ଅନୁସନ୍ଧାନ › ପାଖାପାଖି ସୁସମାଚାର › ଯିରୂଶାଲମ ଅଭିମୁଖେ ବାଟରେ
ପାଖାପାଖି ସୁସମାଚାର · ଯିରୂଶାଲମ ଅଭିମୁଖେ ବାଟରେ
କିଏ ସର୍ବଶ୍ରେଷ୍ଠ
ମାଥି 18:1–5 · ମାର୍କ 9:33–37 · ଲୂକ 9:46–48
ମାଥି 18:1–51ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ,
3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ।
4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
ମାର୍କ 9:33–3733ପରେ ସେମାନେ କଫର୍ନାହୂମକୁ ଆସିଲେ। ଯୀଶୁ ଘରେ ପହଞ୍ଚି ଶିଷ୍ୟମାନଙ୍କୁ ପଚାରିଲେ, ତୁମ୍ଭେମାନେ ବାଟରେ କଅଣ ତର୍କବିତର୍କ କରୁଥିଲ?
34କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ, କାରଣ କିଏ ଶ୍ରେଷ୍ଠ, ଏ ବିଷୟ ଘେନି ସେମାନେ ବାଟରେ ପରସ୍ପର ବାଦାନୁବାଦ କରିଥିଲେ।
35ସେଥିରେ ଯୀଶୁ ଉପବେଶନ କରି ଦ୍ୱାଦଶ ଶିଷ୍ୟମାନଙ୍କୁ ଆହ୍ୱାନ କଲେ ଓ ସେମାନଙ୍କୁ କହିଲେ, ଯଦି କେହି ପ୍ରଧାନ ହେବାକୁ ଇଚ୍ଛା କରେ, ତାହାହେଲେ ସେ ସମସ୍ତଙ୍କଠାରୁ ସାନ ଓ ସମସ୍ତଙ୍କର ସେବକ ହେଉ।
36ପୁଣି, ସେ ଗୋଟିଏ ସାନ ପିଲାକୁ ଘେନି ସେମାନଙ୍କ ମଧ୍ୟରେ ଠିଆ କରାଇଲେ ଓ ତାହାକୁ ଆଲିଙ୍ଗନ କରି ସେମାନଙ୍କୁ କହିଲେ,
37ଯେ କେହି ମୋʼ ନାମରେ ଏପରି ସାନ ପିଲାମାନଙ୍କ ମଧ୍ୟରୁ ଜଣକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; ଆଉ, ଯେ କେହି ମୋତେ ଗ୍ରହଣ କରେ, ସେ କେବଳ ମୋତେ ଗ୍ରହଣ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
ଲୂକ 9:46–4846ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
47କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର