Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଧନ୍ୟ ବଚନସମୂହ

ମାଥି 5:1–12 · ଲୂକ 6:20–23

ମାଥିଉ

ମାଥି 5:1–12

1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ।

2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ,

3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।

4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ।

5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ।

6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ।

7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ।

8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ।

9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ।

10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।

11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

ଲୂକ

ଲୂକ 6:20–23

20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।

21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ।

22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।

23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର