Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ

ପାଖାପାଖି ସୁସମାଚାର · ଦୁଃଖଭୋଗ

ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ

ମାଥି 26:20–25 · ମାର୍କ 14:17–21 · ଲୂକ 22:21–23 · ଯୋହ 13:21–30

ମାଥିଉ

ମାଥି 26:20–25

20ପରେ ସନ୍ଧ୍ୟା ହୁଅନ୍ତେ, ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ।

21ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

22ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ, ପ୍ରଭୁ, ସେ କଅଣ ମୁଁ?

23ସେ ଉତ୍ତର ଦେଲେ, “ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।

24ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”

25ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା, ସେ ଉତ୍ତର ଦେଲା, ହେ ଗୁରୁ, ସେ କଅଣ ମୁଁ? ସେ ତାହାକୁ କହିଲେ, “ତୁମ୍ଭେ କହିଅଛ।”

ମାର୍କ

ମାର୍କ 14:17–21

17ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।

18ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

19ସେଥିରେ ଶିଷ୍ୟମାନେ ଦୁଃଖିତ ହୋଇ ଜଣ ଜଣ କରି ତାହାଙ୍କୁ ପଚାରିବାକୁ ଲାଗିଲେ, ସେ କଅଣ ମୁଁ?

20ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।

21ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖାଅଛି, ସେହିପରି ସେ ଯାଉଅଛନ୍ତି ସତ୍ୟ, କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର! ସେହି ଲୋକ ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।”

ଲୂକ

ଲୂକ 22:21–23

21କିନ୍ତୁ ଦେଖ, ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି।

22କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର!”

23ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ।

ଯୋହନ

ଯୋହ 13:21–30

21ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍‌ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”

22ସେ କାହା ସମ୍ବନ୍ଧରେ କହିଲେ, ସେ ବିଷୟରେ ହତବୁଦ୍ଧି ହୋଇ ଶିଷ୍ୟମାନେ ପରସ୍ପରକୁ ଚାହିଁବାକୁ ଲାଗିଲେ।

23ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।

24ଅତଏବ, ଶିମୋନ ପିତର ତାହାଙ୍କୁ ସଙ୍କେତ କରି କହିଲେ, ସେ କାହା ସମ୍ବନ୍ଧରେ କହୁଅଛନ୍ତି, ତାହା କୁହ।

25ସେ ସେହି ପ୍ରକାର ବସିଥାଇ ଯୀଶୁଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି ତାହାଙ୍କୁ ପଚାରିଲେ, ପ୍ରଭୁ, ସେ କିଏ?

26ତେଣୁ ଯୀଶୁ ଉତ୍ତର ଦେଲେ, “ଯାହା ନିମନ୍ତେ ମୁଁ ଏହି ରୁଟିଖଣ୍ଡକ ବୁଡ଼ାଇବି ଓ ଯାହାକୁ ତାହା ଦେବି, ସେ।” ତହିଁରେ ସେ ସେହି ରୁଟିଖଣ୍ଡକ ବୁଡ଼ାଇ ତାହା ଘେନି ଇଷ୍କାରିୟୋତୀୟ ଶିମୋନର ପୁତ୍ର ଯିହୂଦାକୁ ଦେଲେ।

27ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା। ସେଥିରେ ଯୀଶୁ ତାହାକୁ କହିଲେ, “ଯାହା କରୁଅଛ, ତାହା ଶୀଘ୍ର କର।”

28କିନ୍ତୁ ସେ କି ଉଦ୍ଦେଶ୍ୟରେ ତାହାକୁ ଏହି କଥା କହିଥିଲେ, ତାହା ଭୋଜରେ ବସିଥିବା ଲୋକମାନଙ୍କ ମଧ୍ୟରୁ କେହି ଜାଣିଲେ ନାହିଁ।

29କାରଣ ଯିହୂଦା ନିକଟରେ ଟଙ୍କାଥଳୀ ଥିବାରୁ, ପର୍ବ ନିମନ୍ତେ ଯାହା ଯାହା ପ୍ରୟୋଜନ, ତାହା କ୍ରୟ କରିବାକୁ କିମ୍ବା ଦରିଦ୍ରମାନଙ୍କୁ କିଛି ଦାନ କରିବାକୁ ଯୀଶୁ ତାହାକୁ କହିଲେ ବୋଲି କେହି କେହି ମନେ କଲେ।

30ରୁଟିଖଣ୍ଡକ ଗ୍ରହଣ କରି ସେ ତତ୍‍କ୍ଷଣାତ୍‍ ବାହାରିଗଲା, ସେତେବେଳେ ରାତ୍ରିକାଳ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର