Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଆରମ୍ଭ

ପାଖାପାଖି ସୁସମାଚାର · ଆରମ୍ଭ

ଯୀଶୁଙ୍କ ବାପ୍ତିସ୍ମ

ମାଥି 3:13–17 · ମାର୍କ 1:9–11 · ଲୂକ 3:21–22 · ଯୋହ 1:29–34

ମାଥିଉ

ମାଥି 3:13–17

13ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନ ନଦୀକୁ ଆସିଲେ।

14କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”

15ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ।

16ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।

17ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।”

ମାର୍କ

ମାର୍କ 1:9–11

9ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନ ନଦୀରେ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଲେ।

10ଆଉ, ସେହିକ୍ଷଣି ସେ ଜଳରୁ ଉଠି ଆସିବା ସମୟରେ ଆକାଶ ଉନ୍ମୁକ୍ତ ହେବା ଓ ପବିତ୍ର ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଓହ୍ଲାଇ ଆସିବା ଦେଖିଲେ,

11ପୁଣି, ଆକାଶରୁ ଏହି ବାଣୀ ହେଲା, “ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।”

ଲୂକ

ଲୂକ 3:21–22

21ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା,

22ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।

ଯୋହନ

ଯୋହ 1:29–34

29ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।

30ମୋʼ ଉତ୍ତାରେ ଯେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।

31ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, କିନ୍ତୁ ସେ ଯେପରି ଇସ୍ରାଏଲ ନିକଟରେ ପ୍ରକାଶିତ ହୁଅନ୍ତି, ଏଥିସକାଶେ ମୁଁ ଜଳରେ ବାପ୍ତିସ୍ମ ଦେବାକୁ ଆସିଅଛି।

32ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ପବିତ୍ର ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।

33ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।

34ଆଉ, ମୁଁ ତାହା ଦେଖିଅଛି ଓ ସେ ଈଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର