Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ

ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ

ଯୀଶୁ ଆପଣା ମୃତ୍ୟୁ ବିଷୟରେ ପୂର୍ବରୁ କହନ୍ତି

ମାଥି 16:21–23 · ମାର୍କ 8:31–33 · ଲୂକ 9:22

ମାଥିଉ

ମାଥି 16:21–23

21ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ, ତାହାଙ୍କୁ ଅବଶ୍ୟ ଯିରୂଶାଲମ ସହରକୁ ଯିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ, ପୁଣି, ତୃତୀୟ ଦିବସରେ ପୁନରୁତ୍ଥାନ ହେବାକୁ ହେବ।

22ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।

23କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋହର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”

ମାର୍କ

ମାର୍କ 8:31–33

31ଆଉ, ଯୀଶୁ ସେମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ ଯେ, ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତିନି ଦିନ ପରେ ପୁନରୁତ୍ଥାନ ହେବାକୁ ହେବ।

32ଏହି କଥା ସେ ସ୍ପଷ୍ଟ ରୂପେ କହିଲେ। ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରିବାକୁ ଲାଗିଲେ।

33କିନ୍ତୁ ସେ ବୁଲିପଡ଼ି ଆପଣା ଶିଷ୍ୟମାନଙ୍କୁ ଦେଖି ପିତରଙ୍କୁ ଅନୁଯୋଗ କରି କହିଲେ, “ମୋ ଆଗରୁ ଦୂର ହୁଅ, ଶୟତାନ, କାରଣ ତୁମ୍ଭେ ଈଶ୍ବରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ।”

ଲୂକ

ଲୂକ 9:22

22“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର