Bible Explorer ଆପ୍ ପାଆନ୍ତୁ

ବିଶ୍ୱକୋଷ › ତମ୍ବୁ ଓ ମନ୍ଦିର

ତମ୍ବୁ ଓ ମନ୍ଦିର

ସମାଗମ-ତମ୍ବୁ

ଏବ୍ରୀ mishkan (ବାସସ୍ଥାନ), ohel moed (ସମାଗମ-ତମ୍ବୁ) · ପ୍ରାୟ 13.5 × 4.5 ମି.

ସମାଗମ-ତମ୍ବୁ ଥିଲା ଏକ ବହନୀୟ ଧର୍ମଧାମ, କାଠ ଢାଞ୍ଚା ଉପରେ ଏକ ତମ୍ବୁ। ଯାତ୍ରା ପୁସ୍ତକ ଏହାକୁ ବିସ୍ତୃତ ଭାବେ ବର୍ଣ୍ଣନା କରେ: ସୁନାରେ ମଡ଼ା ଶିଟୀମ କାଠର ଠିଆ ତକ୍ତା, କିରୂବ ଚିତ୍ରିତ ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ମସିନାର ଦଶଟି ପରଦାରେ ଢଙ୍କା, ତା ଉପରେ ଛାଗ ଲୋମ, ଲାଲ ରଙ୍ଗ କରା ମେଣ୍ଢା ଚମଡ଼ା ଓ ଚମଡ଼ାର ସ୍ତର। ପ୍ରାୟ 30 ହାତ ବାଇ 10, ପ୍ରାୟ 13.5 ବାଇ 4.5 ମିଟର, ଏହା ଏକ ବିଚ୍ଛେଦ ବସ୍ତ୍ର ଦ୍ୱାରା ପବିତ୍ର ସ୍ଥାନ — ଦୀପବୃକ୍ଷ, ଦର୍ଶନୀୟ ରୁଟିର ମେଜ ଓ ଧୂପବେଦି ସହିତ — ଓ ମହାପବିତ୍ର ସ୍ଥାନରେ ବିଭକ୍ତ ଥିଲା, ଯେଉଁଠାରେ ସିନ୍ଦୁକ ଥିଲା। ପ୍ରାୟ 45 ବାଇ 23 ମିଟରର ମସିନା ପରଦା ଘେରା ଏକ ପ୍ରାଙ୍ଗଣରେ ପିତ୍ତଳ ଯଜ୍ଞବେଦି ଓ ପ୍ରକ୍ଷାଳନ-ପାତ୍ର ଥିଲା।

ଯିହୁଦାର ବତ୍ସଲେଲ ଓ ଦାନର ଅହଲୀୟାବଙ୍କ ନେତୃତ୍ୱରେ କାରିଗରମାନେ ଏହା ନିର୍ମାଣ କଲେ, ଏବଂ ଲୋକମାନେ ଏତେ ଦାନ ଦେଲେ ଯେ ସେମାନଙ୍କୁ ବନ୍ଦ କରିବାକୁ କୁହାଗଲା (ଯାତ୍ରା ପୁସ୍ତକ 36:6)। ମିସରରୁ ବାହାରିବାର ଦ୍ୱିତୀୟ ବର୍ଷରେ ଏହା ସ୍ଥାପିତ ହେଲା। ଯାତ୍ରା ସମୟରେ ଲେବୀୟମାନେ ଏହାକୁ ବୋହୁଥିଲେ: କହାତ-ସନ୍ତାନଗଣ ପବିତ୍ର ଦ୍ରବ୍ୟ, ଗେର୍ଶୋନୀୟମାନେ ପରଦା, ମରାରି-ସନ୍ତାନଗଣ ତକ୍ତା। ମିସରରେ ବହନୀୟ ଦେବାଳୟ ଜଣାଥିଲା। ଦେଶରେ ତମ୍ବୁଟି ଶୀଲୋରେ (ଯିହୋଶୂୟ 18:1) ଓ ପରେ ଗିବୀୟୋନରେ (2 ବଂଶାବଳୀ 1:3) ଠିଆ ହୋଇଥିଲା, ଯେପର୍ଯ୍ୟନ୍ତ ଯିରୂଶାଲମର ମନ୍ଦିର ଏହାର ସ୍ଥାନ ନେଲା ନାହିଁ।

ଏହାର ନାମ ଥିବା ସମସ୍ତ ପଦ (291)

ଯେଉଁଠି ପାଠରେ ଏହା ପାଇଁ ଏବ୍ରୀ, ଅରାମୀୟ କିମ୍ବା ଗ୍ରୀକ୍ ଶବ୍ଦ ଅଛି।

ଯାତ୍ରା ପୁସ୍ତକ98
ଯାତ୍ରା 15:17ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
ଯାତ୍ରା 25:8ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ; ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା।
ଯାତ୍ରା 25:9ଆବାସର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା, ତଦନୁସାରେ ତୁମ୍ଭେମାନେ ସମସ୍ତ କରିବ।
ଯାତ୍ରା 26:1ଆହୁରି ତୁମ୍ଭେ ଦଶ ଯବନିକା ଦ୍ୱାରା ଆବାସ ପ୍ରସ୍ତୁତ କରିବ; ସେହି ସବୁ ଯବନିକା ଶୁଭ୍ର କ୍ଷୋମ, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ରରେ ନିର୍ମିତ ହେବ, ତହିଁରେ ଶିଳ୍ପିତ କିରୂବମାନଙ୍କର ଆକୃତି ରହିବ।
ଯାତ୍ରା 26:6ପୁଣି, ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିବ; ତହିଁରେ ଏକ ଆବାସ ହେବ।
ଯାତ୍ରା 26:7ଆଉ ସେହି ଆବାସ ଉପରେ ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କରିବ।
ଯାତ୍ରା 26:9ଏଉତ୍ତାରେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିବ ଓ ଅନ୍ୟ ଛଅ ଯବନିକା ପୃଥକ ରଖିବ, ପୁଣି, ଏମାନଙ୍କ ମଧ୍ୟରୁ ଷଷ୍ଠ ଯବନିକା ଦୋହରା କରି ତମ୍ବୁ ସମ୍ମୁଖରେ ରଖିବ।
ଯାତ୍ରା 26:11ଆଉ ପିତ୍ତଳର ପଚାଶ ଆଙ୍କୁଡ଼ା କରି ସେହି ଫାଶରେ ପ୍ରବେଶ କରାଇ ତମ୍ବୁ ଯୋଡ଼ିବ; ତହିଁରେ ତାହା ଏକ ତମ୍ବୁ ହେବ।
ଯାତ୍ରା 26:12ସେହି ତମ୍ବୁ ଯବନିକାର ଅତିରିକ୍ତ ଅଂଶ, ଅର୍ଥାତ୍‍, ଯେଉଁ ଅର୍ଦ୍ଧ ଯବନିକା ଅତିରିକ୍ତ ଥିବ, ତାହା ଆବାସର ପଶ୍ଚାତ୍‍ ପାର୍ଶ୍ୱରେ ଓହଳି ରହିବ।
ଯାତ୍ରା 26:13ଆଉ ତମ୍ବୁ ଯବନିକାର ଅବଶିଷ୍ଟ ଯେଉଁ ଦୀର୍ଘ ଅଂଶ ଏ ପାର୍ଶ୍ୱରେ ଏକ ହସ୍ତ ଓ ସେ ପାର୍ଶ୍ୱରେ ଏକ ହସ୍ତ ଅତିରିକ୍ତ ରହିବ, ତାହା ଆବାସର ଏ ପାର୍ଶ୍ୱ ସେ ପାର୍ଶ୍ୱରେ ଆଚ୍ଛାଦନାର୍ଥେ ଝୁଲିବ।
ଯାତ୍ରା 26:14ଏଉତ୍ତାରେ ତୁମ୍ଭେ ରକ୍ତୀକୃତ ମେଷର ଚର୍ମରେ ତମ୍ବୁର ଏକ ଛାତ କରିବ, ଆଉ ତହିଁ ଉପରେ ଶିଶୁକ ଚର୍ମରେ ଏକ ଛାତ କରିବ।
ଯାତ୍ରା 26:15ଏଥିଉତ୍ତାରେ ତୁମ୍ଭେ ଆବାସ ନିମନ୍ତେ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କରିବ।
ଯାତ୍ରା 26:17ତହିଁର ପରସ୍ପର ଅନୁରୂପ ଦୁଇ ପାଦ କରିବ; ଏହିରୂପେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କରିବ।
ଯାତ୍ରା 26:18ଆଉ ଆବାସ ନିମନ୍ତେ ଯେଉଁସବୁ ପଟା କରିବ, ସେ ସବୁ ମଧ୍ୟରୁ ଦକ୍ଷିଣ ଦିଗରେ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା।
ଯାତ୍ରା 26:20ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା ହେବ।
ଯାତ୍ରା 26:22ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା ହେବ।
ଯାତ୍ରା 26:23ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣରେ ଦୁଇ ଖଣ୍ଡ ପଟା ଦେବ।
ଯାତ୍ରା 26:26ଆଉ ତୁମ୍ଭେ ଶିଟୀମ୍‍ କାଷ୍ଠର ଅର୍ଗଳ ପ୍ରସ୍ତୁତ କରିବ; ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
ଯାତ୍ରା 26:27ଓ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେବ।
ଯାତ୍ରା 26:30ଏହି ପ୍ରକାରେ ଆବାସର ଯେଉଁ ଆଦର୍ଶ ପର୍ବତରେ ତୁମ୍ଭକୁ ପ୍ରଦର୍ଶିତ ହୋଇଅଛି; ତଦନୁସାରେ ତାହା ପ୍ରସ୍ତୁତ କରିବ।
ଯାତ୍ରା 26:35ବିଚ୍ଛେଦ ବସ୍ତ୍ରର ବାହାରେ ମେଜ ରଖିବ ଓ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ଦିଗରେ ଦୀପବୃକ୍ଷ ରଖିବ ଓ ଉତ୍ତର ଦିଗରେ ମେଜ ରଖିବ।
ଯାତ୍ରା 26:36ପୁଣି, ଆବାସର ଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କରିବ।
ଯାତ୍ରା 27:9ଏଥିଉତ୍ତାରେ ତୁମ୍ଭେ ଆବାସର ପ୍ରାଙ୍ଗଣ କରିବ; ସେହି ପ୍ରାଙ୍ଗଣର ଦକ୍ଷିଣ ଦିଗରେ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ପରଦା କରିବ; ତହିଁର ଏକ ପାର୍ଶ୍ୱର ଦୈର୍ଘ୍ୟ ଏକ ଶହ ହସ୍ତ ହେବ।
ଯାତ୍ରା 27:19ଆଉ ଆବାସର ସମୁଦାୟ କାର୍ଯ୍ୟ ସମ୍ବନ୍ଧୀୟ ପାତ୍ର, କଣ୍ଟା ଓ ପ୍ରାଙ୍ଗଣର ସମସ୍ତ କଣ୍ଟା ପିତ୍ତଳର ହେବ।
ଯାତ୍ରା 27:21ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।
ଯାତ୍ରା 28:43ପୁଣି, ଯେତେବେଳେ ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁରେ ପ୍ରବେଶ କରିବେ, କିଅବା ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ବେଦିର ନିକଟବର୍ତ୍ତୀ ହେବେ, ସେତେବେଳେ ସେମାନେ ଯେପରି ଅପରାଧ କରି ନ ମରନ୍ତି, ଏନିମନ୍ତେ ସେମାନେ ଏହି ବସ୍ତ୍ର ପରିଧାନ କରିବେ; ଏହା ହାରୋଣର ଓ ତାହାର ଭବିଷ୍ୟତ ବଂଶର ପାଳନୀୟ ଅନନ୍ତକାଳୀନ ବିଧି ହେବ।
ଯାତ୍ରା 29:4ଆଉ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣି ଜଳରେ ସେମାନଙ୍କୁ ସ୍ନାନ କରାଇବ।
ଯାତ୍ରା 29:10ଏଥିଉତ୍ତାରେ ତୁମ୍ଭେ ସମାଗମ-ତମ୍ବୁ ସମ୍ମୁଖକୁ ସେହି ଗୋବତ୍ସ ଅଣାଇବ, ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସେହି ଗୋବତ୍ସର ମସ୍ତକରେ ଆପଣା ଆପଣା ହସ୍ତ ରଖିବେ।
ଯାତ୍ରା 29:11ତହୁଁ ତୁମ୍ଭେ ସମାଗମ-ତମ୍ବୁର ଦ୍ୱାର ସମୀପରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସକୁ ବଧ କରିବ।
ଯାତ୍ରା 29:30ତାହାର ପୁତ୍ରମାନଙ୍କ ମଧ୍ୟରୁ ଯେଉଁ ଲୋକ ତାହା ପଦରେ ଯାଜକ ହୋଇ ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସମାଗମ-ତମ୍ବୁକୁ ଆସିବ, ସେ ସେହି ବସ୍ତ୍ର ସାତ ଦିନ ପରିଧାନ କରିବ।
ଯାତ୍ରା 29:32ପୁଣି, ହାରୋଣ ଓ ତାହାର ପୁତ୍ରଗଣ ସମାଗମ-ତମ୍ବୁର ଦ୍ୱାର ନିକଟରେ ସେହି ମେଷ ମାଂସ ଓ ଡାଲାସ୍ଥିତ ସେହି ରୁଟି ଭୋଜନ କରିବେ।
ଯାତ୍ରା 29:42ଏହା ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ନିତ୍ୟ (କର୍ତ୍ତବ୍ୟ) ହୋମ ହେବ; ସେହି ସ୍ଥାନରେ ଆମ୍ଭେ ତୁମ୍ଭ ସହିତ ଆଳାପ କରିବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବା।
ଯାତ୍ରା 29:44ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
ଯାତ୍ରା 30:16ତହୁଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଠାରୁ ସେହି ପ୍ରାୟଶ୍ଚିତ୍ତ-ରୂପା ନେଇ ସମାଗମ-ତମ୍ବୁର କାର୍ଯ୍ୟାର୍ଥେ ନିରୂପଣ କରିବ; ତାହା ତୁମ୍ଭମାନଙ୍କ ପ୍ରାଣର ପ୍ରାୟଶ୍ଚିତ୍ତ ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖରେ ରହିବ।”
ଯାତ୍ରା 30:18“ତୁମ୍ଭେ ପ୍ରକ୍ଷାଳନ ନିମନ୍ତେ ପିତ୍ତଳର କୁଣ୍ଡ ଓ ତହିଁର ପିତ୍ତଳର ବୈଠିକି ପ୍ରସ୍ତୁତ କରିବ; ପୁଣି, ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ରଖି ତହିଁ ମଧ୍ୟରେ ଜଳ ପୂରାଇବ।
ଯାତ୍ରା 30:20ସେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବା ସମୟରେ ଯେପରି ନ ମରନ୍ତି, ଏଥିପାଇଁ ଜଳରେ ଆପଣାମାନଙ୍କୁ ଧୌତ କରିବେ; କିଅବା ସଦାପ୍ରଭୁଙ୍କର ସେବା ନିମନ୍ତେ, ଅର୍ଥାତ୍‍, ଅଗ୍ନିକୃତ ଉପହାର ଧୂପନ୍ୟାୟ ଦଗ୍ଧ କରିବା ନିମନ୍ତେ ବେଦି ନିକଟକୁ ଆସିବା ସମୟରେ ଯେପରି ନ ମରନ୍ତି,
ଯାତ୍ରା 30:26ତାହା ତୁମ୍ଭେ ନେଇ ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ,
ଯାତ୍ରା 30:36ତହିଁରୁ କିଛି ଚୂର୍ଣ୍ଣ କରି ଯେଉଁ ସମାଗମ-ତମ୍ବୁରେ ଆମ୍ଭେ ତୁମ୍ଭ ସହିତ ସାକ୍ଷାତ କରିବା, ତହିଁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ରଖିବ; ତାହା ତୁମ୍ଭମାନଙ୍କ ପ୍ରତି ମହାପବିତ୍ର ହେବ।
ଯାତ୍ରା 31:7ଅର୍ଥାତ୍‍, ସମାଗମ-ତମ୍ବୁ ଓ ସାକ୍ଷ୍ୟ-ସିନ୍ଦୁକ ଓ ତହିଁର ଉପରିସ୍ଥ ପାପାଚ୍ଛାଦନ ଓ ତମ୍ବୁର ସମସ୍ତ ପାତ୍ର,
ଯାତ୍ରା 33:7ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
ଯାତ୍ରା 33:8ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।
ଯାତ୍ରା 33:9ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
ଯାତ୍ରା 33:10ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।
ଯାତ୍ରା 33:11ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
ଯାତ୍ରା 35:11ଅର୍ଥାତ୍‍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,
ଯାତ୍ରା 35:15ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
ଯାତ୍ରା 35:18ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
ଯାତ୍ରା 35:21ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।
ଯାତ୍ରା 36:1“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”
ଯାତ୍ରା 36:4ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
ଯାତ୍ରା 36:6ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
ଯାତ୍ରା 36:8ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
ଯାତ୍ରା 36:13ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
ଯାତ୍ରା 36:14ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
ଯାତ୍ରା 36:18ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।
ଯାତ୍ରା 36:19ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।
ଯାତ୍ରା 36:20ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।
ଯାତ୍ରା 36:22ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
ଯାତ୍ରା 36:23ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
ଯାତ୍ରା 36:25ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
ଯାତ୍ରା 36:27ସେ ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱ ନିମନ୍ତେ ଛଅ ଖଣ୍ଡ ପଟା କଲେ।
ଯାତ୍ରା 36:28ପୁଣି, ଆବାସର ସେହି ପଶ୍ଚାଦ୍‍ ଭାଗର ଦୁଇ କୋଣ ନିମନ୍ତେ ଦୁଇ ଖଣ୍ଡ ପଟା କଲେ।
ଯାତ୍ରା 36:31ଆଉ ସେ ଶିଟୀମ୍‍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
ଯାତ୍ରା 36:32ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
ଯାତ୍ରା 36:37ଆଉ, ସେ ତମ୍ବୁଦ୍ୱାର ନିମନ୍ତେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଚିତ୍ରବିଚିତ୍ର ଏକ ଆଚ୍ଛାଦନ ବସ୍ତ୍ର ପ୍ରସ୍ତୁତ କଲେ।
ଯାତ୍ରା 38:8ଆଉ, ଯେଉଁ ସ୍ତ୍ରୀଗଣ ସମାଗମ-ତମ୍ବୁର ଦ୍ୱାର ସମୀପରେ ସେବା କଲେ, ସେହି ସେବାକାରିଣୀ ସ୍ତ୍ରୀଗଣର ପିତ୍ତଳ ନିର୍ମିତ ଦର୍ପଣ ଦ୍ୱାରା ସେ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ନିର୍ମାଣ କଲେ।
ଯାତ୍ରା 38:20ପୁଣି, ଆବାସର ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର କଣ୍ଟାସବୁ ପିତ୍ତଳର ଥିଲା।
ଯାତ୍ରା 38:21ଲେବୀୟ ଲୋକମାନଙ୍କର କାର୍ଯ୍ୟ ନିମନ୍ତେ ହାରୋଣ ଯାଜକଙ୍କର ପୁତ୍ର ଈଥାମରଙ୍କ ଦ୍ୱାରା ମୋଶାଙ୍କର ଆଜ୍ଞାନୁସାରେ ଆବାସର, ଅର୍ଥାତ୍‍, ସାକ୍ଷ୍ୟରୂପେ ଆବାସର ଗଣନୀୟ ବସ୍ତୁ ସମୂହର ଏହି ଗଣନା କରାଗଲା।
ଯାତ୍ରା 38:24ପବିତ୍ର ସ୍ଥାନ ନିର୍ମାଣର ସମସ୍ତ କାର୍ଯ୍ୟରେ ଏହିସବୁ ସୁବର୍ଣ୍ଣ ଲାଗିଲା, ଅର୍ଥାତ୍‍, ନୈବେଦ୍ୟର; ସମସ୍ତ ସ୍ୱର୍ଣ୍ଣ ପବିତ୍ର ସ୍ଥାନର ଶେକଲାନୁସାରେ ଅଣତିରିଶ ତାଳନ୍ତ ସାତ ଶହ ତିରିଶ ଶେକଲ ଥିଲା।
ଯାତ୍ରା 38:27ଏଣୁ ସେହି ଏକ ଶହ ତାଳନ୍ତ ରୂପାରେ ପବିତ୍ର ସ୍ଥାନର ଓ ବିଚ୍ଛେଦ ବସ୍ତ୍ରର ଚୁଙ୍ଗୀ ଢଳାଗଲା; ଏକ ଶହ ଚୁଙ୍ଗୀ ନିମନ୍ତେ ଏକ ଶହ ତାଳନ୍ତ, ଅର୍ଥାତ୍‍, ଏକ ଏକ ଚୁଙ୍ଗୀ ନିମନ୍ତେ ଏକ ଏକ ତାଳନ୍ତ ବ୍ୟୟ ହେଲା।
ଯାତ୍ରା 38:30ଏଣୁ ସେ ତାହା ଦ୍ୱାରା ସମାଗମ-ତମ୍ବୁ ଦ୍ୱାରର ଚୁଙ୍ଗୀ, ପିତ୍ତଳର ବେଦି, ତହିଁର ପିତ୍ତଳର ଝାଞ୍ଜିରୀ ଓ ବେଦିର ସମସ୍ତ ପାତ୍ର,
ଯାତ୍ରା 38:31ପୁଣି, ପ୍ରାଙ୍ଗଣର ଚତୁର୍ଦ୍ଦିଗର ଚୁଙ୍ଗୀ, ପ୍ରାଙ୍ଗଣ ଦ୍ୱାରର ଚୁଙ୍ଗୀ, ଆବାସର ସମସ୍ତ ମେଖ ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗର ମେଖସକଳ ନିର୍ମାଣ କଲେ।
ଯାତ୍ରା 39:32ଏହି ପ୍ରକାରେ ସମାଗମ-ତମ୍ବୁରୂପ ଆବାସର ସମସ୍ତ କାର୍ଯ୍ୟ ସମାପ୍ତ ହେଲା; ଇସ୍ରାଏଲ-ସନ୍ତାନଗଣ ତାହା କଲେ, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ସମସ୍ତ କର୍ମ କଲେ।
ଯାତ୍ରା 39:33ଏଥିଉତ୍ତାରେ ସେମାନେ ମୋଶାଙ୍କ ନିକଟକୁ ସେହି ଆବାସ ଆଣିଲେ, ଅର୍ଥାତ୍‍, ତମ୍ବୁ ଓ ତହିଁର ସକଳ ପାତ୍ର, ଆଙ୍କୁଡ଼ା, ପଟା, ଅର୍ଗଳ, ଆଉ ସ୍ତମ୍ଭ ଓ ଚୁଙ୍ଗୀ;
ଯାତ୍ରା 39:38ଆଉ ସ୍ୱର୍ଣ୍ଣମୟ ବେଦି, ଅଭିଷେକାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ତମ୍ବୁଦ୍ୱାରର ଆଚ୍ଛାଦନ ବସ୍ତ୍ର;
ଯାତ୍ରା 39:40ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ ଓ ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ମେଖ ଓ ସମାଗମ-ତମ୍ବୁ ନିମନ୍ତେ ଆବାସର କାର୍ଯ୍ୟ ସମ୍ବନ୍ଧୀୟ ସକଳ ପାତ୍ର;
ଯାତ୍ରା 40:2“ତୁମ୍ଭେ ପ୍ରଥମ ମାସରେ ପ୍ରଥମ ଦିନରେ ସମାଗମ-ତମ୍ବୁର ଆବାସ ସ୍ଥାପନ କରିବ।
ଯାତ୍ରା 40:5ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ସ୍ୱର୍ଣ୍ଣର ଧୂପବେଦି ରଖିବ, ପୁଣି, ଆବାସ-ଦ୍ୱାରର ଆଚ୍ଛାଦନ ବସ୍ତ୍ର ଟଙ୍ଗାଇବ।
ଯାତ୍ରା 40:6ଆଉ ସମାଗମ-ତମ୍ବୁର ଆବାସ ଦ୍ୱାର ସମ୍ମୁଖରେ ହୋମବେଦି ରଖିବ।
ଯାତ୍ରା 40:7ସମାଗମ-ତମ୍ବୁ ଓ ବେଦି ମଧ୍ୟରେ ପ୍ରକ୍ଷାଳନ-ପାତ୍ର ରଖି ତହିଁରେ ଜଳ ଦେବ।
ଯାତ୍ରା 40:9ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
ଯାତ୍ରା 40:12ଏଉତ୍ତାରେ ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣକୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣି ଜଳରେ ସ୍ନାନ କରାଇବ।
ଯାତ୍ରା 40:17ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଦ୍ୱିତୀୟ ବର୍ଷର ପ୍ରଥମ ମାସର ପ୍ରଥମ ଦିନରେ ଆବାସ ସ୍ଥାପିତ ହେଲା।
ଯାତ୍ରା 40:18ପୁଣି, ମୋଶା ଆବାସ ସ୍ଥାପନ କରି ତହିଁର ଚୁଙ୍ଗୀ ଦେଇ ପଟା ବସାଇ ଅର୍ଗଳ ପ୍ରବେଶ କରାଇ ତହିଁର ସ୍ତମ୍ଭ ଠିଆ କଲେ।
ଯାତ୍ରା 40:19ତହୁଁ ସେ ଆବାସ ଉପରେ ତମ୍ବୁ ବିସ୍ତାର କଲେ ଓ ତମ୍ବୁ ଉପରେ ଛାତ ଦେଲେ;
ଯାତ୍ରା 40:21ପୁଣି, ଆବାସ ଭିତରକୁ ସିନ୍ଦୁକ ଆଣିଲେ ଓ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ଟଙ୍ଗାଇ ସାକ୍ଷ୍ୟ-ସିନ୍ଦୁକ ଆଚ୍ଛାଦନ କଲେ।
ଯାତ୍ରା 40:22ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସର ଉତ୍ତର ପାର୍ଶ୍ୱରେ ବିଚ୍ଛେଦ ବସ୍ତ୍ରର ବାହାରେ ସମାଗମ-ତମ୍ବୁରେ ମେଜ ରଖିଲେ;
ଯାତ୍ରା 40:24ଏଥିଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମେଜ ସମ୍ମୁଖରେ ଆବାସର ଦକ୍ଷିଣ ପାର୍ଶ୍ୱରେ ସମାଗମ-ତମ୍ବୁରେ ଦୀପବୃକ୍ଷ ରଖିଲେ
ଯାତ୍ରା 40:26ଆଉ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁରେ ବିଚ୍ଛେଦ ବସ୍ତ୍ର ସମ୍ମୁଖରେ ସ୍ୱର୍ଣ୍ଣ-ବେଦି ରଖିଲେ
ଯାତ୍ରା 40:28ପୁଣି, ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଆବାସ-ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ
ଯାତ୍ରା 40:29ଓ ସମାଗମ-ତମ୍ବୁର ଆବାସ ଦ୍ୱାର ନିକଟରେ ହୋମବେଦି ରଖି ତହିଁ ଉପରେ ହୋମବଳି ଓ ନୈବେଦ୍ୟ ଉତ୍ସର୍ଗ କଲେ।
ଯାତ୍ରା 40:30ଏଉତ୍ତାରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ସମାଗମ-ତମ୍ବୁ ଓ ବେଦି ମଧ୍ୟସ୍ଥାନରେ ପ୍ରକ୍ଷାଳନ-ପାତ୍ର ରଖି ତହିଁ ମଧ୍ୟରେ ପ୍ରକ୍ଷାଳନ ନିମନ୍ତେ ଜଳ ଦେଲେ।
ଯାତ୍ରା 40:32ଯେକୌଣସି ସମୟରେ ସେମାନେ ସମାଗମ-ତମ୍ବୁରେ ପ୍ରବେଶ କଲେ ବା ବେଦିର ନିକଟବର୍ତ୍ତୀ ହେଲେ, ସେହି ସମୟରେ ସେମାନେ ପ୍ରକ୍ଷାଳନ କଲେ।
ଯାତ୍ରା 40:33ଏଉତ୍ତାରେ ସେ ଆବାସର ଓ ବେଦିର ଚତୁର୍ଦ୍ଦିଗରେ ପ୍ରାଙ୍ଗଣ ପ୍ରସ୍ତୁତ କଲେ ଓ ପ୍ରାଙ୍ଗଣ ଦ୍ୱାରରେ ଆଚ୍ଛାଦନ ବସ୍ତ୍ର ଟଙ୍ଗାଇଲେ, ଏହିରୂପେ ମୋଶା ସେହି କାର୍ଯ୍ୟ ସମାପ୍ତ କଲେ।
ଯାତ୍ରା 40:34ଏଥିଉତ୍ତାରେ ମେଘ ସେହି ସମାଗମ-ତମ୍ବୁକୁ ଆଚ୍ଛାଦନ କଲା ଓ ସଦାପ୍ରଭୁଙ୍କର ପ୍ରତାପ ଆବାସକୁ ପରିପୂର୍ଣ୍ଣ କଲା।
ଯାତ୍ରା 40:35ତହିଁରେ ମୋଶା ସମାଗମ-ତମ୍ବୁରେ ପ୍ରବେଶ କରି ପାରିଲେ ନାହିଁ, କାରଣ ମେଘ ତହିଁ ଉପରେ ଅବସ୍ଥିତି କରିଥିଲା ଓ ସଦାପ୍ରଭୁଙ୍କ ପ୍ରତାପ ଆବାସକୁ ପରିପୂର୍ଣ୍ଣ କରିଥିଲା।
ଯାତ୍ରା 40:36ପୁଣି, ଆବାସ ଉପରୁ ଯେତେବେଳେ ମେଘ ନିଆଗଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କ ଯାତ୍ରାରେ ଅଗ୍ରସର ହେଲେ।
ଯାତ୍ରା 40:38କାରଣ, ସମସ୍ତ ଇସ୍ରାଏଲ ବଂଶର ଦୃଷ୍ଟିଗୋଚରରେ ସେମାନଙ୍କ ସମସ୍ତ ଯାତ୍ରାରେ ଦିନ ବେଳେ ସଦାପ୍ରଭୁଙ୍କର ମେଘ ଓ ରାତ୍ରିରେ ଅଗ୍ନି ଆବାସ ଉପରେ ଅବସ୍ଥିତି କଲା।
ଲେବୀୟ ପୁସ୍ତକ50
ଲେବୀ 1:1ଏଥିଉତ୍ତାରେ ସଦାପ୍ରଭୁ ସମାଗମ-ତମ୍ବୁରୁ ମୋଶାଙ୍କୁ ଡାକି କହିଲେ,
ଲେବୀ 1:3ସେ ଯଦି ଗୋଠରୁ (ଗାଈଗୋରୁ ପଲରୁ) ହୋମାର୍ଥକ ବଳି ଉତ୍ସର୍ଗ କରେ, ତେବେ ନିଖୁନ୍ତ ପୁଂପଶୁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆଣିବ; ଯେପରି ତାହା ସଦାପ୍ରଭୁଙ୍କ ଛାମୁରେ ଗ୍ରାହ୍ୟ ହେବ।
ଲେବୀ 1:5ତହୁଁ ସେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ଗୋବତ୍ସକୁ ବଧ କରିବ; ଆଉ, ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ବେଦି ଉପର ଚାରିଆଡ଼େ ଛିଞ୍ଚିବେ।
ଲେବୀ 3:2ପୁଣି, ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତ ରଖି ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚତୁର୍ଦ୍ଦିଗରେ ଛିଞ୍ଚିବେ।
ଲେବୀ 3:8ପୁଣି ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ। ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
ଲେବୀ 3:13ପୁଣି, ଆପଣା ବଳିର ମସ୍ତକରେ ହସ୍ତ ରଖି ସମାଗମ-ତମ୍ବୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ।
ଲେବୀ 4:4ପୁଣି ସେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ଛାମୁରେ ସେହି ଗୋବତ୍ସ ଆଣି ତାହା ମସ୍ତକରେ ହସ୍ତ ରଖି ସଦାପ୍ରଭୁଙ୍କ ସମ୍ମୁଖରେ ତାକୁ ବଧ କରିବ।
ଲେବୀ 4:5ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
ଲେବୀ 4:7ଆଉ, ଯାଜକ ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁର ମଧ୍ୟସ୍ଥିତ ସୁଗନ୍ଧି ଧୂପବେଦିର ଶୃଙ୍ଗରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେବ; ତହୁଁ ଗୋବତ୍ସର ସମସ୍ତ ରକ୍ତ ନେଇ ସମାଗମ-ତମ୍ବୁର ଦ୍ୱାରସ୍ଥିତ ହୋମବେଦି ମୂଳରେ ଢାଳିବ।
ଲେବୀ 4:14ତେବେ ସେମାନଙ୍କ କୃତ ସେହି ପାପ ଜଣାପଡ଼ିଲେ, ସମାଜ ପାପାର୍ଥକ ବଳି ରୂପେ ଏକ ଗୋବତ୍ସ ଉତ୍ସର୍ଗ କରିବେ, ପୁଣି ସମାଗମ-ତମ୍ବୁ ନିକଟକୁ ତାହା ଆଣିବେ।
ଲେବୀ 4:16ଆଉ, ଅଭିଷିକ୍ତ ଯାଜକ ସେହି ଗୋବତ୍ସର ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟକୁ ଆଣିବ।
ଲେବୀ 4:18ପୁଣି ସେହି ରକ୍ତରୁ କିଛି ନେଇ ସମାଗମ-ତମ୍ବୁ ମଧ୍ୟରେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ବେଦିର ଶୃଙ୍ଗ ଉପରେ ଦେବ, ଆଉ ସମାଗମ-ତମ୍ବୁର ଦ୍ୱାର ସମୀପସ୍ଥ ହୋମବେଦି ମୂଳରେ ତାହାର ସମସ୍ତ ରକ୍ତ ଢାଳିବ।
ଲେବୀ 6:16ପୁଣି, ହାରୋଣ ଓ ତାହାର ପୁତ୍ରଗଣ ତହିଁର ଅବଶିଷ୍ଟାଂଶ ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାଡ଼ି ବିନା ତାହା ଭୋଜନ କରାଯିବ; ସେମାନେ ସମାଗମ-ତମ୍ବୁର ପ୍ରାଙ୍ଗଣରେ ତାହା ଭୋଜନ କରିବେ।
ଲେବୀ 6:26ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
ଲେବୀ 6:30ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”
ଲେବୀ 8:3ପୁଣି ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀକୁ ଏକତ୍ର କର।”
ଲେବୀ 8:4ଆଉ, ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା କଲେ; ତହିଁରେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସମଗ୍ର ମଣ୍ଡଳୀ ଏକତ୍ର ହେଲେ।
ଲେବୀ 8:10ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
ଲେବୀ 8:31ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
ଲେବୀ 8:33ଆଉ, ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ, ଅର୍ଥାତ୍‍, ତୁମ୍ଭମାନଙ୍କ ପଦନିଯୋଗ ଦିନର ସମାପ୍ତି ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ପଦରେ ନିଯୁକ୍ତ କରିବେ।
ଲେବୀ 8:35ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
ଲେବୀ 9:5ତହୁଁ ମୋଶା ଯାହା ଆଜ୍ଞା କଲେ, ତାହା ସେମାନେ ସମାଗମ-ତମ୍ବୁ ନିକଟକୁ ଆଣିଲେ, ପୁଣି ସମସ୍ତ ମଣ୍ଡଳୀ ନିକଟବର୍ତ୍ତୀ ହୋଇ ସଦାପ୍ରଭୁଙ୍କ ଛାମୁରେ ଠିଆ ହେଲେ।
ଲେବୀ 9:23ଏଥିଉତ୍ତାରେ ମୋଶା ଓ ହାରୋଣ ସମାଗମ-ତମ୍ବୁରେ ପ୍ରବେଶ କଲେ; ପୁଣି, ବାହାରେ ଆସି ଲୋକମାନଙ୍କୁ ଆଶୀର୍ବାଦ କଲେ; ସେତେବେଳେ ସମସ୍ତ ଲୋକଙ୍କ ପ୍ରତି ସଦାପ୍ରଭୁଙ୍କର ପ୍ରତାପ ପ୍ରକାଶ ପାଇଲା।
ଲେବୀ 10:4ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”
ଲେବୀ 10:7ଆଉ ତୁମ୍ଭେମାନେ ସମାଗମ-ତମ୍ବୁର ଦ୍ୱାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ। କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ ତୈଳ ଅଛି।” ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ।
ଲେବୀ 10:9“ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
ଲେବୀ 12:4ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।
ଲେବୀ 12:6ତହିଁ ଉତ୍ତାରେ ପୁତ୍ର ବା କନ୍ୟା ପ୍ରସବର ଅଶୁଚି ଦିନ ପୂର୍ଣ୍ଣ ହେଲେ, ସେ ହୋମବଳି ନିମନ୍ତେ ଏକ ବର୍ଷୀୟ ଏକ ମେଷବତ୍ସ ଓ ପାପାର୍ଥକ ବଳି ନିମନ୍ତେ ଏକ ପାରାଛୁଆ ବା ଏକ କପୋତ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।
ଲେବୀ 14:11ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
ଲେବୀ 14:23ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
ଲେବୀ 15:14ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।
ଲେବୀ 15:29ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣିବ।
ଲେବୀ 15:31ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୁଚିତାରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୁଚିତାରୁ ପୃଥକ କରିବ।”
ଲେବୀ 16:7ତହୁଁ ସେହି ଦୁଇ ଛାଗ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ କରାଇବ।
ଲେବୀ 16:16ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।
ଲେବୀ 16:17ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,
ଲେବୀ 16:20ଏହି ପ୍ରକାରେ ସେ ପବିତ୍ର ସ୍ଥାନ, ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ସାରିଲା ଉତ୍ତାରେ ସେହି ଜୀଅନ୍ତା ଛାଗକୁ ଆଣିବ।
ଲେବୀ 16:23ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।
ଲେବୀ 16:33ଆଉ, ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ସମାଗମ-ତମ୍ବୁ ଓ ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ଆଉ, ସେ ଯାଜକଗଣ ନିମନ୍ତେ ଓ ସମାଜର ସମସ୍ତ ଲୋକ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ।
ଲେବୀ 17:4ମାତ୍ର ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ ସମାଗମ-ତମ୍ବୁର ଦ୍ୱାର ନିକଟକୁ ତାହା ନ ଆଣେ, ତାହା ପ୍ରତି ରକ୍ତପାତର ଅପରାଧ ଗଣିତ ହେବ; ସେ ରକ୍ତପାତ କରିଅଛି; ସେହି ମନୁଷ୍ୟ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
ଲେବୀ 17:5ଏହେତୁ ଇସ୍ରାଏଲ-ସନ୍ତାନଗଣ ଆପଣାମାନଙ୍କର ଯେଉଁ ଯେଉଁ ବଳି କ୍ଷେତ୍ରକୁ ନିଅନ୍ତି, ସେହି ସମସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାରରେ ଯାଜକ ନିକଟକୁ ଆଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳିଦାନ ନିମନ୍ତେ ଉତ୍ସର୍ଗ କରିବେ।
ଲେବୀ 17:6ପୁଣି, ଯାଜକ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ବେଦି ଉପରେ ସେହି ରକ୍ତ ଛିଞ୍ଚିବ, ଆଉ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଦ ଦଗ୍ଧ କରିବ।
ଲେବୀ 17:9ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ପାଇଁ ତାହା ସମାଗମ-ତମ୍ବୁର ଦ୍ୱାର ନିକଟକୁ ନ ଆଣେ, ତେବେ ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
ଲେବୀ 19:21ପୁଣି, ସେ ପୁରୁଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆପଣାର ଦୋଷାର୍ଥକ ବଳି, ଅର୍ଥାତ୍‍, ଦୋଷାର୍ଥକ ମେଷ ଆଣିବ।
ଲେବୀ 19:30ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀ 20:3ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍‍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
ଲେବୀ 21:12ଅଥବା ପବିତ୍ର ସ୍ଥାନରୁ ବାହାରିବ ନାହିଁ, ଅବା ଆପଣା ପରମେଶ୍ୱରଙ୍କ ପବିତ୍ର ସ୍ଥାନକୁ ଅପବିତ୍ର କରିବ ନାହିଁ; କାରଣ ତାହାର ପରମେଶ୍ୱରଙ୍କ ଅଭିଷେକାର୍ଥକ ତୈଳରୂପ ମୁକୁଟ ତାହା ଉପରେ ଅଛି; ଆମ୍ଭେ ସଦାପ୍ରଭୁ ଅଟୁ।
ଲେବୀ 21:23ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”
ଲେବୀ 24:3ହାରୋଣ ସମାଗମ-ତମ୍ବୁ ମଧ୍ୟରେ ସାକ୍ଷ୍ୟ-ସିନ୍ଦୁକର ବିଚ୍ଛେଦ ବସ୍ତ୍ର ବାହାରେ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ନିତ୍ୟ ତାହା ସ୍ଥାପନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।
ଲେବୀ 26:2ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ।
ଗଣନା ପୁସ୍ତକ96
ଗଣ 1:1ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,
ଗଣ 1:50ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ, ତହିଁର ସକଳ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ।
ଗଣ 1:51ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
ଗଣ 1:53ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।”
ଗଣ 2:2“ଇସ୍ରାଏଲ-ସନ୍ତାନଗଣ ପ୍ରତ୍ୟେକେ ଆପଣା ଆପଣା ପିତୃଗୃହର ନିଶାଣ ସ୍ୱରୂପ ଧ୍ୱଜା ନିକଟରେ ଛାଉଣି ସ୍ଥାପନ କରିବେ; ସେମାନେ ସମାଗମ-ତମ୍ବୁ ଆଗରେ ଚାରିଆଡ଼େ ଛାଉଣି ସ୍ଥାପନ କରିବେ।
ଗଣ 2:17ଏଉତ୍ତାରେ ସମାଗମ-ତମ୍ବୁ ଲେବୀୟମାନଙ୍କ ଛାଉଣି ସହିତ ଛାଉଣିମାନଙ୍କ ମଧ୍ୟବର୍ତ୍ତୀ ହୋଇ ଅଗ୍ରସର ହେବ; ଯେପରି ସେମାନେ ଛାଉଣି ସ୍ଥାପନ କରିବେ, ସେପରି ପ୍ରତ୍ୟେକେ ସ୍ୱ ସ୍ୱ ସ୍ଥାନରେ ଧ୍ୱଜାର ନିକଟବର୍ତ୍ତୀ ହୋଇ ଅଗ୍ରସର ହେବେ।
ଗଣ 3:7ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
ଗଣ 3:8ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।
ଗଣ 3:23ଗେର୍ଶୋନୀୟ ବଂଶ ପଶ୍ଚିମ ଦିଗରେ ଆବାସର ପଶ୍ଚାଦ୍‍ ଭାଗରେ ଛାଉଣି ସ୍ଥାପନ କରିବେ।
ଗଣ 3:25ପୁଣି, ସମାଗମ-ତମ୍ବୁର ଏହି ସମସ୍ତ ଦ୍ରବ୍ୟ ଗେର୍ଶୋନୀୟ ସନ୍ତାନମାନଙ୍କର ରକ୍ଷଣୀୟ ହେବ, ଯଥା, ଆବାସ ଓ ତମ୍ବୁ, ତହିଁର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
ଗଣ 3:26ପ୍ରାଙ୍ଗଣର ପରଦାସକଳ, ଆବାସ ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର ଓ ତହିଁର ସେବାକାର୍ଯ୍ୟ ନିମିତ୍ତ ସମସ୍ତ ରଜ୍ଜୁ।
ଗଣ 3:28ଏକ ମାସରୁ ଅଧିକ ବୟସ୍କ ପୁରୁଷମାନଙ୍କ ଗଣନାନୁସାରେ ଆଠ ହଜାର ଛଅ ଶହ ଲୋକ ପବିତ୍ର ସ୍ଥାନର ରକ୍ଷକ ହେଲେ।
ଗଣ 3:29କହାତୀୟ ସନ୍ତାନମାନଙ୍କ ବଂଶ ଦକ୍ଷିଣ ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
ଗଣ 3:31ପୁଣି, ସିନ୍ଦୁକ, ମେଜ, ଦୀପବୃକ୍ଷ, ଯଜ୍ଞବେଦି, ପବିତ୍ର ସ୍ଥାନର ସେବା ସମ୍ବନ୍ଧୀୟ ସକଳ ପାତ୍ର, ପରଦା ଓ ତତ୍‍ସମ୍ବନ୍ଧୀୟ ସମସ୍ତ ସେବାକାର୍ଯ୍ୟ ସେମାନଙ୍କର ରକ୍ଷଣୀୟ ହେବ।
ଗଣ 3:32ପୁଣି, ହାରୋଣ ଯାଜକଙ୍କର ପୁତ୍ର ଇଲୀୟାସର ଲେବୀୟ ଅଧିପତିମାନଙ୍କର ଅଧିପତି ହେବ ଓ ପବିତ୍ର ସ୍ଥାନର ରକ୍ଷକମାନଙ୍କ ଉପରେ ତତ୍ତ୍ୱାବଧାନ କରିବ।
ଗଣ 3:35ଆଉ ଅବୀହୟିଲର ପୁତ୍ର ସୂରୀୟେଲ ମରାରି ବଂଶର ପିତୃଗୃହର ଅଧିପତି ହେଲା; ସେମାନେ ଉତ୍ତର ଦିଗରେ ଆବାସ ନିକଟରେ ଛାଉଣି ସ୍ଥାପନ କରିବେ।
ଗଣ 3:36ଆଉ ଆବାସର ପଟା, ଅର୍ଗଳ, ସ୍ତମ୍ଭ, ଚୁଙ୍ଗୀ, ତହିଁର ସମସ୍ତ ଦ୍ରବ୍ୟ ଓ ତତ୍‍ସମ୍ବନ୍ଧୀୟ ସେବାକାର୍ଯ୍ୟ,
ଗଣ 3:38ପୁଣି, ଯେଉଁମାନେ ଆବାସର ପୂର୍ବ ଦିଗରେ ସମାଗମ-ତମ୍ବୁ ସମ୍ମୁଖରେ ସୂର୍ଯ୍ୟୋଦୟ ଆଡ଼େ ଛାଉଣି ସ୍ଥାପନ କରିବେ, ସେମାନେ ମୋଶା, ହାରୋଣ ଓ ତାହାର ପୁତ୍ରଗଣ; ଏମାନେ ଇସ୍ରାଏଲ-ସନ୍ତାନଗଣର ରକ୍ଷଣୀୟ ବୋଲି ପବିତ୍ର ସ୍ଥାନର ରକ୍ଷଣୀୟ ରକ୍ଷା କରିବେ; ଆଉ ଅନ୍ୟ ବଂଶୀୟ କୌଣସି ଲୋକ ତହିଁର ନିକଟବର୍ତ୍ତୀ ହେଲେ ହତ ହେବ।
ଗଣ 4:3ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
ଗଣ 4:4ସମାଗମ-ତମ୍ବୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ।
ଗଣ 4:12ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକ ଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ।
ଗଣ 4:15ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।
ଗଣ 4:16ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର, ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ୱାବଧାନ, ଅର୍ଥାତ୍‍, ଦୀପାର୍ଥକ ତୈଳ, ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ, ନିତ୍ୟ ଭକ୍ଷ୍ୟ ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହିସବୁର ତତ୍ତ୍ୱାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ।”
ଗଣ 4:23ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର।
ଗଣ 4:25ସେମାନେ ଆବାସର ଯବନିକାସକଳ ଓ ସମାଗମ-ତମ୍ବୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକର ଚର୍ମର ଛାତ ଓ ସମାଗମ-ତମ୍ବୁ ଦ୍ୱାରର ଆଚ୍ଛାଦନ ବସ୍ତ୍ର;
ଗଣ 4:26ଆଉ ପ୍ରାଙ୍ଗଣର ପରଦାସକଳ, ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର, ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେଉଁ ଯେଉଁ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ।
ଗଣ 4:28ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।
ଗଣ 4:30ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ।
ଗଣ 4:31ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,
ଗଣ 4:33ସମାଗମ-ତମ୍ବୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।”
ଗଣ 4:35ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।
ଗଣ 4:37ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।
ଗଣ 4:39ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
ଗଣ 4:41ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ବୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ।
ଗଣ 4:43ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
ଗଣ 4:47ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
ଗଣ 5:17ପୁଣି, ଯାଜକ ମୃତ୍ତିକା ପାତ୍ରରେ ପବିତ୍ର ଜଳ ନେବ ଓ ଯାଜକ ଆବାସର ଚଟାଣରୁ ଧୂଳି ନେଇ ସେହି ଜଳରେ ପକାଇବ।
ଗଣ 6:10ପୁଣି, ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।
ଗଣ 6:13ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା ବ୍ରତକାରୀ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଅଣାଯିବ।
ଗଣ 6:18ତେବେ ନାସରୀୟ ଲୋକ ସମାଗମ-ତମ୍ବୁ ଦ୍ୱାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ।
ଗଣ 7:1ଏଥିଉତ୍ତାରେ ଯେଉଁ ଦିନ ମୋଶା ଆବାସ ସ୍ଥାପନ ସମାପ୍ତ କରି ତାହା ଅଭିଷେକ ଓ ପବିତ୍ର କଲେ ଓ ତହିଁର ସକଳ ଦ୍ରବ୍ୟ ଓ ବେଦି ଓ ତହିଁର ସକଳ ପାତ୍ର ଅଭିଷେକ କରି ପବିତ୍ର କଲେ;
ଗଣ 7:3ପୁଣି, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ନିମନ୍ତେ ଛଅଗୋଟି ଆଚ୍ଛାଦିତ ଶଗଡ଼ ଓ ବାରଟି ଗୋରୁ, ଅର୍ଥାତ୍‍, ଦୁଇ ଦୁଇ ଅଧିପତି ଏକ ଏକ ଶଗଡ଼ ଓ ଏକ ଏକ ଜଣ ଏକ ଏକ ଗୋରୁ ଆଣି ଆବାସ ସମ୍ମୁଖରେ ଉପସ୍ଥିତ କରାଇଲେ।
ଗଣ 7:5“ତୁମ୍ଭେ ସେମାନଙ୍କଠାରୁ ତାହା ଗ୍ରହଣ କର, ତାହାସବୁ ସମାଗମ-ତମ୍ବୁର ସେବା ନିମନ୍ତେ ହେବ; ଆଉ ତୁମ୍ଭେ ପ୍ରତ୍ୟେକ ଜଣ ଆପଣା ଆପଣା ସେବାନୁସାରେ ଲେବୀୟମାନଙ୍କୁ ତାହାସବୁ ଦେବ।”
ଗଣ 7:89ଏଉତ୍ତାରେ ମୋଶା ତାହାଙ୍କ ସହିତ କଥା କହିବାକୁ ସମାଗମ-ତମ୍ବୁରେ ପ୍ରବେଶ କରନ୍ତେ, ସାକ୍ଷ୍ୟ-ସିନ୍ଦୁକର ଉପରିସ୍ଥିତ ପାପାଚ୍ଛାଦନର ଉପରୁ, କିରୂବ ଦ୍ୱୟ ମଧ୍ୟରୁ ଆପଣା ପ୍ରତି ବାକ୍ୟବାଦୀ ରବ ଶୁଣିଲେ; ପୁଣି, ସେ ତାଙ୍କ ସହିତ କଥା କହିଲେ।
ଗଣ 8:9ତହୁଁ ତୁମ୍ଭେ ଲେବୀୟମାନଙ୍କୁ ସମାଗମ-ତମ୍ବୁ ସମ୍ମୁଖରେ ଉପସ୍ଥିତ କରାଇବ; ପୁଣି, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏକତ୍ର କରିବ।
ଗଣ 8:15ତହିଁ ଉତ୍ତାରେ ଲେବୀୟମାନେ ସେବା କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କରିବେ; ପୁଣି, ତୁମ୍ଭେ ସେମାନଙ୍କୁ ଶୁଚି କରି ଦୋଳନୀୟ ନୈବେଦ୍ୟ ରୂପେ ଉତ୍ସର୍ଗ କରିବ।
ଗଣ 8:19ଆଉ ଇସ୍ରାଏଲ-ସନ୍ତାନଗଣ ପବିତ୍ର ସ୍ଥାନ ନିକଟକୁ ଆସିବା ସମୟରେ ଯେପରି ସେମାନଙ୍କ ମଧ୍ୟରେ ମହାମାରୀ ଉପସ୍ଥିତ ନ ହୁଏ, ଏଥିପାଇଁ ଆମ୍ଭେ ସମାଗମ-ତମ୍ବୁରେ ଇସ୍ରାଏଲ-ସନ୍ତାନଗଣ ବଦଳେ ସେବା ଓ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଲେବୀୟମାନଙ୍କୁ ଦାନ ରୂପେ ହାରୋଣ ଓ ତାହାର ପୁତ୍ରଗଣଙ୍କୁ ଦେଲୁ।”
ଗଣ 8:22ତହିଁ ଉତ୍ତାରେ ଲେବୀୟମାନେ ହାରୋଣର ସମ୍ମୁଖରେ ଓ ତାହାର ପୁତ୍ରଗଣ ସମ୍ମୁଖରେ ଆପଣା ଆପଣା ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁରେ ପ୍ରବେଶ କଲେ; ସଦାପ୍ରଭୁ ଲେବୀୟମାନଙ୍କ ବିଷୟରେ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନଙ୍କ ପ୍ରତି କଲେ।
ଗଣ 8:24“ଲେବୀୟମାନଙ୍କ ବିଷୟରେ ଏହି ବ୍ୟବସ୍ଥା ପଚିଶ ବର୍ଷ ବୟସରୁ ଲେବୀୟମାନେ ସମାଗମ-ତମ୍ବୁରେ ସେବାକର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେବେ।
ଗଣ 8:26ତଥାପି ସେମାନେ ରକ୍ଷଣୀୟ ରକ୍ଷା କରିବାରେ ସମାଗମ-ତମ୍ବୁରେ ଆପଣା ଆପଣା ଭ୍ରାତା ସହିତ ସେବାକର୍ମ କରିବେ ଓ ଅନ୍ୟ ସେବା କରିବେ ନାହିଁ; ଲେବୀୟମାନଙ୍କ ରକ୍ଷଣୀୟ ବିଷୟରେ ତୁମ୍ଭେ ସେମାନଙ୍କ ପ୍ରତି ଏରୂପ କରିବ।”
ଗଣ 9:15ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହି ଦିନ ମେଘ ଆବାସକୁ, ଅର୍ଥାତ୍‍, ସାକ୍ଷ୍ୟ-ତମ୍ବୁକୁ ଆଚ୍ଛାଦନ କଲା; ପୁଣି, ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
ଗଣ 9:17ଆଉ ଯେକୌଣସି ସମୟରେ ତମ୍ବୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେତେବେଳେ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି, ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ।
ଗଣ 9:18ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ।
ଗଣ 9:19ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
ଗଣ 9:20ପୁଣି, କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେହି ସମୟରେ ମଧ୍ୟ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ।
ଗଣ 9:22ଦୁଇ ଦିନ କିମ୍ବା ଏକ ମାସ କିମ୍ବା ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେକାଳ ବିଳମ୍ବ କରି ଅବସ୍ଥିତି କଲା, ସେତେକାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ।
ଗଣ 10:3ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
ଗଣ 10:11ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।
ଗଣ 10:17ଏଉତ୍ତାରେ ଆବାସ ଭଙ୍ଗାଯାʼନ୍ତେ, ଗେର୍ଶୋନର ସନ୍ତାନଗଣ ଓ ମରାରିର ସନ୍ତାନଗଣ ସେହି ଆବାସ ବୋହି ଅଗ୍ରସର ହେଲେ।
ଗଣ 10:21ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
ଗଣ 11:16ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।
ଗଣ 11:24ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।
ଗଣ 11:26ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍‍ ଓ ଅନ୍ୟର ନାମ ମେଦଦ୍‍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ।
ଗଣ 12:4ଏଥିଉତ୍ତାରେ ସଦାପ୍ରଭୁ ଅକସ୍ମାତ୍‍ ମୋଶାଙ୍କୁ ଓ ହାରୋଣଙ୍କୁ ଓ ମରୀୟମକୁ କହିଲେ, “ତୁମ୍ଭେ ତିନି ଜଣ ବାହାର ହୋଇ ସମାଗମ-ତମ୍ବୁ ନିକଟକୁ ଆସ” ତହିଁରେ ସେ ତିନି ଜଣ ବାହାର ହୋଇ ଆସିଲେ;
ଗଣ 12:5ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
ଗଣ 12:10ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।
ଗଣ 14:10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।
ଗଣ 16:9ଇସ୍ରାଏଲଙ୍କର ପରମେଶ୍ୱର ଯେ ତୁମ୍ଭମାନଙ୍କୁ ଇସ୍ରାଏଲ-ମଣ୍ଡଳୀରୁ ପୃଥକ କରି ସଦାପ୍ରଭୁଙ୍କ ଆବାସର ସେବା କରିବା ନିମନ୍ତେ ଓ ମଣ୍ଡଳୀ ସମ୍ମୁଖରେ ଠିଆ ହୋଇ ସେବା କରିବା ନିମନ୍ତେ ଆପଣାର ନିକଟବର୍ତ୍ତୀ କରିଅଛନ୍ତି,
ଗଣ 16:18ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।
ଗଣ 16:19ପୁଣି, କୋରହ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେମାନଙ୍କ ପ୍ରତିକୂଳରେ ସମସ୍ତ ମଣ୍ଡଳୀକୁ ଏକତ୍ର କଲା; ସେତେବେଳେ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁଙ୍କ ପ୍ରତାପ ପ୍ରକାଶିତ ହେଲା।
ଗଣ 16:42ତହୁଁ ସମସ୍ତ ମଣ୍ଡଳୀ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେବା ସମୟରେ ସେମାନେ ସମାଗମ-ତମ୍ବୁ ଆଡ଼େ ଅନାଇଲେ; ଆଉ ଦେଖ, ମେଘ ତାହା ଆଚ୍ଛାଦନ କରିଅଛି ଓ ସଦାପ୍ରଭୁଙ୍କ ପ୍ରତାପ ପ୍ରତ୍ୟକ୍ଷ ହୋଇଅଛି।
ଗଣ 16:43ସେତେବେଳେ ମୋଶା ଓ ହାରୋଣ ସମାଗମ-ତମ୍ବୁ ସମ୍ମୁଖକୁ ଆସିଲେ।
ଗଣ 16:50ପୁଣି, ମହାମାରୀ ନିବୃତ୍ତ ହୁଅନ୍ତେ, ହାରୋଣ ସମାଗମ-ତମ୍ବୁ ଦ୍ୱାରରେ ମୋଶାଙ୍କ ନିକଟକୁ ଫେରି ଆସିଲେ।
ଗଣ 17:4ଆଉ ସମାଗମ-ତମ୍ବୁର ଯେଉଁ ସ୍ଥାନରେ ଆମ୍ଭେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରୁ, ସେହି ସ୍ଥାନରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖରେ ତୁମ୍ଭେ ସେହି ସବୁ ରଖିବ।
ଗଣ 17:7ତହୁଁ ମୋଶା ସାକ୍ଷ୍ୟ-ତମ୍ବୁରେ ସଦାପ୍ରଭୁଙ୍କ ସମ୍ମୁଖରେ ସେହି ସମସ୍ତ ଯଷ୍ଟି ରଖିଲେ।
ଗଣ 17:8ଏଥିଉତ୍ତାରେ ଆରଦିନ ମୋଶା ସାକ୍ଷ୍ୟ-ତମ୍ବୁରେ ପ୍ରବେଶ କଲେ; ଆଉ ଦେଖ, ଲେବୀ ଗୃହ ନିମନ୍ତେ ଥିବା ହାରୋଣଙ୍କର ଯଷ୍ଟି ଅଙ୍କୁରିତ ହୋଇଅଛି, ପୁଣି, ଅଙ୍କୁର ବାହାର ହେଲା, ପୁଷ୍ପ ଫୁଟିଲା ଓ ପକ୍ୱ ବାଦାମ ଫଳିଲା।
ଗଣ 17:13ଯେକେହି ନିକଟକୁ ଆସୁଅଛି, ଅର୍ଥାତ୍‍, ସଦାପ୍ରଭୁଙ୍କ ଆବାସ ନିକଟକୁ ଆସୁଅଛି, ସେ ମରୁଅଛି; ଆମ୍ଭେ ସମସ୍ତେ କି ପ୍ରାଣ ଛାଡ଼ି ଉଚ୍ଛିନ୍ନ ହେବା?”
ଗଣ 18:1ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବୋହିବ।
ଗଣ 18:2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟ-ତମ୍ବୁ ସମ୍ମୁଖରେ ରହିବ।
ଗଣ 18:3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
ଗଣ 18:4ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ବୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ବୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ।
ଗଣ 18:5ପୁଣି, ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ।
ଗଣ 18:6ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ବୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି।
ଗଣ 18:21ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।
ଗଣ 18:22ଆଉ ଇସ୍ରାଏଲ-ସନ୍ତାନଗଣଙ୍କ ପାପ ବୋହି ଯେପରି ନ ମରନ୍ତି, ଏଥିପାଇଁ, ଏହି ସମୟଠାରୁ ସେମାନେ ସମାଗମ-ତମ୍ବୁ ନିକଟକୁ ଆସିବେ ନାହିଁ।
ଗଣ 18:23ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
ଗଣ 18:31ପୁଣି, ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ବୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ।
ଗଣ 19:4ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
ଗଣ 19:13ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
ଗଣ 19:20ମାତ୍ର ଯେଉଁ ଲୋକ ଅଶୁଚି ହୋଇ ଆପଣାକୁ ପରିଷ୍କାର ନ କରିବ, ସେହି ପ୍ରାଣୀ ସମାଜ ମଧ୍ୟରୁ ଉଚ୍ଛିନ୍ନ ହେବ, କାରଣ ସେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନ ଅଶୁଚି କଲା; ତାହା ଉପରେ ଅଶୌଚାର୍ଥକ ଜଳ ସେଚିତ ହେଲା ନାହିଁ; ସେ ଅଶୁଚି।
ଗଣ 20:6ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ବୁ ଦ୍ୱାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା।
ଗଣ 25:6ଏଥିରେ ଦେଖ, ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରୁ ଜଣେ ମୋଶାଙ୍କର ସାକ୍ଷାତରେ ଓ ଇସ୍ରାଏଲ-ସନ୍ତାନଗଣଙ୍କର ସମସ୍ତ ମଣ୍ଡଳୀ ସାକ୍ଷାତରେ ଆପଣା ଜ୍ଞାତିମାନଙ୍କ ନିକଟକୁ ଏକ ମିଦୀୟନୀୟା ସ୍ତ୍ରୀକୁ ଆଣିଲା, ସେତେବେଳେ ଲୋକମାନେ ସମାଗମ-ତମ୍ବୁ ନିକଟରେ ରୋଦନ କରୁଥିଲେ।
ଗଣ 27:2ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି, ଅଧିପତିଗଣ ଓ ସମସ୍ତ ମଣ୍ଡଳୀର ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାରରେ ଠିଆ ହୋଇ କହିଲେ,
ଗଣ 31:30ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
ଗଣ 31:47ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
ଗଣ 31:54ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।
ଦ୍ୱିତୀୟ ବିବରଣ2
ଦ୍ବି.ବି 31:14ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା।” ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।
ଦ୍ବି.ବି 31:15ଏଥିରେ ସଦାପ୍ରଭୁ ସେହି ତମ୍ବୁରେ ମେଘସ୍ତମ୍ଭ ମଧ୍ୟରେ ଦର୍ଶନ ଦେଲେ ଓ ମେଘସ୍ତମ୍ଭ ତମ୍ବୁଦ୍ୱାର ଉପରେ ସ୍ଥିର ହୋଇ ରହିଲା।
ଯିହୋଶୂୟ5
ଯିହୋ 18:1ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଶୀଲୋରେ ଆପଣାମାନଙ୍କୁ ଏକତ୍ର କରି ସେଠାରେ ସମାଗମ-ତମ୍ବୁ ସ୍ଥାପନ କଲେ; ଦେଶ ସେମାନଙ୍କ ସମ୍ମୁଖରେ ପରାଜିତ ଥିଲା।
ଯିହୋ 19:51ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ ଓ ଇସ୍ରାଏଲ ସନ୍ତାନମାନଙ୍କ ବଂଶସମୂହର ପିତୃବଂଶୀୟ ପ୍ରଧାନଗଣ ଶୀଲୋରେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ଗୁଲିବାଣ୍ଟ ଦ୍ୱାରା ଏହିସବୁ ଅଧିକାର ବାଣ୍ଟି ଦେଲେ। ଏରୂପେ ସେମାନେ ଦେଶ ବିଭାଗ କରିବା ସମାପ୍ତ କଲେ।
ଯିହୋ 22:19ଯେବେ ତୁମ୍ଭମାନଙ୍କ ଅଧିକାର-ଦେଶ ଅଶୁଚି ହୁଏ, ତେବେ ପାର ହୋଇ ଯେଉଁ ସ୍ଥାନରେ ସଦାପ୍ରଭୁଙ୍କ ଆବାସ ବାସ କରେ, ସଦାପ୍ରଭୁଙ୍କ ସେହି ଅଧିକାର-ଦେଶକୁ ଆସ ଓ ଆମ୍ଭମାନଙ୍କ ମଧ୍ୟରେ ଅଧିକାର ଗ୍ରହଣ କର; ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଯଜ୍ଞବେଦି ଛଡ଼ା ଆପଣାମାନଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ନ ହୁଅ, କିଅବା ଆମ୍ଭମାନଙ୍କର ବିଦ୍ରୋହୀ ନ ହୁଅ।
ଯିହୋ 22:29ଆମ୍ଭେମାନେ ଯେ ହୋମ କି ଭକ୍ଷ୍ୟ ନୈବେଦ୍ୟ ଓ ବଳିଦାନ ନିମନ୍ତେ ଆମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଆବାସ-ସମ୍ମୁଖସ୍ଥିତ ତାହାଙ୍କ ଯଜ୍ଞବେଦି ଛଡ଼ା ଅନ୍ୟ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କର ବିଦ୍ରୋହୀ ହେବୁ, କି ଆଜି ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହେବୁ, ଏହା ଦୂରେ ଥାଉ।”
ଯିହୋ 24:26ଏଥିଉତ୍ତାରେ ଯିହୋଶୂୟ ସେହି ସକଳ କଥା ପରମେଶ୍ୱରଙ୍କ ବ୍ୟବସ୍ଥା ଗ୍ରନ୍ଥରେ ଲେଖିଲେ ଓ ଏକ ବୃହତ ପ୍ରସ୍ତର ନେଇ ସଦାପ୍ରଭୁଙ୍କ ପବିତ୍ର ଆବାସର ନିକଟବର୍ତ୍ତୀ ଅଲୋନ ବୃକ୍ଷ ମୂଳେ ସ୍ଥାପନ କଲେ।
ପ୍ରଥମ ଶାମୁୟେଲ3
ପ୍ର.ଶା 1:9ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ।
ପ୍ର.ଶା 2:22ଏଲି ଅତି ବୃଦ୍ଧ ହେଲେ; ପୁଣି, ତାଙ୍କର ପୁତ୍ରମାନେ ସମୁଦାୟ ଇସ୍ରାଏଲ ପ୍ରତି ଯାହା ଯାହା କଲେ ଓ ସମାଗମ-ତମ୍ବୁ ଦ୍ୱାର ନିକଟରେ ସେବାକାରିଣୀ ସ୍ତ୍ରୀଗଣ ସହିତ କିପରି ଶୟନ କଲେ, ଏସବୁ କଥା ସେ ଶୁଣିଲେ।
ପ୍ର.ଶା 3:3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,
ଦ୍ୱିତୀୟ ଶାମୁୟେଲ2
ଦ୍ଵି.ଶା 6:17ଏଉତ୍ତାରେ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଭିତରକୁ ଆଣି ସେହି ସ୍ଥାନରେ, ଅର୍ଥାତ୍‍, ତହିଁ ପାଇଁ ଦାଉଦ ଯେଉଁ ତମ୍ବୁ ସ୍ଥାପନ କରିଥିଲେ, ତହିଁ ମଧ୍ୟରେ ରଖିଲେ; ତହୁଁ ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ଦ୍ଵି.ଶା 7:6ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ମିସରରୁ ବାହାର କରି ଆଣିବା ଦିନାବଧି ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ, ମାତ୍ର ତମ୍ବୁ ଓ ଆବାସ ମଧ୍ୟରେ ଗତାୟାତ କରିଅଛୁ।
ପ୍ରଥମ ରାଜାବଳୀ5
ପ୍ର.ରା 1:39ପୁଣି, ସାଦୋକ ଯାଜକ ତମ୍ବୁ ମଧ୍ୟରୁ ତୈଳପୂର୍ଣ୍ଣ ଶୃଙ୍ଗ ନେଇ ଶଲୋମନଙ୍କୁ ଅଭିଷେକ କଲେ। ତହୁଁ ଲୋକମାନେ ତୂରୀ ବଜାନ୍ତେ, ସମସ୍ତେ କହିଲେ, “ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।”
ପ୍ର.ରା 2:28ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
ପ୍ର.ରା 2:29ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।
ପ୍ର.ରା 2:30ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”
ପ୍ର.ରା 8:4ଆଉ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁରେ ଥିବା ସମସ୍ତ ପବିତ୍ର ପାତ୍ର ଆଣିଲେ; ଯାଜକ ଓ ଲେବୀୟମାନେ ଏହିସବୁ ଆଣିଲେ।
ପ୍ରଥମ ବଂଶାବଳୀ10
ପ୍ର.ବଂ 6:32ପୁଣି, ଶଲୋମନ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ ନ କରିବା ପର୍ଯ୍ୟନ୍ତ ସେମାନେ ସମାଗମ-ତମ୍ବୁରୂପ ଆବାସ ସମ୍ମୁଖରେ ଗାନ ଦ୍ୱାରା ପରିଚର୍ଯ୍ୟା କଲେ ଓ ସେମାନେ ଆପଣା ଆପଣା ପାଳି ଅନୁସାରେ ସ୍ୱ ସ୍ୱ ପଦରେ ସେବା କଲେ।
ପ୍ର.ବଂ 6:48ସେମାନଙ୍କ ଭ୍ରାତୃଗଣ ଲେବୀୟମାନେ ପରମେଶ୍ୱରଙ୍କ ଗୃହରୂପ ଆବାସର ସମସ୍ତ ସେବାରେ ନିଯୁକ୍ତ ଥିଲେ।
ପ୍ର.ବଂ 9:19ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
ପ୍ର.ବଂ 9:21ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
ପ୍ର.ବଂ 9:23ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
ପ୍ର.ବଂ 16:39ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
ପ୍ର.ବଂ 17:5କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
ପ୍ର.ବଂ 21:29କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।
ପ୍ର.ବଂ 23:26ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
ପ୍ର.ବଂ 23:32ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।
ଦ୍ୱିତୀୟ ବଂଶାବଳୀ6
ଦ୍ଵି.ବଂ 1:3ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
ଦ୍ଵି.ବଂ 1:5ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
ଦ୍ଵି.ବଂ 1:6ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
ଦ୍ଵି.ବଂ 1:13ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
ଦ୍ଵି.ବଂ 5:5ପୁଣି ସେମାନେ ସିନ୍ଦୁକ ଓ ସମାଗମ-ତମ୍ବୁ ଓ ତମ୍ବୁସ୍ଥିତ ସମସ୍ତ ପବିତ୍ର ପାତ୍ର ଆଣିଲେ; ଲେବୀୟ ଯାଜକମାନେ ତାହାସବୁ ଆଣିଲେ।
ଦ୍ଵି.ବଂ 24:6ଏଥିରେ ରାଜା ପ୍ରଧାନ ଯିହୋୟାଦାକୁ ଡାକି କହିଲେ, “ସାକ୍ଷ୍ୟ-ତମ୍ବୁ ନିମନ୍ତେ ସଦାପ୍ରଭୁଙ୍କ ସେବକ ମୋଶା ଓ ଇସ୍ରାଏଲ-ମଣ୍ଡଳୀ ଦ୍ୱାରା ଯେଉଁ କର ନିରୂପିତ ହୋଇଅଛି, ତାହା ତୁମ୍ଭେ ଯିହୁଦା ଓ ଯିରୂଶାଲମରୁ ଆଣିବା ପାଇଁ କାହିଁକି ଲେବୀୟମାନଙ୍କୁ ଆଦେଶ କରି ନାହଁ?”
ଗୀତସଂହିତା4
ଗୀତ 26:8ହେ ସଦାପ୍ରଭୋ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
ଗୀତ 27:6ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ଗୀତ 74:7ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍‍ କରିଅଛନ୍ତି।
ଗୀତ 78:60ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
ଯିହିଜିକଲ1
ଯିହି 37:27ଆମ୍ଭର ଆବାସ ମଧ୍ୟ ସେମାନଙ୍କ ସଙ୍ଗରେ ରହିବ; ଆଉ, ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ।
ପ୍ରେରିତ1
ପ୍ରେରି 7:44ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃ-ପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ।
ଏବ୍ରୀ7
ଏବ୍ରୀ 8:2ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି।
ଏବ୍ରୀ 8:5ସେମାନେ ଯାହାର ସେବା କରନ୍ତି, ତାହା ସ୍ୱର୍ଗୀୟ ବିଷୟଗୁଡ଼ିକର ଦୃଷ୍ଟାନ୍ତ ଓ ଛାୟାମାତ୍ର, ତମ୍ବୁ ନିର୍ମାଣ କରିବାକୁ ଉଦ୍ୟତ ହେବା ସମୟରେ ମୋଶା ଯେପରି ଆଦେଶପ୍ରାପ୍ତ ହୋଇଥିଲେ; କାରଣ ଈଶ୍ବର କହିଥିଲେ, ସାବଧାନ, ପର୍ବତରେ ତୁମ୍ଭକୁ ଯେଉଁ ଆଦର୍ଶ ଦେଖାଇ ଦିଆଯାଇଥିଲା, ତଦନୁସାରେ ସମସ୍ତ ନିର୍ମାଣ କର।
ଏବ୍ରୀ 9:1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା।
ଏବ୍ରୀ 9:8ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।
ଏବ୍ରୀ 9:11କିନ୍ତୁ ଖ୍ରୀଷ୍ଟ ବର୍ତ୍ତମାନ ଉତ୍ତମ ବିଷୟର ମହାଯାଜକ ସ୍ୱରୂପେ ଉପସ୍ଥିତ ହୋଇ ଏହି ସୃଷ୍ଟିରୁ ଭିନ୍ନ ଅହସ୍ତକୃତ ମହତ୍ ଓ ଶ୍ରେଷ୍ଠତର ତମ୍ବୁ ଦେଇ ଯାଇ ଛାଗ ଓ ଗୋବତ୍ସର ରକ୍ତ ନୁହେଁ,
ଏବ୍ରୀ 9:21ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।
ଏବ୍ରୀ 13:10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି।
ପ୍ରକାଶିତ1
ପ୍ରକା 15:5ଏଥିଉତ୍ତାରେ ମୁଁ ଦେଖିଲି, ମହାପବିତ୍ର ସ୍ଥାନ, ଯେଉଁଥିରେ ସାକ୍ଷ୍ୟର ତମ୍ବୁ ଥିଲା, ସ୍ୱର୍ଗରେ ଉନ୍ମୁକ୍ତ ହେଲା,

ଉତ୍ସ: Tyndale Open Bible Dictionary © 2023 Tyndale House Publishers, CC BY-SA 4.0 — ଅନୁକୂଳିତ ଓ ସଂକ୍ଷିପ୍ତ; ମୂଳ ରଚନା tyndaleopenresources.comରେ ମାଗଣାରେ ଉପଲବ୍ଧ · Human-made Things in the Bible © United Bible Societies 2025, adapted from R. Pritz, The Works of Their Hands: Man-made Things in the Bible © 2009 UBS, CC BY-SA 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର

ତମ୍ବୁ ଓ ମନ୍ଦିର

ଏହି ବିଷୟରେ ଆହୁରି

ତମ୍ବୁ ଓ ମନ୍ଦିର