Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଆରମ୍ଭ

ପାଖାପାଖି ସୁସମାଚାର · ଆରମ୍ଭ

ଯୀଶୁଙ୍କ ବଂଶାବଳୀ

ମାଥି 1:1–17 · ଲୂକ 3:23–38

ମାଥିଉ

ମାଥି 1:1–17

1ଅବ୍ରହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁ ଖ୍ରୀଷ୍ଟଙ୍କ ବଂଶାବଳୀ।

2ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଲେ, ଇସ୍‌ହାକ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ,

3ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ, ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ,

4ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ, ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ, ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ, ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ,

5ସଲମୋନ ରାହାବଙ୍କ ଗର୍ଭରୁ ବୋୟଜଙ୍କୁ ଜନ୍ମ ଦେଲେ, ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ, ଓବେଦ ଯିଶୀଙ୍କୁ ଜନ୍ମ ଦେଲେ,

6ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ। ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ,

7ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ, ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ,

8ଅବୀୟ ଆସାଙ୍କୁ ଜନ୍ମ ଦେଲେ, ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ, ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ, ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ,

9ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ, ଯୋଥମ ଆହସ୍‌ଙ୍କୁ ଜନ୍ମ ଦେଲେ, ଆହସ୍‌ ହିଜକୀୟଙ୍କୁ ଜନ୍ମ ଦେଲେ,

10ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ, ମନଃଶି ଆମୋନଙ୍କୁ ଜନ୍ମ ଦେଲେ, ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ,

11ବାବିଲକୁ ନିର୍ବାସିତ ହେବା ସମୟରେ ଯୋଶୀୟ ଯିକନୀୟ ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ।

12ବାବିଲକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ, ଶଲ୍‍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ,

13ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ, ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ, ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ,

14ଆସୋର ସାଦୋକଙ୍କୁ ଜନ୍ମ ଦେଲେ, ସାଦୋକ ଆଖିମଙ୍କୁ ଜନ୍ମ ଦେଲେ, ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ,

15ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ, ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ,

16ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ, ଯାକୁବ ମରୀୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ, ଏହି ମରୀୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ, ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ।

17ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ, ଆଉ ଦାଉଦଙ୍କ ଠାରୁ ବାବିଲ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ, ପୁଣି, ବାବିଲ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ।

ଲୂକ

ଲୂକ 3:23–38

23ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶ ବର୍ଷ ବୟସ ହୋଇଥିଲା; ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର; ଯୋଷେଫ ଏଲୀଙ୍କ ପୁତ୍ର,

24ଏଲୀ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର, ଲେବୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଯନ୍ନୟଙ୍କ ପୁତ୍ର, ଯନ୍ନୟ ଯୋଷେଫଙ୍କ ପୁତ୍ର,

25ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଆମୋସଙ୍କ ପୁତ୍ର, ଆମୋସ ନାହୂମଙ୍କ ପୁତ୍ର, ନାହୂମ ହେସ୍ଲୀଙ୍କ ପୁତ୍ର, ହେସ୍ଲୀ ନଗୟଙ୍କ ପୁତ୍ର,

26ନଗୟ ମହଥଙ୍କ ପୁତ୍ର, ମହଥ ମତ୍ତିଥ୍ୟାଙ୍କ ପୁତ୍ର, ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର, ଶିମୟୀ ଯୋସେଖଙ୍କ ପୁତ୍ର, ଯୋସେଖ ଯୋଦାଙ୍କ ପୁତ୍ର,

27ଯୋଦା ଯୋହନଙ୍କ ପୁତ୍ର, ଯୋହନ ରେଷାଙ୍କ ପୁତ୍ର, ରେଷା ଜିରୁବାବିଲଙ୍କ ପୁତ୍ର, ଜିରୁବାବିଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର, ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର,

28ନେରୀ ମଲ୍‌ଖୀଙ୍କ ପୁତ୍ର, ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର, ଅଦ୍ଦୀ କୋସାମଙ୍କ ପୁତ୍ର, କୋସାମ ଏଲ୍ମଦାନଙ୍କ ପୁତ୍ର, ଏଲ୍ମଦାନ ଏରଙ୍କ ପୁତ୍ର,

29ଏର ଯିହୋଶୂୟଙ୍କ ପୁତ୍ର, ଯିହୋଶୂୟ ଏଲୀୟାଜରଙ୍କ ପୁତ୍ର, ଏଲୀୟାଜର ଯୋରୀମଙ୍କ ପୁତ୍ର, ଯୋରୀମ ମତ୍ଥାତଙ୍କ ପୁତ୍ର, ମତ୍ଥାତ ଲେବୀଙ୍କ ପୁତ୍ର,

30ଲେବୀ ଶିମିୟୋନଙ୍କ ପୁତ୍ର, ଶିମିୟୋନ ଯିହୂଦାଙ୍କ ପୁତ୍ର, ଯିହୂଦା ଯୋଷେଫଙ୍କ ପୁତ୍ର, ଯୋଷେଫ ଯୋନାମଙ୍କ ପୁତ୍ର, ଯୋନାମ ଏଲୀୟାକୀମଙ୍କ ପୁତ୍ର,

31ଏଲୀୟାକୀମ ମଲାହଙ୍କ ପୁତ୍ର, ମଲାହ ମନ୍ନାଙ୍କ ପୁତ୍ର, ମନ୍ନା ମତ୍ତଥାଙ୍କ ପୁତ୍ର, ମତ୍ତଥା ନାଥନଙ୍କ ପୁତ୍ର, ନାଥନ ଦାଉଦଙ୍କ ପୁତ୍ର,

32ଦାଉଦ ଯିଶୀଙ୍କ ପୁତ୍ର, ଯିଶୀ ଓବେଦଙ୍କ ପୁତ୍ର, ଓବେଦ ବୋୟଜଙ୍କ ପୁତ୍ର, ବୋୟଜ ଶେଲହଙ୍କ ପୁତ୍ର, ଶେଲହ ନହଶୋନଙ୍କ ପୁତ୍ର,

33ନହଶୋନ ଅମ୍ମୀନାଦାବଙ୍କ ପୁତ୍ର, ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର, ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର, ଅର୍ଣ୍ଣୀ ହିଷ୍ରୋଣଙ୍କ ପୁତ୍ର, ହିଷ୍ରୋଣ ପେରସଙ୍କ ପୁତ୍ର, ପେରସ ଯିହୂଦାଙ୍କ ପୁତ୍ର,

34ଯିହୂଦା ଯାକୁବଙ୍କ ପୁତ୍ର, ଯାକୁବ ଇସ୍‌ହାକଙ୍କ ପୁତ୍ର, ଇସ୍‌ହାକ ଅବ୍ରହାମଙ୍କ ପୁତ୍ର, ଅବ୍ରହାମ ତେରହଙ୍କ ପୁତ୍ର, ତେରହ ନାହୋରଙ୍କ ପୁତ୍ର,

35ନାହୋର ସରୁଗଙ୍କ ପୁତ୍ର, ସରୁଗ ରଗୁଙ୍କ ପୁତ୍ର, ରଗୁ ଫେଲଗଙ୍କ ପୁତ୍ର, ଫେଲଗ ଏବରଙ୍କ ପୁତ୍ର, ଏବର ଶେଲହଙ୍କ ପୁତ୍ର,

36ଶେଲହ କେନାନଙ୍କ ପୁତ୍ର, କେନାନ ଅର୍ଫକ୍ଷଦଙ୍କ ପୁତ୍ର, ଅର୍ଫକ୍ଷଦ ଶେମଙ୍କ ପୁତ୍ର, ଶେମ ନୋହଙ୍କ ପୁତ୍ର, ନୋହ ଲେମଖଙ୍କ ପୁତ୍ର,

37ଲେମଖ ମଥୂଶେଲହଙ୍କ ପୁତ୍ର, ମଥୂଶେଲହ ହନୋକଙ୍କ ପୁତ୍ର, ହନୋକ ଯେରଦଙ୍କ ପୁତ୍ର, ଯେରଦ ମହଲଲେଲଙ୍କ ପୁତ୍ର, ମହଲଲେଲ କେନାନଙ୍କ ପୁତ୍ର,

38କେନାନ ଏନୋଶଙ୍କ ପୁତ୍ର, ଏନୋଶ ଶେଥଙ୍କ ପୁତ୍ର, ଶେଥ ଆଦମଙ୍କ ପୁତ୍ର, ଆଦମ ଈଶ୍ବରଙ୍କ ପୁତ୍ର।

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର