Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ

ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ

ଯୀଶୁ ପିଲାମାନଙ୍କୁ ଆଶୀର୍ବାଦ କରନ୍ତି

ମାଥି 19:13–15 · ମାର୍କ 10:13–16 · ଲୂକ 18:15–17

ମାଥିଉ

ମାଥି 19:13–15

13ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି, ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ। ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ।

14କିନ୍ତୁ ଯୀଶୁ କହିଲେ, “ଶିଶୁମାନଙ୍କୁ ଛାଡ଼ିଦିଅ, ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ, କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର।”

15ଆଉ, ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ।

ମାର୍କ

ମାର୍କ 10:13–16

13ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ।

14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।

15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

ଲୂକ

ଲୂକ 18:15–17

15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ।

16କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର।

17ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର