Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ

ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ

ପିତରଙ୍କ ସ୍ୱୀକାରୋକ୍ତି

ମାଥି 16:13–20 · ମାର୍କ 8:27–30 · ଲୂକ 9:18–21

ମାଥିଉ

ମାଥି 16:13–20

13ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?”

14ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ।

15ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?”

16ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର।

17ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି।

18ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ।

19ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”

20ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି, ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ।

ମାର୍କ

ମାର୍କ 8:27–30

27ଏଥିଉତ୍ତାରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କାଇସରିୟା ଫିଲିପ୍ପୀ ଅଞ୍ଚଳର ଗ୍ରାମମାନଙ୍କୁ ପ୍ରସ୍ଥାନ କଲେ, ଆଉ ପଥ ମଧ୍ୟରେ ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମୁଁ କିଏ ବୋଲି ଲୋକେ କଅଣ କହନ୍ତି?”

28ଏଥିରେ ସେମାନେ ତାହାଙ୍କୁ କହିଲେ, ବାପ୍ତିଜକ ଯୋହନ, ଆଉ କେହି କେହି ଏଲୀୟ, କିନ୍ତୁ କେହି କେହି କହନ୍ତି, ଭାବବାଦୀମାନଙ୍କ ମଧ୍ୟରୁ ଜଣେ।

29ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ତାହାଙ୍କୁ ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ।

30ସେଥିରେ ଯୀଶୁ ସେମାନଙ୍କୁ ତାହାଙ୍କ ବିଷୟରେ କାହାରିକୁ କିଛି ନ କହିବାକୁ ଦୃଢ଼ରୂପେ ଆଜ୍ଞା ଦେଲେ।

ଲୂକ

ଲୂକ 9:18–21

18ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”

19ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି।

20ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।”

21ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର