ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା
ମାଥି 12:31–32 · ମାର୍କ 3:28–30 · ଲୂକ 12:10
ମାଥି 12:31–3231ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
32ଆଉ, ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ, ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ, ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ।”
ମାର୍କ 3:28–3028ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ବର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;
29କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ।
30ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ।”
ଲୂକ 12:1010ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ।
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର