Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଗାଲିଲୀରେ

ପାଖାପାଖି ସୁସମାଚାର · ଗାଲିଲୀରେ

ବିଶ୍ରାମବାରରେ ଶସ୍ୟ ଛିଣ୍ଡାଇବା

ମାଥି 12:1–8 · ମାର୍କ 2:23–28 · ଲୂକ 6:1–5

ମାଥିଉ

ମାଥି 12:1–8

1ସେହି ସମୟରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଗଲେ, ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ।

2କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।

3ମାତ୍ର ସେ ସେମାନଙ୍କୁ କହିଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରୁଥିଲେ, ତାହା କି ତୁମ୍ଭେମାନେ ପାଠ କରି ନାହଁ?

4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା, କିନ୍ତୁ ତାଙ୍କର ଓ ତାହାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା, ତାହା ସେମାନେ ଭୋଜନ କରିଥିଲେ।

5କିମ୍ବା ବିଶ୍ରାମବାର ଦିନରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଷ ଅଟନ୍ତି, ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଅଣ ଏହା ପାଠ କରି ନାହଁ?

6ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି।

7କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏ ଉକ୍ତିର ଅର୍ଥ ଯେବେ ଜାଣିଥାଆନ୍ତ, ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ।

8କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

ମାର୍କ

ମାର୍କ 2:23–28

23ଥରେ ଯୀଶୁ ବିଶ୍ରାମବାର ଦିନରେ ଶସ୍ୟକ୍ଷେତ୍ର ଦେଇ ଯାଉଥିଲେ, ଆଉ ତାହାଙ୍କ ଶିଷ୍ୟମାନେ ଯାଉ ଯାଉ ଶସ୍ୟର ଶିଁଷା ଛିଣ୍ଡାଇବାକୁ ଲାଗିଲେ।

24ଏଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ,

25ଏମାନେ କାହିଁକି ତାହା କରୁଅଛନ୍ତି? ଯୀଶୁ ସେମାନଙ୍କୁ କହିଲେ, “ଦାଉଦଙ୍କର ଅଭାବ ସମୟରେ ଯେତେବେଳେ ସେ ଓ ତାହାଙ୍କ ସଙ୍ଗୀମାନେ କ୍ଷୁଧିତ ହୋଇଥିଲେ, ସେତେବେଳେ ସେ କଅଣ କରିଥିଲେ, ତାହା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ?

26ଅବିୟାଥର ମହାଯାଜକଙ୍କ ସମୟରେ ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ଭୋଜନ କରିଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”

27ଆଉ ସେ ସେମାନଙ୍କୁ କହିଲେ, “ବିଶ୍ରାମବାର ମନୁଷ୍ୟ ନିମନ୍ତେ ହୋଇଅଛି, ମନୁଷ୍ୟ ବିଶ୍ରାମବାର ନିମନ୍ତେ ହୋଇ ନାହିଁ।

28ତେଣୁ ମନୁଷ୍ୟପୁତ୍ର ବିଶ୍ରାମବାରର ମଧ୍ୟ ପ୍ରଭୁ ଅଟନ୍ତି।”

ଲୂକ

ଲୂକ 6:1–5

1ଥରେ ବିଶ୍ରାମବାର ଦିନରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶସ୍ୟର ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ।

2କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନାହିଁ, ତାହା ତୁମ୍ଭେମାନେ କାହିଁକି କରୁଅଛ?

3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?

4ସେ କିପରି ଈଶ୍ବରଙ୍କ ଗୃହରେ ପ୍ରବେଶ କରି, ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଭୋଜନ କରିବା ବିଧିସଙ୍ଗତ ନୁହେଁ, ତାହା ନେଇ ଖାଇଥିଲେ, ପୁଣି, ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ।”

5ଆଉ, ସେ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର