ଅନୁସନ୍ଧାନ › ପାଖାପାଖି ସୁସମାଚାର › ଶିକ୍ଷା
ପାଖାପାଖି ସୁସମାଚାର · ଶିକ୍ଷା
ଦୀପରୁଖା ଉପରେ ପ୍ରଦୀପ
ମାର୍କ 4:21–25 · ଲୂକ 8:16–18
ମାର୍କ 4:21–2521ପୁନଶ୍ଚ ସେ ସେମାନଙ୍କୁ କହିଲେ, “ଦୀପ କଅଣ ମାଣ ତଳେ ବା ଖଟ ତଳେ ରଖାଯିବା ନିମନ୍ତେ ଅଣାଯାଏ? ଦୀପରୁଖା ଉପରେ ରଖାଯିବା ନିମନ୍ତେ କି ତାହା ଅଣାଯାଏ ନାହିଁ?
22କାରଣ ପ୍ରକାଶିତ ନ ହେବା ଉଦ୍ଦେଶ୍ୟରେ କିଛି ଗୁପ୍ତ ନାହିଁ; ଆଉ ଯାହା ଗୁପ୍ତ ହୋଇଅଛି, ତାହା ପ୍ରକାଶିତ ହେବା ଉଦ୍ଦେଶ୍ୟରେ ଗୁପ୍ତ ହୋଇଅଛି।
23ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ।”
24ଯୀଶୁ ପୁଣି, ସେମାନଙ୍କୁ କହିଲେ, “କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
25କାରଣ ଯାହାର ଅଛି, ତାହାକୁ ଦିଆଯିବ; ଆଉ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
ଲୂକ 8:16–1816“କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ବା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି।
17କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ।
18ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ।”
ଚିହ୍ନିତ: ଆପଣ ପଢ଼ୁଥିବା ଅନୁବାଦରେ ପ୍ରତ୍ୟେକ ବିବରଣରେ ଥିବା ଶବ୍ଦ। ସବୁଠାରୁ ବାରମ୍ବାର ଶବ୍ଦ (“ଓ”, “ସେ”) ଚିହ୍ନିତ ହୁଏ ନାହିଁ; ଅନ୍ୟ ରୂପରେ ଥିବା ଶବ୍ଦ ଚିହ୍ନିତ ନ ହୋଇପାରେ।
ଉତ୍ସ: OpenBible.info, CC BY 4.0 · ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର