Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ଶତ-ସେନାପତିଙ୍କ ଦାସ

ମାଥି 8:5–13 · ଲୂକ 7:1–10

ମାଥିଉ

ମାଥି 8:5–13

5ଯୀଶୁ କଫର୍ନାହୂମ ନଗରରେ ପ୍ରବେଶ କରନ୍ତେ ଜଣେ ଶତ-ସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ,

6ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି।

7ସେ ତାହାକୁ କହିଲେ, “ମୁଁ ଯାଇ ତାହାକୁ ସୁସ୍ଥ କରିବି।”

8କିନ୍ତୁ ଶତ-ସେନାପତି ଉତ୍ତର ଦେଲେ, ପ୍ରଭୁ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

9କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ କରେ।

10ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।

11କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,

12ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।”

13ଆଉ ଯୀଶୁ ଶତ-ସେନାପତିଙ୍କୁ କହିଲେ, “ଯାଅ, ତୁମ୍ଭେ ଯେପରି ବିଶ୍ୱାସ କରୁଅଛ, ତୁମ୍ଭ ପ୍ରତି ସେହିପରି ହେଉ।” ସେହିକ୍ଷଣି ଦାସଟି ସୁସ୍ଥ ହେଲା।

ଲୂକ

ଲୂକ 7:1–10

1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।

2ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।

3ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।

4ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;

5କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି।

6ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;

7ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।

8କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ।

9ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।”

10ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର