Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ସନ୍ଧ୍ୟାରେ ଅନେକେ ସୁସ୍ଥ ହୁଅନ୍ତି

ମାଥି 8:16–17 · ମାର୍କ 1:32–34 · ଲୂକ 4:40–41

ମାଥିଉ

ମାଥି 8:16–17

16ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,

17ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “‘ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ।’”

ମାର୍କ

ମାର୍କ 1:32–34

32ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତ ସମସ୍ତଙ୍କୁ ଆଣିବାକୁ ଲାଗିଲେ,

33ପୁଣି, ନଗରବାସୀ ସମସ୍ତେ ଦ୍ୱାର ନିକଟରେ ଏକତ୍ର ହେଲେ।

34ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ।

ଲୂକ

ଲୂକ 4:40–41

40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ।

41ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର