20ସେତେବେଳେ ଜେବଦୀଙ୍କ ସ୍ତ୍ରୀ ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ।
21ସେଥିରେ ସେ ତାହାଙ୍କୁ ପଚାରିଲେ, “ତୁମ୍ଭେ କଅଣ ଇଚ୍ଛା କରୁଅଛ?” ସେ ତାହାଙ୍କୁ କହିଲେ, ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି, ଏହା ଆଜ୍ଞା କରନ୍ତୁ।
22କିନ୍ତୁ ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର?”
23ସେମାନେ ତାହାଙ୍କୁ କହିଲେ, ପାରୁ। ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ, କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।”
24ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ।
25କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଅଣଯିହୁଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ।
26ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ, କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
27ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ଦାସ ହେଉ,
28ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି।”