Bible Explorer ଆପ୍ ପାଆନ୍ତୁ

ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା

ପାଖାପାଖି ସୁସମାଚାର · ଶିକ୍ଷା

ଅନ୍ୟମାନଙ୍କ ବିଚାର କରିବା

ମାଥି 7:1–5 · ଲୂକ 6:37–42

ମାଥିଉ

ମାଥି 7:1–5

1ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ।

2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ।

3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?

4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି!

5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।

ଲୂକ

ଲୂକ 6:37–42

37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ;

38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।

39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?

40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।

41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?

42ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।”

ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।

ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର