନ କରି ନାହାନ୍ତି; ମାତ୍ର ସେମାନେ ଆପଣା ଶଯ୍ୟାରେ ହାହାକାର କରନ୍ତି; ସେମାନେ ଶସ୍ୟ ଓ ଦ୍ରାକ୍ଷାରସ ନିମନ୍ତେ ଆପଣାମାନଙ୍କୁ ଏକତ୍ର କରନ୍ତି, ସେମାନେ ଆମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କରନ୍ତି।ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ।ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।ସଦାପ୍ରଭୁ କହନ୍ତି, ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।ଯୋୟେଲ8
ହେ ମତୁଆଳାମାନେ, ଜାଗି ଉଠ ଓ ରୋଦନ କର, ହେ ମଦ୍ୟପାୟୀ ସମସ୍ତେ, ମିଷ୍ଟ ଦ୍ରାକ୍ଷାରସ ସକାଶୁ ହାହାକାର କର; କାରଣ ତାହା ତୁମ୍ଭମାନଙ୍କର ମୁଖରୁ ଅନ୍ତର କରାଯାଇଅଛି।ସେ ଆମ୍ଭର ଦ୍ରାକ୍ଷାଲତା ଉଜାଡ଼ କରିଅଛି ଓ ଆମ୍ଭ ଡିମ୍ବିରି ବୃକ୍ଷର ଛେଲି ଛଡ଼ାଇ ପକାଇଅଛି; ସେ ତାହା ସମ୍ପୂର୍ଣ୍ଣ ଛେଲିଶୂନ୍ୟ କରି ପକାଇ ଦେଇଅଛି; ତହିଁର ଶାଖାସବୁ ଶୁକ୍ଳ କରାଯାଇଅଛି।କ୍ଷେତ୍ର ଉଜାଡ଼ ହୋଇଅଛି, ଭୂମି ଶୋକ କରୁଅଛି; କାରଣ ଶସ୍ୟ ଉଜାଡ଼ ହୋଇଅଛି, ନୂତନ ଦ୍ରାକ୍ଷାରସ ଶୁଖି ଯାଇଅଛି; ତୈଳ କ୍ଷୟ ପାଇଅଛି।ଦ୍ରାକ୍ଷାଲତା ଶୁଷ୍କ ହୋଇଅଛି ଓ ଡିମ୍ବିରିବୃକ୍ଷ ମ୍ଳାନ ହେଉଅଛି; ଡାଳିମ୍ବ ବୃକ୍ଷ, ମଧ୍ୟ ଖର୍ଜ୍ଜୁର ବୃକ୍ଷ ଓ ନାଗରଙ୍ଗ ବୃକ୍ଷ, ଆଉ କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଶୁଷ୍କ ହୋଇଅଛି; କାରଣ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଆନନ୍ଦ ଶୁଷ୍କ ହୋଇ ଯାଇଅଛି।ପୁଣି, ସଦାପ୍ରଭୁ ଆପଣା ଲୋକମାନଙ୍କୁ ଉତ୍ତର ଦେଇ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ପଠାଇଦେବା, ଆଉ ତୁମ୍ଭେମାନେ ତହିଁରେ ତୃପ୍ତ ହେବ; ପୁଣି, ଆମ୍ଭେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଆଉ ନିନ୍ଦାର ପାତ୍ର କରିବା ନାହିଁ।ହେ କ୍ଷେତ୍ରସ୍ଥ ପଶୁଗଣ, ତୁମ୍ଭେମାନେ ଭୟ କର ନାହିଁ; କାରଣ ପ୍ରାନ୍ତରସ୍ଥ ଚରାଣି ସ୍ଥାନସବୁ ଅଙ୍କୁରିତ ହେଉଅଛି, ବୃକ୍ଷ ଫଳ ଫଳୁଅଛି, ଡିମ୍ବିରିବୃକ୍ଷ ଓ ଦ୍ରାକ୍ଷାଲତା ଆପଣା ଶକ୍ତି ପ୍ରକାଶ କରୁଅଛି।ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ।ପୁଣି, ସେମାନେ ଆମ୍ଭ ଲୋକମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ଏକ ବେଶ୍ୟା ପାଇଁ ଏକ ବାଳକ ଦେଇଅଛନ୍ତି ଓ ପାନ କରିବା ନିମନ୍ତେ ଦ୍ରାକ୍ଷାରସ ପାଇଁ ବାଳିକା ବିକ୍ରୟ କରିଅଛନ୍ତି।ଆମୋଷ8
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।ମାତ୍ର ତୁମ୍ଭେମାନେ ନାସରୀୟ ଲୋକମାନଙ୍କୁ ଦ୍ରାକ୍ଷାରସ ପାନ କରିବାକୁ ଦେଲ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ ଆଜ୍ଞା ଦେଇ କହିଲ, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ।“ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରିବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।ତୁମ୍ଭେମାନେ ଦରିଦ୍ରକୁ ପଦ ତଳେ ଦଳୁଅଛ ଓ ବଳପୂର୍ବକ ତାହାଠାରୁ ଗହମ ନେଉଅଛ; ଏଥିପାଇଁ ତୁମ୍ଭେମାନେ କଟା ପଥରର ଗୃହ ନିର୍ମାଣ କରିଅଛ ସତ୍ୟ, ମାତ୍ର ତୁମ୍ଭେମାନେ ତହିଁରେ ବାସ କରିବ ନାହିଁ; ତୁମ୍ଭେମାନେ ରମ୍ୟ ଦ୍ରାକ୍ଷାକ୍ଷେତ୍ର ରୋପଣ କରିଅଛ, ମାତ୍ର ତୁମ୍ଭେମାନେ ତହିଁର ଦ୍ରାକ୍ଷାରସ ପାନ କରିବ ନାହିଁ;ପୁଣି, ଦ୍ରାକ୍ଷାକ୍ଷେତ୍ର ସକଳରେ ହାହାକାର ଶବ୍ଦ ହେବ;” “କାରଣ ଆମ୍ଭେ ତୁମ୍ଭର ମଧ୍ୟଦେଇ ଗମନ କରିବା।” ଏହା ସଦାପ୍ରଭୁ କହନ୍ତି।ବଡ଼ ବଡ଼ ପାତ୍ରରେ ଦ୍ରାକ୍ଷାରସ ପାନ କରନ୍ତି ଓ ଉତ୍କୃଷ୍ଟ ତୈଳରେ ଆପଣାମାନଙ୍କୁ ମର୍ଦ୍ଦନ କରନ୍ତି; ମାତ୍ର ଯୋଷେଫଙ୍କ କ୍ଲେଶରେ ସେମାନେ ଦୁଃଖିତ ହୁଅନ୍ତି ନାହିଁ।ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।ମୀଖା5
ଏଥିପାଇଁ ଆମ୍ଭେ ଶମରୀୟାକୁ କ୍ଷେତ୍ରସ୍ଥ ଢିପି ଓ ଦ୍ରାକ୍ଷାଲତା ରୋପଣର ସ୍ଥାନ ତୁଲ୍ୟ କରିବା; ଆଉ, ଆମ୍ଭେ ତହିଁର ପ୍ରସ୍ତରସକଳ ଉପତ୍ୟକାରେ ପକାଇ ତହିଁର ଭିତ୍ତିମୂଳ ଅନାବୃତ କରିବା।ଯଦି କୌଣସି ଲୋକ ବାୟୁ ଓ ମିଥ୍ୟା କଥାର ଅନୁଗାମୀ ହୋଇ ମିଥ୍ୟାରେ କହେ, ଆମ୍ଭେ ଦ୍ରାକ୍ଷାରସ ଓ ସୁରା ବିଷୟକ ଭବିଷ୍ୟଦ୍ବାକ୍ୟ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିବା, ତେବେ ସେ ତ ଏହି ଲୋକମାନଙ୍କର ଭବିଷ୍ୟଦ୍ବକ୍ତା ହେବ।ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।ହାୟ, ମୁଁ ସନ୍ତାପର ପାତ୍ର! କାରଣ ଗ୍ରୀଷ୍ମକାଳୀନ ଫଳ ତୋଳିଲା ଉତ୍ତାରେ ଦ୍ରାକ୍ଷାଫଳ ସଂଗ୍ରହ କରିବାର ଯେପରି, ମୁଁ ସେହିପରି ହୋଇଅଛି; ଭୋଜନର ପାଇଁ ଗୋଟିଏ ଦ୍ରାକ୍ଷାପେଣ୍ଡା ନାହିଁ; ମୋର ପ୍ରାଣ ଆଦ୍ୟପକ୍ୱ ଡିମ୍ବିରି ଫଳ ଲାଳସା କରେ।ହବକ୍କୂକ2
ଆହୁରି, ଧନ ବିଶ୍ୱାସଘାତକ ବଣିକ, ଅହଙ୍କାରୀ ଲୋକ, ଆଉ ସେ ଘରେ ରହେ ନାହିଁ, ସେ ପାତାଳର ପରି ଆପଣା ବାଞ୍ଛା ବଢ଼ାଏ ଓ ସେ ମୃତ୍ୟୁ ସଦୃଶ, ଆଉ ସେ ତୃପ୍ତ ହୋଇ ନ ପାରେ, ମାତ୍ର ସେ ଆପଣା ନିକଟରେ ଯାବତୀୟ ଗୋଷ୍ଠୀ ଏକତ୍ର କରଇ ଓ ଯାବତୀୟ ଜନବୃନ୍ଦକୁ ଆପଣା ନିକଟରେ ସଂଗ୍ରହ କରେ।”କାରଣ ଯଦ୍ୟପି ଡିମ୍ବିରିବୃକ୍ଷ ପୁଷ୍ପିତ ନୋହିବ, କିଅବା ଦ୍ରାକ୍ଷାଲତାରେ ଫଳ ନ ଧରିବ; ଜୀତବୃକ୍ଷ ଫଳ ନ ଫଳିବ ଓ କ୍ଷେତ୍ର ଖାଦ୍ୟଦ୍ରବ୍ୟ ଉତ୍ପନ୍ନ ନ କରିବ; ଖୁଆଡ଼ରୁ ମେଷପଲ ଉଚ୍ଛିନ୍ନ ହେବ, ଆଉ ଗୋଠରେ ଗୋରୁପଲ ନ ଥିବ;ସିଫନୀୟ1
ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”ହାଗୟ3
ପୁଣି, ଆମ୍ଭେ ଦେଶର ଓ ପର୍ବତଗଣର ଉପରେ, ଆଉ ଶସ୍ୟ, ଦ୍ରାକ୍ଷାରସ ଓ ତୈଳ ଉପରେ, ଆଉ ଭୂମିର ଉତ୍ପନ୍ନ ବସ୍ତୁ ଉପରେ ମନୁଷ୍ୟ ଓ ପଶୁର ଉପରେ, ପୁଣି ହସ୍ତକୃତ ସମସ୍ତ କାର୍ଯ୍ୟ ଉପରେ ମାରୁଡ଼ିକୁ ଆହ୍ୱାନ କଲୁ।”‘କେହି ଆପଣା ବସ୍ତ୍ରର ଅଞ୍ଚଳରେ ପବିତ୍ର ମାଂସ ବହିଲେ, ଯଦି ତାହାର ଅଞ୍ଚଳ ରୁଟି କିମ୍ବା ଝୋଳ କି ଦ୍ରାକ୍ଷାରସ କିଅବା ତୈଳ ଅଥବା କୌଣସି ପ୍ରକାର ଖାଦ୍ୟ ଦ୍ରବ୍ୟକୁ ସ୍ପର୍ଶ କରେ, ତେବେ ତାହା କି ପବିତ୍ର ହେବ?’” ତହିଁରେ ଯାଜକମାନେ ଉତ୍ତର କରି କହିଲେ, “ନା।”ଅମାରରେ କି ଏପର୍ଯ୍ୟନ୍ତ ଶସ୍ୟ ଅଛି? ଯେପରି ଏପର୍ଯ୍ୟନ୍ତ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷର, ଡାଳିମ୍ବ ଓ ଜୀତବୃକ୍ଷର ଫଳ ଫଳି ନାହିଁ; ମାତ୍ର ଆଜିଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା।”ଯିଖରୀୟ5
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।ପୁଣି, ଇଫ୍ରୟିମର ଲୋକମାନେ ବୀରପୁରୁଷ ପରି ହେବେ ଓ ଦ୍ରାକ୍ଷାରସରେ ଆନନ୍ଦ କଲା ପରି ସେମାନଙ୍କ ଅନ୍ତଃକରଣ ଆନନ୍ଦ କରିବ; ହଁ, ସେମାନଙ୍କର ସନ୍ତାନଗଣ ତାହା ଦେଖିବେ ଓ ଆନନ୍ଦ କରିବେ; ସେମାନଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କଠାରେ ଉଲ୍ଲସିତ ହେବ।ମଲାଖି1
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକୁ ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।ମାଥିଉ14
ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି?ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”“କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ।‘ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଉଚିତ୍, ତାହା ତୁମ୍ଭମାନଙ୍କୁ ଦେବି;’ ଆଉ ସେମାନେ ଗଲେ।ସେମାନେ ତାହାଙ୍କୁ କହିଲେ, ‘କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାନ୍ତି।’ ସେ ସେମାନଙ୍କୁ କହିଲେ, ‘ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ।’ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା ଆପଣା ବେବର୍ତ୍ତାଙ୍କୁ କହିଲେ, ‘ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।’“ମାତ୍ର ତୁମ୍ଭେମାନେ କଅଣ ମନେ କର? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ‘ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।’”“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ।ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ।ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?”ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ।କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ।”ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ।ମାର୍କ7
ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ।ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ।ସେଥିରେ ସେମାନେ ତାହାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ।ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ପିଇବାକୁ ଦେଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ।ଲୂକ13
ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ,ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ।କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ, ଆଉ ତୁମ୍ଭେମାନେ କହୁଅଛ, ‘ସେ ଭୂତଗ୍ରସ୍ତ।’ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତୈଳ ଓ ଦ୍ରାକ୍ଷାରସ ଢ଼ାଳି ସେହିସବୁ ବାନ୍ଧିଦେଲେ, ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ।ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ।ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ। “ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ।ଆଉ କୃଷକମାନେ ଯେପରି ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ଦିଅନ୍ତି, ଏଥିନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ, କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଶୂନ୍ୟ ହସ୍ତରେ ଫେରାଇଦେଲେ।ସେଥିରେ ଦ୍ରାକ୍ଷାକ୍ଷେତ୍ରର ମାଲିକ କହିଲେ, ମୁଁ କଅଣ କରିବି? ମୋହର ପ୍ରିୟ ପୁତ୍ରକୁ ପଠାଇବି, କେଜାଣି ସେମାନେ ତାହାକୁ ମାନ୍ୟ କରିବେ।ଆଉ ସେମାନେ ତାହାଙ୍କୁ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ବଧ କଲେ। ଅତଏବ ଦ୍ରାକ୍ଷାକ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଅଣ କରିବେ?ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।”କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ।”ଯୋହନ7
ପରେ ଦ୍ରାକ୍ଷାରସ ସରିଯିବାରୁ ଯୀଶୁଙ୍କ ମାତା ତାହାଙ୍କୁ କହିଲେ, ସେମାନଙ୍କର ଦ୍ରାକ୍ଷାରସ ନାହିଁ।ଭୋଜର ଅଧ୍ୟକ୍ଷ ଦ୍ରାକ୍ଷାରସରେ ପରିବର୍ତ୍ତନ ହୋଇଥିବା ସେହି ପାଣିକୁ ଚାଖି ତାହା କେଉଁଠାରୁ ଆସିଲା, ଏହା ଜାଣି ନ ଥିବାରୁ (କିନ୍ତୁ ଯେଉଁ ପରିଚାରକମାନେ ପାଣି କାଢ଼ିଥିଲେ, ସେମାନେ ଜାଣିଥିଲେ) ବରଙ୍କୁ ଡାକି କହିଲେ,ସମସ୍ତେ ପ୍ରଥମରେ ଭଲ ଦ୍ରାକ୍ଷାରସ ଦେଇଥାଆନ୍ତି, ଆଉ ଲୋକେ ମାତାଲ ହେଲା ଉତ୍ତାରେ ମନ୍ଦ ଦିଅନ୍ତି; ତୁମ୍ଭେ ଏପର୍ଯ୍ୟନ୍ତ ଭଲ ଦ୍ରାକ୍ଷାରସ ରଖିଅଛ।ଏଥିମଧ୍ୟରେ ଗାଲିଲୀର ଯେଉଁ କାନ୍ନା ନଗରରେ ସେ ଜଳକୁ ଦ୍ରାକ୍ଷାରସ କରିଥିଲେ, ସେ ସ୍ଥାନକୁ ସେ ପୁନର୍ବାର ଗଲେ। ଆଉ ଜଣେ ରାଜକର୍ମଚାରୀ ଥିଲେ, ତାହାଙ୍କ ପୁତ୍ର କଫର୍ନାହୂମରେ ପୀଡ଼ିତ ଥିଲା।“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ।ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ।ପ୍ରେରିତ1
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।ରୋମୀୟ1
ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।୧ କରିନ୍ଥୀୟ1
କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ?ଏଫିସୀୟ1
ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,୧ ତୀମଥି2
ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।ତୀତସ1
ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;ଯାକୁବ1
ହେ ମୋହର ଭାଇମାନେ, ଡିମ୍ବିରିବୃକ୍ଷ କଅଣ ଜୀତଫଳ, ଅବା ଦ୍ରାକ୍ଷାଲତା କଅଣ ଡିମ୍ବିରି ଫଳ ଫଳି ପାରେ? ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ।ପ୍ରକାଶିତ10
ଆଉ ମୁଁ ଚାରି ପ୍ରାଣୀଙ୍କ ମଧ୍ୟରୁ ନିର୍ଗତ ହେଲା ପରି ଏହି ସ୍ୱର ଶୁଣିଲି, ଟଙ୍କାକୁ ସେରେ ଗହମ ଓ ଟଙ୍କାକୁ ତିନି ସେର ଯବ ହେବ, କିନ୍ତୁ ତୁମ୍ଭେ ତୈଳ ଓ ଦ୍ରାକ୍ଷାରସ କ୍ଷତି କର ନାହିଁ।ତାହାଙ୍କ ପଶ୍ଚାତରେ ଆଉ ଜଣେ, ଅର୍ଥାତ୍ ଦ୍ୱିତୀୟ ଦୂତ ଆସି କହିଲେ, ଯେଉଁ ମହାନଗରୀ ବାବିଲ ସମସ୍ତ ଜାତିଙ୍କୁ ଆପଣା ବ୍ୟଭିଚାରର କାମରୂପ ସୁରା ପାନ କରାଇଅଛି, ସେ ପତିତ, ଅଧଃପତିତ ହୋଇଅଛି।ତେବେ ସେ ମଧ୍ୟ, ଅମିଶ୍ରିତ ଭାବେ ପ୍ରସ୍ତୁତ କରାଯାଇଥିବା ଈଶ୍ବରଙ୍କ କୋପରୂପ ସୁରା ପାନ କରିବ, ପୁଣି, ପବିତ୍ର ଦୂତଗଣଙ୍କ ଓ ମେଷଶାବକଙ୍କ ସାକ୍ଷାତରେ ଅଗ୍ନି ଓ ଗନ୍ଧକ ଦ୍ୱାରା ଯନ୍ତ୍ରଣା ପ୍ରାପ୍ତ ହେବ।ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।ତହିଁରେ ସେହି ଦୂତ ପୃଥିବୀରେ ଆପଣା ଦାଆ ଲଗାଇ ସେଥିର ଦ୍ରାକ୍ଷାଫଳସବୁ ସଂଗ୍ରହ କଲେ ଓ ଈଶ୍ବରଙ୍କ କ୍ରୋଧରୂପ ମହା ଦ୍ରାକ୍ଷାକୁଣ୍ଡରେ ସେହିସବୁ ନିକ୍ଷେପ କଲେ।ସେଥିରେ ସେହି ମହାନଗରୀ ତିନି ଭାଗରେ ବିଭକ୍ତ ହେଲା ଓ ଅଣଯିହୁଦୀମାନଙ୍କର ନଗରସମୂହ ଭୂମିସାତ୍ ହେଲା; ଆଉ ମହାନଗରୀ ବାବିଲକୁ ଈଶ୍ବର ଆପଣା ପ୍ରଚଣ୍ଡ କ୍ରୋଧରୂପ ସୁରା ପାତ୍ରରୁ ପାନ କରାଇବା ନିମନ୍ତେ ସ୍ମରଣରେ ଆଣିଲେ।ଯାହା ସହିତ ପୃଥିବୀର ରାଜାମାନେ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀ ନିବାସୀମାନେ ଯାହାର ବ୍ୟଭିଚାରରୂପ ସୁରାରେ ମତ୍ତ ହୋଇଅଛନ୍ତି, ତାହାର ଦଣ୍ଡ ତୁମ୍ଭକୁ ଦେଖାଇବି।କାରଣ ଜାତିସମୂହ, ତାହାର ବ୍ୟଭିଚାର କାମରୂପ ସୁରା ପାନ କରିଅଛନ୍ତି, ପୃଥିବୀର ରାଜାମାନେ ତାହା ସହିତ ବ୍ୟଭିଚାର କରିଅଛନ୍ତି ଓ ପୃଥିବୀର ବଣିକମାନେ ତାହାର ବିଳାସିତାରେ ଧନୀ ହୋଇଅଛନ୍ତି।”ଦାରୁଚିନି, ସୁଗନ୍ଧିଦ୍ରବ୍ୟ, ଧୂପ, ସୁଗନ୍ଧି ଲେପ୍ୟଦ୍ରବ୍ୟ, କୁନ୍ଦୁରୁ, ମଦ୍ୟ, ସୁଗନ୍ଧି ତୈଳ, ମଇଦା, ଗହମ, ଗୋରୁ, ମେଷ, ଅଶ୍ୱ, ରଥ, କ୍ରୀତଦାସ ଓ ମନୁଷ୍ୟମାନଙ୍କ ପ୍ରାଣ।ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଈଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Plants and Trees in the Bible © United Bible Societies 2025, adapted from R. Koops, Each According to its Kind © 2012 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର