Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ମାଗ, ଖୋଜ, ଦ୍ୱାରରେ ଆଘାତ କର

ମାଥି 7:7–11 · ଲୂକ 11:9–13

ମାଥିଉ

ମାଥି 7:7–11

7ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।

8କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।

9କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ,

10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ?

11ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!

ଲୂକ

ଲୂକ 11:9–13

9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ।

10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।

11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ?

12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ?

13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର