Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

କଫର୍ନାହୂମର ସମାଜଗୃହରେ ଅଶୁଚି ଆତ୍ମା

ମାର୍କ 1:21–28 · ଲୂକ 4:31–37

ମାର୍କ

ମାର୍କ 1:21–28

21ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ସେ ବିଶ୍ରାମବାର ଦିନରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।

22ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ।

23ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,

24ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।

25ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର୍, ଏହାଠାରୁ ବାହାରିଯା।”

26ସେଥିରେ ସେହି ଅଶୁଚି ଆତ୍ମା ତାହାକୁ ମୋଡ଼ିପକାଇ ଅତି ଉଚ୍ଚସ୍ୱରରେ ପାଟି କରି ତାହାଠାରୁ ବାହାରିଗଲା।

27ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

28ସେଥିରେ ତାହାଙ୍କ ସମ୍ବନ୍ଧୀୟ ସମାଚାର ସେହିକ୍ଷଣି ଗାଲିଲୀର ଚାରିଆଡ଼େ ସମସ୍ତ ଅଞ୍ଚଳରେ ବ୍ୟାପିଗଲା।

ଲୂକ

ଲୂକ 4:31–37

31ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ,

32ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା।

33ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା,

34ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି।

35ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା।

36ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।

37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର