Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଆରମ୍ଭ

ପାଖାପାଖି ସୁସମାଚାର · ଆରମ୍ଭ

ଯୀଶୁ ଗାଲିଲୀରେ ପ୍ରଚାର ଆରମ୍ଭ କରନ୍ତି

ମାଥି 4:12–17 · ମାର୍କ 1:14–15 · ଲୂକ 4:14–15

ମାଥିଉ

ମାଥି 4:12–17

12ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ;

13ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲି ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ,

14ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ,

15“ସବୂଲୂନ ଦେଶ ଓ ନପ୍ତାଲି ଦେଶ, ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦ୍ଦନ ନଦୀର ଅପର ପାର୍ଶ୍ୱସ୍ଥ ଅଣଯିହୁଦୀମାନଙ୍କ ଗାଲିଲୀ,

16ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।”

17ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ, “ମନ-ପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”

ମାର୍କ

ମାର୍କ 1:14–15

14ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ବରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,

15“କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ବରଙ୍କ ରାଜ୍ୟ ସନ୍ନିକଟ; ମନ-ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ୱାସ କର।”

ଲୂକ

ଲୂକ 4:14–15

14ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା।

15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର