ତମ୍ବୁ ଓ ମନ୍ଦିର
ଯଜ୍ଞବେଦି ଓ ବଳିଦାନ
ଏବ୍ରୀ mizbeach (ଯଜ୍ଞବେଦି, “ବଧର ସ୍ଥାନ”), korban (ଉପହାର) · ହୋମ, ଭକ୍ଷ୍ୟ, ମଙ୍ଗଳାର୍ଥକ, ପାପାର୍ଥକ, ଦୋଷାର୍ଥକ
ଯଜ୍ଞବେଦି ଥିଲା ବଳିଦାନ ପାଇଁ ଏକ ଉଚ୍ଚ ସ୍ଥାନ। ବ୍ୟବସ୍ଥା ମାଟି ବା ଅକଟା ପଥରର ଯଜ୍ଞବେଦି ଚାହେଁ (ଯାତ୍ରା ପୁସ୍ତକ 20:24–25); ତମ୍ବୁର ଯଜ୍ଞବେଦି ଥିଲା ପିତ୍ତଳରେ ମଡ଼ା ଶିଟୀମ କାଠର ଏକ ଫମ୍ପା ବାକ୍ସ, ପାଞ୍ଚ ହାତ ବର୍ଗ, ପ୍ରତ୍ୟେକ କୋଣରେ ଏକ ଶୃଙ୍ଗ। ଜଣେ ପଳାତକ ଆଶ୍ରୟ ଦାବି କରିବାକୁ ଶୃଙ୍ଗ ଧରିପାରୁଥିଲା (1 ରାଜାବଳୀ 1:50)। ପ୍ରତ୍ନତାତ୍ତ୍ୱିକମାନେ ବେର୍ଶେବାରେ ଶୃଙ୍ଗଯୁକ୍ତ ଏକ ଯଜ୍ଞବେଦି ଏବଂ ଅରାଦରେ ମାଟି ଓ ଅକଟା ପଥରର ଯଜ୍ଞବେଦି ଥିବା ଏକ ଦେବାଳୟ ପାଇଛନ୍ତି। ମନ୍ଦିରର ଯଜ୍ଞବେଦିରେ ପ୍ରତି ସକାଳ ଓ ସନ୍ଧ୍ୟାରେ ମଇଦା, ତେଲ ଓ ଦ୍ରାକ୍ଷାରସ ସହିତ ଏକ ମେଷଶାବକ ଉତ୍ସର୍ଗ କରାଯାଉଥିଲା (ଯାତ୍ରା ପୁସ୍ତକ 29:38–40)।
ଲେବୀୟ ପୁସ୍ତକ 1–7 ମୁଖ୍ୟ ବଳିଦାନଗୁଡ଼ିକ ବର୍ଣ୍ଣନା କରେ। ଉପାସକ ଏକ ନିଖୁଣ ପଶୁ ଆଣି ତାହାର ମସ୍ତକରେ ହାତ ରଖି ତାହାକୁ ବଧ କରୁଥିଲା, ଏବଂ ଯାଜକ ରକ୍ତ ଯଜ୍ଞବେଦିରେ ଛିଞ୍ଚୁଥିଲେ। ହୋମବଳିରେ ସମଗ୍ର ପଶୁ ଦଗ୍ଧ ହେଉଥିଲା; ମଙ୍ଗଳାର୍ଥକ ବଳିରେ କେବଳ ମେଦ ଅଂଶ, ଏବଂ ପରିବାର ବାକି ଅଂଶ ଏକ ଉତ୍ସବ ଭୋଜନରେ ଖାଉଥିଲେ, ଏକ ଭାଗ ଯାଜକଙ୍କୁ ଯାଉଥିଲା। ଭକ୍ଷ୍ୟ ନୈବେଦ୍ୟ ଥିଲା ତେଲ ଓ କୁନ୍ଦୁରୁ ସହିତ ସରୁ ମଇଦା, ଯେଉଁଥିରୁ ଯାଜକ ମୁଠିଏ ଦଗ୍ଧ କରୁଥିଲେ। ଯେଉଁମାନେ ମେଷଶାବକ ଆଣିବାକୁ ଅସମର୍ଥ, ସେମାନେ ଦୁଇଟି ଘୁଘୁ ବା ପାରାଛୁଆ ଆଣୁଥିଲେ, ଯେପରି ଯୋଷେଫ ଓ ମରୀୟମ କରିଥିଲେ (ଲୂକ 2:24)।
ମୁଖ୍ୟ ପଦ
ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା। ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ। ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ, ଅର୍ଥାତ୍, ତାହାର ପ୍ରଥମ ମେଷଶାବକକୁ ପ୍ରଭାତରେ ଉତ୍ସର୍ଗ କରିବ ଓ ଦ୍ୱିତୀୟ ମେଷଶାବକକୁ ସନ୍ଧ୍ୟା ବେଳେ ଉତ୍ସର୍ଗ କରିବ।ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ। ପୁଣି, ସେ ହୋମବଳିର ମସ୍ତକରେ ଆପଣା ହସ୍ତ ରଖିବ; ତହିଁରେ ସେହି ବଳି ତାହାର ପ୍ରାୟଶ୍ଚିତ୍ତ ରୂପେ ଗ୍ରାହ୍ୟ ହେବ।ଆଉ, କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ଷ୍ୟ ନୈବେଦ୍ୟ ଆଣିଲେ, ସରୁ ମଇଦା ତାହାର ନୈବେଦ୍ୟ ହେବ; ପୁଣି ସେ ତହିଁ ଉପରେ ତୈଳ ଢାଳି କୁନ୍ଦୁରୁ ଦେବ; ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ।ଏହାର ନାମ ଥିବା ସମସ୍ତ ପଦ (371)
ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।
ଆଦି ପୁସ୍ତକ11
ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ।ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।ସେହି ସ୍ଥାନରେ ଉପସ୍ଥିତ ହୋଇ ଆପଣା ପୂର୍ବନିର୍ମିତ ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।ଏଥିଉତ୍ତାରେ ଇସ୍ହାକ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। ଏଥିଉତ୍ତାରେ ସେ ସେହି ସ୍ଥାନରେ ତମ୍ବୁ ସ୍ଥାପନ କରନ୍ତେ, ତାଙ୍କର ଦାସମାନେ ଗୋଟିଏ କୂପ ଖୋଳିଲେ।ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।ଏଥିଉତ୍ତାରେ ପରମେଶ୍ୱର ଯାକୁବଙ୍କୁ କହିଲେ, “ତୁମ୍ଭେ ଉଠି ବେଥେଲ୍କୁ ଯାଇ ସେଠାରେ ବାସ କର; ପୁଣି, ତୁମ୍ଭ ଭ୍ରାତା ଏଷୌ ସମ୍ମୁଖରୁ ପଳାଇବା ସମୟରେ ଯେଉଁ ପରମେଶ୍ୱର ଦର୍ଶନ ଦେଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କର।”ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋʼ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”ସେଠାରେ ସେ ଏକ ଯଜ୍ଞବେଦି ନିର୍ମାଣ କରି ସେହି ସ୍ଥାନର ନାମ ଏଲ-ବେଥେଲ୍ ରଖିଲେ; କାରଣ ଯାକୁବ ଭ୍ରାତୃଭୟରେ ପଳାଇବା ବେଳେ ପରମେଶ୍ୱର ସେହି ସ୍ଥାନରେ ତାଙ୍କୁ ଦର୍ଶନ ଦେଇଥିଲେ।ଯାତ୍ରା ପୁସ୍ତକ57
ତହିଁରେ ମୋଶା ଗୋଟିଏ ବେଦି ନିର୍ମାଣ କରି ତହିଁର ନାମ “ଯିହୋବାଃ-ନିଃଷି” ରଖିଲେ।ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।ଯଦି ତୁମ୍ଭେ ଆମ୍ଭ ନିମନ୍ତେ ପ୍ରସ୍ତର ବେଦି ନିର୍ମାଣ କରିବ, ତେବେ ଖୋଦିତ ପ୍ରସ୍ତରରେ ତାହା ନିର୍ମାଣ କରିବ ନାହିଁ; କାରଣ ତହିଁ ଉପରେ ତୁମ୍ଭେ ଆପଣା ଅସ୍ତ୍ର ଉଞ୍ଚାଇଲେ, ତାହା ଅପବିତ୍ର କରିବ।ଆଉ ତୁମ୍ଭର ଉଲଙ୍ଗତା ଆମ୍ଭ ବେଦି ଉପରେ ଯେପରି ଅନାବୃତ ନ ହୁଏ, ଏଥିପାଇଁ ତୁମ୍ଭେ ପାହାଚ ଦେଇ ଆମ୍ଭ ବେଦି ଉପରକୁ ଯିବ ନାହିଁ।’”ମାତ୍ର ଯଦି କେହି ଛଳନା ପୂର୍ବକ ଆପଣା ପ୍ରତିବାସୀକୁ ବଧ କରିବାକୁ ଦୁଃସାହସ କରେ, ତେବେ ତୁମ୍ଭେ ତାହାର ପ୍ରାଣଦଣ୍ଡ କରିବା ନିମନ୍ତେ ଆମ୍ଭ ବେଦି ନିକଟରୁ ତାହାକୁ ନେଇଯିବ।ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କର ସମସ୍ତ ବାକ୍ୟ ଲେଖିଲେ, ପୁଣି, ପ୍ରଭାତରେ ଉଠି ପର୍ବତ ତଳେ ଗୋଟିଏ ଯଜ୍ଞବେଦି ଓ ଇସ୍ରାଏଲର ଦ୍ୱାଦଶ ବଂଶାନୁସାରେ ଦ୍ୱାଦଶ ସ୍ତମ୍ଭ ନିର୍ମାଣ କଲେ।ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।ଆଉ ତୁମ୍ଭେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥର ବେଦି ନିର୍ମାଣ କରିବ, ସେହି ବେଦି ଚତୁଷ୍କୋଣ ହେବ; ତହିଁର ଉଚ୍ଚତା ତିନି ହସ୍ତ ହେବ।ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ କରିବ, ଆଉ ସେହି ଶୃଙ୍ଗ ବେଦିର ଏକାଂଶ ହେବ ଓ ତାହା ପିତ୍ତଳରେ ମଡ଼ାଯିବ।ଏହି ଝାଞ୍ଜିରୀ ବେଦି-ବେଢ଼ ତଳେ ନିମ୍ନ ଭାଗରେ ରଖିବ ଓ ଝାଞ୍ଜିରୀ ବେଦିର ମଧ୍ୟ ପର୍ଯ୍ୟନ୍ତ ପାଇବ।ଆଉ ବେଦି ନିମନ୍ତେ ଶିଟୀମ୍ କାଷ୍ଠର ସାଙ୍ଗୀ କରିବ ଓ ତାହା ପିତ୍ତଳରେ ମଡ଼ାଇବ।ପୁଣି, ବେଦି ବହିବା ବେଳେ ତହିଁର ଦୁଇ ପାର୍ଶ୍ୱ ଉପରେ କଡ଼ା ମଧ୍ୟରେ ସେହି ସାଙ୍ଗୀ ରହିବ।ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।ଆଉ ତାହାର ଅନ୍ତ୍ରୋପରିସ୍ଥିତ ମେଦ ଓ ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ବୃକକ୍ ଓ ତହିଁ ଉପରିସ୍ଥ ମେଦ ଘେନି ବେଦିରେ ଦଗ୍ଧ କରିବ।ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର ରକ୍ତ ନେଇ ବେଦି ଉପରେ ଚାରିଆଡ଼େ ଛିଞ୍ଚିବ।ପୁଣି, ତୁମ୍ଭେ ସମ୍ପୂର୍ଣ୍ଣ ମେଷକୁ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କର ହୋମବଳି ଓ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।ଏଥିଉତ୍ତାରେ ବେଦିର ଉପରିସ୍ଥିତ ରକ୍ତରୁ ଓ ଅଭିଷେକାର୍ଥକ ତୈଳରୁ କିଛି ନେଇ ହାରୋଣ ଉପରେ ଓ ତାହାର ବସ୍ତ୍ର ଉପରେ, ପୁଣି, ତାହା ସହିତ ତାହାର ପୁତ୍ରଗଣ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ଛିଞ୍ଚିବ; ତହିଁରେ ସେ ଓ ତାହା ସହିତ ତାହାର ବସ୍ତ୍ର, ପୁଣି, ତାହାର ପୁତ୍ରଗଣ ଓ ସେମାନଙ୍କ ବସ୍ତ୍ର ପବିତ୍ର ହେବ।ଏଥିଉତ୍ତାରେ ତୁମ୍ଭେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଛାମୁରେ ବେଦିରେ ହୋମାର୍ଥକ ବଳି ଉପରେ ଦଗ୍ଧ କରିବ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଅଟେ।ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।ତୁମ୍ଭେ ବେଦି ନିମନ୍ତେ ସାତ ଦିନ ପ୍ରାୟଶ୍ଚିତ୍ତ କରି ତାହା ପବିତ୍ର କରିବ; ତହିଁରେ ବେଦି ମହାପବିତ୍ର ହେବ, ପୁଣି, ଯାହା କିଛି ବେଦି ସ୍ପର୍ଶ କରେ, ସେସବୁ ପବିତ୍ର ହେବ।ସେହି ବେଦି ଉପରେ ତୁମ୍ଭେ ଏହି ବଳି ଉତ୍ସର୍ଗ କରିବ; ତୁମ୍ଭେ ନିୟମିତ ଭାବରେ ପ୍ରତିଦିନ ଏକ ବର୍ଷୀୟ ଦୁଇ ମେଷଶାବକ,ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।“ଆଉ ତୁମ୍ଭେ ଧୂପ ଜଳାଇବା ପାଇଁ ଶିଟୀମ୍ କାଷ୍ଠର ଏକ ବେଦି ନିର୍ମାଣ କରିବ।ତାହା ଏକ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଚତୁଷ୍କୋଣ ହେବ, ପୁଣି, ଦୁଇ ହସ୍ତ ଉଚ୍ଚ ହେବ; ତହିଁର ଶୃଙ୍ଗସକଳ ତହିଁର ଅଂଶ ହେବ।ତହିଁର ପୃଷ୍ଠ ଓ ଚାରି ପାର୍ଶ୍ୱ ଓ ଶୃଙ୍ଗ ନିର୍ମଳ ସୁବର୍ଣ୍ଣରେ ମଡ଼ାଇବ ଓ ତହିଁର ଚାରିଆଡ଼େ ସ୍ୱର୍ଣ୍ଣର କାନ୍ଥି କରିବ।ପୁଣି, ହାରୋଣ ବର୍ଷ ମଧ୍ୟରେ ଥରେ ତହିଁର ଶୃଙ୍ଗ ଉପରେ ପ୍ରାୟଶ୍ଚିତ୍ତ କରିବ; ସେ ପ୍ରାୟଶ୍ଚିତ୍ତାର୍ଥକ ପାପବଳିର ରକ୍ତ ଦ୍ୱାରା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ବର୍ଷକେ ଥରେ ତହିଁ ଉପରେ ପ୍ରାୟଶ୍ଚିତ୍ତ କରିବ। ଏହି ବେଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହାପବିତ୍ର ଅଟେ।”“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,ପୁଣି, ମେଜ, ତହିଁର ସକଳ ପାତ୍ର, ଦୀପବୃକ୍ଷ ଓ ତହିଁର ସକଳ ପାତ୍ର,ଆଉ ଧୂପବେଦି, ତହିଁର ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ଅଭିଷେକ କରିବ।ଆଉ ମେଜ, ତହିଁର ପାତ୍ରାଦି, ନିର୍ମଳ ସ୍ୱର୍ଣ୍ଣ ଦୀପବୃକ୍ଷ, ତହିଁର ସମସ୍ତ ପାତ୍ର, ଧୂପବେଦି,ହୋମବେଦି, ତହିଁର ସମସ୍ତ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଏକ ହସ୍ତ ଦୀର୍ଘ, ଏକ ହସ୍ତ ପ୍ରସ୍ଥ ଓ ଦୁଇ ହସ୍ତ ଉଚ୍ଚ ଚତୁଷ୍କୋଣ ଧୂପବେଦି ନିର୍ମାଣ କଲେ, ତହିଁର ଶୃଙ୍ଗସକଳ ତହିଁର ଅଂଶ ହେଲା।ଆଉ, ତାହା, ତହିଁର ପୃଷ୍ଠ, ତହିଁର ଚାରି ପାର୍ଶ୍ୱ ଓ ତହିଁର ଶୃଙ୍ଗସକଳ ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ; ପୁଣି, ସେ ତହିଁର ଚାରିଆଡ଼େ ସୁବର୍ଣ୍ଣର କାନ୍ଥି କଲେ।ଏଥିଉତ୍ତାରେ ସେ ଶିଟୀମ୍ କାଷ୍ଠରେ ପାଞ୍ଚ ହସ୍ତ ଦୀର୍ଘ ଓ ପାଞ୍ଚ ହସ୍ତ ପ୍ରସ୍ଥ ଓ ତିନି ହସ୍ତ ଉଚ୍ଚ ଏକ ଚତୁଷ୍କୋଣ ହୋମବେଦି ନିର୍ମାଣ କଲେ।ପୁଣି, ତହିଁର ଚାରି କୋଣ ଉପରେ ଶୃଙ୍ଗ ନିର୍ମାଣ କରି ପିତ୍ତଳ ମଡ଼ାଇଲେ; ସେହି ଶୃଙ୍ଗସବୁ ତହିଁର ଅଂଶ ହେଲା।ଆଉ ସେ ବେଦିର ସମସ୍ତ ପାତ୍ର, ଅର୍ଥାତ୍, ଭସ୍ମଧାନୀ, କରଚୁଲି, କୁଣ୍ଡ, ତ୍ରିଶୂଳ ଓ ଅଙ୍ଗାରଧାନୀ, ଏହି ସମସ୍ତ ପାତ୍ର ପିତ୍ତଳରେ ପ୍ରସ୍ତୁତ କଲେ।ଏହି ବେଦିର ବେଢ଼ ତଳେ ନିମ୍ନରୁ ମଧ୍ୟ ପର୍ଯ୍ୟନ୍ତ ପିତ୍ତଳ ନିର୍ମିତ ଜାଲି ଝାଞ୍ଜିରୀ କଲେ।ବେଦି ବହନାର୍ଥେ ତହିଁର ପାର୍ଶ୍ୱ ଉପରେ ସେହି ସାଙ୍ଗୀ କଡ଼ାରେ ପ୍ରବେଶ କରାଇଲେ; ପୁଣି, ଫମ୍ପା ରଖି ପଟାରେ ବେଦି ନିର୍ମାଣ କଲେ।ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;ପିତ୍ତଳର ବେଦି ଓ ତହିଁର ପିତ୍ତଳ-ଝାଞ୍ଜିରୀ, ତହିଁର ସାଙ୍ଗୀ ଓ ସକଳ ପାତ୍ର, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି;ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।ଆଉ, ତୁମ୍ଭେ ହୋମବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କରିବ; ତହିଁରେ ସେହି ବେଦି ମହାପବିତ୍ର ହେବ।ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।ଲେବୀୟ ପୁସ୍ତକ71
ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।ଏଥିଉତ୍ତାରେ ହାରୋଣ ଯାଜକର ପୁତ୍ରଗଣ ସେହି ବେଦି ଉପରେ ଅଗ୍ନି ରଖିବେ ଓ ଅଗ୍ନି ଉପରେ କାଷ୍ଠ ସଜାଇବେ।ପୁଣି ହାରୋଣର ପୁତ୍ର ଯାଜକମାନେ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ସେହି ପଶୁର ଖଣ୍ଡସକଳ, ମସ୍ତକ ଓ ମେଦ ସଜାଇ ରଖିବେ।ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ବେଦି ଉପରେ ତାହାସବୁ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ତେବେ ସେ ନିଖୁନ୍ତ ପୁଂପଶୁ ଘେନି ସଦାପ୍ରଭୁଙ୍କ ସମ୍ମୁଖରେ ଯଜ୍ଞବେଦିର ଉତ୍ତର ଦିଗରେ ବଧ କରିବ; ପୁଣି ହାରୋଣର ପୁତ୍ର ଯାଜକଗଣ ବେଦିର ଉପର ଚତୁର୍ଦ୍ଦିଗରେ ତାହାର ରକ୍ତ ଛିଞ୍ଚିବେ।ଆଉ ସେ ତାହାର ମସ୍ତକ ଓ ମେଦ ସହିତ ତାକୁ ଖଣ୍ଡ ଖଣ୍ଡ କରିବ; ତହିଁରେ ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ତାହା ସଜାଇ ରଖିବ।ମାତ୍ର ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କରିବ; ତହୁଁ ଯାଜକ ସେହି ସମସ୍ତ ଉତ୍ସର୍ଗ କରି ବେଦି ଉପରେ ଦଗ୍ଧ କରିବ, ତାହା ହୋମବଳି, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ତହୁଁ ଯାଜକ ତାହା ବେଦି ନିକଟକୁ ଆଣି ତାହାର ମସ୍ତକ ମୋଡ଼ି ତାକୁ ବେଦି ଉପରେ ଦଗ୍ଧ କରିବ; ଆଉ ତାହାର ରକ୍ତ ବେଦି ପାର୍ଶ୍ୱରେ ନିଗାଡ଼ିବ।ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ।ଆଉ, ପକ୍ଷମୂଳ ଚିରିବ, ମାତ୍ର ଦ୍ୱିଖଣ୍ଡ କରିବ ନାହିଁ; ପୁଣି ଯାଜକ ବେଦି ଉପରିସ୍ଥ ଅଗ୍ନି ଓ କାଷ୍ଠ ଉପରେ ଦଗ୍ଧ କରିବ, ତହିଁରେ ତାହା ହୋମବଳି, ଅର୍ଥାତ୍, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।ପୁଣି ତାହା ହାରୋଣର ପୁତ୍ର ଯାଜକମାନଙ୍କ ନିକଟକୁ ଆଣିବ; ତହିଁରେ ଯାଜକ ତହିଁରୁ ମୁଠାଏ ସରୁ ମଇଦା ଓ କିଛି ତୈଳ ଓ ସମସ୍ତ କୁନ୍ଦୁରୁ ନେବ; ପୁଣି ଯାଜକ ସ୍ମରଣାର୍ଥକ ଅଂଶ ରୂପେ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ତୁମ୍ଭେ ଏହିସବୁ ଦ୍ରବ୍ୟରେ ପ୍ରସ୍ତୁତ ଭକ୍ଷ୍ୟ ନୈବେଦ୍ୟ ସଦାପ୍ରଭୁଙ୍କ ଛାମୁକୁ ଆଣିବ; ଆଉ ତାହା ଯାଜକକୁ ଦେବ, ତହୁଁ ସେ ବେଦି ନିକଟକୁ ଆଣିବ।ପୁଣି, ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ସ୍ମରଣାର୍ଥକ ଅଂଶ ନେଇ ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ତୁମ୍ଭେମାନେ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ, ମାତ୍ର ତୁଷ୍ଟିଜନକ ଆଘ୍ରାଣାର୍ଥେ ତାହା ବେଦି ଉପରକୁ ଆସିବ ନାହିଁ।ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥ ଅଗ୍ନି, କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ହେବ।ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ।ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର।ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।ମଙ୍ଗଳାର୍ଥକ ବଳିର ଗୋରୁ ହେଲେ ଯେରୂପ କରିବାକୁ ହୁଏ, ସେରୂପ କରିବ; ପୁଣି ଯାଜକ ହୋମବେଦି ଉପରେ ତାହା ଦଗ୍ଧ କରିବ।ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।ପୁଣି, ବଳିରୁ ସମସ୍ତ ମେଦ ନେଇ ବେଦି ଉପରେ ଦଗ୍ଧ କରିବ।ତହୁଁ ଯାଜକ ଆପଣା ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ତହୁଁ ଯାଜକ ଅଙ୍ଗୁଳିରେ ତାହାର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ, ଆଉ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ତହୁଁ ଯାଜକ ଅଙ୍ଗୁଳିରେ ସେହି ପାପାର୍ଥକ ବଳିର ରକ୍ତରୁ କିଛି ନେଇ ହୋମବେଦିର ଶୃଙ୍ଗ ଉପରେ ଦେବ ଓ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ।ଆଉ, ମଙ୍ଗଳାର୍ଥକ ବଳିର ମେଷବତ୍ସଠାରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ, ପୁଣି ଯାଜକ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ସେହି ପାପ ସକାଶୁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।ତହୁଁ ସେ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ବେଦି ପାର୍ଶ୍ୱରେ ଛିଞ୍ଚିବ, ପୁଣି ଅବଶିଷ୍ଟ ତାହାର ସମସ୍ତ ରକ୍ତ ହୋମବେଦି ମୂଳରେ ଢାଳିବ; ତାହା ପାପାର୍ଥକ ବଳିଦାନ।ତହୁଁ ସେ ତାହା ଯାଜକ ନିକଟକୁ ଆଣିଲେ, ଯାଜକ ତହିଁର ସ୍ମରଣାର୍ଥକ ଅଂଶ ରୂପେ ତହିଁରୁ ଏକ ମୁଷ୍ଟି ନେଇ ବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ଉପରେ ତାହା ଦଗ୍ଧ କରିବ; ଏହା ପାପାର୍ଥକ ନୈବେଦ୍ୟ।“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।ପୁଣି ଯାଜକ ଆପଣା ଶୁକ୍ଳବସ୍ତ୍ର ଓ ଶରୀରରେ ଶୁକ୍ଳ ଜଙ୍ଘିଆ ପିନ୍ଧିବ; ଆଉ ସେ ବେଦି ଉପରେ ଅଗ୍ନିଦଗ୍ଧ ହୋମବଳିର ଭସ୍ମ ଉଠାଇ ବେଦି ପାର୍ଶ୍ୱରେ ରଖିବ।ମାତ୍ର ବେଦିର ଉପରିସ୍ଥ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା ଲିଭିବ ନାହିଁ; ଯାଜକ ପ୍ରତ୍ୟେକ ପ୍ରଭାତରେ ତହିଁ ଉପରେ କାଷ୍ଠ ଜାଳିବ; ପୁଣି ସେ ତହିଁ ଉପରେ ହୋମବଳି ସଜାଇ ରଖିବ ଓ ମଙ୍ଗଳାର୍ଥକ ବଳିର ମେଦ ତହିଁ ଉପରେ ଦଗ୍ଧ କରିବ।ବେଦି ଉପରେ ଅଗ୍ନି ସର୍ବଦା ପ୍ରଜ୍ୱଳିତ ରହିବ, ତାହା କଦାପି ଲିଭିବ ନାହିଁ।ଆଉ ଭକ୍ଷ୍ୟ ନୈବେଦ୍ୟର ବ୍ୟବସ୍ଥା ଏହି; ହାରୋଣର ପୁତ୍ରଗଣ ବେଦି ସମ୍ମୁଖରେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବେ।ତହୁଁ ଯାଜକ ଆପଣା ମୁଷ୍ଟି ପୂର୍ଣ୍ଣ କରି ସେହି ଭକ୍ଷ୍ୟ ନୈବେଦ୍ୟରୁ କିଛି ସରୁ ମଇଦା ଓ କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ କୁନ୍ଦୁରୁ ନେଇ ତହିଁର ସ୍ମରଣାର୍ଥକ ଅଂଶ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ବେଦିରେ ଦଗ୍ଧ କରିବ।ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ବେଦି ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଆପଣାର ପାପାର୍ଥକ ବଳି ଓ ଆପଣା ହୋମବଳି ଉତ୍ସର୍ଗ କର, ପୁଣି ଆପଣା ନିମନ୍ତେ ଓ ଲୋକମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; ତହିଁ ଉତ୍ତାରେ ଲୋକମାନଙ୍କର ଉପହାର ଉତ୍ସର୍ଗ କରି ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର।”ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।ତହୁଁ ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣିଲେ; ତହିଁରେ ସେ ଆପଣା ଅଙ୍ଗୁଳି ରକ୍ତରେ ଡୁବାଇ ବେଦିର ଶୃଙ୍ଗ ଉପରେ ଦେଲେ ଓ ଅବଶିଷ୍ଟ ରକ୍ତ ବେଦି ମୂଳରେ ଢାଳିଲେ;ମାତ୍ର ପାପାର୍ଥକ ବଳିର ମେଦ, ଗୁର୍ଦା ଓ ଯକୃତର ଅନ୍ତପ୍ଲାବକ ବେଦି ଉପରେ ଦଗ୍ଧ କଲେ।ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।ଏଥିଉତ୍ତାରେ ସେମାନେ ତାଙ୍କ ନିକଟରେ ହୋମବଳିର ଖଣ୍ଡକୁ ଖଣ୍ଡ ମାଂସ ସହିତ ମସ୍ତକ ସମର୍ପଣ କଲେ; ତହିଁରେ ସେହି ସମସ୍ତ ସେ ବେଦି ଉପରେ ଦଗ୍ଧ କଲେ।ପୁଣି, ସେ ଅନ୍ତ ଓ ପାଦ ଧୌତ କରି ହୋମଦ୍ରବ୍ୟ ସହିତ ବେଦି ଉପରେ ଦଗ୍ଧ କଲେ।ଆଉ, ସେ ଭକ୍ଷ୍ୟ ନୈବେଦ୍ୟ ଆଣି ତହିଁରୁ ମୁଠାଏ ନେଇ ପ୍ରଭାତର ହୋମବଳି ସହିତ ବେଦି ଉପରେ ତାହା ଦଗ୍ଧ କଲେ।ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;ଏହି ସମସ୍ତ ମେଦ ସେମାନେ ବକ୍ଷ ଉପରେ ରଖିଲେ, ପୁଣି, ସେ ବେଦି ଉପରେ ମେଦ ଦଗ୍ଧ କଲେ;ପୁଣି, ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ବେଦି ଉପରିସ୍ଥ ହୋମବଳି ଓ ମେଦ ଭସ୍ମ କଲା, ପୁଣି, ସମସ୍ତ ଲୋକେ ତାହା ଦେଖି ଉଚ୍ଚଧ୍ୱନି କରି ମୁହଁ ମାଡ଼ି ହୋଇ ପଡ଼ିଲେ।ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିରୁ ପ୍ରଜ୍ୱଳିତ ଅଙ୍ଗାର ଧୂପଧାନୀରେ ପୂର୍ଣ୍ଣ କରି ଓ ମୁଠିଏ ଚୂର୍ଣ୍ଣ ସୁଗନ୍ଧି ଧୂପ ନେଇ ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ।ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।ଆଉ, ସେ ପାପାର୍ଥକ ବଳିର ମେଦ ବେଦିରେ ଦଗ୍ଧ କରିବ।ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”ଅନ୍ଧ, ଭଗ୍ନ, ଛୋଟା, ଆବୁଆ, ଜାଦୁଆ କି ଖାରସ୍ତିଆ, ଏମାନଙ୍କୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ନାହିଁ, କିଅବା ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ବେଦି ଉପରେ ଉତ୍ସର୍ଗ କରିବ ନାହିଁ।ଗଣନା ପୁସ୍ତକ26
ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।ପୁଣି, ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକ ଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ।ପୁଣି, ସେମାନେ ବେଦିରୁ ଭସ୍ମ କାଢ଼ିନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ।ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ, କରଚୁଲି ଓ କୁଣ୍ଡ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକ ଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ।ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ, ପୁଣି, ବେଦି ଉପରକୁ ଆଣିବ;ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;ଆଉ ବେଦିର ଅଭିଷେକ ଦିନ ଅଧିପତିଗଣ ତହିଁର ପ୍ରତିଷ୍ଠା ନିମନ୍ତେ ଦାନ କଲେ, ଅର୍ଥାତ୍, ସେହି ଅଧିପତିଗଣ ବେଦି ସମ୍ମୁଖରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ପ୍ରତ୍ୟେକ ଅଧିପତି ଆପଣା ଆପଣା ଦିନରେ ବେଦିର ପ୍ରତିଷ୍ଠା ନିମନ୍ତେ ଉପହାର ଉତ୍ସର୍ଗ କରିବେ।”ବେଦିର ଅଭିଷେକ ଦିନ, ତହିଁର ପ୍ରତିଷ୍ଠାର୍ଥକ ଏହି ଉପହାର ଇସ୍ରାଏଲର ଅଧିପତିଗଣ ଦ୍ୱାରା ଦତ୍ତ ହୋଇଥିଲା; ରୂପାର ଦ୍ୱାଦଶ ଥାଳୀ, ରୂପାର ଦ୍ୱାଦଶ କୁଣ୍ଡ ଓ ସ୍ୱର୍ଣ୍ଣର ଦ୍ୱାଦଶ ଚାମଚ;ପୁଣି, ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ସମୁଦାୟ ଚବିଶ ଗୋରୁ, ଷାଠିଏ ମେଷ, ଷାଠିଏ ଛାଗ ଓ ଏକ ବର୍ଷୀୟ ଷାଠିଏ ମେଷବତ୍ସ; ଏହା ବେଦିର ଅଭିଷେକ ଉତ୍ତାରେ ତହିଁର ପ୍ରତିଷ୍ଠା ନିମନ୍ତେ ଦତ୍ତ ଉପହାର।ଆପଣା ଆପଣା ପ୍ରାଣର ବିରୁଦ୍ଧରେ ଏହି ପାପକର୍ମକାରୀମାନଙ୍କର ଅଙ୍ଗାରଧାନୀ ହିଁ (ପବିତ୍ର); ଏଣୁ ତାହାସବୁ ଯଜ୍ଞବେଦିର ମଣ୍ଡଣି ନିମନ୍ତେ ପିଟାପାତ୍ର କରାଯାଉ; ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ତାହାସବୁ ଉତ୍ସର୍ଗ କରିଥିଲେ, ଏହି କାରଣରୁ ତାହାସବୁ ପବିତ୍ର; ପୁଣି, ତାହାସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଚିହ୍ନସ୍ୱରୂପ ହେବ।”ତହିଁରେ ସେହି ଦଗ୍ଧ ଲୋକମାନେ ଯେଉଁ ଯେଉଁ ପିତ୍ତଳ ଅଙ୍ଗାରଧାନୀ ଉତ୍ସର୍ଗ କରିଥିଲେ, ଇଲୀୟାସର ଯାଜକ ସେହି ସବୁ ନେଲା;ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ବନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦ ବସ୍ତ୍ର ଭିତରେ ଆପଣାର ଯାଜକତ୍ୱ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ। ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ୱ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ଡ ହେବ।”ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ।ଏଥିଉତ୍ତାରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ଯଜ୍ଞବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ପାଇଁ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”ତହିଁରେ ବାଲାକ ବିଲୀୟମ୍ର କଥାନୁସାରେ କଲେ; ପୁଣି, ବାଲାକ ଓ ବିଲୀୟମ୍ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ସେତେବେଳେ ପରମେଶ୍ୱର ବିଲୀୟମ୍କୁ ସାକ୍ଷାତ କଲେ; ତହିଁରେ ସେ ତାହାଙ୍କୁ କହିଲା, “ମୁଁ ସାତ ଯଜ୍ଞବେଦି ପ୍ରସ୍ତୁତ କରିଅଛି ଓ ମୁଁ ପ୍ରତ୍ୟେକ ଯଜ୍ଞବେଦିରେ ଏକ ଗୋବତ୍ସ ଓ ଏକ ମେଷ ଉତ୍ସର୍ଗ କରିଅଛି।”ସେତେବେଳେ ବାଲାକ ତାହାକୁ ପିସ୍ଗାର ପୃଷ୍ଠସ୍ଥିତ ସୋଫୀମ୍ କ୍ଷେତ୍ରକୁ ନେଇଯାଇ ସେହି ସ୍ଥାନରେ ସାତ ବେଦି ନିର୍ମାଣ କଲେ, ପୁଣି, ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ତହିଁରେ ବିଲୀୟମ୍ ବାଲାକଙ୍କୁ କହିଲା, “ଏହି ସ୍ଥାନରେ ମୋʼ ପାଇଁ ସାତଗୋଟି ବେଦି ନିର୍ମାଣ କର ଓ ଏହି ସ୍ଥାନରେ ମୋʼ ନିମନ୍ତେ ସାତ ଗୋବତ୍ସ ଓ ସାତ ମେଷ ଆୟୋଜନ କର।”ତହୁଁ ବାଲାକ ବିଲୀୟମ୍ର କଥାନୁସାରେ କଲେ ଓ ପ୍ରତ୍ୟେକ ବେଦିରେ ଏକ ଏକ ଗୋବତ୍ସ ଓ ଏକ ଏକ ମେଷ ଉତ୍ସର୍ଗ କଲେ।ଦ୍ୱିତୀୟ ବିବରଣ8
ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।ଆଉ, ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ, ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ଅଗ୍ନିରେ ଦଗ୍ଧ କରିବ; ପୁଣି ତୁମ୍ଭେମାନେ ସେମାନଙ୍କ ଖୋଦିତ ଦେବ ପ୍ରତିମାମାନଙ୍କୁ ହାଣି ପକାଇବ; ଆଉ ତୁମ୍ଭେମାନେ ସେହି ସ୍ଥାନରୁ ସେମାନଙ୍କ ନାମ ଲୋପ କରିବ।ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ମାଂସ ଓ ରକ୍ତ ସମେତ ଆପଣା ହୋମବଳି ଉତ୍ସର୍ଗ କରିବ, ଆଉ ତୁମ୍ଭ ବଳିଦାନାଦିର ରକ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଢଳାଯିବ, ତହୁଁ ତୁମ୍ଭେ ସେହି ମାଂସ ଭୋଜନ କରିବ।ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ଯେଉଁ ଯଜ୍ଞବେଦି ନିର୍ମାଣ କରିବ, ତହିଁ ନିକଟରେ ଆଶେରାର ମୂର୍ତ୍ତି ବୋଲି କୌଣସି ପ୍ରକାର କାଷ୍ଠ ସ୍ଥାପନ କରିବ ନାହିଁ।ତହୁଁ ଯାଜକ ତୁମ୍ଭ ହସ୍ତରୁ ସେହି ଚାଙ୍ଗୁଡ଼ି ନେଇ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯଜ୍ଞବେଦି ସମ୍ମୁଖରେ ରଖିବ।ଆଉ ତୁମ୍ଭେ ସେଠାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି, ଅର୍ଥାତ୍, ପ୍ରସ୍ତରର ଏକ ଯଜ୍ଞବେଦି ନିର୍ମାଣ କରିବ; ସେହି ସବୁ ପ୍ରସ୍ତର ଉପରେ ଲୌହ ଅସ୍ତ୍ର ଉଞ୍ଚାଇବ ନାହିଁ।ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଯଜ୍ଞବେଦି ଅଚଞ୍ଛା ପ୍ରସ୍ତରରେ ନିର୍ମାଣ କରିବ ଓ ତୁମ୍ଭେ ତହିଁ ଉପରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବ;ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।ଯିହୋଶୂୟ12
ଏଉତ୍ତାରେ ଯିହୋଶୂୟ ଏବଲ ପର୍ବତରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ।ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।ପୁଣି ଯେତେବେଳେ ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ କିଣାନ ଦେଶାନ୍ତର୍ଗତ ଯର୍ଦ୍ଦନ ସୀମାରେ ଉପସ୍ଥିତ ହେଲେ, ସେତେବେଳେ ସେମାନେ ସେଠାରେ ଯର୍ଦ୍ଦନ ନିକଟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ, ସେହି ବେଦି ଦେଖିବାକୁ ବଡ଼।ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଏହି କଥା ଶୁଣିଲେ, ଦେଖ, ରୁବେନ୍-ସନ୍ତାନଗଣ ଓ ଗାଦ୍-ସନ୍ତାନଗଣ ଓ ମନଃଶିର ଅର୍ଦ୍ଧ ବଂଶ ଇସ୍ରାଏଲ ସନ୍ତାନମାନଙ୍କ ଅଧିକୃତ ପାର୍ଶ୍ୱରେ ଯର୍ଦ୍ଦନ ସୀମାନ୍ତର୍ଗତ କିଣାନ ଦେଶ ଆଗରେ ଏକ ଯଜ୍ଞବେଦି ନିର୍ମାଣ କରିଅଛନ୍ତି।“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।ଯେବେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବା ପାଇଁ ଅବା ଏହି ଯଜ୍ଞବେଦି ଉପରେ ହୋମ କି ଭକ୍ଷ୍ୟ ନୈବେଦ୍ୟ କି ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ତାହା ନିର୍ମାଣ କରିଥାଉ, ତେବେ ସଦାପ୍ରଭୁ ସ୍ୱୟଂ ତହିଁର ପ୍ରତିଫଳ ଦେଉନ୍ତୁ;ଏହେତୁ ଆମ୍ଭେମାନେ କହିଲୁ, ‘ଆସ, ଆମ୍ଭେମାନେ ଏକ ବେଦି ନିର୍ମାଣ କରିବାକୁ ଉଦ୍ଯୋଗ କରୁ, ହୋମ କି ବଳିଦାନ ନିମନ୍ତେ ନୁହେଁ,ଆହୁରି ଆମ୍ଭେମାନେ କହିଲୁ, ‘ସେମାନେ ଯେବେ ଆମ୍ଭମାନଙ୍କୁ କି ଆମ୍ଭମାନଙ୍କ ଭବିଷ୍ୟତ ପୁରୁଷକୁ ଏରୂପ କଥା କହିବେ, ତେବେ ଆମ୍ଭେମାନେ କହିବୁ, ସଦାପ୍ରଭୁଙ୍କ ଯଜ୍ଞବେଦିର ଆଦର୍ଶ ଦେଖ, ଏହା ଆମ୍ଭମାନଙ୍କ ପୂର୍ବପୁରୁଷମାନେ ନିର୍ମାଣ କରିଅଛନ୍ତି, ହୋମ କି ବଳିଦାନାର୍ଥେ ନୁହେଁ, ମାତ୍ର ଆମ୍ଭମାନଙ୍କ ଓ ତୁମ୍ଭମାନଙ୍କ ମଧ୍ୟରେ ଏହା ଏକ ସାକ୍ଷୀ ଅଟେ।’ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”ଏଉତ୍ତାରେ ରୁବେନ୍-ସନ୍ତାନମାନେ ଓ ଗାଦ୍-ସନ୍ତାନମାନେ ସେହି ବେଦିର ନାମ ଏଦ୍ ରଖିଲେ, କାରଣ ସେମାନେ କହିଲେ, “ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଆମ୍ଭମାନଙ୍କ ମଧ୍ୟରେ ଏଥିର ସାକ୍ଷୀ ଏହି।”ବିଚାରକର୍ତ୍ତା10
ଆଉ ତୁମ୍ଭେମାନେ ଏହି ଦେଶନିବାସୀମାନଙ୍କ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭାଙ୍ଗି ପକାଇବ;’ ମାତ୍ର ତୁମ୍ଭେମାନେ ଆମ୍ଭ ରବ ଶୁଣି ନାହଁ, କାହିଁକି ତୁମ୍ଭେମାନେ ଏହି କର୍ମ କରିଅଛ?ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।ଏଥିଉତ୍ତାରେ ସେହି ରାତ୍ରିରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭେ ଆପଣା ପିତାର ଗୋବତ୍ସକୁ, ଅର୍ଥାତ୍, ସାତ ବର୍ଷର ଦ୍ୱିତୀୟ ଗୋବତ୍ସକୁ ନିଅ, ତୁମ୍ଭ ପିତାର ଥିବା ବାଲ୍ଦେବତାର ଯଜ୍ଞବେଦି ଭାଙ୍ଗି ପକାଅ ଓ ତନ୍ନିକଟସ୍ଥ ଆଶେରାର ମୂର୍ତ୍ତି କାଟି ପକାଅ;ପୁଣି ଏହି ଗଡ଼ ଉପରେ ରୀତି ଅନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କର, ଆଉ ତୁମ୍ଭେ ଯେଉଁ ଆଶେରାର ମୂର୍ତ୍ତି ଛେଦନ କରିବ, ତହିଁର କାଷ୍ଠ ନେଇ ସେହି ଦ୍ୱିତୀୟ ଗୋବତ୍ସକୁ ହୋମବଳି ରୂପେ ଉତ୍ସର୍ଗ କର।”ତହୁଁ ନଗରସ୍ଥ ଲୋକମାନେ ପ୍ରଭାତରେ ଉଠନ୍ତେ, ଦେଖ, ବାଲ୍ର ଯଜ୍ଞବେଦି ଭଙ୍ଗା ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କଟା; ପୁଣି ନିର୍ମିତ ଯଜ୍ଞବେଦି ଉପରେ ସେହି ଦ୍ୱିତୀୟ ଗୋବତ୍ସର ଉତ୍ସର୍ଗ ହୋଇଅଛି।ତେବେ ନଗରସ୍ଥ ଲୋକମାନେ ଯୋୟାଶ୍କୁ କହିଲେ, “ତୁମ୍ଭ ପୁତ୍ରକୁ ବାହାର କରି ଆଣ, ସେ ହତ ହେବ; କାରଣ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିଅଛି ଓ ତନ୍ନିକଟସ୍ଥ ଆଶେରା ମୂର୍ତ୍ତି କାଟି ପକାଇଅଛି।”ତହିଁରେ ଯୋୟାଶ୍ ଆପଣା ପ୍ରତିକୂଳରେ ଠିଆ ହେବା ସମସ୍ତଙ୍କୁ କହିଲା, “ତୁମ୍ଭେମାନେ କି ବାଲ୍ ପକ୍ଷରେ ବିବାଦ କରିବ? ଅବା ତୁମ୍ଭେମାନେ କି ତାହାକୁ ଉଦ୍ଧାର କରିବ? ଯେ ତାହାର ପକ୍ଷରେ ବିବାଦ କରିବ, ଏହି ସକାଳ ଥାଉ ଥାଉ ତାହାର ପ୍ରାଣଦଣ୍ଡ ହେଉ; ଯେବେ ସେ ଦେବତା, ତେବେ ସେ ଆପଣା ପକ୍ଷରେ ଆପେ ବିବାଦ କରୁ, କାରଣ କେହି ତାହାର ଯଜ୍ଞବେଦି ଭାଙ୍ଗିଅଛି।”ଏହେତୁ ସେ ବାଲ୍ର ଯଜ୍ଞବେଦି ଭାଙ୍ଗିବାରୁ “ସେ ତାହା ପ୍ରତିକୂଳରେ ବିବାଦ କରୁ,” ଏହା କହି ତାହାର ପିତା ସେହି ଦିନ ଗିଦିୟୋନ୍ଙ୍କ ନାମ “ଯିରୁବ୍ବାଲ୍” (ବାଲ୍ ବିବାଦ କରୁ) ରଖିଲା।ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ସେହି ଯଜ୍ଞବେଦିର ଅଗ୍ନିଶିଖାରେ ଊର୍ଦ୍ଧ୍ୱଗମନ କଲେ। ସେସମୟରେ ମାନୋହ ଓ ତାହାର ଭାର୍ଯ୍ୟା ଅନାଉଥିଲେ; ଆଉ ସେମାନେ ଭୂମିରେ ମୁହଁ ମାଡ଼ି ପଡ଼ିଲେ।ତହୁଁ ଆରଦିନ ଲୋକମାନେ ଅତି ପ୍ରଭାତରେ ଉଠି ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।ପ୍ରଥମ ଶାମୁୟେଲ4
ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ? ଆହୁରି, ଆମ୍ଭେ କି ଇସ୍ରାଏଲ-ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ?ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।ପୁଣି, ରାମାରେ ତାଙ୍କର ଗୃହ ଥିବାରୁ ସେଠାକୁ ସେ ଫେରି ଆସୁଥିଲେ ଓ ସେଠାରେ ଇସ୍ରାଏଲ ବଂଶର ବିଚାର କରୁଥିଲେ; ଆଉ ସେଠାରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିଥିଲେ।ପୁଣି, ଶାଉଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଙ୍କର ନିର୍ମିତ ପ୍ରଥମ ଯଜ୍ଞବେଦି ଏହି।ଦ୍ୱିତୀୟ ଶାମୁୟେଲ3
ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”ପୁଣି ଅରୌଣା ପଚାରିଲା, “ମୋʼ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।”ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା।ପ୍ରଥମ ରାଜାବଳୀ29
ଆଉ, ଅଦୋନୀୟ ଶଲୋମନଙ୍କ ସକାଶୁ ଭୀତ ହେଲା ଓ ସେ ଉଠିଯାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।ଏଉତ୍ତାରେ କେହି ଶଲୋମନଙ୍କୁ ଜଣାଇ କହିଲା, “ଦେଖନ୍ତୁ, ଶଲୋମନ ରାଜାଙ୍କୁ ଅଦୋନୀୟ ଭୟ କରୁଅଛି; କାରଣ, ସେ ଯଜ୍ଞବେଦିର ଶୃଙ୍ଗ ଅବଲମ୍ବନ କରି କହୁଅଛି, ‘ଶଲୋମନ ରାଜା ଯେ ଆପଣା ଦାସକୁ ଖଡ୍ଗରେ ବଧ କରିବେ ନାହିଁ, ଏହା ସେ ଆଜି ମୋʼ ନିକଟରେ ଶପଥ କରନ୍ତୁ।’”ତହୁଁ ଶଲୋମନ ରାଜା ଲୋକ ପଠାନ୍ତେ, ସେମାନେ ତାହାକୁ ଯଜ୍ଞବେଦିରୁ ଓହ୍ଲାଇ ଆଣିଲେ। ତହିଁରେ ସେ ଆସି ଶଲୋମନ ରାଜାଙ୍କୁ ପ୍ରଣାମ କଲା, ପୁଣି, ଶଲୋମନ ତାହାକୁ କହିଲେ, “ଆପଣା ଘରକୁ ଯାଅ।”ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।ଆଉ ସେହି ମହାପବିତ୍ର ସ୍ଥାନ ଭିତର କୋଡ଼ିଏ ହାତ ଦୀର୍ଘ, କୋଡ଼ିଏ ହାତ ପ୍ରସ୍ଥ ଓ କୋଡ଼ିଏ ହାତ ଉଚ୍ଚ ଥିଲା, ଆଉ ସେ ତହିଁରେ ନିର୍ମଳ ସୁବର୍ଣ୍ଣ ମଡ଼ାଇଲେ ଓ ଧୂପବେଦି ଏରସ କାଷ୍ଠରେ ଆଚ୍ଛାଦନ କଲେ।ପୁଣି, ସମୁଦାୟ ଗୃହ ସମାପ୍ତ ହେବା ପର୍ଯ୍ୟନ୍ତ ସମସ୍ତ ଗୃହ ସୁବର୍ଣ୍ଣରେ ମଡ଼ାଇଲେ; ମଧ୍ୟ ମହାପବିତ୍ର ସ୍ଥାନର ଧୂପବେଦି ସମ୍ପୂର୍ଣ୍ଣ ରୂପେ ସୁବର୍ଣ୍ଣରେ ମଡ଼ାଇଲେ।ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ ନିର୍ମାଣ କରାଇଲେ; ଅର୍ଥାତ୍, ସ୍ୱର୍ଣ୍ଣ-ବେଦି ଓ ଦର୍ଶନୀୟ ରୁଟି ସ୍ଥାପନାର୍ଥେ ସ୍ୱର୍ଣ୍ଣର ମେଜ;ଏଥିଉତ୍ତାରେ ଶଲୋମନ ଇସ୍ରାଏଲର ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଠିଆ ହେଲେ ଓ ସ୍ୱର୍ଗ ଆଡ଼େ ଆପଣା ହସ୍ତ ବିସ୍ତାର କରି କହିଲେ;କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ ଯେବେ ତାହାକୁ ଶପଥ କରାଇବା ପାଇଁ କୌଣସି ଶପଥ; ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ,ଏଥିଉତ୍ତାରେ ଶଲୋମନ ସଦାପ୍ରଭୁଙ୍କ ନିକଟରେ ଏହିସବୁ ପ୍ରାର୍ଥନା ଓ ବିନତି-ନିବେଦନ କରିବାର ସମାପ୍ତ କରନ୍ତେ, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଜାନୁପାତରୁ ଓ ସ୍ୱର୍ଗ ଆଡ଼େ ହସ୍ତ-ବିସ୍ତାରକରଣରୁ ଉଠିଲେ।ସେହି ଦିନ ରାଜା ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ, ସେଠାରେ ସେ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ହୋମବଳି, ଭକ୍ଷ୍ୟ ନୈବେଦ୍ୟ ଓ ମଙ୍ଗଳାର୍ଥକ ବଳିର ମେଦ ଧରିବା ପାଇଁ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳମୟ ଯଜ୍ଞବେଦି ସାନ ଥିଲା।ପୁଣି, ଶଲୋମନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ସେହି ଯଜ୍ଞବେଦି ଉପରେ ସେ ଧୂପ ଜ୍ୱଳାଇ ବର୍ଷକେ ତିନି ଥର ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ। ଏହିରୂପେ ସେ ଗୃହ ନିର୍ମାଣ ସମାପ୍ତ କଲେ।ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍ରେ ସ୍ଥାପନ କଲେ।ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍ର ଗୃହରେ ବାଲ୍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”ଦ୍ୱିତୀୟ ରାଜାବଳୀ19
ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ।ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା।ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ।ଏଥିଉତ୍ତାରେ ଆହସ୍ ରାଜା ଅଶୂରର ରାଜା ତିଗ୍ଲାତ୍-ପିଲେସର୍କୁ ସାକ୍ଷାତ କରିବା ପାଇଁ ଦମ୍ମେଶକକୁ ଗଲେ ଓ ଦମ୍ମେଶକରେ ଥିବା ଯଜ୍ଞବେଦି ଦେଖିଲେ; ତହିଁରେ ଆହସ୍ ରାଜା ସେହି ଯଜ୍ଞବେଦିର ସକଳ ଶିଳ୍ପକର୍ମାନୁସାରେ ତହିଁର ଆକୃତି ଓ ନମୁନା ଊରୀୟ ଯାଜକ ନିକଟକୁ ପଠାଇଲେ।ତହୁଁ ଊରୀୟ ଯାଜକ ଏକ ଯଜ୍ଞବେଦି ନିର୍ମାଣ କଲା; ଆହସ୍ ରାଜା ଦମ୍ମେଶକରୁ ଯାହା ଯାହା ପଠାଇଥିଲେ, ତଦନୁସାରେ ଆହସ୍ ରାଜା ଦମ୍ମେଶକରୁ ଆସିବା ପୂର୍ବେ ଊରୀୟ ଯାଜକ ସକଳ କର୍ମ କଲା।ପୁଣି ରାଜା ଦମ୍ମେଶକରୁ ଆସିଲା ଉତ୍ତାରେ ରାଜା ସେହି ଯଜ୍ଞବେଦି ଦେଖିଲେ; ଆଉ ରାଜା ସେହି ଯଜ୍ଞବେଦି ନିକଟକୁ ଯାଇ ତହିଁ ଉପରେ ବଳିଦାନ କଲେ।ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।ଆଉ ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ପିତ୍ତଳ ଯଜ୍ଞବେଦିକୁ ମନ୍ଦିରର ସମ୍ମୁଖରୁ, ଅର୍ଥାତ୍, ଆପଣା ଯଜ୍ଞବେଦି ଓ ସଦାପ୍ରଭୁଙ୍କ ଗୃହର ମଧ୍ୟସ୍ଥାନରୁ ତାହା ଆଣି ଆପଣା ଯଜ୍ଞବେଦିର ଉତ୍ତର ଭାଗରେ ସ୍ଥାପନ କଲେ।ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”ମାତ୍ର ଯେବେ ତୁମ୍ଭେମାନେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଯିରୂଶାଲମରେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କି ସେହି ନୁହନ୍ତି?’କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ରାଜା ଆହାବ ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦିମାନ ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।“ପୁଣି ଆମ୍ଭେ ଯିରୂଶାଲମରେ ଆପଣା ନାମ ସ୍ଥାପନ କରିବା” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।ଆହୁରି ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ବାହିନୀ ସକଳ ନିମନ୍ତେ ଯଜ୍ଞବେଦିମାନ ନିର୍ମାଣ କଲେ।ତଥାପି ଉଚ୍ଚସ୍ଥଳୀର ଯାଜକମାନେ ଯିରୂଶାଲମସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ନିକଟକୁ ଆସିଲେ ନାହିଁ, ମାତ୍ର ସେମାନେ ଆପଣା ଭ୍ରାତୃଗଣ ମଧ୍ୟରେ ଥାଇ ତାଡ଼ିଶୂନ୍ୟ ରୁଟି ଭୋଜନ କଲେ।ଆଉ ଯିହୁଦାର ରାଜାମାନେ ଆହସ୍ର ଉପରିସ୍ଥ କୋଠରି ଛାତ ଉପରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ ଓ ମନଃଶି ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଯେ ଯେ ଯଜ୍ଞବେଦି ନିର୍ମାଣ କରିଥିଲେ, ରାଜା ସେସବୁକୁ ସେସ୍ଥାନରୁ ଭାଙ୍ଗି ପକାଇ ଚୂର୍ଣ୍ଣ କଲେ ଓ ତହିଁର ଧୂଳି କିଦ୍ରୋଣ ନଦୀରେ ଫୋପାଡ଼ି ଦେଲେ।ଆହୁରି ବେଥେଲ୍ରେ ଯେଉଁ ଯଜ୍ଞବେଦି ଥିଲା ଓ ଇସ୍ରାଏଲକୁ ପାପ କରାଇଥିଲେ ଯେ ନବାଟର ପୁତ୍ର ଯାରବୀୟାମ, ସେ ଯେଉଁ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଯୋଶୀୟ ସେହି ଯଜ୍ଞବେଦି ଓ ଉଚ୍ଚସ୍ଥଳୀ ଭାଙ୍ଗି ପକାଇଲେ, ପୁଣି ସେ ଉଚ୍ଚସ୍ଥଳୀ ଦଗ୍ଧ କରି ପେଷି ଚୂର୍ଣ୍ଣ କଲେ, ଆଉ ଆଶେରାମୂର୍ତ୍ତିକୁ ଦଗ୍ଧ କଲେ।ଏଥିଉତ୍ତାରେ ଯୋଶୀୟ ମୁଖ ଫେରାଇବା ବେଳେ ସେଠାର ପର୍ବତସ୍ଥିତ କବରମାନ ଦେଖିଲେ। ତହୁଁ ସେ ଲୋକ ପଠାଇ ସେହି କବରରୁ ଅସ୍ଥି ଅଣାଇଲେ, ଆଉ ପରମେଶ୍ୱରଙ୍କର ଯେଉଁ ଲୋକ ପୂର୍ବେ ଏହିସବୁ ବିଷୟ ପ୍ରଚାର କରିଥିଲେ, ତାଙ୍କ ପ୍ରଚାରିତ ସଦାପ୍ରଭୁଙ୍କ ସେହି ବାକ୍ୟାନୁସାରେ ସେହି ଯଜ୍ଞବେଦି ଉପରେ ସେହି ଅସ୍ଥିସବୁ ଦଗ୍ଧ କରି ତାହା ଅଶୁଚି କଲେ।ତହୁଁ ସେ ପଚାରିଲେ, “ସେହି ଯେ ସ୍ତମ୍ଭ ଆମ୍ଭେ ଦେଖୁଅଛୁ, ତାହା କଅଣ?” ଏଥିରେ ନଗରର ଲୋକମାନେ ଉତ୍ତର କଲେ, “ପରମେଶ୍ୱରଙ୍କର ଯେଉଁ ଲୋକ ଯିହୁଦାରୁ ଆସି ଆପଣଙ୍କ କୃତ ଏହି ସକଳ ବିଷୟ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ପ୍ରଚାର କରିଥିଲେ, ତାହା ତାଙ୍କର କବର।”ପୁଣି ସେ ଉଚ୍ଚସ୍ଥଳୀର ଯାଜକ ସମସ୍ତଙ୍କୁ ଯଜ୍ଞବେଦିରେ ବଧ କରି, ତହିଁ ଉପରେ ମନୁଷ୍ୟମାନଙ୍କ ଅସ୍ଥି ଦଗ୍ଧ କଲେ; ଏଥିଉତ୍ତାରେ ସେ ଯିରୂଶାଲମକୁ ଫେରିଗଲେ।ପ୍ରଥମ ବଂଶାବଳୀ8
ମାତ୍ର ହାରୋଣ ଓ ତାଙ୍କର ପୁତ୍ରଗଣ ପରମେଶ୍ୱରଙ୍କ ସେବକ ମୋଶାଙ୍କର ସମସ୍ତ ଆଜ୍ଞା ପ୍ରମାଣେ ମହାପବିତ୍ର ସ୍ଥାନର ସମସ୍ତ କାର୍ଯ୍ୟ ନିମନ୍ତେ ଓ ଇସ୍ରାଏଲ ପାଇଁ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ହୋମାର୍ଥକ ବେଦି ଉପରେ ଓ ଧୂପାର୍ଥକ ବେଦି ଉପରେ ଉତ୍ସର୍ଗ କଲେ।ସାଦୋକ ଯାଜକ ଓ ତାହାର ଯାଜକ-ଭ୍ରାତୃଗଣ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ରହିଲେ;ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।ତେବେ ଦାଉଦ ଅରଣନକୁ କହିଲେ, “ମୋତେ ଏହି ଶସ୍ୟମର୍ଦ୍ଦନ ସ୍ଥାନ ଦିଅ, ମୁଁ ତହିଁରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବି; ସମ୍ପୂର୍ଣ୍ଣ ମୂଲ୍ୟ ନେଇ ତାହା ମୋତେ ଦିଅ; ତହିଁରେ ଲୋକମାନଙ୍କ ମଧ୍ୟରୁ ମହାମାରୀ ନିବୃତ୍ତ ହେବ।”ପୁଣି, ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ, ଆଉ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସେ ହୋମବଳିର ବେଦି ଉପରେ ଅଗ୍ନି ଦ୍ୱାରା ଆକାଶରୁ ତାଙ୍କୁ ଉତ୍ତର ଦେଲେ।କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍ସ୍ଥ ଉଚ୍ଚସ୍ଥଳୀରେ ଥିଲା।ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।ଦ୍ୱିତୀୟ ବଂଶାବଳୀ35
ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;ମଧ୍ୟ ଲେବୀୟ ଗାୟକ ସମସ୍ତେ, ଅର୍ଥାତ୍, ଆସଫ, ହେମନ, ଯିଦୂଥୂନ୍ ଓ ସେମାନଙ୍କ ପୁତ୍ର ଓ ଭାଇଗଣ କ୍ଷୌମବସ୍ତ୍ର ପିନ୍ଧି କରତାଳ ଓ ନେବଲ ଓ ବୀଣା ଧରି ଯଜ୍ଞବେଦିର ପୂର୍ବ ଦିଗରେ ଠିଆ ହୋଇଥିଲେ ଓ ସେମାନଙ୍କ ସଙ୍ଗେ ତୂରୀବାଦକ ଏକ ଶହ କୋଡ଼ିଏ ଜଣ ଯାଜକ ଥିଲେ; ତହୁଁ ଯାଜକମାନେ ପବିତ୍ର ସ୍ଥାନରୁ ବାହାର ହୋଇ ଆସନ୍ତେ,ଏଥିଉତ୍ତାରେ ସେ ଇସ୍ରାଏଲର ସମସ୍ତ ସମାଜ ସାକ୍ଷାତରେ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଆପଣା ହସ୍ତ ବିସ୍ତାର କରି ଠିଆ ହେଲେ;କେହି ଆପଣା ପ୍ରତିବାସୀ ବିରୁଦ୍ଧରେ ପାପ କଲେ, ଯେବେ ତାହାକୁ ଶପଥ କରାଇବା ପାଇଁ ଶପଥ ନିରୂପିତ ହୁଏ ଓ ସେ ଆସି ଏହି ଗୃହସ୍ଥିତ ତୁମ୍ଭ ଯଜ୍ଞବେଦି ସମ୍ମୁଖରେ ଶପଥ କରେ;ଆହୁରି ଶଲୋମନ ସଦାପ୍ରଭୁଙ୍କ ଗୃହ ସମ୍ମୁଖସ୍ଥିତ ପ୍ରାଙ୍ଗଣର ମଧ୍ୟଦେଶ ପବିତ୍ର କଲେ; କାରଣ ସେ ସେଠାରେ ହୋମବଳି ଓ ମଙ୍ଗଳାର୍ଥକ ବଳିର ମେଦ ଉତ୍ସର୍ଗ କଲେ; ଯେହେତୁ ଶଲୋମନ ନିର୍ମିତ ପିତ୍ତଳମୟ ଯଜ୍ଞବେଦି, ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଓ ମେଦକୁ ଧରି ପାରିଲା ନାହିଁ।ପୁଣି ଅଷ୍ଟମ ଦିନରେ ସେମାନେ ମହାସଭା କଲେ; କାରଣ ସେମାନେ ସାତ ଦିନ ଯଜ୍ଞବେଦିର ପ୍ରତିଷ୍ଠା ଓ ସାତ ଦିନ ଉତ୍ସବ କଲେ।ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ୱର ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।ଏଉତ୍ତାରେ ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ।ମାତ୍ର ସେ ବଳବାନ ହୁଅନ୍ତେ, ତାଙ୍କର ଅନ୍ତଃକରଣ ଉଦ୍ଧତ ହେଲା, ତହୁଁ ସେ ଦୁରାଚରଣ କରି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ; କାରଣ ସେ ଧୂପବେଦିରେ ଧୂପ ଜ୍ୱଳାଇବା ନିମନ୍ତେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।ସେତେବେଳେ ଉଷୀୟ କୋପାନ୍ୱିତ ହେଲେ; ପୁଣି ଧୂପ ଜ୍ୱଳାଇବା ନିମନ୍ତେ ତାଙ୍କର ହସ୍ତରେ ଧୂପାଚି ଥିଲା; ପୁଣି ସେ ଯାଜକମାନଙ୍କ ପ୍ରତି କୋପାନ୍ୱିତ ଥାଉ ଥାଉ ସଦାପ୍ରଭୁଙ୍କ ଗୃହରେ ଯାଜକମାନଙ୍କ ସାକ୍ଷାତରେ ଧୂପବେଦି ନିକଟରେ ତାଙ୍କର କପାଳରେ କୁଷ୍ଠ ପ୍ରକାଶ ପାଇଲା।ଏଉତ୍ତାରେ ଆହସ୍ ପରମେଶ୍ୱରଙ୍କ ଗୃହର ପାତ୍ରସକଳ ଏକତ୍ର କଲେ ଓ ପରମେଶ୍ୱରଙ୍କ ଗୃହର ସେହି ପାତ୍ରସବୁ କାଟି ଖଣ୍ଡ ଖଣ୍ଡ କଲେ ଓ ସଦାପ୍ରଭୁଙ୍କ ଗୃହର କବାଟସବୁ ବନ୍ଦ କଲେ; ପୁଣି ସେ ଯିରୂଶାଲମର ପ୍ରତ୍ୟେକ କୋଣରେ ଆପଣା ପାଇଁ ଯଜ୍ଞବେଦି ନିର୍ମାଣ କଲେ।ତହୁଁ ସେମାନେ ରାଜଗୃହ ଭିତରକୁ ହିଜକୀୟ ରାଜାଙ୍କ ନିକଟକୁ ଯାଇ କହିଲେ, “ଆମ୍ଭେମାନେ ସଦାପ୍ରଭୁଙ୍କର ସମୁଦାୟ ଗୃହ ଓ ହୋମବଳିର ଯଜ୍ଞବେଦି ଓ ତହିଁର ପାତ୍ରସକଳ, ଦର୍ଶନୀୟ ରୁଟିର ମେଜ ଓ ତହିଁର ପାତ୍ରସକଳ ଶୁଚି କରିଅଛୁ।ଆହୁରି, ଆହସ୍ ରାଜା ଆପଣା ରାଜତ୍ୱ ସମୟରେ ସତ୍ୟ-ଲଙ୍ଘନ କରି ଯେ ଯେ ପାତ୍ର ପକାଇ ଦେଇଥିଲେ, ତାହାସବୁ ଆମ୍ଭେମାନେ ପ୍ରସ୍ତୁତ କରି ପବିତ୍ର କରିଅଛୁ; ଆଉ ଦେଖନ୍ତୁ, ତାହାସବୁ ସଦାପ୍ରଭୁଙ୍କ ଯଜ୍ଞବେଦି ସମ୍ମୁଖରେ ଅଛି।”ପୁଣି, ସେମାନେ ରାଜ୍ୟ ନିମନ୍ତେ ଓ ଧର୍ମଧାମ ନିମନ୍ତେ ଓ ଯିହୁଦା ନିମନ୍ତେ ପାପାର୍ଥକ ବଳି ରୂପେ ସାତ ବୃଷ ଓ ସାତ ମେଷ ଓ ସାତ ମେଷଶାବକ ଓ ସାତ ଛାଗ ଆଣିଲେ। ତହିଁରେ ସେ ହାରୋଣ-ସନ୍ତାନ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ତାହାସବୁ ଉତ୍ସର୍ଗ କରିବାକୁ ଆଜ୍ଞା କଲେ।ତେଣୁ ବୃଷସବୁ ବଧ କରାଯାʼନ୍ତେ, ଯାଜକମାନେ ରକ୍ତ ଗ୍ରହଣ କରି ବେଦି ଉପରେ ସେଚନ କଲେ; ପୁଣି ମେଷ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ; ଆହୁରି, ମେଷଶାବକ ବଧ କରାଯାʼନ୍ତେ, ସେମାନେ ଯଜ୍ଞବେଦି ଉପରେ ରକ୍ତ ସେଚନ କଲେ।ତହୁଁ ସମଗ୍ର ଇସ୍ରାଏଲ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଯାଜକମାନେ ସେସବୁ ବଧ କରି ଯଜ୍ଞବେଦି ଉପରେ ସେମାନଙ୍କ ରକ୍ତ ଦ୍ୱାରା ପାପାର୍ଥକ ବଳି କଲେ; କାରଣ ସମଗ୍ର ଇସ୍ରାଏଲ ନିମନ୍ତେ ହୋମବଳି ଓ ପାପାର୍ଥକ ବଳି ଉତ୍ସର୍ଗ କରିବାକୁ ରାଜା ଆଜ୍ଞା ଦେଇଥିଲେ।ଏଉତ୍ତାରେ ଯଜ୍ଞବେଦି ଉପରେ ହୋମବଳି ଉତ୍ସର୍ଗ କରିବାକୁ ହିଜକୀୟ ଆଜ୍ଞା କଲେ। ଯେତେବେଳେ ହୋମବଳି ଆରମ୍ଭ ହେଲା, ସେତେବେଳେ ତୂରୀ ଓ ଇସ୍ରାଏଲର ରାଜା ଦାଉଦଙ୍କର ବାଦ୍ୟଯନ୍ତ୍ର ସହିତ ସଦାପ୍ରଭୁଙ୍କ ଗୀତ ମଧ୍ୟ ଆରମ୍ଭ ହେଲା।ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।ଆଉ, ସେ ଅନ୍ୟ ଦେବଗଣକୁ ଓ ସଦାପ୍ରଭୁଙ୍କ ଗୃହସ୍ଥିତ ପ୍ରତିମାକୁ ଦୂର କଲେ ଓ ସେ ସଦାପ୍ରଭୁଙ୍କ ଗୃହର ପର୍ବତରେ ଓ ଯିରୂଶାଲମରେ ଆପଣାର ନିର୍ମିତ ସମସ୍ତ ଯଜ୍ଞବେଦି ନଗରର ବାହାରେ ପକାଇଦେଲେ।ପୁଣି, ସେ ସଦାପ୍ରଭୁଙ୍କ ଯଜ୍ଞବେଦି ନିର୍ମାଣ କରି ତହିଁ ପରେ ମଙ୍ଗଳାର୍ଥକ ଓ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସେବା କରିବା ପାଇଁ ଯିହୁଦାକୁ ଆଜ୍ଞା କଲେ।ପୁଣି, ଲୋକମାନେ ତାଙ୍କ ସାକ୍ଷାତରେ ବାଲ୍ ଦେବଗଣର ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ, ଆଉ ସେ ତହିଁ ଉପରେ ସ୍ଥାପିତ ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇଲେ ଓ ଆଶେରା ମୂର୍ତ୍ତି, ଖୋଦିତ ପ୍ରତିମା ଓ ଛାଞ୍ଚରେ ଢଳା ପ୍ରତିମାସବୁ ଭାଙ୍ଗି ଚୂର୍ଣ୍ଣ କରି ସେସବୁର ଉଦ୍ଦେଶ୍ୟରେ ବଳିଦାନକାରୀ ଲୋକମାନଙ୍କ କବର ଉପରେ ତାହା ବିଞ୍ଚିଲେ।ଆଉ, ସେମାନଙ୍କ ଯଜ୍ଞବେଦି ଉପରେ ଯାଜକମାନଙ୍କ ଅସ୍ଥି ଦଗ୍ଧ କରି ଯିହୁଦା ଓ ଯିରୂଶାଲମକୁ ଶୁଚି କଲେ।ଆଉ, ସେ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଇସ୍ରାଏଲ ଦେଶର ସର୍ବତ୍ର ସୂର୍ଯ୍ୟ-ପ୍ରତିମାସବୁ କାଟି ପକାଇ ଯିରୂଶାଲମକୁ ଫେରି ଆସିଲେ।ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।ଏଜ୍ରା3
ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।ପୁଣି, ସେମାନେ ନାନା ଦେଶୀୟ ଲୋକମାନଙ୍କ ସକାଶୁ ଭୀତ ହେବାରୁ ଯଜ୍ଞବେଦିକୁ ତହିଁର ଭିତ୍ତିମୂଳ ଉପରେ ସ୍ଥାପନ କଲେ; ଆଉ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି, ଅର୍ଥାତ୍, ପ୍ରଭାତୀୟ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କଲେ।ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।ନିହିମୀୟା1
ପୁଣି, ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଉପରେ ଜ୍ୱଳାଇବା ସକାଶେ ଆମ୍ଭମାନଙ୍କ ପିତୃବଂଶାନୁସାରେ ବର୍ଷକୁ ବର୍ଷ ନିରୂପିତ ସମୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହକୁ କାଷ୍ଠ ଆଣିବା ନିମନ୍ତେ ଆମ୍ଭେମାନେ, ଅର୍ଥାତ୍ ଯାଜକମାନେ, ଲେବୀୟମାନେ ଓ ଲୋକମାନେ କାଷ୍ଠଦାନ ବିଷୟରେ ଗୁଲିବାଣ୍ଟ କଲୁ।ଗୀତସଂହିତା5
ହେ ସଦାପ୍ରଭୋ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସକଳ ବର୍ଣ୍ଣନା କରିବି,ତହିଁରେ ମୁଁ ପରମେଶ୍ୱରଙ୍କ ବେଦି ନିକଟକୁ ଓ ମୋହର ପରମାନନ୍ଦଜନକ ପରମେଶ୍ୱରଙ୍କ ନିକଟକୁ ଯିବି; ଆଉ, ହେ ପରମେଶ୍ୱର, ମୋହର ପରମେଶ୍ୱର, ମୁଁ ବୀଣା ଯନ୍ତ୍ରରେ ତୁମ୍ଭର ପ୍ରଶଂସା କରିବି।ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।ହଁ, ଘରଚଟିଆ ଆପଣା ପାଇଁ ଏକ ଗୃହ ଓ ଖଞ୍ଜନପକ୍ଷୀ ଛୁଆ ରଖିବା ନିମନ୍ତେ ଆପଣା ପାଇଁ ଏକ ବସା ପାଇଅଛି, ହେ ସୈନ୍ୟାଧିପତି ସଦାପ୍ରଭୋ, ମୋହର ରାଜନ୍ ଓ ମୋହର ପରମେଶ୍ୱର, ତୁମ୍ଭର ଯଜ୍ଞବେଦି ସେହି ସ୍ଥାନ,ସଦାପ୍ରଭୁ ପରମେଶ୍ୱର ଅଟନ୍ତି ଓ ସେ ଆମ୍ଭମାନଙ୍କୁ ଦୀପ୍ତି ଦେଇଅଛନ୍ତି; ବେଦିର ଶୃଙ୍ଗରେ ରଜ୍ଜୁ ଦ୍ୱାରା ବଳିକୁ ବାନ୍ଧ।ଯିଶାଇୟ8
ଏଥିଉତ୍ତାରେ ସେହି ସରାଫଗଣ ମଧ୍ୟରୁ ଏକ ଜଣ ମୋʼ ନିକଟକୁ ଉଡ଼ି ଆସିଲେ, ତାଙ୍କ ହସ୍ତରେ ଖଣ୍ଡେ ଜ୍ୱଳନ୍ତ ଅଙ୍ଗାର ଥିଲା, ସେ ଯଜ୍ଞବେଦିରୁ ଚିମୁଟା ଦ୍ୱାରା ତାହା ନେଇଥିଲେ;ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।ମାତ୍ର ଯଦି ତୁମ୍ଭେ ମୋତେ କୁହ, ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କ ଉପରେ ନିର୍ଭର ରଖୁଅଛୁ; ତେବେ ହିଜକୀୟ ଯାହାଙ୍କ ଉଚ୍ଚସ୍ଥଳୀ ଓ ଯାହାଙ୍କ ଯଜ୍ଞବେଦିସବୁ ଦୂର କରିଦେଇଅଛି, ଆଉ ଯିହୁଦାକୁ ଓ ଯିରୂଶାଲମକୁ କହିଅଛି, ତୁମ୍ଭେମାନେ ଏହି ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ, ସେ କʼଣ ସେହି ନୁହନ୍ତି?ସେହି ସମସ୍ତଙ୍କୁ ଆମ୍ଭେ ଆପଣା ପବିତ୍ର ପର୍ବତକୁ ଆଣିବା ଓ ଆମ୍ଭର ପ୍ରାର୍ଥନାଗୃହରେ ସେମାନଙ୍କୁ ଆନନ୍ଦିତ କରିବା; ସେମାନଙ୍କର ହୋମବଳି ଓ ପ୍ରାୟଶ୍ଚିତ୍ତ ବଳିସବୁ ଆମ୍ଭ ଯଜ୍ଞବେଦି ଉପରେ ଗ୍ରାହ୍ୟ ହେବ; କାରଣ ଆମ୍ଭର ଗୃହ ସର୍ବଗୋଷ୍ଠୀୟ ଲୋକଙ୍କର ପ୍ରାର୍ଥନାଗୃହ ବୋଲି ବିଖ୍ୟାତ ହେବ।କେଦାରର ସମଗ୍ର ମେଷପଲ ତୁମ୍ଭ ନିକଟରେ ଏକତ୍ରୀକୃତ ହେବେ, ନବାୟୋତ୍ର ମେଷଗଣ ତୁମ୍ଭର ପରିଚର୍ଯ୍ୟା କରିବେ; ସେମାନେ ସୁଗ୍ରାହ୍ୟ ହୋଇ ଆମ୍ଭ ଯଜ୍ଞବେଦିର ଉପରକୁ ଆସିବେ, ପୁଣି ଆମ୍ଭେ ଆପଣାର ଭୂଷଣ ସ୍ୱରୂପ ଗୃହକୁ ଭୂଷିତ କରିବା।ସେହି ଲୋକମାନେ ଉଦ୍ୟାନରେ ବଳିଦାନ କରି ଓ ଗୁଡ଼ିଏ ଇଟା ଉପରେ ଧୂମ ଜ୍ୱଳାଇ ଆମ୍ଭ ମୁଖ ଆଗରେ ନିତ୍ୟ ନିତ୍ୟ ଆମ୍ଭକୁ ବିରକ୍ତ କରନ୍ତି;ଯିରିମୀୟ3
କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍, ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।ବିଳାପ1
ପ୍ରଭୁ ଆପଣା ଯଜ୍ଞବେଦି ଦୂର କରିଅଛନ୍ତି, ସେ ଆପଣା ପବିତ୍ର ସ୍ଥାନ ଘୃଣା କରିଅଛନ୍ତି, ସେ ତାହାର ଅଟ୍ଟାଳିକାର ଭିତ୍ତିଗୁଡ଼ିକୁ ଶତ୍ରୁ ହସ୍ତରେ ସମର୍ପଣ କରିଅଛନ୍ତି; ସେମାନେ ସଦାପ୍ରଭୁଙ୍କ ଗୃହ ମଧ୍ୟରେ ମହାସଭାର ଦିନ ତୁଲ୍ୟ ଚହଳ କରିଅଛନ୍ତି।ଯିହିଜିକଲ20
ପୁଣି, ତୁମ୍ଭମାନଙ୍କର ଯଜ୍ଞବେଦିମାନ ଧ୍ୱଂସ ଓ ତୁମ୍ଭମାନଙ୍କ ସୂର୍ଯ୍ୟପ୍ରତିମାଗଣ ଭଗ୍ନ ହେବେ ଓ ଆମ୍ଭେ ତୁମ୍ଭମାନଙ୍କର ହତ ଲୋକମାନଙ୍କୁ ତୁମ୍ଭମାନଙ୍କ ଦେବତାଗଣର ସମ୍ମୁଖରେ ପକାଇଦେବା।ଆଉ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ଶବ ସେମାନଙ୍କ ପ୍ରତିମାଗଣର ସମ୍ମୁଖରେ ରଖିବା ଓ ତୁମ୍ଭମାନଙ୍କର ଅସ୍ଥିସବୁ ଆମ୍ଭେ ତୁମ୍ଭମାନଙ୍କ ଯଜ୍ଞବେଦିମାନର ଚାରିଆଡ଼େ ବିଞ୍ଚି ଦେବା।ତୁମ୍ଭମାନଙ୍କର ଯାବତୀୟ ବସତି ସ୍ଥାନର ନଗରସକଳ ଉତ୍ସନ୍ନ ହେବ ଓ ଉଚ୍ଚସ୍ଥଳୀସବୁ ଧ୍ୱଂସ ହେବ, ତହିଁରେ ତୁମ୍ଭମାନଙ୍କର ଯଜ୍ଞବେଦିସବୁ ଉତ୍ସନ୍ନ, ଧ୍ୱଂସ ହେବ ଓ ତୁମ୍ଭମାନଙ୍କର ଦେବତାଗଣ ଭଗ୍ନ ଓ ରହିତ ହେବେ ଓ ତୁମ୍ଭମାନଙ୍କର ସୂର୍ଯ୍ୟପ୍ରତିମାଗଣ ଉଚ୍ଛିନ୍ନ ହେବେ, ଆଉ ତୁମ୍ଭମାନଙ୍କର ହସ୍ତକୃତ କର୍ମସବୁ ଲୁପ୍ତ ହେବ।ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଏବେ ଚକ୍ଷୁ ଖୋଲି ଉତ୍ତର ଦିଗର ପଥ ପ୍ରତି ଅନାଅ।” ତହୁଁ ମୁଁ ଚକ୍ଷୁ ଖୋଲି ଉତ୍ତର ଦିଗସ୍ଥ ପଥ ଆଡ଼େ ଅନାଇଲି, ଆଉ ଦେଖ, ଯଜ୍ଞବେଦିର ଉତ୍ତର ଦିଗସ୍ଥ ଦ୍ୱାରର ପ୍ରବେଶ ସ୍ଥାନରେ ସେହି ପ୍ରତିମା ଥିଲା, ଯାହା ପରମେଶ୍ୱରଙ୍କୁ କ୍ରୋଧ ଓ ଈର୍ଷାପରାୟଣ କରିଥିଲା।ଏଥିଉତ୍ତାରେ ସେ ମୋତେ ସଦାପ୍ରଭୁଙ୍କ ଗୃହର ଭିତର ପ୍ରାଙ୍ଗଣ ମଧ୍ୟକୁ ଆଣିଲେ, ଆଉ ଦେଖ, ସଦାପ୍ରଭୁଙ୍କ ମନ୍ଦିରର ଦ୍ୱାର ନିକଟରେ, ବାରଣ୍ଡା ଓ ଯଜ୍ଞବେଦିର ମଧ୍ୟସ୍ଥାନରେ ଊଣାଧିକ ପଚିଶ ଜଣ ପୁରୁଷ ସଦାପ୍ରଭୁଙ୍କ ମନ୍ଦିର ପ୍ରତି ପିଠି କରି ଓ ପୂର୍ବଦିଗ ପ୍ରତି ମୁଖ କରିଅଛନ୍ତି; ଆଉ, ସେମାନେ ପୂର୍ବଦିଗ ପ୍ରତି ସୂର୍ଯ୍ୟକୁ ପ୍ରଣାମ କଲେ।ଏଥିରେ ଦେଖ, ଉତ୍ତର ଦିଗସ୍ଥ ଉଚ୍ଚତର ଦ୍ୱାରର ପଥରୁ ଛଅ ଜଣ ପୁରୁଷ ଆସିଲେ, ସେମାନଙ୍କର ପ୍ରତ୍ୟେକର ହସ୍ତରେ ସଂହାରକ ଅସ୍ତ୍ର ଥିଲା ଓ ସେମାନଙ୍କର ମଧ୍ୟସ୍ଥାନରେ ଶୁକ୍ଳବସ୍ତ୍ର ପରିହିତ ଏକ ପୁରୁଷ ଥିଲେ, ତାଙ୍କର ପାର୍ଶ୍ୱରେ ଲେଖକର କାଳୀଘଡ଼ି ଥିଲା। ପୁଣି, ସେମାନେ ଭିତରକୁ ଯାଇ ପିତ୍ତଳମୟ ଯଜ୍ଞବେଦିର ପାର୍ଶ୍ୱରେ ଠିଆ ହେଲେ।ଆଉ, ଯେଉଁ କୋଠରିର ମୁଖ ଉତ୍ତର ଆଡ଼େ ଅଛି, ତାହା ଯଜ୍ଞବେଦିର ରକ୍ଷଣୀୟ ରକ୍ଷାକାରୀ ଯାଜକମାନଙ୍କ ପାଇଁ ଅଛି; ଏମାନେ ସାଦୋକର ସନ୍ତାନ, ଲେବୀର ସନ୍ତାନଗଣ ମଧ୍ୟରୁ ଏମାନେ ସଦାପ୍ରଭୁଙ୍କର ପରିଚର୍ଯ୍ୟା କରିବା ପାଇଁ ତାହାଙ୍କ ନିକଟକୁ ଆସନ୍ତି।”ଏଉତ୍ତାରେ ସେ ପ୍ରାଙ୍ଗଣ ମାପିଲେ, ତାହା ଏକ ଶହ ହାତ ଦୀର୍ଘ, ଏକ ଶହ ହାତ ପ୍ରସ୍ଥ, ଚାରିଆଡ଼େ ଏକ ସମାନ ଥିଲା ଓ ଗୃହ ସମ୍ମୁଖରେ ଯଜ୍ଞବେଦି ଥିଲା।ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।ଆଉ, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ପୁଣି, ଯେଉଁ ସମୟରେ ତହିଁ ଉପରେ ସେମାନେ ହୋମ ବଳିଦାନ ଓ ରକ୍ତ ସିଞ୍ଚନ କରିବା ନିମନ୍ତେ ଯଜ୍ଞବେଦି ନିର୍ମାଣ କରିବେ, ସେହି ସମୟରେ ତହିଁ ସମ୍ବନ୍ଧୀୟ ବିଧି ଏହି।ପୁଣି, ତୁମ୍ଭେ ତହିଁର ରକ୍ତ ନେଇ ଚାରି ଶୃଙ୍ଗ ଉପରେ ଓ ଥାକର ଚାରି କୋଣ ଉପରେ ଓ ଧାରର ଚାରିଆଡ଼େ ଦେବ, ଏହି ପ୍ରକାର ତୁମ୍ଭେ ବେଦିକୁ ଶୁଚି କରି ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।ପୁଣି, ତୁମ୍ଭେ ଦ୍ୱିତୀୟ ଦିନରେ ପାପାର୍ଥକ ବଳି ରୂପେ ଏକ ନିର୍ଦ୍ଦୋଷ ଛାଗ ଉତ୍ସର୍ଗ କରିବ; ଆଉ, ସେମାନେ ବୃଷ ନେଇ ଯେପରି କରିଥିଲେ, ସେହିପରି ଯଜ୍ଞବେଦିକୁ ଶୁଚି କରିବେ।ସାତ ଦିନ ପର୍ଯ୍ୟନ୍ତ ସେମାନେ ଯଜ୍ଞବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ଶୁଚି କରିବେ, ଏହିରୂପେ ସେମାନେ ତାହା ପ୍ରତିଷ୍ଠା କରିବେ।ପୁଣି, ସେମାନେ ସେସକଳ ଦିନ ସମାପ୍ତ କଲା ଉତ୍ତାରେ ଅଷ୍ଟମ ଦିନଠାରୁ ଯାଜକମାନେ ଯଜ୍ଞବେଦି ଉପରେ ତୁମ୍ଭମାନଙ୍କର ହୋମାର୍ଥକ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବେ, ତହିଁରେ ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”ସେମାନେ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବେ ଓ ଆମ୍ଭ ଉଦ୍ଦେଶ୍ୟରେ ପରିଚର୍ଯ୍ୟା କରିବା ନିମନ୍ତେ ଆମ୍ଭ ମେଜ ନିକଟକୁ ଆସିବେ, ଆଉ ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିବେ।ପୁଣି, ଯାଜକ ପାପାର୍ଥକ ବଳିର ରକ୍ତରୁ କିଛି ନେଇ ଗୃହର ଚୌକାଠମାନର ଉପରେ ଓ ଯଜ୍ଞବେଦି ଥାକର ଚାରି କୋଣର ଉପରେ, ଆଉ ଭିତର ପ୍ରାଙ୍ଗଣର ଦ୍ୱାର ଚୌକାଠର ଉପରେ ଲଗାଇବ।ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।ହୋଶେୟ5
କାରଣ ଇଫ୍ରୟିମ ପାପ ଚେଷ୍ଟାରେ ଅନେକ ଯଜ୍ଞବେଦି କରିଅଛି, ଯଜ୍ଞବେଦିସବୁ ତାହା ପକ୍ଷରେ ପାପର କାରଣ ହୋଇଅଛି।ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି।ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; ଏବେ ସେମାନେ ଦୋଷୀ ଗଣାଯିବେ; ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ।ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃଭାବେ ଅସାର; ଗିଲ୍ଗଲ୍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି।ଯୋୟେଲ2
ହେ ଯାଜକଗଣ, ତୁମ୍ଭେମାନେ ଚଟବସ୍ତ୍ରରେ କଟି ବାନ୍ଧି ବିଳାପ କର; ହେ ଯଜ୍ଞବେଦିର ପରିଚାରକଗଣ, ତୁମ୍ଭେମାନେ ହାହାକାର କର; ହେ ଆମ୍ଭ ପରମେଶ୍ୱରଙ୍କର ପରିଚାରକଗଣ, ତୁମ୍ଭେମାନେ ଆସ, ଚଟବସ୍ତ୍ର ପିନ୍ଧି ସାରାରାତ୍ରି କ୍ଷେପଣ କର; କାରଣ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରୁ ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ନିବୃତ୍ତ କରାଯାଇଅଛି।ବରଣ୍ଡା ଓ ବେଦିର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ପରିଚାରକ ଯାଜକମାନେ ରୋଦନ କରନ୍ତୁ, ଆଉ ସେମାନେ କହନ୍ତୁ, “ହେ ସଦାପ୍ରଭୁ, ଆପଣା ଲୋକମାନଙ୍କୁ ଦୟା କର ଓ ଅନ୍ୟ ଦେଶୀୟମାନେ ଯେପରି ସେମାନଙ୍କ ଉପରେ ଶାସନ ନ କରିବେ, ଏଥିପାଇଁ ଆପଣା ଅଧିକାରକୁ ନିନ୍ଦିତ ହେବାକୁ ଦିଅ ନାହିଁ; ‘ସେମାନଙ୍କର ପରମେଶ୍ୱର କାହାନ୍ତି,’ ଏହା ସେମାନେ ନାନା ଗୋଷ୍ଠୀ ମଧ୍ୟରେ କାହିଁକି କହିବେ?”ଆମୋଷ3
ଆଉ, ସେମାନେ ପ୍ରତ୍ୟେକ ଯଜ୍ଞବେଦିର ନିକଟରେ ବନ୍ଧକି ବସ୍ତ୍ରର ଉପରେ ଶୟନ କରନ୍ତି, ଆଉ ସେମାନେ ଅର୍ଥଦଣ୍ଡପ୍ରାପ୍ତ ଲୋକମାନଙ୍କର ଦ୍ରାକ୍ଷାରସ ଆପଣାମାନଙ୍କ ପରମେଶ୍ୱରଙ୍କ ଗୃହରେ ପାନ କରନ୍ତି।କାରଣ ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ତାହାର ସମସ୍ତ ଅପରାଧର ପ୍ରତିଫଳ ଦେବା, ସେହି ଦିନ ଆମ୍ଭେ ବେଥେଲ୍ସ୍ଥ ଯଜ୍ଞବେଦିସକଳକୁ ହିଁ ପ୍ରତିଫଳ ଦେବା, ତହିଁରେ ଯଜ୍ଞବେଦିର ଶୃଙ୍ଗସକଳ କଟାଯାଇ ଭୂମିରେ ପଡ଼ିବ।ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।ଯିଖରୀୟ2
ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ରକ୍ଷା କରିବେ; ତହିଁରେ ସେମାନେ ଗ୍ରାସ କରିବେ ଓ ଛାଟିଣୀ-ପଥରସବୁ ପଦ ତଳେ ଦଳିତ କରିବେ; ଆଉ, ସେମାନେ ପାନ କରିବେ ଓ ଦ୍ରାକ୍ଷାରସରେ ମତ୍ତ ଲୋକର ପରି ଶବ୍ଦ କରିବେ, ଆଉ ସେମାନେ ପାତ୍ର ପରି, ଯଜ୍ଞବେଦିର କୋଣ ପରି ପରିପୂର୍ଣ୍ଣ ହେବେ।ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ।ମଲାଖି4
ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।ମାଥିଉ4
ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ,ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର।ଅତଏବ ଯେଉଁ ଲୋକ ବେଦିର ଶପଥ କରେ, ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ;ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଜିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।ଲୂକ2
ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ।ସେସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।ପ୍ରେରିତ1
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।ରୋମୀୟ1
“ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।”୧ କରିନ୍ଥୀୟ2
ଯେଉଁମାନେ ମନ୍ଦିରରେ ସେବା କରନ୍ତି, ସେମାନେ ଯେ ମନ୍ଦିରରୁ ଖାଦ୍ୟ ପାଆନ୍ତି, ପୁଣି, ଯେଉଁମାନେ ବେଦିର ସେବାରେ ନିବିଷ୍ଟ ରହନ୍ତି, ସେମାନେ ଯେ ବେଦୀ ସହିତ ଅଂଶୀ ହୁଅନ୍ତି, ଏହା କଅଣ ଜାଣ ନାହିଁ?ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?ଏବ୍ରୀ3
ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାନ୍ତି।ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।ଯାକୁବ1
ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଅଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ?ପ୍ରକାଶିତ7
ମେଷଶାବକ ଯେତେବେଳେ ପଞ୍ଚମ ମୁଦ୍ରା ଭାଙ୍ଗିଲେ, ସେତେବେଳେ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ସକାଶେ ଓ ସେମାନଙ୍କ ଦିଆଯାଇଥିବା ସାକ୍ଷ୍ୟ ସକାଶେ ହତ ହୋଇଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ମୁଁ ବେଦି ତଳେ ଦେଖିଲି।ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।ପରେ ସେହି ଦୂତ ଧୂପଦାନୀ ଘେନି ବେଦିର ଅଗ୍ନିରେ ତାହା ପୂର୍ଣ୍ଣ କରି ପୃଥିବୀ ଉପରେ ପକାଇଦେଲେ। ସେଥିରେ ବଜ୍ରଧ୍ୱନୀ, ବିଭିନ୍ନ ସ୍ୱର, ବିଜୁଳି ଓ ଭୂମିକମ୍ପ ହେଲା।ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଈଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ଚାରି କୋଣଗୁଡ଼ିକ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,ପରେ ମୋତେ ମାପକାଠି ପରି ଗୋଟିଏ ନଳ ଦିଆ ହେଲା। ଜଣେ ମୋତେ କହିଲେ, ଉଠ, ଈଶ୍ବରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ।ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପରିପକ୍ୱ ହୋଇଅଛି।ସେତେବେଳେ ମୁଁ ବେଦିରୁ ଏହା ଶୁଣିଲି, “ହଁ, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ବର, ତୁମ୍ଭର ସମସ୍ତ ବିଚାର ସତ୍ୟ ଓ ଯଥାର୍ଥ।”ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର