ଅନୁସନ୍ଧାନ › ପାଖାପାଖି ସୁସମାଚାର › ଦୁଃଖଭୋଗ
ପାଖାପାଖି ସୁସମାଚାର · ଦୁଃଖଭୋଗ
ପିତରଙ୍କ ଅସ୍ୱୀକାରର ଭବିଷ୍ୟଦ୍ବାଣୀ
ମାଥି 26:31–35 · ମାର୍କ 14:27–31 · ଲୂକ 22:31–34 · ଯୋହ 13:36–38
ମାଥି 26:31–3531ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋʼଠାରେ ବିଘ୍ନ ପାଇବ, କାରଣ ଲେଖାଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।
32ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି।”
33କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ, ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ, ତଥାପି ମୁଁ କେବେ ହେଁ ପାଇବି ନାହିଁ।
34ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
35ପିତର ତାହାଙ୍କୁ କହିଲେ, ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ।
ମାର୍କ 14:27–3127ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
28କିନ୍ତୁ ମୁଁ ଉତ୍ଥିତ ହେବା ପରେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯିବି।”
29ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
30ଯୀଶୁ ତାହାଙ୍କୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ଏହି ରାତିରେ କୁକୁଡ଼ା ଦ୍ୱିତୀୟ ଥର ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
31କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
ଲୂକ 22:31–3431“ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର।”
33ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି।
34କିନ୍ତୁ ସେ କହିଲେ, “ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବ।”
ଯୋହ 13:36–3836ଶିମୋନ ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁଠାକୁ ଯାଉଅଛନ୍ତି? ଯୀଶୁ ଉତ୍ତର ଦେଲେ, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେ ବର୍ତ୍ତମାନ ମୋହର ପଛେ ପଛେ ସେଠାକୁ ଯାଇ ପାର ନାହିଁ, କିନ୍ତୁ ପରେ ଯିବ।”
37ପିତର ତାହାଙ୍କୁ ପଚାରିଲେ, ପ୍ରଭୁ, ମୁଁ ବର୍ତ୍ତମାନ କାହିଁକି ଆପଣଙ୍କ ପଛେ ପଛେ ଯାଇ ପାରେ ନାହିଁ? ମୁଁ ଆପଣଙ୍କ ନିମନ୍ତେ ନିଜ ପ୍ରାଣ ଦେବି।
38ଯୀଶୁ ଉତ୍ତର ଦେଲେ, “ତୁମ୍ଭେ କଅଣ ମୋʼ ନିମନ୍ତେ ନିଜ ପ୍ରାଣ ଦେବ? ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, କୁକୁଡ଼ା ନ ଡାକୁଣୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର